ମେ’ ୨୭ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି । ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ପରବର୍ତ୍ତୀ ୨ ଦିନରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି ।ଲଘୁଚାପ ପ୍ରଭାବ ପାଇଁ ଆଗାମୀ ସାତ ଦିନ ରାଜ୍ୟରେ ବର୍ଷା ଜାରି ରହିବାର ସମ୍ଭାବନା ରହିଛି । ଦକ୍ଷିଣ ଓଡିଶାର ଜିଲ୍ଲା ଗୁଡିକରେ ଅଧିକ ବର୍ଷା ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ଆସନ୍ତା ୩ରୁ ୪ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ଆଜି ମୌସୁମୀ ବାୟୁ ଦକ୍ଷିଣ ଆରବ ସାଗର, ମାଳଦ୍ବୀପ ଏବଂ ଦକ୍ଷିଣ ବଙ୍ଗୋପସାଗରର କେତେକ ଅଞ୍ଚଳ ସହ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର-ପୂର୍ବ ବଙ୍ଗୋପସାଗର ଅନେକ ଅଞ୍ଚଳକୁ ସ୍ପର୍ଶ କରିଛି।






