Author: sanitelevision

ପୁଲିସ ଏସଆଇ ପରୀକ୍ଷା ସ୍କାମ । ସିଲିକନ୍ ଟେକ୍ ଲ୍ୟାବ ପ୍ରାଇଭେଟ ଲିମିଟେଡ୍‌ ଏସଟିଏଲକୁ ପୂର୍ବରୁ କ୍ଲିନ୍ ଚିଟ୍ ଦେଇଥିଲା କ୍ରାଇମବ୍ରାଞ୍ଚ । କ୍ରାଇମବ୍ରାଞ୍ଚ କ୍ୟାରେକ୍ଟର ସାର୍ଟିଫିକେଟ ପାଇବା ପରେ ପୁଲିସ ଏସ୍‌ଆଇ ପରୀକ୍ଷା ପରିଚାଳନା କରିଥିଲା ସିଲିକନ୍ ଟେକ୍ ତଥା ଏସଟିଏଲ । ଏପରିକି କମ୍ପାନିର ମୁଖ୍ୟ ସୁରେଶ ନାୟକଙ୍କୁ ମଧ୍ୟ କ୍ଲିନଚିଟ୍‌ ଦେଇଥିଲା କ୍ରାଇମବ୍ରାଞ୍ଚ । ଏପରିକି ଏ ଚିଠି ଦର୍ଶାଉଛି ସିଲିକନ୍ ଟେକ୍ ଲ୍ୟାବ ପୂର୍ବରୁ ଜେଲ ୱାର୍ଡର ଓ ହାଇକୋର୍ଟ ଏଏସଓ ପରୀକ୍ଷା ପରିଚାଳନା କରିଥିଲା ।ସିବିଆଇ ଚାର୍ଜସିଟ୍ କହୁଛି ୨୦୨୫ ମାର୍ଚ୍ଚ ମାସରୁ ପୋଲିସ ଏସଆଇ ପରୀକ୍ଷା ଜାଲିଆତି ପାଇଁ ସମସ୍ତ ପ୍ରସ୍ତୁତି ସହ ଆଶାୟୀ ପରୀକ୍ଷାର୍ଥୀଙ୍କ ଠାରୁ ୨୫ ଲକ୍ଷ ଟଙ୍କା ଆଦାୟ ହୋଇ ସାରିଥିଲା। ହେଲେ ଏତେ ପରେ ବି ଗତ ୨୦୨୫ ଅଗଷ୍ଟ ୪ତାରିଖରେ ହିଁ ସିଲିକନ୍ ଟେକ୍ ଲ୍ୟାବକୁ କ୍ଲିନଚିଟ୍ ଦେଇଥିଲା କ୍ରାଇମବ୍ରାଞ୍ଚ ।

Read More

ସମ୍ବଲପୁରବାସୀଙ୍କ ଗମନାଗମନକୁ ସୁଗମ ଏବଂ ସୁବ୍ୟବସ୍ଥିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୨୫ଟି ନୂଆ ଇ-ବସ୍‌ର ଶୁଭାରମ୍ଭ କରିବା ସହିତ ଚଳିତ ମାସ ଶେଷ ସୁଦ୍ଧା ଆଉ ୨୫ଟି ଇ-ବସ୍‌ର ବ୍ୟବସ୍ଥା କରାଯିବ ବୋଲି ଘୋଷଣା କରିଛନ୍ତି।ସମ୍ବଲପୁରକୁ ଦୁଇ ଦିନିଆ ଗସ୍ତରେ ଯାଇଥିବା ବେଳେ ମୁଖ୍ୟମନ୍ତ୍ରୀ ଆଜି ଏହି ଇ-ବସ ସେବାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଗଣମାଧ୍ୟମକୁ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ବସ ଗୁଡିକର ପରିଚାଳନାକୁ ସୁବ୍ୟବସ୍ଥିତ କରିବା ପାଇଁ ଅଇଁଠାପାଲି ଠାରେ କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନସପୋର୍ଟ ବା CRUT ର ଅତ୍ୟାଧୁନିକ ବସ୍ ଟର୍ମିନାଲ ମଧ୍ୟ ଆଜି ଉଦ୍‌ଘାଟନ କରାଯାଇଛି। ଏଥିସହିତ ଆଗାମୀ ୧୦ ବର୍ଷ ପର୍ଯ୍ୟନ୍ତ ଟର୍ମିନାଲ ଏବଂ ବସ ଗୁଡିକର ରକ୍ଷଣାବେକ୍ଷଣ ପାଇଁ ୨୩୮ କୋଟି ୧୪ ଲକ୍ଷ ଟଙ୍କାର ବ୍ୟବସ୍ଥା କରାଯାଇଛି। ଏହି ବସ୍ ବ୍ୟବସ୍ଥା ଦ୍ବାରା ସମ୍ବଲପୁର ବାସୀଙ୍କ ଯାତାୟାତ ବ୍ୟବସ୍ଥା ସୁଦୃଢ…

Read More

ଶନିବାର ଭୁବନେଶ୍ୱରରୁ ରାଉରକେଲା ଆସୁଥିବା ବିମାନ vtkss ଜଳଦା କଂସର ପଡ଼ିଆରେ ଅପରାହ୍ନ ୧.୪୦ ମିନିଟ୍‌ରେ ଜରୁରୀ ଅବତରଣ କରିଛି। ସେଥିରେ ମୃତାହତର କୌଣସି ସୂଚନା ମିଳିନାହିଁ। କିନ୍ତୁ ଦୁର୍ଘଟଣାର ୬ ଜଣ ଆହତ ହୋଇଥିବା କହିଲେ ପରିବହନ ମନ୍ତ୍ରୀ । ୯ ସିଟର ବିମାନ ରାଉରେକଲାରୁ ଭୁବନେଶ୍ବର ଆସିଥିଲା । ୧୦ କିମି ଉଡାଣ ପରେ ଦୁର୍ଘଟଣା ହୋଇଥିବା କହିଲେ ମନ୍ତ୍ରୀ । ଭୁବନେଶ୍ବରରୁ ରାଉରକେଲା ଆସୁଥିଲା ଯାତ୍ରୀବାହୀ ବିମାନ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଦୁର୍ଘଟଣା ହୋଇଥିବା ସୂଚନା । ବିମାନରେ ଥିବା ଯାତ୍ରୀମାନେ ସୁରକ୍ଷିତ ଅଛନ୍ତି । ୪ ଯାତ୍ରୀ ଓ ୨ କ୍ରିଉ ମେମ୍ବର ଆହତ ହୋଇଥିବା ସୂଚନା ମିଳିଛି ।

Read More

ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଆଗରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପ୍ରେମିକ ବିବାହ କରିବା ପାଇଁ ରାଜି ନ ହେବାରୁ ପ୍ରେମିକା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି ।ଫତେଗଡ଼ ଥାନା ଆଗରେ ଯୁବତୀ ଜଣକ ପୋକମରା ଔଷଧ ପିଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ପ୍ରେମିକର ବାପା ଏବଂ ଫତେଗଡ଼ ଥାନା ପୁଲିସ ଯୁବତୀଙ୍କୁ ଅଟକାଇ ଥିଲେ। ଚୁକ୍ତି ଅନୁଯାୟୀ ଦୁହେଁ ପ୍ରେମିକ ଏବଂ ପ୍ରେମିକାଙ୍କର ଆଜି କୋର୍ଟରେ ମ୍ୟାରେଜ୍ କରିବା ପାଇଁ ଆବେଦନ କରିବା ସହ ମନ୍ଦିର ବିବାହ ହୋଇଥାନ୍ତା। ଏଥିପାଇଁ ପ୍ରେମିକା ଶଙ୍ଖା ସିନ୍ଦୂର ଫୁଲ ମାଳା ସହ ନୂଆ ଶାଢ଼ୀ ନୂଆ କିଣିକି ଆଣିଥିବା କହିଛନ୍ତି । କିନ୍ତୁ ବିବାହ କରିବା ପାଇଁ ପ୍ରେମିକ ଶିବ ନାରାୟଣ ପଣ୍ଡା ରାଜି ନହେବାରୁ ପ୍ରେମିକା ବିଷ ପିଇ ଆତ୍ମହତ୍ୟା ପାଇଁ ଉଦ୍ୟମ କରିଥିଲେ। ସୂଚନାମୁତାବକ ଶିବ ନାରାୟଣ ଭୁବନେଶ୍ବର କ୍ୟାଟେରିଂ…

Read More

ମହାକାଶ ବିଜ୍ଞାନ ପ୍ରେମୀଙ୍କ ପାଇଁ ଏକ ବିରଳ ତଥା ଚିତ୍ତାକର୍ଷକ ଖବର । ଆଜିଠାରୁ ଆକାଶରେ ସୌର୍ଯ୍ୟମଣ୍ଡଳର ସବୁଠାରୁ ବୃହତ୍ତମ ଗ୍ରହ ‘ବୃହସ୍ପତି’ ଅଧିକ ଉଜ୍ଜ୍ବଳ ଓ ବଡ଼ ଦେଖାଯିବ ।ବୃହସ୍ପତିକୁ ଚିହ୍ନଟ କରିବା ଅତ୍ୟନ୍ତ ସହଜ। ତାରାପରି ବୃହସ୍ପତି ଝିଲ୍‌ମିଲ୍‌ କରେ ନାହିଁ, ବରଂ ଏକ ସ୍ଥିର, ଉଜ୍ଜ୍ୱଳ ହଳଦିଆ-ଧଳା ଆଲୋକ ବିନ୍ଦୁ ଭାବେ ଦେଖାଯାଏ। ଶନିବାରଠାରୁ ସୂର୍ଯ୍ୟାସ୍ତ ପରେ ପୂର୍ବ ଆକାଶରେ ଏହାକୁ ଦେଖିବାକୁ ମିଳିବ। ରାତି ବଢ଼ିବା ସହିତ ବୃହସ୍ପତି ଉପରକୁ ଗତି କରି ମଧ୍ୟରାତ୍ରି ବେଳକୁ ମୁଣ୍ଡ ଉପରେ ଆକାଶର ସବୁଠାରୁ ଉଜ୍ଜ୍ୱଳ ବସ୍ତୁ ହେବ। ବୃହସ୍ପତିକୁ ଦେଖିବା ପାଇଁ କୌଣସି ଦୂରବୀକ୍ଷଣ ଆବଶ୍ୟକ ନାହିଁ। ତଥାପି ଏକ ଛୋଟ ଦୂରବୀକ୍ଷଣ ବା ବଡ ବାଇନାକୁଲାରରେ ଏହାର ଚାରିଟି ବୃହତ୍‌ ଚନ୍ଦ୍ର – ଆୟୋ, ୟୁରୋପା, ଗାନିମିଡ ଏବଂ କାଲିଷ୍ଟୋ ଦେଖାଯାଇପାରିବ। ବୃହସ୍ପତି ପୃଥିବୀ କକ୍ଷପଥ ବାହାରେ ସୂର୍ଯ୍ୟଠାରୁ ପ୍ରାୟ ୭୮ କୋଟି କି.ମି. ଓ…

Read More

ସ୍କୁଲ ଓ ଗଣଶିକ୍ଷା ବିଭାଗ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଛାତ୍ରୀଛାତ୍ର ବିଦ୍ୟାଳୟକୁ ନିୟମିତ ନ ଗଲେ ଘରକୁ ଯିବେ ସ୍କୁଲ କର୍ତ୍ତୃପକ୍ଷ। କାହିଁକି ପିଲା ଅନୁପସ୍ଥିତ ଅଛନ୍ତି ବୁଝିବେ ସ୍କୁଲ କର୍ତ୍ତୃପକ୍ଷ । ଏନେଇ ସମସ୍ତ ଡିଇଓ ଓ ବିଇଓଙ୍କୁ ଚିଠି ଲେଖିଲେ ସ୍କୁଲ ଓ ଗଣଶିକ୍ଷା ବିଭାଗ ।ସୂଚନାଯୋଗ୍ୟ ଯେ, ଗତ କିଛି ମାସ ତଳେ ରାଜ୍ୟରେ ଡ୍ରପ୍‌ଆଉଟ୍‌ ପିଲାଙ୍କ ସଂଖ୍ୟା ବଢୁଥିବା ନେଇ ଏକ ଚିନ୍ତାଜନକ ରିପୋର୍ଟ ସାମ୍ନାକୁ ଆସିଥିଲା । ଅନେକ ସ୍ଥଳରେ ପିଲାମାନେ ପଢ଼ିବାକୁ ଅନିଚ୍ଛା ପ୍ରକାଶ କରି ପାଠ ଛାଡୁଥିବା ଏହି ରିପୋର୍ଟରେ ଦର୍ଶାଯାଇଥିଲା । ଏହି ସମସ୍ୟାର ସମାଧାନ ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀ (ଊଋଙ) ଏବଂ ବ୍ଲକ୍ ଶିକ୍ଷାଧିକାରୀ (ଈଋଙ)ଙ୍କୁ ବିଧିବଦ୍ଧ ଭାବେ ଚିଠି ଲେଖି ନିର୍ଦ୍ଦେଶ ଦିଆଯାଇଛି। ସରକାରଙ୍କ ଏହି ପ୍ରୟାସ ଦ୍ୱାରା ଶିକ୍ଷକ ଓ ଅଭିଭାବକଙ୍କ ମଧ୍ୟରେ ସମନ୍ୱୟ ରକ୍ଷା ହେବ ଏବଂ…

Read More

ଭେନେଜୁଏଲା ଉପରେ ଆକ୍ରମଣ ପରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସେହି ଦେଶର ତେଲ ବିକ୍ରୟ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଟ୍ରମ୍ପ ପ୍ରଶାସନ ସ୍ପଷ୍ଟ କରିଛି ଯେ ଏହା ଭାରତକୁ ଭେନେଜୁଏଲାର ଅଶୋଧିତ ତେଲ ମଧ୍ୟ ବିକ୍ରୟ କରିବ। ହେଲେ ଟ୍ରମ୍ପ ପ୍ରଶାସନର ଅଧିକାରୀମାନେ ଏଥିପାଇଁ ଏକ ସର୍ତ୍ତ ରଖିଛନ୍ତି। ତେବେ ଫକ୍ସ ବିଜନେସ ସହିତ ଏକ ସାକ୍ଷାତକାରରେ, ରାଇଟ୍ କହିଛନ୍ତି ଯେ ଆମେରିକା ଭେନେଜୁଏଲାର ତେଲକୁ ବିଶ୍ୱ ବଜାରକୁ ଫେରିବାକୁ ଅନୁମତି ଦେଉଛି । କିନ୍ତୁ ଏହା ଏକ କଡ଼ା ନିୟନ୍ତ୍ରିତ ଢାଞ୍ଚା ଅଧୀନରେ ହେବ । ମାର୍କେଟିଂ ଆମେରିକା ସରକାର କରିବେ। ଅର୍ଥ ନିର୍ଦ୍ଦିଷ୍ଟ ଆକାଉଣ୍ଟକୁ ପ୍ରବାହିତ ହେବ।ଏହି ସମୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦିନ ତୈଳ କମ୍ପାନୀ ଅଧିକାରୀଙ୍କ ସହ ଏକ ବୈଠକ କରିଥିଲେ।ଆମେରିକୀୟ କମ୍ପାନୀଗୁଡ଼ିକ ଭେନେଜୁଏଲାରେ ଅତି କମରେ $ ୧୦୦ ବିଲିୟନ ଖର୍ଚ୍ଚ କରିବେ। ଏହି ବୈଠକ ସମୟରେ, ଟ୍ରମ୍ପ ଭେନେଜୁଏଲାରେ…

Read More

ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ବ୍ରହ୍ମପୁର ବନଖଣ୍ଡ ଅଧିକାରୀଙ୍କ ତତ୍ୱାବଧାନରେ କୁମ୍ଭୀର ଗଣନା ଶେଷ ହୋଇଛି । ଦିଗପହଣ୍ଡି ବ୍ଳକ ଖମାରି ଗାଁ ପଞ୍ଚାୟତ ସଂଲଗ୍ନ ଘୋଡ଼ାହାଡ଼ ଡ୍ୟାମରେ ୪ ଦିନ ଧରି ଚାଲିଥିବା କୁମ୍ଭୀର ଗଣନା ଶେଷ ହୋଇଛି।ବିଗତ ୪ ବର୍ଷରେ ବ୍ରହ୍ମପୁର ବନଖଣ୍ଡରେ କୁମ୍ଭୀର ସଂଖ୍ୟା ୭୬ରୁ ବୃଦ୍ଧି ପାଇ ୯୫ରେ ପହଞ୍ଚିଥିବା ଜଣାପଡ଼ିଛି । ଘୋଡ଼ାହାଡ଼ ଜଳ ଭଣ୍ଡାର ମଧ୍ୟରେ ୧୦ଟି ସେଗମେଣ୍ଟ ସହ ପାଖ ଗାଁରେ ଥିବା ୧୬ଟି ପୋଖରୀକୁ ପୂର୍ବରୁ ଚିହ୍ନଟ କରାଯାଇଥିଲା । ଏହି ସମସ୍ତ ସ୍ଥାନରେ ୩ ଦିନ ଧରି ୨୫ଟି ଟିମ୍ ଗଣନାରେ ନିୟୋଜିତ ଥିଲେ । ବନ ବିଭାଗର ଗଣନା ଅନୁଯାୟୀ, ୨୦୨୨ ବନଖଣ୍ଡରେ କୁମ୍ଭୀର ସଂଖ୍ୟା ୭୬ ରହିଥିବା ବେଳେ ୨୦୨୩ରେ ତାହା ବୃଦ୍ଧି ପାଇ ୮୧ରେ ପହଞ୍ଚିଥିଲା । ସେହିପରି ୨୦୨୪ରେ ୮୪ରେ ଓ ୨୦୨୫ରେ ୮୭ରେ ପହଞ୍ଚିଥିଲା । ଚଳିତ ବର୍ଷ…

Read More

ସିନେମା ହଲ୍‌ରେ ଭୟଙ୍କର ଅଗ୍ନିକାଣ୍ଡ । ରାୟଗଡ଼ା ସହରରେ ଥିବା ଅଶୋକା ସିନେମା ହଲ୍‌ରେ ଭୟଙ୍କର ଅଗ୍ନିକାଣ୍ଡ । ଶତାଧିକ ଲୋକେ ଅଳ୍ପକେ ବର୍ତ୍ତିଯାଇଥିବା ସୂଚନା ମିଳିଛି ।ରାୟଗଡ଼ା ସହର ସ୍ଥିତ ଅଶୋକ ଟକିଜ୍ ସିନେମା ହଲ୍‌ରେ ଏଭଳି ଘଟଣା ଦେଖିବାକୁ ମିଳିଛି। ‘ରେବେଲ ଷ୍ଟାର’ ପ୍ରଭାସଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର “ରାଜା ସାବ୍” ରିଲିଜ୍ ଉପଲକ୍ଷେ ଫ୍ୟାନମାନେ ହଲ୍ ଭିତରେ ଉତ୍ସବ ମନାଉଥିବା ବେଳେ ଏହି ଅଘଟଣ ଘଟିଛି।ଖବର ଅନୁଯାୟୀ, ଶୁକ୍ରବାର ସଂଧ୍ୟାରେ ତେଲୁଗୁ ସିନେ ତାରକା ପ୍ରଭାସଙ୍କ ବହୁ ପ୍ରତିକ୍ଷୀତ ସିନେମା ରାଜା ସାହେବର ଶୁଭ ମହୁରତ ହୋଇଥିଲା । ଯେଉଁଥିରେ ପ୍ରଭାସଙ୍କ ସମର୍ଥକମାନେ ସିନେମା ହଲ ପରିସରରେ ନିଆଁ ଲଗାଇ ଆଳତୀ କରୁଥିଲେ । ଏହି ସମୟରେ ହଲ୍ ରେ ଝୁଲୁଥିବା ପରଦାରେ ନିଆଁ ଲାଗିଯାଇଥିଲା । ଯାହାପରେ ହଠାତ୍ ନିଆଁର ପ୍ରକୋପ ବଢିବାରେ ଲାଗିଥିଲା । ଏପିରିକି ପାଖରେ ଥିବା କାଗଜରେ ନିଆଁ ଲାଗି ପ୍ରକୋପ…

Read More

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୧ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ପାରିତ ହୋଇଛି ୮ଟି ବିଭାଗର ୧୧ଟି ପ୍ରସ୍ତାବ । ଶିଳ୍ପ ବିଭାଗ, ଗୃହ ବିଭାଗ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ପର୍ଯ୍ୟଟନ ବିଭାଗ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଏବଂ ରାଜସ୍ଵ ଆଦି ବିଭାଗର ପ୍ରସ୍ତାବ ଆଗତ ହୋଇଥିଲା ।ଓଡ଼ିଶା ରାଜ୍ୟ ଖାଦ୍ୟ ସୁରକ୍ଷା ନିୟମରେ ସଂଶୋଧନ କରାଯାଇଛି । ସମସ୍ତ ହିତାଧିକାରୀଙ୍କ ଇ-କେୱାଇସି ଯାଞ୍ଚ, ନାବାଳକଙ୍କ ନାମରେ ସ୍ଵତନ୍ତ୍ର ରାସନ କାର୍ଡ ଜାରି ନ କରିବା, ଅଯୋଗ୍ୟ ପରିବାର ଚିହ୍ନଟ ଆଦି ନିୟମରେ ସଂଶୋଧନ ଆଣିଛନ୍ତି ରାଜ୍ୟ ସରକାର ।ଏଣିକି ଗ୍ରାମାଞ୍ଚଳରେ ମାସିକ ୧୫ ହଜାର ଓ ସହରାଞ୍ଚଳରେ ୨୦ ହଜାର ଟଙ୍କା ପର୍ଯ୍ୟନ୍ତ ଉପାର୍ଜନ କରୁଥିବା ପରିବାର ଖାଦ୍ୟ ସୁରକ୍ଷା ଯୋଜନାର ସୁବିଧା ପାଇପାରିବେ। ରେସନ କାର୍ଡ ପାଇଁ ଯୋଗ୍ୟତା ମାନଦଣ୍ଡରେ ପରିବର୍ତ୍ତନ ହୋଇଛି। ରାଜ୍ୟ କ୍ୟାବିନେଟ୍…

Read More