୨୦୨୨ ଫେବ୍ରୁଆରିରୁ ଆରମ୍ଭ ହୋଇଥିବା ୟୁକ୍ରେନ-ରୁଷ୍ ଯୁଦ୍ଧ ଥମିବାର ନାମ ନେଉନଥିବା ବେଳେ ନୂଆ ବର୍ଷରୁ ଏକ ଖୁସି ଖବର ମିଳିଛି । ପ୍ରଥମ ଥର ନିମନ୍ତେ ଉଭୟ ଦେଶ ୩ ଶହ ଯୁଦ୍ଧବନ୍ଦୀଙ୍କୁ ପରସ୍ପରକୁ ଫେରାଇଛନ୍ତି । ୟୁଏଇ ମଧ୍ୟସ୍ଥତାରେ ଉଭୟ ଦେଶ ମଧ୍ୟରେ ଯୁଦ୍ଧବନ୍ଦୀ ହସ୍ତାନ୍ତର ପାଇଁ ବୁଝାମଣା ହୋଇଥିଲା ଏବଂ ସର୍ତ୍ତ ମୁତାବକ ଉଭୟ ଦେଶ ଯୁଦ୍ଧବନ୍ଦୀଙ୍କୁ ମୁକ୍ତ କରିଛନ୍ତି। ରୁଷ୍ ପ୍ରତିରକ୍ଷା ମନ୍ତ୍ରୀ କହିଛନ୍ତି, ବୁଝାମଣା ବ୍ୟବସ୍ଥା ଅନୁସାରେ ୟୁକ୍ରେନ ନିୟନ୍ତ୍ରିତ ଅଞ୍ଚଳରୁ ୧୫୦ ରୁଷୀୟ କର୍ମଚାରୀ ଫେରିଛନ୍ତି। ପ୍ରତିବଦଳରେ ରୁଷ୍ ୧୫୦ ୟୁକ୍ରେନ୍ ଯୁଦ୍ଧବନ୍ଦୀ ଓ ସୈନିକଙ୍କୁ ଫେରାଇଛି।






