Author: sanitelevision

ନନ୍ଦନକାନନ ପ୍ରାଣୀଉଦ୍ୟାନ ପାଇଁ ଖୁସି ଖବର । ପ୍ରାଣୀଉଦ୍ୟାନର ଶାଗୁଣା ପ୍ରଜନନ କେନ୍ଦ୍ରରେ ଏକ ଲମ୍ବା ଥଣ୍ଟିଆ ଶାଗୁଣା ଛୁଆ ଜନ୍ମ ନେଇଛି । ଚଳିତ ମାସ ୧୧ ତାରିଖରେ ଅଣ୍ଡାରୁ ଛୁଆଟି ସଫଳତାର ସହ ଫୁଟି ବାହାରିଥିଲା । କେନ୍ଦ୍ରୀୟ ଚିଡ଼ିଆଖାନା କର୍ତ୍ତୃପକ୍ଷଙ୍କ ଅଧିନରେ ୨୦୧୨ରେ ଏହି ଶାଗୁଣା ପ୍ରଜନନ କେନ୍ଦ୍ର ପ୍ରତିଷ୍ଠା କରଯାଇଥିଲା । ଜାନୁଆରୀ ୧୬ ତାରିଖରେ ଶାଗୁଣା ଅଣ୍ଡା ଦେଇଥିଲା । ପରେ ତାହା ମାର୍ଚ୍ଚ ୧୧ରେ ଅଣ୍ଡାରୁ ଛୁଆ ବାହାରିଥିଲା । ଛୁଆଟି ବର୍ତ୍ତମାନ୍ ସୁସ୍ଥ ଅଛି । ଛୁଆଟିକୁ ୨୪ ଘଣ୍ଟିଆ ସିସିଟିଭି ନଜରରେ ରଖାଯାଇଛି । ଏହି ଶାଗୁଣା ଜନ୍ମ ହେବା ପରେ ନନ୍ଦନକାନନରେ ଲମ୍ବା ଥଣ୍ଟିଆ ଶାଗୁଣା ସଂଖ୍ୟା ୧୧କୁ ବୃଦ୍ଧି ପାଇଛି । ଅନ୍ୟପଟେ ନନ୍ଦନକାନନ ପ୍ରାଣୀଉଦ୍ୟାନ ପକ୍ଷରୁ ପୁଣି ଏକ ଜନ୍ତୁ ଅଦଳ ବଦଳ ପ୍ରକ୍ରିୟା ଆରମ୍ଭ ହୋଇଛି । କେନ୍ଦ୍ରୀୟ ଚିଡ଼ିଆଖାନା ଅନୁମତି କ୍ରମେ ଆସନ୍ତା…

Read More

ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଗୁରୁ ଦାୟିତ୍ୱ । ଜନଗଣନା ପୂର୍ବରୁ ଦାୟିତ୍ୱ ଦେଇଦେଲେ କେନ୍ଦ୍ର ସରକାର । ବାଲୁକା କଳା ମଧ୍ୟରେ ଲୋକଙ୍କୁ ସଚେତନ କରିବେ ସୁଦର୍ଶନ। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।ଦେଶରେ ପରବର୍ତ୍ତୀ ଜନଗଣନା ୨୦୨୭ରୁ ଆରମ୍ଭ ହେବ। ଏଥିରେ ଲୋକଙ୍କ ଜାତି ଓ ସାମାଜିକ-ଆର୍ଥିକ ବିବରଣୀକୁ ମଧ୍ୟ ସାମିଲ କରାଯିବ ବୋଲି ସରକାରୀ ସୂତ୍ରରୁ ଜଣାପଡ଼ିଛି। ଜନଗଣନା ୨୦୨୭ ଓ ଜାତି ଜନଗଣନା ଭାରତର ରାଜନୀତିକ ଓ ସାମାଜିକ ସଂରଚନାରେ ଏକ ଐତିହାସିକ ମୋଡ଼ ପ୍ରମାଣିତ ହୋଇପାରେ। ଏହାଦ୍ବାରା ମହିଳା ସଶକ୍ତିକରଣ, କ୍ଷେତୀୟ ସନ୍ତୁଳନ, ସାମାଜିକ ନ୍ୟାୟ ଓ ଲୋକତାନ୍ତ୍ରିକ ପ୍ରତିନିଧିତ୍ବର ନୂଆ ଅଧ୍ୟାୟ ଆରମ୍ଭ ହେବ। ୨୦୨୭ ଜନଗଣନା ଆଧାରରେ ନୂଆ ସୀମା ସ୍ଥିର କରାଯିବ। ଏହାଦ୍ବାରା ଲୋକସଭା ଓ ବିଧାନସଭା କ୍ଷେତ୍ରର ସଂଖ୍ୟା, କ୍ଷେତ୍ରଫଳ ଓ ପ୍ରତିନିଧିତ୍ବରେ ବଡ଼ ପରିବର୍ତ୍ତନ ଆଣିପାରେ।

Read More

ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଖାତା ଦେଖା ଆସନ୍ତା ୧୯ ତାରିଖରୁ ଆରମ୍ଭ ହେବ। ଏପ୍ରିଲ ୨ ତାରିଖ ସୁଦ୍ଧା ଅର୍ଥାତ ୧୫ଦିନ ମଧ୍ୟରେ ଖାତାଦେଖା ସାରିବାକୁ ନିଷ୍ପତ୍ତି ନିଆଯାଇଛି।ରାଜ୍ୟର ୫୧ ପରୀକ୍ଷା କେନ୍ଦ୍ରରେ ପ୍ରାୟ ୧୫ ହଜାର ଶିକ୍ଷକ ଖାତା ଦେଖିବେ। ଏଥିପାଇଁ ସବୁ ଜିଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କୁ ବୋର୍ଡ କର୍ତ୍ତୃପକ୍ଷ ଚିଠି ଲେଖିଛନ୍ତି।ମୁଖ୍ୟ ପରୀକ୍ଷକ, ଉପ ମୁଖ୍ୟ ପରୀକ୍ଷକ, ସହକାରୀ ନିରୀକ୍ଷକଙ୍କ ସମେତ ନିୟୋଜିତ ଥିବା ପ୍ରତ୍ୟେକ ଅଧିକାରୀ ଓ କର୍ମଚାରୀ ବୁଧବାର ମଧ୍ୟାହ୍ନ ୧୨ଟା ୩୦ ମିନିଟ୍‌ ସୁଦ୍ଧା କେନ୍ଦ୍ରରେ ପହଞ୍ଚିବାକୁ ନିର୍ଦେଶ ଦିଆଯାଇଛି। ମୂଲ୍ୟାୟନ ପୂର୍ବରୁ ଅର୍ଥାତ୍‌ ପ୍ରତ୍ୟେକ ଦିନ ପୂର୍ବାହ୍ଣ ୧୦ଟା ସୁଦ୍ଧା କେନ୍ଦ୍ରରେ ପହଞ୍ଚିବେ। କ୍ୟାମ୍ପ ଅଧିକାରୀ ଓ କର୍ମଚାରୀ ସକାଳ ୯ଟା ୩୦ ସୁଦ୍ଧା କେନ୍ଦ୍ରରେ ପହଞ୍ଚିବାକୁ କୁହାଯାଇଛି।ମୂଲ୍ୟାୟନ କେନ୍ଦ୍ରରେ ମୋବାଇଲକୁ ସମ୍ପୂର୍ଣ୍ଣ ବାରଣ କରାଯାଇଥିବାବେଳେ ଏସଓପି କଡ଼ାକଡ଼ି ପାଳନ କରିବାକୁ ନିର୍ଦେଶ ଦିଆଯାଇଛି।…

Read More

ବନ୍ଦ ରହିବ ସାଧାରଣ ଦର୍ଶନ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଥିବାରୁ ବୁଧବାର ଦିନ ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।ବୁଧବାର ଚୈତ୍ର କୃଷ୍ଟ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶ୍ରୀଙ୍ଗାର ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଏହି ଗୁପ୍ତ ନୀତି ଚାଲିବ । ଯାହାଫଳରେ ସର୍ବସାଧାରଣ ମନ୍ଦିର ମଧ୍ୟକୁ ପ୍ରବେଶ ଉପରେ ନିଷେଧ ରହିଛି । ତେଣୁ ଏହି ସମୟରେ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବି ବନ୍ଦ ରହିବ ।ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହେବ। ବନକଲାଗି ନୀତି ପରେ…

Read More

କାଳବୈଶାଖୀ ପ୍ରଭାବରେ ରାଜ୍ୟର ବହୁ ସ୍ଥାନରେ ପାଗ ମେଘୁଆ ରହୁଛି । କିଛି ସ୍ଥାନରେ କାଁ ଭାଁ ବର୍ଷା ବି ହେଉଛି । ଗତ ୩ ଦିନ ହେବ ରାଜ୍ୟରେ ଦିନ ତାପମାତ୍ରା ଅପେକ୍ଷାକୃତ କମ୍ ଅଛି । ଆଗକୁ ତାତି ଆହୁରି କମିପାରେ । ବୁଧବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବର୍ଷା ସମୟରେ ୩୦ରୁ ୪୦ କି.ମି ପର୍ଯ୍ୟନ୍ତ ପବନ ବହିବା ନେଇ ପୂର୍ବାନୁମାନ କରାଯାଇଛି। ଏଥିସହ ଅନ୍ୟ ଜିଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ସୂଚନା ଦିଆଯାଇଛି। ସେହିପରି ୧୯ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଥିବାବେଳେ ୨୦ ତାରିଖରେ ରାଜ୍ୟରେ ବଡ଼ ବର୍ଷା ହେବାର ସୂଚନା ଦିଆଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, ଦେଓଗଡ଼, ସୋନପୁର, ବୌଦ୍ଧ,…

Read More

କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆଜି ଓଡ଼ିଶା ଗସ୍ତରେ ଆସିଛନ୍ତି । ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ସ୍ୱାଗତ କରିଛନ୍ତି । ରାଜନାଥ ସିଂ ଭୁବନେଶ୍ୱରରେ ଆୟୋଜିତ ଏକ ଗୁରୁତ୍ୱପୂର୍ଣ୍ଣ ଦଳୀୟ ବୈଠକରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହି ବୈଠକରେ ସେ ଦଳୀୟ ନେତା ଓ କର୍ମୀଙ୍କ ସହ ଆଗାମୀ ରଣନୀତି ଏବଂ ସାଂଗଠନିକ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିବେ ।

Read More

ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ଙ୍କ ପାଇଁ ବଡ଼ ଆଶ୍ୱସ୍ତି । ସବୁ ପୋଷ୍ୟ ସନ୍ତାନ ଗ୍ରହଣକାରୀ ମା’ଙ୍କୁ ମିଳିବ ମାତୃତ୍ୱକାଳୀନ ଛୁଟି । ସୁପ୍ରିମକୋର୍ଟ କହିଛନ୍ତି ଯେ ତିନି ମାସରୁ ଅଧିକ ବୟସର ଶିଶୁ ଗ୍ରହଣ କରୁଥିବା ଜଣେ ମହିଳାଙ୍କୁ ମ୍ୟାଟରନିଟି ଲିଭ୍ ମନା କରାଯାଇପାରିବ ନାହିଁ। ଏହା ବ୍ୟତୀତ, ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ପିତୃତ୍ୱ ଛୁଟି ପାଇଁ ଏକ ନୀତି ପ୍ରସ୍ତୁତ କରିବା ବିଷୟରେ ବିଚାର କରିବାକୁ ଅନୁରୋଧ କରିଛନ୍ତି । ସୁପ୍ରିମକୋର୍ଟ ଗୁରୁତ୍ୱାରୋପ କରିଛନ୍ତି ଯେ ମାତୃତ୍ୱ ସୁରକ୍ଷା ଏକ ମୌଳିକ ମାନବିକ ଅଧିକାର ।ସାମାଜିକ ସୁରକ୍ଷା ସଂହିତା Social Security Code, 2020ର ଧାରା ୬୦(୪) ଅନୁଯାୟୀ, କେବଳ ସେହି ମା’ମାନଙ୍କୁ ୧୨ ସପ୍ତାହର ମାତୃତ୍ୱ କାଳୀନ ଛୁଟି ମିଳୁଥିଲା, ଯେଉଁମାନେ ୩ ମାସରୁ କମ୍ ବୟସର ଶିଶୁକୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରୁଥିଲେ । ୩ ମାସରୁ…

Read More

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ ନେଇ ଚର୍ଚ୍ଚା ଲାଗିରହିଛି । ଏପ୍ରିଲ ୨୩ ଏବଂ ଏପ୍ରିଲ୍‌ ୨୯ରେ ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ ନିର୍ବାଚନ ଅନୁଷ୍ଠିତ ହେବ । ମେ’ ୪ରେ ଫଳାଫଳ ପ୍ରକାଶ ପାଇବ । ଏହା ପୂର୍ବରୁ ଦଳ ନିଜ ନିଜର ପ୍ରାର୍ଥୀଙ୍କ ତାଲିକା ଜାରି କରୁଛନ୍ତି ।ତେବେ ତୃଣମୂଳ କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। କାଳିଘାଟସ୍ଥିତ ଟିଏମସି କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ସୁପ୍ରିମୋ ମମତା ବାନାର୍ଜୀ ୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ମମତା ଭବାନୀପୁରରୁ ନିର୍ବାଚନ ଲଢ଼ିବେ। ବାକି ୩ଟି ଆସନ​‌ରେ ପ୍ରାର୍ଥୀ ଦେଇ ନାହିଁ ଟିଏମସି । ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଆସିବା ପରେ ଏହା ସ୍ପଷ୍ଟ ହେବ । ଭାଜପା ପୂର୍ବରୁ ଏହାର ପ୍ରଥମ ତାଲିକା ପ୍ରକାଶ କରିସାରିଛି। ବିଧାନସଭାରେ ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କୁ ଭବାନୀପୁର…

Read More

ରାଜ୍ୟରେ ବିଗତ ୨୦ ମାସରେ ୧୫୪ ହାତୀଙ୍କ ମୃତ୍ୟୁ ହୋଇଛି । ବିଧାନସଭାରେ ଏନେଇ ଲିଖିତ ଉତ୍ତର ରଖିଛନ୍ତି ଜଙ୍ଗଲ ଓ ପରିବେ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ସେଥିମଧ୍ୟରୁ ୧୫ଟି ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ବେଳେ ୨୩ଟି ଶିକାରୀଙ୍କ ଶିକାର ସାଜିଛନ୍ତି ବୋଲି ଗୃହର ଉତ୍ତର ରଖିଛନ୍ତି ମନ୍ତ୍ରୀ | ସେ ଆହୁରି ମଧ୍ୟ କହିଛନ୍ତି ଯେ, ଗତ ୨୦ ମାସରେ ୭ଟି କଳରାପତରିଆ ବାଘ ଛାଲ, ୨ଟି ହାତୀ ଦାନ୍ତ, ଗୋଟିଏ ବନ୍ଧୁକ ଜବତ ହୋଇଛି । ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଗତ ୨୦ ମାସରେ ୨୦୨୪-୨୫ ଏବଂ ୨୦୨୫-୨୬ରେ ମାର୍ଚ୍ଚ ୧ ତାରିଖ ମଧ୍ୟରେ ୮୭୭୭୮.୦୨ ଘନ ଫୁଟ ପରିମାଣର ଚୋରା କାଠ ଜବତ ହୋଇଛି । ୧୦୩୯ କାଠ ଚୋରା ଚାଲାଣ ବେଳେ ଧରାପଡିଛି । ସେହିପରି ଗତ ୨୦ ମାସ ମଧ୍ୟରେ ୭ଟି କଲରାପତରିଆ ବାଘ ଛାଲ, ୨ଟି ହାତୀ ଦାନ୍ତ,…

Read More

ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର ‘ହୁଇପ୍‌’କୁ ନ ମାନି କ୍ରସ୍‌ ଭୋଟିଂ କରିଥିଲେ। କଂଗ୍ରେସ ଏହି ୩ ଜଣଙ୍କୁ ଦଳରୁ ନିଲମ୍ବିତ କରିଛି। ତେବେ ମଉକା ଦେଖି ଚୌକା ମାରିଛନ୍ତି ମହମ୍ମଦ ମୋକିମ୍। ନିଲମ୍ବିତ ବିଧାୟକମାନଙ୍କୁ ଗୋଟିଏ ପ୍ଲାଟଫର୍ମରେ ସାମିଲ ହେବାକୁ ଦେଲେ ଆହ୍ଵାନ। ଝିଅ ସୋଫିଆ ଫିର୍ଦ୍ଦୋସ୍ ଙ୍କ କ୍ରସ୍ ଭୋଟିଂ ନେଇ ମଧ୍ୟ ସେ ପ୍ରତିକ୍ରିୟା ଦେଇଛନ୍ତି। ମୋକିମ୍ କହିଛନ୍ତି ଯେ, ମୋତେ ବହିଷ୍କାର କରିବା ପରେ କଂଗ୍ରେସ ଦଳ ସୋଫିଆଙ୍କୁ ଅଣଦେଖା କରୁଥିଲା। କଟକରେ କାହାକୁ ଦଳରେ ମିଶାଇଲେ ବି ଜଣାଉ ନଥିଲେ। ଏପରିକି ଦଳର ମହିଳା କାର୍ଯ୍ୟକ୍ରମକୁ ମଧ୍ୟ ଡାକୁ ନଥିଲେ। ଯଦି ଦଳ ତାଙ୍କୁ ବହିଷ୍କାର କରେ ଓଡ଼ିଶା-ଜନତା-କଂଗ୍ରେସ ପାଇଁ କାମ କରିବ।ସେପଟେ କଂଗ୍ରେସ ବିଧାୟକ ଦଳ ନେତା ବାଚସ୍ପତିଙ୍କୁ ଚିଠି ଲେଖିଛନ୍ତି।…

Read More