ଶ୍ରୀମନ୍ଦିର ଭିତରେ ଦୁଇଗୋଷ୍ଠୀ ମଧ୍ୟରେ ମାଡ଼ଗୋଳକୁ ନେଇ ଚର୍ଚ୍ଚା । ମହାପ୍ରଭୁଙ୍କ ମଙ୍ଗଳ ଆଳତୀ ଚାଲିଥିବା ସମୟରେ ଦୁଇପକ୍ଷଙ୍କ ମଧ୍ୟରେ ପ୍ରଥମେ ପାଟିତୁଣ୍ଡ ଓ ଯୁକ୍ତିତର୍କ ହୋଇଥିବା ଜଣାପଡ଼ିଛି । ପରେ ଘଟଣା ମାଡ଼ଗୋଳ ପର୍ଯ୍ୟନ୍ତ ଯାଇଥିଲା । ଏହି ଘଟଣାରେ ସମ୍ପୃକ୍ତ ଉଭୟ ଗୋଷ୍ଠୀଙ୍କୁ ପ୍ରଶାସନ ପକ୍ଷରୁ ଅଟକ ରଖାଯାଇ ପଚରାଉଚରା କରାଯାଉଛି। ଶ୍ରୀମନ୍ଦିର ଭଳି ଏକ ପବିତ୍ର ଓ ଆଧ୍ୟାତ୍ମିକ ପୀଠ ଭିତରେ ଏଭଳି ଉତ୍ତେଜନାମୂଳକ ପରିସ୍ଥିତିକୁ ନେଇ ସାଧାରଣ ଦର୍ଶନାର୍ଥୀ ଏବଂ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।ପ୍ରକୃତରେ କେଉଁ କାରଣକୁ ନେଇ ମନ୍ଦିର ଭିତରେ ଏହି ବିବାଦ ସୃଷ୍ଟି ହୋଇଥିଲା, ସେ ନେଇ ଶ୍ରୀମନ୍ଦିର ପ୍ରଶାସନ ଏବଂ ପୋଲିସ ପକ୍ଷରୁ ଅଧିକ ତଦନ୍ତ ଜାରି ରହିଛି।






