Author: sanitelevision

ଇରାନ ଉପରେ ଯୁକ୍ତରାଷ୍ଟ୍ର ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଉପୁଜିଥିବା ପରିସ୍ଥିତିରେ ଏବେ ଭାରତୀୟ ଲୋକେ ସିଧାସଳଖ ପ୍ରଭାବିତ ହେବେ। ଇରାନରୁ ଭାରତର ସର୍ୱାଧିକ ଆମଦାନୀ ହେଉଛି ଅଶୋଧିତ ତେଲ। ଭାରତ ଇରାନରୁ ପିସ୍ତା ଏବଂ ଖଜୁର ଭଳି ଶୁଖିଲା ଫଳ, କିଛି ରାସାୟନିକ ପଦାର୍ଥ, ପେଟ୍ରୋକେମିକାଲ ଉତ୍ପାଦ ଏବଂ କାଚପାତ୍ର ମଧ୍ୟ ଆମଦାନୀ କରେ। ପାଖାପାଖି ୯ ନିୟୁତ ଭାରତୀୟ ଉପସାଗରୀୟ ଦେଶ ( ସାଉଦୀ ଆରବ, ୟୁଏଇ ଓ କତାର ଆଦି ଦେଶ) ମାନଙ୍କରେ କାମ କରନ୍ତି ଓ ବାର୍ଷିକ କୋଟିକୋଟି ଟଙ୍କା ବିଦେଶୀ ମୁଦ୍ରା (ରେମିଟାନ୍ସ) ଭାରତକୁ ପଠାଇଥାନ୍ତି। ଯୁଦ୍ଧ ଯୋଗୁ ସେମାନଙ୍କ ଚାକିରୀ ବୃତ୍ତି ବିପଦରେ ପଡିବ। ଏଣୁ ଭାରତ ସରକାରଙ୍କୁ ଏକ ବଡ଼ଧରଣର ଇଭାକ୍ୟୁଏସନ ମିସନ ହାତକୁ ନେବାକୁ ପଡିପାରେ। ଏହା ଛଡା ଯୁକ୍ତରାଷ୍ଟ୍ର ଓ ଇସ୍ରାଏଲ ଭାରତର ରଣନୈତିକ ଭାଗିଦାରୀ ହେଲେ ଇରାନ ସହ ଭାରତର ଐତିହାସିକ ଓ ଶକ୍ତି…

Read More

ରାଜ୍ୟର ଆମ୍ବୁଲାନ୍ସ ସେବା କ୍ଷେତ୍ରରେ ୪୨୮ଟି ନୂଆ ଆମ୍ବୁଲାନ୍ସ ଯୋଡ଼ିବା ପାଇଁ ରାଜ୍ୟ ସରକାର ସ୍ଥିର କରିଥିଲେ । ସେଥିମଧ୍ୟରୁ ୨ଟି ପର୍ଯ୍ୟାୟରେ ୪୦୦ଟି ଆମ୍ବୁଲାନ୍ସର ଶୁଭାରମ୍ଭ ହୋଇସାରି ଥିବା ବେଳେ ଆଜି (ଶନିବାର) ଆଉ ୨୮ଟି ନୂଆ ଆମ୍ବୁଲାନ୍ସର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରତି ଆମ୍ବୁଲାନ୍ସ ପିଛା ୨୫.୭୭ ଲକ୍ଷ ଟଙ୍କା ହିସାବରେ ୪୨୮ଟି ଆମ୍ବୁଲାନ୍ସ ପାଇଁ ପ୍ରାୟ ୧୧୧ କୋଟି ଟଙ୍କା ରାଜ୍ୟ ସରକାର ନିଜସ୍ବ ପାଣ୍ଠିରୁ ବିନିଯୋଗ କରିଛନ୍ତି ।ବର୍ତ୍ତମାନ ରାଜ୍ୟର ୩୦ଟି ଜିଲ୍ଲାରେ ମୋଟ ୮୬୬ଟି ଆମ୍ବୁଲାନ୍ସ ଜନସାଧାରଣଙ୍କ ସେବାରେ ନିୟୋଜିତ ରହିଛି । ସେଥିମଧ୍ୟରୁ ୪୪୯ଟି ବେସିକ୍ ଲାଇଫ୍ ସପୋର୍ଟ (ବି.ଏଲ୍.ଏସ) ଆମ୍ବୁଲାନ୍ସ ଏବଂ ୪୧୧ଟି ଅତ୍ୟାଧୁନିକ ଲାଇଫ୍ ସପୋର୍ଟ (ଏ.ଏଲ୍.ଏସ) ଆମ୍ବୁଲାନ୍ସ ରହିଛି । ଏହାସହ ରାଜ୍ୟରେ ଗର୍ଭବତୀ ମହିଳା ଓ ଅସୁସ୍ଥ ଶିଶୁମାନଙ୍କ ସୁରକ୍ଷିତ ପରିବହନ ପାଇଁ “ଜନନୀ ଏକ୍ସପ୍ରେସ୍” ଯୋଜନା ଅଧୀନରେ ୫୦୦ଟି ଆମ୍ବୁଲାନ୍ସ ନିୟୋଜିତ ରହିଛି ।ଏହି…

Read More

ପିଲାମାନେ ଖଡ଼ି ଛୁଇଁ ଆରମ୍ଭ କରିବେ ପାଠପଢ଼ା । ପାରମ୍ପରିକ ରୀତିନୀତିରେ ପିଲାଙ୍କର ହେବ ବିଦ୍ୟାଳୟ ପ୍ରବେଶ ଉତ୍ସବ । ପ୍ରସ୍ତୁତି ଅନୁଯାୟୀ, ସ୍କୁଲରେ ପିଲାଙ୍କୁ ଫୁଲ ଚନ୍ଦନ ଦେଇ ସ୍ୱାଗତ କରାଯିବ । ଏଥିସହ ପିଲାଙ୍କୁ ଶିକ୍ଷା କିଟ୍ ବଣ୍ଟନ ହେବ ।ଆସନ୍ତା ଶିକ୍ଷାବର୍ଷ (୨୦୨୬-୨୭) ପାଇଁ ଆସନ୍ତା ଏପ୍ରିଲ୍ ୨ରୁ ୫ ତାରିଖ ମଧ୍ୟରେ ଖଡ଼ିଛୁଆଁ ଉତ୍ସବ ପାଳନ କରାଯିବ ।ଏଥିସହ ୬ ବର୍ଷର ପିଲାଙ୍କର ପ୍ରଥମ ଶ୍ରେଣୀରେ ନାମଲେଖା କରାଯିବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।ଓଡ଼ିଶା ଶିକ୍ଷା ସର୍ବେକ୍ଷଣ (ଚାଇଲ୍ଡ ଟ୍ରାକିଂ ସର୍ଭେ-ସିଟିଏସ୍) ଦ୍ୱାରା ଗ୍ରହଣ କରାଯାଉଥିବା ତଥ୍ୟକୁ ଆଧାର କରି ନାମଲେଖା ହେବ । ଅଙ୍ଗନବାଡ଼ି କେନ୍ଦ୍ର ଓ ପ୍ରି ସ୍କୁଲରୁ ଏହି ତଥ୍ୟ ସଂଗ୍ରହ କରାଯାଇଛି । ଶିଶୁ ବାଟିକା, ପ୍ରଥମ ଶ୍ରେଣୀରେ ପିଲାମାନେ ଯେପରି ନାମ ଲେଖାଇବେ ସେଥିପ୍ରତି…

Read More

ପୁଣି ଚମକେଇଲେ ନବୀନ । ସବୁ ଚର୍ଚ୍ଚା ଏବଂ ଆଲୋଚନାରେ ପୂର୍ଣ୍ଣଚ୍ଛେଦ ପକାଇଲେ ବିଜେଡି ସୁପ୍ରିମୋ ।ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଶନିବାର ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି। ଡାକ୍ତର ଦତ୍ତେଶ୍ୱର ହୋତା ଏବଂ ସଂତୃପ୍ତ ମିଶ୍ରଙ୍କୁ ପ୍ରାର୍ଥୀ କରିଛନ୍ତି ନବୀନ। ସଂତୃପ୍ତ ତୃତୀୟ ଓ ଦତ୍ତେଶ୍ୱର ଚତୁର୍ଥ ଆସନ ପାଇଁ ପ୍ରାର୍ଥୀ ହୋଇଛନ୍ତି।ସୂଚନାଯୋଗ୍ୟ ଯେ, ଓଡ଼ିଶା କୋଟାରୁ ରାଜ୍ୟସଭାରେ ୪ଟି ଆସନ ଖାଲି ହେବାକୁ ଯାଉଛି । ଯେଉଁଥି ଲାଗି ବିଜେଡି, ବିଜେପି ଓ କଂଗ୍ରେସ ମଧ୍ୟରେ ଚାଲିଛି ଛକାପଞ୍ଝା । ରାଜ୍ୟସଭା ନିର୍ବାଚନ ଲାଗି ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଛି । ଯେଉଁଥିରେ ମାର୍ଚ୍ଚ ୫ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ, ୬ ତାରିଖରେ ପ୍ରାର୍ଥୀ ପତ୍ର ଯାଞ୍ଚ। । ମାର୍ଚ୍ଚ ୯ ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ । ମାର୍ଚ୍ଚ ୧୬ ତାରିଖ ସକାଳ ୯ଟାରୁ ଅପରାହ୍ଣ ୪ ଯାଏଁ ଭୋଟ୍ ଗ୍ରହଣ,…

Read More

ଇସ୍ରାଏଲ ଇରାନ ଉପରେ ପ୍ରଚଣ୍ଡ ହମ୍‌ଲା । ଇସ୍ରାଏଲ ଇରାନ ବିରୋଧରେ ଯୁଦ୍ଧଂ ଦେହି ଡାକରା ଦେଇଛି । ଏନେଇ ସୂଚନା ଦେଇଛନ୍ତି ଇସ୍ରାଏଲ ପ୍ରତିରକ୍ଷା ମନ୍ତ୍ରୀ । ଆଇଡିଏଫ୍ ଲୋକଙ୍କୁ ଘର ଭିତରେ ରହିବାକୁ ନିବେଦନ କରିଛି । ସେପଟେ ଇସ୍ରାଏଲୀ ଆକ୍ରମଣ ପରେ ସାଇରନ୍ ବାଜିବା ଆରମ୍ଭ ହୋଇଛି । ଏହି ଆକ୍ରମଣ ପରେ ଇସ୍ରାଏଲ ଉପରେ ମଧ୍ୟ ପ୍ରତିଶୋଧ ମୂଳକ ଆକ୍ରମଣର ଆଶଙ୍କା ରହିଛି ।ପ୍ରାରମ୍ଭିକ ସୂଚନା ଅନୁଯାୟୀ, ଇସ୍ରାଏଲୀ ବାୟୁସେନା ଇରାନରେ ଅନେକ ଲକ୍ଷ୍ୟସ୍ଥଳକୁ ଟାର୍ଗେଟ କରିଛି । ଅନ୍ତର୍ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଇରାନର ରାଜଧାନୀ ତେହେରାନରେ ଏକାଧିକ ବିସ୍ଫୋରଣ ଶୁଣାଯାଇଥିଲା, ଯାହାକୁ ଇରାନୀ ଟିଭି ଚ୍ୟାନେଲ ସହିତ ଜଡିତ ସୂତ୍ର ମଧ୍ୟ ନିଶ୍ଚିତ କରିଛନ୍ତି । ଏହି ରିପୋର୍ଟରେ କୁହାଯାଇଛି ଯେ, ଇସ୍ରାଏଲ ଡଜନ ଡଜନ ସାମରିକ ପ୍ରତିଷ୍ଠାନ ଏବଂ କିଛି ସମ୍ବେଦନଶୀଳ ସ୍ଥାନକୁ ଟାର୍ଗେଟ କରିଛି ।

Read More

ନବୀନ ନିବାସରେ ଡାକ୍ତର ଦତ୍ତେଶ୍ୱର ହୋତା । ଆଜି ପୁଣି ଥରେ ବିଜେଡି ବିଧାୟକମାନଙ୍କୁ ନବୀନ ନିବାସକୁ ଡକାଯାଇଛି । ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିପାରେ ବିଜେଡି । ରାଜ୍ୟସଭା ରେସ ଭିତରେ ଡାକ୍ତର ଦତ୍ତେଶ୍ୱର ହୋତା ନବୀନ ନିବାସରେ ପହଞ୍ଚିବା ପରେ ବଢିଲା ଚର୍ଚ୍ଚା । ଲଗାତର ଦ୍ବିତୀୟ ଦିନରେ ନବୀନ ନିବାସରେ ସମସ୍ତ ବିଧାୟକ ଉପସ୍ଥିତ ଅଛନ୍ତି। ବିଧାୟକଙ୍କ ସହ ଆଲୋଚନା ପରେ ଘୋଷଣା ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇପାରେ ବୋଲି ଅନୁମାନ କରାଯାଉଛି।ଡାକ୍ତର ଦତ୍ତେଶ୍ୱର ହୋତା ହେଉଛନ୍ତି ଓଡ଼ିଶା ସ୍ବାସ୍ଥ୍ୟ ବିଶ୍ବବିଦ୍ୟାଳୟର ପ୍ରଥମ କୁଳପତି। ଏସ୍‌ସିବି ମେଡିକାଲର ୟୁରୋଲୋଜି ବିଭାଗର ମୁଖ୍ୟ ଥିଲେ ଦତ୍ତେଶ୍ୱର। ସେ ଏସ୍‌ସିପି ମେଡିକାଲ କଲେଜର ଡିନ୍‌ ଓ ପ୍ରିନ୍ସିପାଲ ଥିଲେ। କିଡ୍‌ନୀ ଟ୍ରାନ୍ସପ୍ଲାଣ୍ଟ, ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍‌ ପ୍ରତିଷ୍ଠାରେ ତାଙ୍କର ଅବଦାନ ବହୁତ ରହିଛି।ଏସବୁ ଭିତରେ ରାଜ୍ୟରେ ଶାସକ ଦଳ ବିଜେପି ଓ ଦୁଇ ବିରୋଧୀ ଦଳ ବିଜେଡି…

Read More

୧ ମାର୍ଚ୍ଚ, ୨୦୨୬ରୁ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହେବ। ସାଧାରଣ ଏବଂ ପ୍ଲାଟଫର୍ମ ଟିକେଟ ବୁକିଂ ପାଇଁ ନିୟମ ୧ ମାର୍ଚ୍ଚ, ୨୦୨୬ରୁ ପରିବର୍ତ୍ତନ ହେବାକୁ ଯାଉଛି। ପୁରୁଣା ଭାରତୀୟ ରେଳବାଇ UTS ଆପ୍ ୧ ମାର୍ଚ୍ଚରୁ ବନ୍ଦ ହୋଇଯିବ, ଏହାକୁ ନୂତନ RailOne ଆପ୍ ସହିତ ବଦଳାଇ ଦିଆଯିବ। ସାଧାରଣ ଟିକେଟ୍, ପ୍ଲାଟଫର୍ମ ଟିକେଟ୍ ଏବଂ ସ୍ଥାନୀୟ ଯାତ୍ରା ସହିତ ଜଡିତ ସବୁକିଛି ଏହି ନୂତନ ଆପ୍ ରେ ଉପଲବ୍ଧ ହେବ।ଡିଜିଟାଲ୍ ଠକେଇକୁ ରୋକିବା ପାଇଁ ସରକାର ମାର୍ଚ୍ଚ ୧ ତାରିଖରୁ ଏକ ନୂତନ ସିମ୍ ବାଇଣ୍ଡିଂ ନିୟମ ଲାଗୁ କରିବାକୁ ଯାଉଛନ୍ତି। ଏହି ନିୟମ ଅନୁଯାୟୀ, ହ୍ୱାଟ୍ସଆପ୍, ଟେଲିଗ୍ରାମ ଏବଂ ସିଗନାଲ ଭଳି ଆପ୍ ଏବେ ସିଧାସଳଖ ଆପଣଙ୍କ ସିମ୍ ସହିତ ଲିଙ୍କ୍ ହୋଇଯିବ। ଯଦି ଆପଣ ଆପଣଙ୍କ ଫୋନରୁ ସିମ୍ କାଢିଦିଅନ୍ତି, ତେବେ ଏହି ଆପ୍ଗୁଡ଼ିକ ତୁରନ୍ତ କାମ କରିବା ବନ୍ଦ କରିଦେବେ। ଆପଣ ସିମ୍ ବିନା…

Read More

ଦେଶରେ ମହିଳାମାନଙ୍କ ସ୍ୱାସ୍ଥ୍ୟ ସୁରକ୍ଷା କ୍ଷେତ୍ରରେ ଐତିହାସିକ ପଦକ୍ଷେପ ନେବାକୁ ଯାଉଛନ୍ତି କେନ୍ଦ୍ର ସରକାର । ଆଜିଠାରୁ ସାରା ଦେଶରେ ଆରମ୍ଭ ହେବାକୁ ଯାଉଛି ସର୍ଭିକାଲ କ୍ୟାନ୍ସର ବା ଜରାୟୁ କର୍କଟ ଟିକାକରଣ ଅଭିଯାନ । ୧୪ ବର୍ଷ ଯାଏଁ ଝିଅଙ୍କୁ ଦିଆଯିବ ସିଙ୍ଗଲ ଡୋଜ୍। ୧୪ ବର୍ଷରୁ ବାହାଘର ପର୍ଯ୍ୟନ୍ତ ତିନିଟି ଡୋଜ୍ ଦିଆଯିବ । ଟିକାକରଣ ପ୍ରକ୍ରିୟା ସରକାରୀ ଓ ବେସରକାରୀ ସ୍କୁଲ୍, ଅଙ୍ଗନବାଡ଼ି କେନ୍ଦ୍ର ଓ ସ୍ୱାସ୍ଥ୍ୟ କେନ୍ଦ୍ରରେ ପର୍ଯ୍ୟାୟକ୍ରମେ ଚାଲିବ । ଏହା ମାଧ୍ୟମରେ ଭବିଷ୍ୟତରେ ଜରାୟୁ କର୍କଟର ଆଶଙ୍କାକୁ କମେଇବାର ଲକ୍ଷ୍ୟ ରଖାଯାଇଛି । ସର୍ଭିକାଲ କ୍ୟାନ୍ସର ବା ଜରାୟୁ କର୍କଟ ମହିଳାମାନଙ୍କ କ୍ଷେତ୍ରରେ ଦେଖାଯାଉଥିବା ଏକ ଗମ୍ଭୀର ସ୍ୱାସ୍ଥ୍ୟ ସମସ୍ୟା ।ସର୍ଭିକାଲ କ୍ୟାନ୍ସର ବା ଜରାୟୁ କର୍କଟ ମହିଳାମାନଙ୍କ କ୍ଷେତ୍ରରେ ଦେଖାଯାଉଥିବା ଏକ ଗମ୍ଭୀର ସ୍ୱାସ୍ଥ୍ୟ ସମସ୍ୟା । ପ୍ରାୟ ୯୯ ପ୍ରତିଶତଙ୍କ କ୍ଷେତ୍ରରେ ହ୍ୟୁମାନ ପାପିଲୋମା ଭାଇରସ ନାମକ ଏକ ଭୂତାଣୁ…

Read More

ବଦଳିବ ଓଡ଼ିଶାର ବିଭିନ୍ନ ସ୍ଥାନର ଇଂରାଜୀ ନାମ । ବ୍ରିଟିଶ୍ ଶାସନ କାଳରୁ ପ୍ରଚଳିତ ଭୁଲ୍ ନାମକରଣର ହେବ ସଂଶୋଧନ। ମୂଳ ଓଡ଼ିଆ ନାମର ହେବ ପୁନରୁଦ୍ଧାର। ନାମ ପରିବର୍ତ୍ତନ ପାଇଁ ପ୍ରସ୍ତାବ ପଠାଇବା ନିମନ୍ତେ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ ପାଢୀ। ଇରାଜୀ ନାମ ପରିବର୍ତ୍ତେ ପ୍ରାମାଣିକ ଓଡିଆ ନାମ ବ୍ୟବହାର କରାଯିବ।ରାଜ୍ୟର ବିଭିନ୍ନ ସ୍ଥାନ ଯଥା ଜିଲ୍ଲା, ଜିଲ୍ଲା ମୁଖ୍ୟାଳୟ, ଉପଖଣ୍ଡ, ବ୍ଲକ୍ ଏବଂ ତହସିଲ, ଯେଉଁଠି ବର୍ତ୍ତମାନ ସରକାରୀ ବ୍ୟବହାରରେ ଥିବା ଇଂରାଜୀ ନାମଗୁଡ଼ିକ ସେମାନଙ୍କର ପ୍ରାମାଣିକ ଓଡ଼ିଆ ନାମକରଣର ଅପଭ୍ରଂଶ ରୂପ। ସେ ସବୁ ସ୍ଥାନର ମୂଳ ଓଡ଼ିଆ ନାମଗୁଡ଼ିକୁ ଓଡ଼ିଶା ସରକାର ପୁନରୁଦ୍ଧାର କରିବାକୁ ଚାହୁଁଛନ୍ତି ।ଏହି ପ୍ରସଙ୍ଗରେ ପୂର୍ବରୁ ସମସ୍ତ ଜିଲ୍ଲାପାଳଙ୍କ ଠାରୁ ଏକ ବିସ୍ତୃତ ରିପୋର୍ଟ ମଗାଯାଇଥିଲା। ଏପର୍ଯ୍ୟନ୍ତ ୧୩ଟି ଜିଲ୍ଲାରୁ ଏହି ସମ୍ପର୍କିତ ସୂଚନା ଆସିଛି।…

Read More

ମୟୂରଭଞ୍ଜ ଖୁଣ୍ଟା ସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ଅଭାବନୀୟ ଘଟଣା ।ହଷ୍ଟେଲରେ ସୀମା ଟପିଲେ ବଡ଼ ଶ୍ରେଣୀର ଛାତ୍ର। ତଳ ଶ୍ରେଣୀ ଛାତ୍ରଙ୍କୁ କରିଲେ ରାଗିଙ୍ଗ୍‌ । ଖେଳ ସମୟରେ ହଷ୍ଟେଲର ୩ ଜଣ ସପ୍ତମ ଶ୍ରେଣୀ ଛାତ୍ର ହଷ୍ଟେଲ ପଛ ପାଖରେ ଖେଳୁଥିବାରୁ ତାଙ୍କ ଉପରେ ନିର୍ଯାତନା ହୋଇଛି।ଖବର ଅନୁଯାୟୀ, ୩ ଜଣ ସପ୍ତମ ଶ୍ରେଣୀ ଅନ୍ତେବାସୀଙ୍କୁ ନବମ ଶ୍ରେଣୀର ଦୁଇ ଜଣ ଛାତ୍ର ହଷ୍ଟେଲ ବାହାରେ ଦୀର୍ଘ ସମୟ ଧରି ଆଣ୍ଠେଇ ଦେଇଥିଲେ। ଯାହାର ଭିଡିଓ ସାମ୍ନାକୁ ଆସିଛି। ହଷ୍ଟେଲର ସମସ୍ତ ଅନ୍ତେବାସୀ ଙ୍କ ସାମ୍ନାରେ ୩ ଛାତ୍ର ଙ୍କୁ ଦୀର୍ଘ ସମୟ ଧରି ଆଣ୍ଠେଇ ଦିଆଯାଇଛି। ଏପରିକି ସେହି ଆଣ୍ଠେଇଥିବା ଛାତ୍ର ମାନଙ୍କୁ ପଚାରିବାରୁ ସେମାନଙ୍କୁ ନବମ ଶ୍ରେଣୀର ଦୁଇ ଜଣ ଛାତ୍ର ଏହି ଦଣ୍ଡ ଦେଇଥିବା କହିଛନ୍ତି। ତେବେ ଭିଡିଓ ଦେଖି ରାତିରେ ବିଦ୍ୟାଳୟ ପହଂଚିଥିବା ଅଭିଭାବକ ଙ୍କୁ ପିଲା କହିଛନ୍ତି ସାଙ୍ଘାତିକ କଥା।…

Read More