Author: sanitelevision

ଆଇସିସି ଦିନିକିଆ ବ୍ୟାଟର ରାଙ୍କିଂରେ ଶୀର୍ଷ ସ୍ଥାନରୁ ଖସିଲେ ବିରାଟ କୋହଲି । ଭାରତ ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜି ୧-୨ରେ ହାରିବା ପରେ ରାଙ୍କିଂରେ ଏହି ପରିବର୍ତ୍ତନ ହୋଇଛି । ନ୍ୟୁଜିଲାଣ୍ଡ ବ୍ୟାଟର ଡାରିଲ ମିଚେଲ୍ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ନିକଟରେ ଶେଷ ହୋଇଥିବା ଭାରତ-ନ୍ୟୁଜିଲାଣ୍ଡ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ଶୃଙ୍ଖଳାରେ ୩୪ବର୍ଷୀୟ ମିଚେଲ ଦୁଇଟି ଶତକ ସହ ୩୫୨ ରନ୍‌ କରିଥିଲେ । ଏହି ମ୍ୟାଚ୍‌ ସହ ଶୃଙ୍ଖଳାର ଶ୍ରେଷ୍ଠ ଖେଳାଳି ବିବେଚିତ ‌ହୋଇଥିବା ମିଚେଲ ଦିନିକିଆ କ୍ରିକେଟ୍‌ରେ ଆଉ ଏକ ରେକର୍ଡର ଅଧିକାରୀ ମଧ୍ୟ ହୋଇଛନ୍ତି । ଦିନିକିଆରେ ୯ଶତକ ହାସଲ କରିବାରେ ବିଶ୍ବର ଚତୁର୍ଥ ଦ୍ରୁତତମ ବ୍ୟାଟର୍‌ ହୋଇଛନ୍ତି ସେ । ୫୪ ପାଳିରୁ ୯ଟି ଶତକ ହାସଲ କରି ଦକ୍ଷିଣ ଆଫ୍ରିକାର କ୍ୱିଣ୍ଟନନ୍ଡି’ କକ୍ (୫୩), ହାସିମ ଆମଲା (୫୨) ଏବଂ ପାକିସ୍ତାନର ଇମାମ ଉଲ୍‌ ହକ୍‌ (୪୮)ଙ୍କ ପଛକୁ…

Read More

ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ଅଦାଲତ ତାଙ୍କୁ ଗର୍ଭପାତ ଏବଂ ଭ୍ରୂଣର ଡିଏନଏ (DNA) ପରୀକ୍ଷା ପାଇଁ ଅନୁମତି ପ୍ରଦାନ କରିଛନ୍ତି ।ଏହା ଅଭିଯୁକ୍ତ ବିରୋଧରେ ପ୍ରମାଣ ଭାବେ ବ୍ୟବହୃତ ହେବ ବୋଲି କହିଛନ୍ତି କୋର୍ଟ। ଗର୍ଭଧାରଣ ଅନିଚ୍ଛାକୃତ, ଦୁଷ୍କର୍ମ ମାମଲା ସହ ଜଡ଼ିତ ଦର୍ଶାଇଥିଲେ ପୀଡ଼ିତା। ପୂର୍ବରୁ ରାଉରକେଲା ମହିଳା ଥାନାରେ ଏନେଇ ଅଭିଯୋଗ କରିଥିଲେ। ଏହି ମାମଲାର ଶୁଣାଣି କରି ପୀଡ଼ିତାଙ୍କୁ ତୁରନ୍ତ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।ଶୁଣାଣି ସମୟରେ କୋର୍ଟଙ୍କ ନଜରକୁ ଆସିଥିଲା ଯେ ପୀଡ଼ିତାଙ୍କ ଗର୍ଭାବସ୍ଥା ବର୍ତ୍ତମାନ ପ୍ରାୟ ୨୧ ସପ୍ତାହ ୪ ଦିନରେ ପହଞ୍ଚିଛି ।ମେଡିକାଲ ଟର୍ମିନେସନ ଅଫ ପ୍ରେଗନେନ୍ସି (MTP) ଆକ୍ଟ ଅନୁଯାୟୀ, ଗର୍ଭପାତ ପାଇଁ ଏକ ନିର୍ଦ୍ଦିଷ୍ଟ ସମୟସୀମା ରହିଛି ।ରାଜ୍ୟ ସରକାରଙ୍କ…

Read More

୨୦୩୦-୩୧ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ଅଟଳ ପେନସନ ଯୋଜନା (ଏପିୱାଇ)କୁ ଜାରି ରଖାଯିବ । ଏହି ଯୋଜନାର ପ୍ରଚାରପ୍ରସାର ଓ ବିକାଶମୂଳକ କାର୍ଯ୍ୟକଳାପ ପାଇଁ ପାଣ୍ଠି ସହାୟତାର ସମ୍ପ୍ରସାରଣ କରାଯିବା ସହିତ ନିଅଣ୍ଟ ଭରଣା ଲାଗି ମଧ୍ୟ ପାଣ୍ଠି ଯୋଗାଇ ଦିଆଯିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ଆଜି ଏହି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି।ଏହି ଯୋଜନାରେ କମ୍‌ ଆୟକାରୀ ଏବଂ ଅସଂଗଠିତ କ୍ଷେତ୍ରର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ବୃଦ୍ଧାବସ୍ଥାରେ ଆୟ ସୁରକ୍ଷା ସୁନିଶ୍ଚିତ ହେବ। ଆର୍ଥିକ ଅନ୍ତର୍ଭୂକ୍ତିକରଣକୁ ପ୍ରୋତ୍ସାହନ ମିଳିବା ସହିତ ଭାରତ ଏକ ପେନ୍‌ସନ ଆଧାରିତ ସମାଜ ରୂପେ ପରିଣତ ହୋଇପାରିବ।ଆର୍ଥିକ ଯୋଗଦାନକୁ ଆଧାର କରି ଏପିୱାଇ ୬୦ ବର୍ଷ ବୟସରୁ ପ୍ରତି ମାସରେ ୧୦୦୦ ରୁ ୫୦୦୦ ଟଙ୍କା ପର୍ଯ୍ୟନ୍ତ ଗ୍ୟାରେଣ୍ଟିଯୁକ୍ତ ସର୍ବନିମ୍ନ ପେନସନ ପ୍ରଦାନ କରିଥାଏ।୨୦୨୬ ଜାନୁଆରି ୧୯ ସୁଦ୍ଧା ୮.୬୬ କୋଟିରୁ ଅଧିକ ଉପଭୋକ୍ତା ଏହି ଯୋଜନାରେ…

Read More

ଭଲିବଲ୍ ବଲ୍ ମ୍ୟାଚ୍ ବେଳେ ଭୁସୁଡ଼ି ପଡ଼ିଲା ଷ୍ଟେଜ୍।ଅଳ୍ପକେ ବର୍ତ୍ତିଲେ ଶତାଧିକ ଲୋକ । ଗଞ୍ଜାମ ଜିଲ୍ଲା ପାତ୍ରପୁରରେ ସୀତାରାମ ସେଠୀ ମେମୋରିଆଲ ଭଲିବଲ ଟୁର୍ଣ୍ଣାମେଣ୍ଟ ଫାଇନାଲ ମ୍ୟାଚ ବେଳେ ଅଘଟଣ । ଟେଣ୍ଟ ଖସିପଡ଼ିବାରୁ କିଛି ଜଣ ସାମାନ୍ୟ ଆହତ ହୋଇଛନ୍ତି । ଯାହାର ଦୃଶ୍ୟ କ୍ୟାମେରାରେ କଏଦ ହୋଇଛି । ୪୦ରୁ ୫୦ ଜଣଙ୍କ ପାଇଁ ବସିବା ପାଇଁ ବ୍ୟବସ୍ଥା ଥିଲା। ହେଲେ ସେଠି ଶତାଧିକ ଲୋକେ ଚଢ଼ି ଯାଇଥିଲେ। ଫଳରେ ଷ୍ଟେଜଟେ ଭୁସୁଡ଼ି ପଡ଼ିଥିଲା। ପରେ ସ୍ବାଭାବିକ ଭାବେ ଚାଲିଥିଲା ମ୍ୟାଚ। କାର୍ଯ୍ୟକ୍ରମରେ ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରା, ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ ଓ ପୋଲିସ ବିଭାଗର ବରିଷ୍ଠ ଅଧିକାରୀ ଅତିଥି ଭାବେ ଯୋଗ ଦେଇଥିଲେ ।

Read More

ବଢୁଛି ଚୌଦ୍ବାର ଜେଲ କଳି । ଚୌଦ୍ଵାର ମଣ୍ଡଳ କାରାଗାରରୁ କଏଦୀ ଫେରାର ଘଟଣାକୁ ନେଇ ଥାନାରେ ଦୁଇ ଅଧିକାରୀଙ୍କ ଏତଲା ବିବାଦ ନେଇ ତଦନ୍ତ ଆରମ୍ଭ କରିଛି ପୋଲିସ । ଗଣମାଧ୍ୟମରେ ଖବର ଆସିବା ପରେ ଉଭୟଙ୍କୁ ମଗାଯାଇଛି କାରଣ ଦର୍ଶାଅ ନୋଟିସ । ଘଟଣା ଉପରେ ଗୃହ ବିଭାଗ ଉଦବେଗ ପ୍ରକାଶ କରିବା ସହ ଜେଲ ବିଭାଗକୁ ରିପୋର୍ଟ ମାଗିଛନ୍ତି । ଏପଟେ ଜେଲରୁ କଏଦୀ ଚମ୍ପଟ ସହ ନିଶାଦ୍ରବ୍ୟ ଚାଲାଣ ରୋକିବାକୁ ଲାଗିବ AI କ୍ୟାମେରା । ତତ୍କାଳୀନ ଚୌଦ୍ବାର ଜେଲର ସନ୍ତୋଷିନୀ ଦାସଙ୍କ ବୟାନ ରେକର୍ଡ କରିଛି କମିଶନରେଟ ପୋଲିସ । ବିବାଦୀୟ ଦସ୍ତଖତକୁ ପରୀକ୍ଷା ପାଇଁ ପଠାଯାଇଛି । ଉପରିସ୍ଥ ଅଧିକାରୀଙ୍କୁ ଅବଗତ ନ କରି, ଥାନାକୁ କାହିଁକି ଗଲେ ବୋଲି ପ୍ରଶ୍ନ କଲା ଜେଲ ବିଭାଗ । ତିନି ଦିନ ଭିତରେ ଉତ୍ତର ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ଜେଲରୁ…

Read More

ରାଜଧାନୀରେ ପୁଣି ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ଲକ୍ଷ୍‌ମୀସାଗର ବୃଦ୍ଧ ନଗର ଅଞ୍ଚଳରେ ଯୁବତୀଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ ବାପିନ ସାବତଙ୍କୁ ଗିରଫ କରିଛି ପୋଲିସ । ତେବେ ପୋଲିସ ତଦନ୍ତରୁ ଜଣାପଡିଛି ଯେ ଅଭିଯୁକ୍ତ ଏବଂ ପୀଡିତା ଦୁହେଁ ବୁଦ୍ଧନଗର ଅଞ୍ଚଳରେ ଭଡ଼ାଘରେ ଲିଭ-ଇନରେ ରହୁଥିଲେ । ତାଙ୍କ ବିନା ଇଚ୍ଛାରେ ତାଙ୍କ ସହ ଜୋର ଜବରଦସ୍ତ କରିଥିବା ନେଇ ପୀଡିତା ଲକ୍ଷ୍ମୀସାଗର ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଏହାପରେ ପୋଲିସ ତଦନ୍ତ କରି ଅଭିଯୁକ୍ତଙ୍କୁ ଗିରଫ କରିଛି ।

Read More

ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’ ହଟେଇବାକୁ ସରକାର ନିଷ୍ପତ୍ତି ନେଇଥିବା ମନ୍ତ୍ରୀ କହିଛନ୍ତି।ବର୍ତ୍ତମାନ ଯେତେ ସବୁ ଡିଜେଲ ଚାଳିତ ବସ୍ ରହିଛି ତାକୁ ଧୀରେ ଧୀରେ ସ୍କାର୍ପ କରାଯିବା ସହ ଇଭି ବସ୍ ଆଣାଯିବ ବୋଲି କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ସେହିପରି ମନ୍ତ୍ରୀ ଆହୁରି କହିଛନ୍ତି ଯେ, ଏଣିକି ମହିଳାମାନେ ଆମ ବସ୍ ଚଳାଇବେ। ସେଥିପାଇଁ ପ୍ରଥମ ପର୍ଯ୍ୟାୟରେ ୨୦ ଜଣ ମହିଳାଙ୍କୁ ଟ୍ରେନିଂ ଦିଆଯିବ। ସେମାନେ ସବୁ ହେଭି ଭେଇକିଲ ଚଳାଇବା ପାଇଁ ଲାଇସେନ୍ସପ୍ରାପ୍ତ। ତାଲିମ ନେବା ପରେ ମହିଳାମାନେ ସ୍ୱତନ୍ତ୍ର ବସ୍ ଚଳାଇବେ। ଯାହା ଦ୍ୱାରା ମହିଳା ଯାତ୍ରୀମାନେ ଅଧିକ ସୁରକ୍ଷିତ ମନେ କରିବେ।

Read More

ଶ୍ରୀମନ୍ଦିରକୁ ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ୍ ମାମଲାରେ ଜଣକୁ ଅଟକ ରଖିଛି ପୁଲିସ । ଜୁଲି ରାଣୀ ପଣ୍ଡା ନାମକ ଏକ ଫେସବୁକ ଆଇଡିରେ ଶ୍ରୀମନ୍ଦିର ସମେତ ପୁରୀ ଗ୍ରାଣ୍ଡ ସେଣ୍ଟର ଓ ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କୁ ଧମକପୂର୍ଣ୍ଣ ମେସେଜ୍ ଦିଆଯାଇଥିଲା ।ବୋମା ଧମକ ପରେ ପୁରୀରେ ସ୍ପେଶାଲ କମାଣ୍ଡୋ ମୁତୟନ କରାଯାଇଛି । ବଡ଼ଦାଣ୍ଡ ଏବଂ ସମ୍ବେଦନଶୀଳ ସ୍ଥାନମାନଙ୍କରେ କମାଣ୍ଡୋ ପକ୍ଷରୁ ପଇଁତରା ମରାଯାଉଛି ।ଶ୍ରୀମନ୍ଦିର ବାହାର ଓ ଭିତରେ ବମ୍ ସ୍କ୍ୱାଡ୍ ଦ୍ବାରା ତନତନ କରି ଯାଞ୍ଚ କରାଯାଉଛି। ଶ୍ରୀମନ୍ଦିର ସ୍ବତନ୍ତ୍ର ସୁରକ୍ଷା ବାହିନୀ ଏବଂ ସ୍ବତନ୍ତ୍ର କମାଣ୍ଡୋ ସୁରକ୍ଷା ଦାୟିତ୍ବରେ ରହିଛନ୍ତି। ପୁରୀ ସହରର ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ସ୍ଥାନରେ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ ବୃଦ୍ଧି କରାଯାଇଛି। ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କୁ ଗୁଳିମାଡ ପାଇଁ ସୋସିଆଲ ମିଡିଆରେ ଧମକ ଆସିଥିବାରୁ ସାଂସଦଙ୍କ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯିବା ନେଇ ପଦକ୍ଷେପ ନିଆଯାଇଛି ବୋଲି ଏସପି…

Read More

ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା ଏକ ପୋଖରୀରେ ପଡ଼ିଯାଇଥିଲା। କେପି କଲେଜ ପଛରେ ଏହି ଦୁର୍ଘଟଣା ଘଟିଥିଲା।ସ୍ଥାନୀୟ ଲୋକ ଘଟଣା ବିଷୟରେ ପୋଲିସ ଓ ପ୍ରଶାସନକୁ ସୂଚନା ଦେଇଥିଲେ । ଏହାପରେ ଅଗ୍ନିଶମ ଟିମ ଏବଂ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚିଥିଲା । ସ୍ଥାନୀୟ ଲୋକ ୩ ଜଣଙ୍କୁ ଉଦ୍ଧାର କରିଥିବା ଜଣାପଡିଛି ।

Read More

ଦେଢ ଶହ ଜନସଂଖ୍ୟା ଥିବା ଗାଁକୁ ହେବ ରାସ୍ତା। ୨୦୨୭ ସୁଦ୍ଧା ୭୫ ହଜାରରୁ ଉର୍ଦ୍ଧ୍ଵ ଗ୍ରାମ୍ୟ ରାସ୍ତା ନିର୍ମାଣ କରିବାକୁ ସରକାରଙ୍କ ଲକ୍ଷ୍ୟ।ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ । ମନ୍ତ୍ରୀ କହିଛନ୍ତି ଯେ ଆସନ୍ତା ୩ ମାସରେ ଶତ ପ୍ରତିଶତ ବଜେଟ ଖର୍ଚ୍ଚ କରାଯିବ । ଗ୍ରାମ୍ୟ ଉନ୍ନୟନ ବିଭାଗର ସମୀକ୍ଷା ପରେ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।ସେହିପରି ପଞ୍ଚାୟତ ନିର୍ବାଚନକୁ ନେଇ ମନ୍ତ୍ରୀ କହିଛନ୍ତି ଯେ, ନିର୍ଦ୍ଧାରିତ ସମୟରେ ନିର୍ବାଚନ ହେବ। ଏଥିପାଇଁ ରାଜ୍ୟ ସରକାର ପ୍ରସ୍ତୁତ। ଜନଗଣନା ଶେଷ ପରେ ଚୂଡ଼ାନ୍ତ ତଥ୍ୟ ପ୍ରଦାନ କରାଯିବ। ପଞ୍ଚାୟତ ପୁନଃଗଠନ ଆବଶ୍ୟକ ଅଛି, ଏବେ ସ୍ଥଗିତ ରହିଛି। ଜନଗଣନା ସରିବା ପରେ ପୁନଃଗଠନ ପ୍ରକ୍ରିୟା ଆରମ୍ଭ ହେବ।

Read More