ଫେବୃଆରୀ ୧୦ ତାରିଖ ଅର୍ଥାତ୍ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ ରହିବ।ଏହି ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି lତେବେ ପରବର୍ତ୍ତୀ ଅଭିଯୋଗ ଶୁଣାଣି ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶାସନର ଦାୟିତ୍ୱ ଭାର ନେବା ପରଠୁ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଏଥିରେ ସାଧାରଣ ଜନତା ନିଜର ଅସୁବିଧା ଏବଂ ସମସ୍ୟାକୁ ନିଜେ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ଏହାପରେ ଘଟଣାର ତଦନ୍ତ କରାଯାଇ ସମସ୍ୟାର ସମାଧାନ କରାଯାଉଛି।






