ରାଜ୍ୟ ସରକାର ୮୦୦ ଅବସରପ୍ରାପ୍ତ ପୁଲିସଙ୍କୁ ପୁନଃନିଯୁକ୍ତି ଦେବେ। ଅବସରପ୍ରାପ୍ତ ଏଏସ୍ଆଇ/ଏସ୍ଆଇ/ଇନ୍ସିପେକ୍ଟରଙ୍କୁ ଏହି ନିଯୁକ୍ତି ମିଳିବ । ସେମାନେ ସ୍ପେସାଲ୍ ପୁଲିସ ଅଫିସର୍(ଏସ୍ପିଓ) ଭାବେ କାର୍ଯ୍ୟ କରିବେ । ସରକାର ଏହି ପ୍ରସ୍ତାବକୁ ମଞ୍ଜୁର କରିଥିବା ନେଇ ଆଜି ଗୃହ ବିଭାଗ ପକ୍ଷରୁ ପୁଲିସ ଡିଜିଙ୍କୁ ଅବଗତ କରାଯାଇଛି । ଏହି ଚିଠିରେ ଦର୍ଶାଯାଇଛି, ଯେଉଁ ଅବସରପ୍ରାପ୍ତ ପୁଲିସ ଅଧିକାରୀଙ୍କୁ ନିଯୁକ୍ତି ଦିଆଯିବ, ସେମାନଙ୍କ ବୟସ ୬୫ ବର୍ଷରୁ କମ୍ ହୋଇଥିବ । ସେମାନଙ୍କ ସିସିଆର୍ ବେଶ୍ ଭଲ ଥିବ । ଏହି ଅଧିକାରୀମାନେ ନିଜ ସରକାରୀ କ୍ୱାର୍ଟର୍ସ ପୂର୍ବରୁ ଖାଲି କରି ସାରିଥିବା ଆବଶ୍ୟକ । ଏହି ଅବସରପ୍ରାପ୍ତ ଅଧିକାରୀଙ୍କ ବିରୋଧରେ ଚାକିରି କାଳରେ କୌଣସି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ହୋଇନଥିବ । ଏହି ଅଧିକାରୀଙ୍କୁ ନିଯୁକ୍ତ କରିବା ନେଇ ପୁଲିସ ମହାନିର୍ଦ୍ଦେଶକ ଏକ ଚୟନ କମିଟି ଗଠନ କରିବେ । ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନେଇ ସାଧାରଣ…
Author: sanitelevision
ଆଗାମୀ ଦିନରେ ଲୋକେ ଯେପରି ରାଜସ୍ବ ସେବା ପାଇବାରେ କୌଣସି ସମସ୍ୟା ନ ଉପୁଜିବ ତାକୁ ନେଇ ରାଜସ୍ବ ବିଭାଗ ପକ୍ଷରୁ ନୂତନ ନିୟମ ଲାଗୁ କରାଯିବ। ଲୋକସେବା ଭବନରେ ସୋମବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ମନ୍ତ୍ରୀ କହିଛନ୍ତି, ଓଡ଼ିଶା ସରକାରୀ ଭୂ-ପରିଚାଳନା ଆଇନରେ କେତେକ ସଂସ୍କାର ଅଣାଯିବାପାଇଁ ବିଭାଗ ପକ୍ଷରୁ କେତେକ ଦିଗ ଉପରେ ବିସ୍ତୃତ ଆଲୋଚନା ହୋଇଛି। ଏହାକୁ ନେଇ ଖୁବ୍ଶୀଘ୍ର ଏକ ଡ୍ରାଫ୍ଟ ପ୍ରସ୍ତୁତ କରାଯିବ ଏବଂ ଏହାକୁ ପରବର୍ତ୍ତୀ ପର୍ଯ୍ୟାୟରେ କ୍ୟାବିନେଟ୍ରେ ଅଣାଯିବ।ଆଗାମୀ ଦିନରେ ଲୋକେ ଯେପରି ରାଜସ୍ବ ସେବା ପାଇବାରେ କୌଣସି ସମସ୍ୟା ନ ଉପୁଜିବ ତାକୁ ନେଇ ରାଜସ୍ବ ବିଭାଗ ପକ୍ଷରୁ ତହସିଲଦାର ବାବୁମାନଙ୍କ ଦକ୍ଷତା ମପାଯିବ। କେଉଁ ତହସିଲଦାର କେଉଁସବୁ ମାମଲାକୁ ତ୍ୱରିତ ସମାଧାନ କରୁଛନ୍ତି ଏବଂ ତାହା ମଧ୍ୟରେ କେତେସବୁ ଗୁଣାତ୍ମକ ସେବା ରହିଛି ତାକୁ…
ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ନିତିନ ନବୀନ । ପ୍ରାୟ ମାସେ ଧରି ଦଳର କାର୍ଯ୍ୟକାରୀ ସଭାପତି ରହିବା ପରେ, ଆଜିଠୁ ବିଧିବଦ୍ଧ ଭାବେ ରାଷ୍ଟ୍ରୀୟ ଅଧ୍ୟକ୍ଷ ବନିବେ । ନୀତିନ ନବୀନ ୪୫ ବର୍ଷ ବୟସରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦ ଗ୍ରହଣ କରିବେ। ପୂର୍ବରୁ, ଅମିତ ଶାହା ୪୯ ବର୍ଷ ବୟସରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ହୋଇଥିଲେ। ଗତକାଲି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ନାମାଙ୍କନ ପାଇଁ ଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟରେ ଦେଖିବାକୁ ମିଳିଥିଲା ନେତାଙ୍କ ଭିଡ଼। ବରିଷ୍ଠ ନେତାମାନଙ୍କ ଗହଣରେ ଯାଇ ନିତିନ ନବୀନ ନାମାଙ୍କନପତ୍ର ଦାଖଲ କରିଥିଲେ। ତାଙ୍କ ପ୍ରାର୍ଥିତ୍ବକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା, ନିତିନ ଗଡ଼କରୀ ପ୍ରମୁଖ ବରିଷ୍ଠ ନେତା ସମର୍ଥନ କରିଥିଲେ ।ଆଜି ବିଜେପି ରାଷ୍ଟ୍ରୀୟ ସଭାପତି ଭାବେ ତାଙ୍କ ନାଁ ଘୋଷଣା କରାଯିବ। ବେଶ୍ କିଛିଦିନ ଧରି ବିଜେପିର…
ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି । ରାଜଧାନୀ ଭୁବନେଶ୍ୱରରେ ରାତିର ତାପମାତ୍ରା ୩୦ ଡିଗ୍ରୀ ସେଲସିୟସରେ ପହଞ୍ଚିଛି । ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଯେ ଆଗାମୀ କିଛି ଦିନ ମଧ୍ୟରେ ପାରଦ ପ୍ରାୟ ୫ ଡିଗ୍ରୀ ବୃଦ୍ଧି ପାଇବ । ଏହା ଯୋଗୁଁ ଥଣ୍ଡାର ପ୍ରଭାବ ହ୍ରାସ ପାଇବ ବୋଲି ଆଶା କରାଯାଉଛି । ସୂର୍ଯ୍ୟଙ୍କ ଉତ୍ତର ଦିଗକୁ ଗତି ଆରମ୍ଭ ହେବା ପରଠାରୁ ଏହା ରାତିର ତାପମାତ୍ରାରେ ପ୍ରଥମ ବୃଦ୍ଧି । ପଶ୍ଚିମା ପବନ ରାଜ୍ୟର ଉତ୍ତର-ପଶ୍ଚିମ ଅଞ୍ଚଳକୁ ପ୍ରଭାବିତ କରିବ ବୋଲି ଆଶା କରାଯାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୩୦° ସେଲସିୟସ, ନବରଙ୍ଗପୁରରେ ୩୦.୮° ସେଲସିୟସ, ଟିଟିଲାଗଡ଼ରେ ୩୦.୫° ସେଲସିୟସ ଏବଂ ଭବାନୀପାଟଣାରେ ୩୦.୫° ସେଲସିୟସ ରେକର୍ଡ କରାଯାଇଛି।
ଭଦ୍ରକ ଜିଲ୍ଲାରେ ଦେଖିବାକୁ ମିଳିଲା ଲଜ୍ଜାଜନକ ଘଟଣା । ନବଜାତ ଶିଶୁକନ୍ୟାକୁ ବାଥରୁମରେ ଫୋପାଡ଼ି ଚାଲିଗଲା ରାକ୍ଷସୀ ମା ।ଫଳରେ ନବଜାତ ଶିଶୁର ମୃତ୍ୟୁ ହୋଇଯାଇଛି । ଖବର ପାଇ ପୋଲିସ ଚିକିତ୍ସାଳୟରେ ପହଞ୍ଚି ନବଜାତ ଶିଶୁକନ୍ୟାର ମୃତଦେହକୁ ଉଦ୍ଧାର କରିଛି ।ସୂଚନାଯୋଗ୍ୟ ଯେ, ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ମହିଳା ବିଭାଗର ଜରାରୋଗୀ ୱାର୍ଡର ଟଏଲେଟ୍ରେ ନବଜାତ ଶିଶୁ କନ୍ୟାଟି ପଡ଼ିଥିବା ଦେଖିବାକୁ ମିଳିଥିଲା । କେହି ଜଣେ ମହିଳା ଟଏଲେଟ୍ରେ ଶିଶୁ କନ୍ୟାଟିକୁ ଜନ୍ମକରି ଛାଡ଼ି ପଳାଇଥିବା ଜଣାପଡିଥିଲା । ଅନ୍ୟ ରୋଗୀଙ୍କ ସମ୍ପର୍କୀୟ ଟଏଲେଟ୍ ଯାଇଥିବା ବେଳେ ନବଜାତ ଶିଶୁ କନ୍ୟାଟିକୁ ଦେଖି ମେଡିକାଲ କର୍ମଚାରୀଙ୍କୁ ଅବଗତ କରିଥିଲେ । ପରେ ଏହି ଶିଶୁ କନ୍ୟାଟିର ମୃତ୍ୟୁ ହୋଇଥିବା ଜଣାପଡିଛି । ଏହା ସହ ମାଆକୁ ଖୋଜିବା ପାଇଁ ଅଭିଯାନ ଆରମ୍ଭ କରିଛି ।
ଚଳିତବର୍ଷ ଭିତରକନିକା ଜାତୀୟ ଉଦ୍ୟାନ ଓ ରାଜନଗର ବନଖଣ୍ଡରେ କୁମ୍ଭୀର ଗଣନା ଶେଷ ହୋଇଛି। ବନଖଣ୍ଡ ଅଧିକାରୀ ଭରଦରାଜ ଗାଓଁକର ଏନେଇ ସୂଚନା ଦେଇଛନ୍ତି । ସୂଚନା ଅନୁସାରେ ଭିତରକନିକାରେ ଚଳିତ ବର୍ଷ ୧୮୫୮ ଟି କୁମ୍ଭୀର ଥିବା ଜଣାପଡିଛି । ୨ ଫୁଟରୁ ଆରମ୍ଭ କରି ୮ ଫୁଟରୁ ଅଧିକ ପର୍ଯ୍ୟନ୍ତ କୁମ୍ଭୀରର ଗଣନା କରାଯାଇଥିଲା। ୨୦୨୫ ମସିହାରେ ୧୮୨୬ଟି କୁମ୍ଭୀର ଥିବା ବେଳେ ଚଳିତ ବର୍ଷ ମାତ୍ର ୩୨ଟି କୁମ୍ଭୀର ଅଧିକ ଥିବା ଜଣାପଡିଛି ।ଗତ ଜାନୁଆରୀ ୮ ତାରିଖରୁ ଆରମ୍ଭ ହୋଇ ୧୨ ତାରିଖ ପର୍ୟ୍ୟନ୍ତ ଏହି ଗଣନା କରାଯାଇଥିଲା । ତେବେ ଭିତରକନିକାର ଲୁଣା ଓ ମିଠା ମିଶା ପାଣି ଏହି କୁମ୍ଭୀରମାନଙ୍କ ରହିବା ପାଇଁ ଉପଯୁକ୍ତ। ତାଛଡ଼ା ଭିତରକନିକା ଅଭୟାରଣ୍ୟ ଏକ ନିସିଦ୍ଧାଞ୍ଚଳ ହୋଇଥିବାରୁ ଏଠାରେ ଶିକାର କରିବା ଏବଂ ମାଛଧରିବା ଉପରେ କଟକଣା ରହିଛି। ଫଳରେ ମାଛ କଙ୍କଡ଼ାମାନଙ୍କର ବଂଶ ବୃଦ୍ଧି ହୋଇଥାଏ।ଭିତରକନିକାର…
ଖଣ୍ଡଗିରି ଯାତ୍ରାରେ ଧାର୍ଯ୍ୟ ଦରରୁ ଅଧିକ ପାର୍କିଂ ଫି ଆଦାୟ କଲେ ବିଏମ୍ସି ଛାଟ ବାଜିବ । ଖଣ୍ଡଗିରି ମେଳା ପାଇଁ ବିଏମ୍ସି ପକ୍ଷରୁ ଏଥର ୫ଟି ସ୍ଥାନରେ ପାର୍କିଂ ପାଇଁ ସ୍ଥାନ ଚିହ୍ନଟ କରାଯାଇଛି । ରସୁଲଗଡ଼ ପଟୁ ଆସୁଥିବା ଗାଡ଼ି ଗୁଡ଼ିକ ପ୍ରାଚୀ ହୋଟେଲରୁ ଥାନା ପର୍ଯ୍ୟନ୍ତ ପାର୍କିଂ କରିବେ । ସେହିପରି ଖୋର୍ଦ୍ଧା ତମାଣ୍ଡୋ ପଟୁ ଆସୁଥିବା ଗାଡ଼ି ଏନ୍ଏଚ୍ କିମ୍ବା ଖାରବେଳ ପାର୍କିଂରେ ଗାଡ଼ି ରଖିବେ । ସହର ଭିତରୁ ଆସୁଥିବା ଲୋକେ ଜାଗମରାରେ ଗାଡ଼ି ପାର୍କିଂ କରିବାକୁ ଜାଗା ଚିହ୍ନଟ କରାଯାଇଛି । କିନ୍ତୁ ଏଏସ୍ଆଇ ପାର୍କିଂରେ ଲୋକେ ମାଗଣାରେ ଗାଡ଼ି ରଖିପାରିବେ । ପାର୍କିଂ ପାଇଁ ବିଏମ୍ସି ପକ୍ଷରୁ ଦର ଧାର୍ଯ୍ୟ କରାଯାଇଛି । ବାଇକ୍ ଘଣ୍ଟା ପ୍ରତି ୧୦ ଟଙ୍କା ଦେବେ । ଯଦି ଘଣ୍ଟାଏରୁ ଅଧିକ ରହିବ ଦୁଇଗୁଣା ଅର୍ଥାତ ୨୦ ଟଙ୍କା ଦେବାକୁ ପଡ଼ିବ ।ସେହିପରି କାର ପ୍ରଥମ…
ଦୁଇ ଶିକ୍ଷୟିତ୍ରୀ ନିଲମ୍ବିତ । ସମ୍ୱଲପୁର ଜିଲ୍ଲା ବୁର୍ଲା କିର୍ବା ଉଚ୍ଚ ପ୍ରାଥମିକ ସ୍କୁଲରେ ଦୁଇ ଶିକ୍ଷୟିତ୍ରୀ ମଧ୍ଯରେ ଗଣ୍ଡଗୋଳ ଘଟଣାରେ ଦୁଇ ଶିକ୍ଷୟିତ୍ରୀ ନିଲମ୍ବିତ l ଶିକ୍ଷୟିତ୍ରୀ ଦୁଇ ଜଣ ହେଲେ କସ୍ତୁରୀ ଜେନା ଓ ଶର୍ମିଷ୍ଠା ପଲେଇ l ସୂଚନାଯାଗ୍ୟ, ଗତ ୧୫ ତାରିଖରେ ପାଇଖାନା ସଫେଇ କାର୍ଯ୍ୟକୁ ନେଇ ହୋଇଥିଲା ମାଡଗୋଳ । ପରବର୍ତ୍ତି ସମୟରେ ଏହା ଉଗ୍ରରୂପ ନେଇଥିଲା ଏବଂ ଉଭୟ ଲହୁଲୁହାଣ ହୋଇଥିଲେ । ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ସମ୍ମୁଖରେ ଶିକ୍ଷୟିତ୍ରୀ ଦ୍ବୟଙ୍କ ଏଭଳି ମାଡ଼ପିଟକୁ ବିଭିନ୍ନ ମହଲରେ ତୀବ୍ର ସମାଲୋଚନା କରାଯାଇଛି। ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଆକର୍ଷଣ କରି ସ୍ଥାନୀୟ ବାସିନ୍ଦା ଧନକଉଡ଼ା ବିଇଓଙ୍କ ନିକଟେ ମଧ୍ଯ ଉଭୟ ଶିକ୍ଷୟିତ୍ରୀଙ୍କବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଥିଲେ । ଏହାପରେ ଆଜି କାର୍ଯ୍ୟାନୁଷ୍ଠାନ ନିଆଯାଇଛି ।
ଖୁବ୍ଶୀଘ୍ର ମେଟ୍ରୋ ରେଳ ପ୍ରକଳ୍ପ ନୂତନ ରୂପରେ ଆସିବ ବୋଲି ନଗର ଉନ୍ନୟନ ବିଭାଗ ପକ୍ଷରୁ ଜଣାପଡ଼ିଛି।ବିଭାଗ ପକ୍ଷରୁ ପ୍ରସ୍ତୁତ ହେଉଥିବା ‘ଡିପିଆର୍’କୁ ନେଇ ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି, ପୂର୍ବରୁ ଏହା କେବଳ ଭୁବନେଶ୍ୱର-କଟକ-ପୁରୀ ମଧ୍ୟରେ ଗଡ଼ିବ ବୋଲି ପ୍ରସ୍ତାବ ରହିଥିଲା। ପୂର୍ବ ସରକାର ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଯେଉଁ ‘ଡିପିଆର୍’ ପ୍ରସ୍ତୁତ କରିଥିଲେ ସେଥିରେ ବହୁତ କିଛି ପରିବର୍ତ୍ତନ କରାଯିବ। ଏହାକୁ ଭୁବନେଶ୍ୱର-କଟକ-ପୁରୀ-ପାରାଦୀପକୁ ଯୋଡ଼ିବା ପାଇଁ ସରକାରୀସ୍ତରରେ ଏକପ୍ରକାର ନିଷ୍ପତ୍ତି ହୋଇଛି। ଆସନ୍ତା ୨୨ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଉଚ୍ଚସ୍ତରୀୟ ବୈଠକରେ ଏସମ୍ପର୍କରେ ପୂର୍ଣ୍ଣାଙ୍ଗ ରୂପରେଖ ଜଣାପଡ଼ିବ। ରାଜ୍ୟ ସରକାରଙ୍କ ଭିଜନ-୨୦୩୬ ଓ ୨୦୪୭କୁ ଦୃଷ୍ଟିରେ ରଖି ମେଟ୍ରୋ ରେଳପ୍ରକଳ୍ପକୁ ଏହିସବୁ ଅଞ୍ଚଳକୁ ପ୍ରସାରଣ କରିବା ପାଇଁ ଲକ୍ଷ୍ୟ ରହିଛି। ଏହାସହିତ କେନ୍ଦ୍ର ସରକାରଙ୍କ ସହିତ ମିଶି ପ୍ରକଳ୍ପକୁ କାର୍ଯ୍ୟକାରୀ କରାଯିବାକୁ ରହିଛି, ଯାହାଫଳରେ ରାଜ୍ୟ ଉପରେ ଏତେବଡ଼…
‘ଆୟୁଷ୍ମାନ’ ଯୋଜନା ସମସ୍ୟାର ସମାଧାନ ଆସନ୍ତା ୩ ଦିନରେ ହେବ । ଏନେଇ ଆୟୁଷ୍ମାନ ଚିନ୍ତନ ଶିବିରରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି ।ସେ କହିଛନ୍ତି, ଯେଉଁ ହିତାଧିକାରୀଙ୍କର କାର୍ଡ ହୋଇନାହିଁ, ସେମାନେ ଆବେଦନ କରିପାରିବେ। ଡିଜିଟାଲ ମାଧ୍ୟମରେ ତଥ୍ୟ ଦେଖିପାରିବେ ଓ ଆବେଦନ ସ୍ଥିତି ଜାଣିପାରିବେ। ଆଗାମୀ ଦିନରେ ଆୟୁଷ୍ମାନ ଭାରତର ସମସ୍ତ ଡାଟା ଓଡ଼ିଆରେ ଉପଲବ୍ଧ ହେବ। ସାଧାରଣ ଲୋକଙ୍କୁ ଯୋଜନା ବୁଝିବା ଓ ସୁବିଧା ନେବା ଅଧିକ ସହଜ ହେବ । ଆୟୁଷ୍ମାନ ଯୋଜନାରେ ସୁବିଧା ପାଇଁ ୩ଟି ଏମଓୟୁ ସ୍ୱାକ୍ଷରିତ ହୋଇଛି । ସୂଚନାମୁତାବକ ଆୟୁଷ୍ମାନ ଭାରତ ପ୍ରଧାନ ମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏବି ପିଏମ-ଜୟ) ହେଉଛି ସରକାରଙ୍କ ଫ୍ଲାଗସିପ୍ ସ୍ୱାସ୍ଥ୍ୟ ବୀମା ପଲିସି, ଯାହା ସେପ୍ଟେମ୍ବର ୨୦୧୮ ରେ ଆରମ୍ଭ କରାଯାଇଥିଲା । ଆର୍ଥିକ ଦୁର୍ବଳ ଥିବା ଲୋକଙ୍କୁ ଆର୍ଥିକ ନିରାପତ୍ତା ଏବଂ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସେବା ଯୋଗାଇବା ଏହି ଯୋଜନାର…









