ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀ ମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି। ଏଣିକି ଗ୍ରାମରକ୍ଷୀ ମାନେ ୧,୮୦୦ ଟଙ୍କା ବଦଳରେ ୨,୫୦୦ ଟଙ୍କା ମାସିକ ଭତ୍ତା ପାଇବେ।ଏଥି ସହିତ ସପ୍ତାହକୁ ଥରେ ସେମାନେ ଯେଉଁ ଥାନା ଅଧୀନରେ କାମ କରୁଥିବେ, ସେଠାକୁ ଯାଇ ସେମାନଙ୍କ ଉପସ୍ଥାନ ଦେବାର ବ୍ୟବସ୍ଥା କରାଯାଇଛି।
Author: sanitelevision
ଭିଜିଲାନ୍ସ ଜାଲରେ ଆରଆଇ । କଟକ ସଦର କଖଡି ଆରଆଇ ଜାନକୀ ରଞ୍ଜନ ମଲ୍ଲିକ ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି । ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ । ଜମି ପଟ୍ଟା କରାଇ ଦେବାକୁ ନେଉଥିଲେ ଏହି ଲାଞ୍ଚ । ସୂଚନା ମୁତାବକ, ଆଜି କଟକ ସଦର ତହସିଲ ଅନ୍ତର୍ଗତ କଖାଡି ସର୍କଲର ରାଜସ୍ୱ ନିରୀକ୍ଷକ ଜାନକୀ ରଞ୍ଜନ ମଲ୍ଲିକ ଜଣେ ଜମି ମାଲିକଙ୍କ ସପକ୍ଷରେ ଅନୁକୂଳ ରିପୋର୍ଟ ଦାଖଲ କରିବା ପାଇଁ ୧୦,୦୦୦ ଟଙ୍କା ଲାଞ୍ଚ ନେଉଥିଲେ। ସେହି ସମୟରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ତାଙ୍କୁ ଗିରଫ କରାଯାଇଛି। ଟ୍ରାପ ପରେ ଜାନକୀ ରଞ୍ଜନ ମଲ୍ଲିକଙ୍କର ତିନୋଟି ଠିକଣାରେ ଚଢ଼ାଉ କରିଛି ଭିଜିଲାନ୍ସ । ତାଙ୍କର ଆୟ ବହିର୍ଭୂତ ସମ୍ପତ୍ତିର ଯାଞ୍ଚ ଚାଲିଛି।
ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ହ୍ରାସ ପାଇଁ କଠୋର ହେଲେ କେନ୍ଦ୍ର ସରକାର। ଟ୍ରାଫିକ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କଡା ଆଭିମୁଖ୍ୟ ଗ୍ରହଣ କଲେ କେନ୍ଦ୍ର ସଡ଼କ ଓ ଜାତୀୟ ରାଜପଥ ମନ୍ତ୍ରାଳୟ।କେନ୍ଦ୍ରୀୟ ମୋଟର ଯାନ ନିୟମାବଳୀ, 1989ର ନିୟମ 167 ଓ 167A ସଂଶୋଧନ କଲେ କେନ୍ଦ୍ର ସରକାର। କେନ୍ଦ୍ର ସରକାର ଦ୍ୱାରା Central Motor Vehicles Rules, 2026 ନେଇ ଗେଜେଟ ନୋଟିଫିକେସନ ଜାରି। ଏହି ନୂଆ ଆଇନ 1 ଜାନୁଆରୀ 2026 ରୁ ଲାଗୁ।କୌଣସି ଗାଡ଼ି ଉପରେ ବର୍ଷକୁ ୫ କିମ୍ବା ତା’ଠାରୁ ଅଧିକ ଥର ଚାଲାଣ କଟିଥିଲେ, ଗାଡ଼ି ମାଲିକଙ୍କୁ କାର୍ଯ୍ୟାନୁଷ୍ଠାନ ସାମନା କରିବାକୁ ପଡ଼ିବ।ଆହୁରି ମଧ୍ୟ କୋର୍ଟଙ୍କ ନିର୍ଦ୍ଦେଶରେ ଚାଲାଣ ବକେୟା ଥିବା ଗାଡି ଜବତ କରାଯାଇପାରିବ। ଚାଲାଣ କଟିବାର ୧୫ ଦିନ ମଧ୍ୟରେ ପ୍ରତ୍ୟେକ୍ଷ ଭାବେ ଖିଲାପିଙ୍କ ପାଖକୁ ପଠାଯିବ। ଇଲେକ୍ଟ୍ରୋନିକ୍ସ ମାଧ୍ୟମରେ ତିନି ଦିନରେ ଏହା ପଠାଯିବ। ଗାଡି ଯେଉଁମାନଙ୍କ ନାମରେ ପଞ୍ଜୀକୃତ…
ପୁଲିସ ଏସଆଇ ନିଯୁକ୍ତି ଜାଲିଆତି ମାମଲାରେ ଆଜି କୋର୍ଟରେ ଶୁଣାଣି ହୋଇଛି । ଏହି ମାମଲାର ଶୁଣାଣି କରି କୋର୍ଟ ମୋଟ୍ ୯ ଜଣଙ୍କ ଜାମିନ ଆବେଦନର ଶୁଣାଣି ଘୁଞ୍ଚାଇଛନ୍ତି । ଆସନ୍ତା ଫେବୃଆରୀ ୧୬ ତାରିଖରେ ହେବ ପରବର୍ତ୍ତୀ ଶୁଣାଣି ।ପୋଲିସ ଏସଆଇ ପରୀକ୍ଷା ସ୍କାମ ଘଟଣାରେ ଗିରଫ ୯ ଜଣ ଜାମିନ ଆବେଦନ କରିଥିଲେ। ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ମୋଟ ୯ ଜଣ ଅଭିଯୁକ୍ତ ଜାମିନ ଆବେଦନ କରିଥିଲେ। ମାନ୍ୟବର ହାଇକୋର୍ଟ ମାମଲାର ଶୁଣାଣି କରି ଅଭିଯୁକ୍ତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଜେଲ୍ କର୍ତ୍ତୃପକ୍ଷଙ୍କ ଏପରି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଏହାସହିତ ତଦନ୍ତର ସ୍ଥିତି ଅବଗତ କରାଇବାକୁ ହାଇକୋର୍ଟ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ।
ପୁରୀ ଜିଲାର ୭୨ଜଣ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ଜିଲ୍ଲା ଶିକ୍ଷାଧିକାରୀ ଦୀପକ ପାଢୀ ସୂଚନା ଦେଇଛନ୍ତି । ସାପ କାମୁଡା ଓ ଜଳପ୍ରପାତ ସଚେତନତା ଶିବିର ପାଇଁ ନିର୍ଦ୍ଦେଶ ଥିଲା । ସଚେତନତା ପାଇଁ ପ୍ରଧାନଶିକ୍ଷକଙ୍କୁ ୪୫୦୦ ଟଙ୍କା ପ୍ରଦାନ କରାଯାଇଥିଲା । ଶିବିର ନେଇ କୌଣସି ସୂଚନା ଦେଇନଥିବାରୁ ଡିଇଓ ଏହି କଡା କାର୍ଯ୍ୟନୁଷ୍ଠାନ ଗ୍ରହଣ କରିଛନ୍ତି ।
ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ ମାଗିଲେ ନିର୍ବାଚନ କମିସନ । ଓଡ଼ିଶ ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀମାନଙ୍କୁ ନିର୍ବାଚନ କମିସନ ଚିଠି ଲେଖିଛନ୍ତି । ଆସନ୍ତା ଏପ୍ରିଲରେ ଖାଲି ହେଉଛି ୧୦ ରାଜ୍ୟର ୩୭ଟି ଆସନ, ମହାରାଷ୍ଟ୍ରର ୭, ତାମିଲନାଡୁ ଓ ବିହାରର ୬, ପଶ୍ଚିମବଙ୍ଗର ୫ଟି ଆସନ ଖାଲି ହେବ, ଆସାମର ୩, ତେଲଙ୍ଗାନା, ଛତିଶଗଡ଼ ଓ ହରିୟାଣାର ୨ଟି ଆସନ ଖାଲି ହେବ । ଏଥିରେ ଓଡ଼ିଶାର ୪ଟି ଓ ହିମାଚଳ ପ୍ରଦେଶର ଗୋଟିଏ ଆସନ ଖାଲି ହେବାର ଅଛି । ଏହି ନିର୍ବାଚନ ପ୍ରକ୍ରିୟାରେ ରିଟର୍ଣ୍ଣିଂ ଅଫିସର ଏବଂ ସହାୟକ ରିଟର୍ଣ୍ଣିଂ ଅଫିସରଙ୍କର ନିଯୁକ୍ତି ପାଇଁ ପ୍ରସ୍ତାବ ମଗାଯାଇଛି। ଏହି ପ୍ରସ୍ତାବରେ ଅଧିକାରୀମାନଙ୍କର ଟେଲିଫୋନ୍ ନମ୍ବର, ମୋବାଇଲ୍ ନମ୍ବର, ଫ୍ୟାକ୍ସ ନମ୍ବର ଏବଂ ଇ-ମେଲ୍ ଆଇଡି ଅନ୍ତର୍ଭୁକ୍ତ କରାଯିବା ଆବଶ୍ୟକ। ଏହା ସହିତ ଭୋଟ୍…
ଆସନ୍ତା ୨ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି । ୫ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଫେବୃଆରୀ ୨ ତାରିଖରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨ରେ ଭୁବନେଶ୍ୱରରେ ପହଞ୍ଚି ରାତ୍ରୀ ଯାପନ କରିବେ ରାଷ୍ଟ୍ରପତି। ୩ ତାରିଖରେ ଫକୀରମୋହନ ୟୁନିଭର୍ସିଟିର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ସେହିଭଳି ୪ ତାରିଖରେ ଯାଜପୁରରେ ମା ବିରଜାଙ୍କ ଦର୍ଶନ କରିବେ ରାଷ୍ଟ୍ରପତି। ୫ ଓ ୬ ତାରିଖରେ ମୟୁରଭଞ୍ଜ ଜିଲ୍ଲାରେ ଏକାଧିକ କାର୍ଯ୍ୟକ୍ରମ ରହିଛି ରାଷ୍ଟ୍ରପତିଙ୍କର। ଏହା ପରେ ରାଷ୍ଟ୍ରପତି ଭୁବନେଶ୍ବର ଫେରିବା ସହ ଛତିଶଗଡ଼ ଯିବାର କାର୍ଯ୍ୟକ୍ରମ ରହିଥିବା ବିଶେଷ ସୂତ୍ରରୁ ସୂଚନା ମିଳିଛି। ଅନ୍ୟପଟେ ନେତାଜୀଙ୍କ ଜନ୍ମ ଦିବସକୁ ପରାକ୍ରମ ଦିବସ ଭାବେ ପାଳନ କରିବେ ସରକାର। କାଲି ଆସୁଛନ୍ତି ଉପ ରାଷ୍ଟ୍ରପତି । ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୯ତମ ଜନ୍ମ ବାର୍ଷିକୀ ପାଳନ ଅବସରରେ ନେତାଜୀ…
ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସାଧାରଣ ଜନସ୍ୱାସ୍ଥ୍ୟର ସୁରକ୍ଷା ଦୃଷ୍ଟିକୋଣରୁ ରାଜ୍ୟ ସରକାର ଓଡ଼ିଶାରେ ଗୁଟଖା, ପାନ ମସଲା, ଜର୍ଦ୍ଦା, ଖଇନି ଓ ତମ୍ବାକୁ କିମ୍ବା ନିକୋଟିନ୍ ଯୁକ୍ତ ସମସ୍ତ ପ୍ରକାରର ଖାଦ୍ୟ ପଦାର୍ଥର ଉତ୍ପାଦନ, ପ୍ରସ୍ତୁତି, ପ୍ୟାକେଜିଂ, ସଞ୍ଚୟ, ପରିବହନ, ବଣିଜ୍ୟ ଓ ବିକ୍ରୟ ଉପରେ ପ୍ରତିବନ୍ଧ ଜାରି କରିଛନ୍ତି। ଏହି ନିଷେଧାଜ୍ଞା ଖାଦ୍ୟ ସୁରକ୍ଷା ଓ ମାନକ ଆଇନ–୨୦୦୬ ଏବଂ ଖାଦ୍ୟ ସୁରକ୍ଷା ଓ ମାନକ (ବିକ୍ରୟ ଉପରେ ପ୍ରତିବନ୍ଧ ଓ ନିୟନ୍ତ୍ରଣ) ବିଧି–୨୦୧୧ ର ଧାରା ୨.୩.୪ ଅନୁଯାୟୀ ଜାରି କରାଯାଇଛି।ସାର୍ବଜନୀନ ସ୍ୱାସ୍ଥ୍ୟ ହିତରେ ଏହି ନିଷେଧ ଲାଗୁ କରାଯାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ଯାଣ ବିଭାଗ ନୋଟିଫିକେସନ ନମ୍ବର ୨୦୬୫ , ତାରିଖ ୨୧/୦୧/୨୦୨୬ ଅନୁସାରେ ଏହି ନିଷେଧାଦେଶ ଲାଗୁ କରାଯାଇଛି । ସାଧାରଣ ଲୋକଙ୍କୁ ଏହି ନିଷେଧାଜ୍ଞା ପାଳନ କରି ସ୍ୱସ୍ଥ ଓ ତମାକୁମୁକ୍ତ ଓଡ଼ିଶା ଗଠନରେ ସହଯୋଗ କରିବାକୁ ରାଜ୍ୟ ସରକାର ଆହ୍ୱାନ କରିଛନ୍ତି।
ପ୍ରେମରେ ବିଫଳ ହେବା ପରେ ବାଛିଥିଲେ ଭୁଲ୍ ବାଟ। ମହିଳାଙ୍କ ନାଁରେ ଫେକ୍ ଆଇଡି ଖୋଲି କରିଥିଲେ ପୋଷ୍ଟ। ଅଭିଯୁକ୍ତ ପ୍ରତୀକ ମିଶ୍ରକୁ ବାନ୍ଧିଲା ସିଂହଦ୍ୱାର ଥାନା ପୋଲିସ । ପ୍ରେମରେ ବିଫଳ ହେବା ପରେ ପ୍ରେମିକାକୁ ବଦନାମ କରିବାକୁ କରିଥିଲା ଷଡ଼ଯନ୍ତ୍ର । ସଂପୃକ୍ତ ବ୍ୟକ୍ତି ଜୁଲିରାଣୀ ପଣ୍ଡା ନାମକ ମହିଳାଙ୍କୁ ଏପାଖିଆ ପ୍ରେମ କରୁଥିଲେ। ସେ ରାଜି ନ ହେବାରୁ ତାଙ୍କୁ ପାନେ ଦେବାକୁ ଯୋଜନା କରିଥିଲା ।ମହାପ୍ରଭୁ ଜଗନ୍ନାଥଙ୍କ ଶ୍ରୀମନ୍ଦିରକୁ ବୋମାରେ ଉଡ଼ାଇ ଦେବାକୁ ଧମକ ପୂର୍ଣ୍ଣ ପୋଷ୍ଟ। ସୁଚନା ମୁତାବକ ଗତ ୧୧ ତାରିଖରେ ପ୍ରେମିକା ନାଁରେ ଖୋଲିଥିଲେ ଫେସବୁକ୍ ଆକାଉଣ୍ଟ । ପ୍ରେମିକାର ଫେକ ଆକାଉଣ୍ଟରୁ ପୋଷ୍ଟ କରିଥିଲା ଧମକପୂର୍ଣ୍ଣ ମେସେଜ । ତାଙ୍କ ସିମ ବ୍ୟବହାର କରି ୧୧ ତାରିଖରେ ତାଙ୍କ ନାଁରେ ଆକାଉଣ୍ଟ ଖୋଲିଥିଲା। ଶ୍ରୀମନ୍ଦିର, ଗ୍ରାଣ୍ଡ ସେଣ୍ଟରକୁ ବୋମାରେ ଉଡ଼ାଇ ଦେବାକୁ ଧମକ ଦେଇଥିଲା। ସେହିପରି ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କୁ…
ଅପେକ୍ଷାର ଅନ୍ତ ଘଟିବ। ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା। ତେବେ ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ମହିଳାମାନେ ଏହି ଅର୍ଥ ପାଇବେ ବୋଲି ସୂଚନା ଦେଇଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।ବିଭାଗ ପକ୍ଷରୁ ଏ ସମ୍ବନ୍ଧିତ କାର୍ଯ୍ୟକ୍ରମ ପୂର୍ବାହ୍ନ ସାଢେ ୧୦ଟାରେ OUATର ଶିକ୍ଷା ସଦନରେ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଉପସ୍ଥିତ ରହିବେ । ସେହିଭଳି ଅଭିଯୋଗ ଶୁଣାଣିରେ ୨୪ ହଜାର ୧୬ ଜଣ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରାଯାଇଛି । ହିତାଧିକାରୀଙ୍କ ଖାତାକୁ ଯିବ ୨୫୦କୋଟି ଟଙ୍କାର ସହାୟତା ରାଶି ।









