ପରଲୋକରେ ପୂର୍ବତନ ମନ୍ତ୍ରୀ ରୋଜେନ୍ଦ୍ର ଢୋଲକିଆ । ୬୯ ବର୍ଷ ବୟସରେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ହୋଇଛି । ଚେନ୍ନାଇ ସ୍ଥିତ ଘରୋଇ ହସ୍ପିଟାଲରେ ସେ ଆଜି ଆଖି ବୁଝିଛନ୍ତି । ୪ ଥରର ବିଧାୟକ ହୋଇଛନ୍ତି ରାଜେନ୍ଦ୍ର ଡ଼ୋଲକିଆ । ୧୯୫୬ ମସିହାର ନଭେମ୍ବର ୨୦ ତାରିଖରେ ରାଜେନ୍ଦ୍ର ଢୋଲକିଆଙ୍କ ଜନ୍ମ । ବାପାଙ୍କ ନାମ ରସିକଲାଲ ଢୋଲକିଆ ଓ ପତ୍ନୀଙ୍କ ନାମ କଳ୍ପନା ଢୋଲକିଆ । ୨୦୦୪, ୨୦୦୯ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନୂଆପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ, ୧୪ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ନବୀନଙ୍କ ୫ମ ପାଳିରେ ମନ୍ତ୍ରିମଣ୍ଡଳରେ ନୂଆପଡାର ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ କ୍ୟାବିନେଟରେ ସାମିଲ କରାଯାଇଥିଲା । ବିଜେଡି ବିଧାୟକଙ୍କ ଦେହାନ୍ତ ଖବର ଶୁଣି ଶୋକ ବ୍ୟକ୍ତ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ । ବିଜୁ ଜନତା ଦଳର ବରିଷ୍ଠ ରାଜନେତା, ନୂଆପଡ଼ାର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଗଭୀର ଦୁଃଖିତ। ଦଳର ସଙ୍ଗଠନକୁ ମଜଭୁତ କରିବା ସହ ଲୋକଙ୍କ ହକ୍ ପାଇଁ ସ୍ୱର ଉଠାଇବାରେ ସେ ସବୁବେଳେ ଆଗରେ ଥିଲେ। ତାଙ୍କ ବିୟୋଗ ଦଳ ପାଇଁ ଏକ ଅପୂରଣୀୟ କ୍ଷତି। ଜନସେବାରେ ତାଙ୍କର କାର୍ଯ୍ୟ ସବୁବେଳେ ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।






