ରେକର୍ଡ ସର୍ବୋଚ୍ଚ ସ୍ତରରେ ପହଞ୍ଚିବା ପରେ ସୁନା ଏବଂ ରୂପା ମୂଲ୍ୟ ଦ୍ରୁତ ଗତିରେ ହ୍ରାସ ପାଉଛି। ରବିବାର ଲଗାତାର ଦ୍ୱିତୀୟ ଦିନ ପାଇଁ ସୁନା ଏବଂ ରୂପା ମୂଲ୍ୟ ଦ୍ରୁତ ଗତିରେ ହ୍ରାସ ପାଇଛି। ରବିବାର ରୂପା ଲୋୟର ସର୍କିଟରେ ପ୍ରବେଶ କରି 26,273 (9%) ହ୍ରାସ ପାଇ 2,65,652 ପ୍ରତି କିଲୋଗ୍ରାମ ହୋଇଛି। ୨୪ କ୍ୟାରେଟ ସୁନା ଦର ୯ ହଜାର ୫୦ ଟଙ୍କା ଖସିଛି। ଫଳରେ ୧୦ ଗ୍ରାମ ପିଛା ୨୪ କ୍ୟାରେଟ ସୁନା ୧ ଲକ୍ଷ ୫୧ ହଜାର ୫୩୦ ଟଙ୍କା ରହିଛି। ସେହିପରି ୨୨ କ୍ୟାରେଟ ସୁନା ୮ ହଜାର ୩୦୦ ଟଙ୍କା ହ୍ରାସ ପାଇଛି। ୧୦ ଗ୍ରାମ ପିଛା ୨୨ କ୍ୟାରେଟ ସୁନା ୧ ଲକ୍ଷ ୩୮ ହଜାର ୯୦୦ ଟଙ୍କା ରହିଛି। ରୁପା କେଜି ପିଛା ୨୦ ହଜାର ଟଙ୍କା ହ୍ରାସ ପାଇ ହୋଇଛି ୩ ଲକ୍ଷ।
Author: sanitelevision
ବ୍ରୁଆରୀ ୧ ତାରିଖରେ ସଂସଦରେ ଉପସ୍ଥାପନା ହୋଇଛି ବଜେଟ୍-୨୦୨୬। ଏଥିରେ ଅନେକ କିଛି ଜିନିଷ ଶସ୍ତା ହୋଇଛି । ସୋଲାର ପ୍ୟାନେଲଠୁ ଆରମ୍ଭ କରି ବିଦେଶ ଭ୍ରମଣ, ବ୍ୟାଟେରୀ,ଇଭି କାର୍ ଆଦି ଶସ୍ତା ହୋଇଛି । ତେବେ ନିଶାଡି ଏବଂ ମଦ୍ୟପଙ୍କୁ ଝଟକା ଦେଇଛନ୍ତି ସରକାର । ବିଭିନ୍ନ ମଦ ଏବଂ ସିଗାରେଟର ଦାମ୍ ବଢିବ ବୋଲି ଜଣାପଡିଛି ।ନୂଆ ଏକ୍ସାଇଜ୍ ଶୁଳ୍କ ପରେ ଏହାର ପ୍ରଭାବ ସିଧାସଳଖ ସିଗାରେଟ୍ ଉପରେ ପଡିବ ।୧୦ଟି ସିଗାରେଟ୍ ଥିବା ପ୍ୟାକେଟ୍ ର ଦାମ୍ ଅତି କମରେ ୨୨ରୁ୨୫ ଟଙ୍କା ବୃଦ୍ଧି ପାଇବ । କାରଣ ସରକାର ଦୀର୍ଘ ୭ବର୍ଷ ପରେ ପ୍ରଥମ ଥର ସିଗାରେଟ୍ ଉପରେ ଟିକସ୍ ବୃଦ୍ଧି କରିଛନ୍ତି । ସ୍ୱାସ୍ଥ୍ୟକୁ ନଜରରେ ରଖି ଟିକସ ବୃଦ୍ଧି କରାଯାଇଛି । ବର୍ଦ୍ଧିତ ଦାମ୍ ସିଗାରେଟର ଆକାର ଏବଂ ପ୍ରକାର ହିସାବରେ ପୃଥକ ପୃଥକ ରହିବ ।୮୪ ମିମି ଲମ୍ବର ସିଗାରେଟ୍ ଯେପରିକି…
ଚୌଦ୍ଵାର ଜେଲରେ ବିଚାରଧୀନ କଏଦୀର ଆତ୍ମହତ୍ୟା । ନିଜ ୱାର୍ଡରେ ଥିବା ବେଳେ ଆତ୍ମହତ୍ୟା ଉଦ୍ୟମ କରିଥିବା ସୂଚନା । ଜେଲ ୱାର୍ଡରୁ ଗୁରୁତର ଅବସ୍ଥାରେ ଉଦ୍ଧାର ପରେ ଏସସିବି ମେଡିକାଲକୁ ନିଆଯାଇଥିଲା । ସେଠାରେ ଡାକ୍ତର କଏଦୀଙ୍କୁ ମୃତ ଘୋଷଣା କରିଛନ୍ତି । ମୃତକ ବିଚାରଧିନ କଏଦୀ ହେଲେ କଟକ ଦରଘାବଜାର ଅଞ୍ଚଳର ମହମ୍ମଦ କଲିମ । ତେବେ କଏଦୀ ଜଣକ ମାନସିକ ଭାରସାମ୍ୟ ହରାଇଥିଲେ ବୋଲି ଜଣାପଡିଛି । ଆତ୍ମହତ୍ୟା ନେଇ ଚୌଦ୍ବାର ଥାନାରେ ଏତଲା ଦିଆଯାଇଛି । ପ୍ରାଥମିକ ତଦନ୍ତରୁ କଏଦୀ ଆତ୍ମହତ୍ୟା କରିଥିବା ସ୍ପଷ୍ଟ ହୋଇଥିବା ଜେଲ୍ ଡିଆଇଜି ଅନସୂୟା ଜେନା ସୂଚନା ଦେଇଛନ୍ତି ।ପୁଣି ଉଠିଲା ପ୍ରଶ୍ନ ! କଣ କରୁଥିଲେ ସୁରକ୍ଷାରେ ଥିବା ୱାର୍ଡର । ଏହି ଘଟଣା ଚୌଦ୍ୱାର ଜେଲର ହୁଗୁଳା ସୁରକ୍ଷା ବ୍ୟବସ୍ଥା ପୁଣି ପଦାରେ ପକାଇଛି ।
ସରକାରୀ ଚାକିରିରେ ବଦଳି ଏକ ନିୟମିତ ପ୍ରକ୍ରିୟା। ଯଦି କୌଣସି କର୍ମଚାରୀ ବା ଅଧିକାରୀ ଏହାକୁ ନ ମାନନ୍ତି ତେବେ ତାଙ୍କ ବିରୋଧରେ ଚାକିରି ସର୍ତ୍ତାବଳୀ ଅନୁଯାୟୀ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ। ତେବେ ୧୦ଜଣ ଓଡ଼ିଶା ଅର୍ଥ ସେବା ଅଧିକାରୀଙ୍କୁ ଅର୍ଥ ବିଭାଗ ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି । ଜାନୁଆରୀ ୨୮ରେ ଅର୍ଥବିଭାଗ ଅନୁସଚିବ ସୁନେଇନା ସିଂହ ସମ୍ପୃକ୍ତ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି । ଯଦି ଏହି ଚିଠି ପାଇବା ପରେ କାର୍ଯ୍ୟରେ ଯୋଗ ନ ଦିଅନ୍ତି ତେବେ ସରକାରଙ୍କ ପକ୍ଷରୁ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଆଉ ସୁଯୋଗ ପ୍ରଦାନ କରାଯିବ ନାହିଁ ବୋଲି ସିଂହ ପତ୍ରରେ ଦର୍ଶାଇଛନ୍ତି । ପତ୍ରରେ ବରିଷ୍ଠ ଓଏଫ୍ଏସ୍ ସତ୍ୟସାଇ ଦାସ, ବିଜୟଲକ୍ଷ୍ମୀ ବିଶ୍ୱାଳ, ସନତ କୁମାର ଜେନା, ଗୀତା ଦାସ, ନିରୁପମା ସାହୁ, ପଦ୍ମଜ୍ୟୋତି ସାହୁ, ବିଚିତ୍ର ଗମାଙ୍ଗୋ, ବିରଞ୍ଚିି ମହାନନ୍ଦିଆ,…
ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ। ୫ ଜିଲାରେ ୬ ଦିନ ରହଣି କରିବେ ରାଷ୍ଟ୍ରପତି। ଏହି ୬ ଦିନରେ ରାଷ୍ଟ୍ରପତିଙ୍କ ପୁରୀ, ଖୋର୍ଦ୍ଧା, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜରେ ବିଭିନ୍ନ କାର୍ଯ୍ୟକ୍ରମ ରହିଛି। ସଂଧ୍ୟା ୬ଟା ୪୦ରେ ଭୁବନେଶ୍ବର ବିମାନନ ବନ୍ଦରରେ ପହଞ୍ଚିବା କାର୍ଯ୍ୟକ୍ରମ ରହିଛି । ଏହା ପରେ ଲୋକ ଭବନରେ ରାତ୍ରି ଯାପନ ପରେ ଫେବ୍ରୁଆରୀ ୩ ତାରିଖ ସକାଳେ ଯାଜପୁର ଯାଇ ମା ବିରଜାଙ୍କ ଦର୍ଶନ କରିବେ । ନାଭିଗୟାରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବା କାର୍ଯ୍ୟକ୍ରମ ରହିଛି । ଫେବ୍ରୁଆରୀ ୩ରେ ଯାଜପୁରରୁ ବାଲେଶ୍ବର ଗସ୍ତ କରି ଫକୀରମୋହନ ବିଶ୍ବବିଦ୍ୟାଳୟର ୧୨ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ।ଫେବ୍ରୁଆରୀ ୬ରେ ନିଜ ଜନ୍ମମାଟି ରାଇରଙ୍ଗପୁରରେ ରାଷ୍ଟ୍ରପତିଙ୍କର ରହିଛି ବିଭିନ୍ନ କାର୍ଯ୍ୟକ୍ରମ। ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ । ପରେ ଶିମିଳିପାଳ ଯାଇ ସେଠାରେ ରାତ୍ରୀ ଯାପନ କରିବେ…
ଅସ୍ତରଙ୍ଗ ସମୁଦ୍ରରେ କୁମ୍ଭୀର ।ପୁରୀଜିଲ୍ଲା ଅସ୍ତରଙ୍ଗର ଯାହାନିଆ ନିକଟ ସମୁଦ୍ର ଅଞ୍ଚଳରେ ଦେଖିବାକୁ ମିଳିଛି କୁମ୍ଭୀର । ଏହି କୁମ୍ଭୀରଟି ପ୍ରଥମେ ଦେବୀନଦୀର ବିଭିନ୍ନ ଅଞ୍ଚଳରେ ଦେଖିବାକୁ ମିଳିଥିଲା । ଯାହା ପରେ ନଦୀ କୂଳିଆ ଲୋକଙ୍କ ମଧ୍ୟରେ ଏକ ଭୟର ବାତାବରଣ ସୃଷ୍ଟି ହୋଇଛି । ଦେବୀନଦୀକୁ ଲୋକମାନଙ୍କ ଯାତାୟାତ ଏକ ପ୍ରକାର ବନ୍ଦ ହୋଇଯାଇଥିଲା । ଏହାର କିଛି ମାସ ପରେ ଅସ୍ତରଙ୍ଗ ସମୁଦ୍ରରେ ସେହି କୁମ୍ଭୀରଟି ଦେଖାଯାଇଛି । ଅସ୍ତରଙ୍ଗ ସମୁଦ୍ର କୂଳରେ କୁମ୍ଭୀରକୁ ଦେଖିବା ପରେ ଲୋକମାନେ ଅସ୍ତରଙ୍ଗ ବନ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ଅସ୍ତରଙ୍ଗ ବନବିଭାଗର କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି କୁମ୍ଭୀରର ଗତିପଥ ଉପରେ ନଜର ରଖିଛନ୍ତି । ଏହା ସହିତ ଲୋକମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ବାରଣ କରୁଥିବାର ଚିତ୍ର ଦେଖିବାକୁ ମିଳିଛି । ସମୁଦ୍ର କୂଳିଆ ଲୋକେ ଜଙ୍ଗଲ ମଧ୍ୟକୁ ଜାଳେଣୀ ସଂଗ୍ରହ କରିବା…
ରାଜ୍ୟରେ ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ ଉପରେ ପ୍ରତିବନ୍ଧକ ଲଗାଇଥିଲେ । କିନ୍ତୁ ଏହାରି ମଧ୍ୟରେ ଆଉ ଏକ କଟକଣା ଲଗାଇଛି ସ୍ୱାସ୍ଥ୍ୟ ବିଭାଗ । ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ।ମନ୍ତ୍ରୀ ଶ୍ରୀ ମହାଲିଙ୍ଗ କହିଛନ୍ତି ଯେ, ନିକୋଟିନ ନଥିବା ପାନ ମସଲା କେବଳ ରାଜ୍ୟରେ ବିକ୍ରି ହୋଇପାରିବ । ନିକୋଟିନ ଯୁକ୍ତ ଟବାକୋ ବିକ୍ରି ବନ୍ଦ ପାଇଁ ଜୋରଦାର ହେବ ରେଡ। ରାଜ୍ୟରେ ନିକୋଟିନ ଯୁକ୍ତ ପ୍ରଡକ୍ଟର ଉତ୍ପାଦନ, ଷ୍ଟୋରେଜ, ବିକ୍ରି ସମ୍ପୂର୍ଣ୍ଣ ବ୍ୟାନ କରାଯାଇଛି। ଟବାକୋ ଓ ନିକୋଟିନ ବ୍ୟାନ ପାଇଁ ଜିଲ୍ଲା ସ୍ତରୀୟ ଟିମ ଗଠନ କରାଯାଇଛି। ଶୁକ୍ରବାର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ପଷ୍ଟ କରିଛି ଯେ, ଯେଉଁ ପାନ ମସଲାରେ ତମାଖୁ କିମ୍ବା ନିକୋଟିନ୍ ନାହିଁ,…
ଓଡିଶା ଅଗ୍ନିଶମ ବିଭାଗ ପକ୍ଷରୁ ସଚେତନତା ସୃଷ୍ଟି ପାଇଁ ନିଆରା ପ୍ରୟାସ । ଅଗ୍ନିଶମ ଡିଜି ସୁଧାଂଶୁ ଷଡଙ୍ଗୀଙ୍କ ଉପସ୍ଥିତିରେ ଡେମୋ ପ୍ରଦର୍ଶନ ହୋଇଛି । ଲୋକଙ୍କ ଜୀବନ ବଞ୍ଚାଇବାର କୌଶଳ ଦେଖାଇଛନ୍ତି ଫାୟାର ଫାଇଟର । କେବଳ ନିଆଁ ଲିଭା ନୁହେଁ ଅନ୍ୟାନ୍ୟ କ୍ଷେତ୍ରର କାର୍ଯ୍ୟ ନେଇ ଡେମୋ ପ୍ରଦର୍ଶନ ହୋଇଛି । ସଡକ ଦୁର୍ଘଟଣାରେ ମୃତାହତଙ୍କୁ ଉଦ୍ଧାର କାର୍ଯ୍ୟର ଡେମୋ ପ୍ରଦର୍ଶନ କରାଯାଇଛି । କାର୍ ଉପରେ ଚଢିଯାଇଥିବା ଟ୍ୟାଙ୍କରରୁୁ ଆହତଙ୍କୁ ଉଦ୍ଧାର ବେଳର ଡେମୋ ଦିଆଯାଇଛି । ଏହି ଅବସରରେ ଅଗ୍ନିଶମ ଡିଜି ୧୧୨କୁ ଫୋନ କରି ଓଡ଼ିଶା ଅଗ୍ନିଶମ ବିଭାଗର ସେବା ନେବାକୁ ଜନସାଧାରଣଙ୍କୁ ନିବେଦନ କରିଥିଲେ। ଏପରି କି ଫାଷ୍ଟ ଏଡ୍ ସମ୍ପର୍କରେ ଅବଗତ ହେବା ଜରୁରୀ ବୋଲି ଲୋକଙ୍କୁ କହିଥିଲେ।ରାଜ୍ୟରେ ସମସ୍ତ ବ୍ଲକ ସମେତ ୩୪୬ଟି ଅଗ୍ନିଶମ କେନ୍ଦ୍ର ରହିଛି। କେନ୍ଦ୍ରରେ ସମସ୍ତ ପ୍ରକାର ସରଞ୍ଜାମ ରହିଛି। ଅଗ୍ନିଶମ ବିଭାଗ ଲୋକଙ୍କ ସେବା…
ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଆ ଭାଷାରେ ପ୍ରସ୍ତୁତ ଏକାଦଶ ଶ୍ରେଣୀ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପାଇଁ ସନ୍ଦର୍ଭ ପୁସ୍ତକ (Reference Book) ଗୁଡିକ ଉନ୍ମୋଚନ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତ ଏହି ପୁସ୍ତକ ଗୁଡିକ ମଧ୍ୟରେ ଗଣିତ, ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ ଓ ଜୀବ ବିଜ୍ଞାନ ଆଜି ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିଛନ୍ତି ।ସୂଚନାଯୋଗ୍ୟଯେ, ଓଡ଼ିଆ ଭାଷାରେ ଏହିଭଳି ବହି ଆଗରୁ ନଥିବାରୁ ରାଜ୍ୟ ସରକାର ପ୍ରତ୍ୟେକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ୧୦ ରୁ ୨୦ ଟି ବହି ଯୋଗାଇ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଉଚ୍ଚ ଶିକ୍ଷା ବିଦ୍ୟାଳୟର ଗ୍ରନ୍ଥାଳୟରେ ଏହି ବହି ଉପଲବ୍ଧ ହେବ ଓ ପିଲାମାନେ ଏହାକୁ ପଢ଼ି ପାରିବେ । ଏହି ପୁସ୍ତକ ଗୁଡ଼ିକ ପ୍ରତ୍ୟେକ ଜିଲ୍ଲାର ସଦର ମହକୁମାରେ ବିଭିନ୍ନ ଦୋକାନରେ ଉପଲବ୍ଧ ହେବା ପାଇଁ ଓଡ଼ିଆ ଅଧ୍ୟୟନ ଓ ଗବେଷଣା ସଂସ୍ଥା…
ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ ୯ମ ଶ୍ରେଣୀ ଛାତ୍ରଙ୍କୁ ଭୁଜାଲିରେ ହାଣିଛନ୍ତି ଜଣେ ୧୦ମ ଶ୍ରେଣୀ ଛାତ୍ର। ଏପରି ଅଭାବନୀୟ କାଣ୍ଡ ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ରେମୁଣା ହାଇସ୍କୁଲରେ। ଗୁରୁତର ଛାତ୍ର ଜଣକ ଏଫଏମ ମେଡିକାଲ୍ କଲେଜରେ ଭର୍ତ୍ତି ହୋଇଛନ୍ତି । ଆକ୍ରମଣରେ ହାତ ପାପୁଲି ଓ ପଛପଟ ମୁଣ୍ଡରେ ଗଭୀର କ୍ଷତ ହୋଇଥିବା ସୂଚନା ମିଳିଛି । ଆକ୍ରମଣର କାରଣ ଆସ୍ପଷ୍ଟ ରହିଛି । ସେପଟେ ଅଭିଯୁକ୍ତ ଛାତ୍ର ଜଣକ ଥାନାରେ ଆତ୍ମସମର୍ପଣ କରିଛି । ଏହା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ଆତ୍ମସମର୍ପଣ କରିଥିବା ଛାତ୍ରଙ୍କୁ କାହିଁକି ଏଭଳି କାଣ୍ଡ ଘଟାଇଛନ୍ତି ସେନେଇ ପଚରାଉଚରା କରୁଛି ପୋଲିସ ।









