ଅଗଷ୍ଟ ୧ ରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ।କୁମ୍ଭୀର ପ୍ରଜନନ ପାଇଁ ୩ ମାସ ବନ୍ଦ ରହିଥିଲା ଭିତରକନିକା । ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକ ମାନେ ଭିତରକନିକା ପରିଭ୍ରମଣ କରିବା ସହ ରାତ୍ରି ଯାପନ କରିପାରିବେ ବୋଲି ରାଜନଗର ବନଖଣ୍ଡ ଅଧିକାରୀ ଭରଦରାଜ ଗାଓଁକର କହିଛନ୍ତି ।ପ୍ରତିବର୍ଷ ମଇ ୧ ତାରିଖଠାରୁ ଜୁଲାଇ ୩୧ ତାରିଖ ଦୀର୍ଘ ୩ ମାସ ଧରି ବିରଳ ବଉଳା କୁମ୍ଭୀରଙ୍କ ପ୍ରଜନନ ପ୍ରକ୍ରିୟା ଜାରି ରହିଥାଏ । ଜୁନ ପ୍ରଥମ ସପ୍ତାହରୁ ବନ କର୍ମଚାରୀ ଜଙ୍ଗଲ ମଧ୍ୟରେ ବୁଲି କୁମ୍ଭୀର ବସା ଚିହ୍ନଟ କରିବା ସହ ଜିପିଏସ୍ ଲୋକେଶନରେ ଫଟୋ ଉଠାଇଥାନ୍ତି ।






