Author: sanitelevision

ରାଜ୍ୟରେ ଡାକ୍ତର ସଂଘ(ଓମ୍‌ସା) ପକ୍ଷରୁ ଜାରି ରହିଥିବା ଆନ୍ଦୋଳନକୁ ପ୍ରଶମିତ କରିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର କଠୋର କାର୍ଯ୍ୟାନୁଷ୍ଠାନସ୍ବରୂପ ଜରୁରୀ ସେବା ପରିଚାଳନା ଆଇନ(ଏସ୍‌ମା) ଲାଗୁ କରାଯାଇଛି।ଡାକ୍ତରଙ୍କ ଆନ୍ଦୋଳନ ଜାରି ରହିବ । ପୂର୍ବ ଭଳି ଦୁଇ ଘଣ୍ଟା ଓପିଡି ବନ୍ଦ କରିବେ ଡାକ୍ତର । ସରକାରଙ୍କ ଏସମାଙ୍କୁ ବେଖାତିର । ଓଡ଼ିଶା ସରକାର ଏସମା ଲଗାଇବା ପରେ ଡାକ୍ତର ସଂଘ ତୁରନ୍ତ ଅନଲାଇନ ଜରୁରୀ ବୈଠକ ଡାକି ଥିଲା । ଆନ୍ଦୋଳନ ଜାରି ରହିବ ବୋଲି ଏହି ବୈଠକରେ ନିଷ୍ପତ୍ତି ହୋଇଛି । ଡାକ୍ତରଙ୍କ ଦାବି ସହ କୌଣସି ସାଲିସ ହେବ ନାହିଁ । ଡାକ୍ତରଙ୍କ ଦାବି ଯଥାର୍ଥ । ବୈଠକରେ ନିଷ୍ପତ୍ତି ହୋଇଛି, ପୂର୍ବବତ ସକାଳ ୯ଟା ରୁ ୧୧ଟା ପର୍ଯ୍ୟନ୍ତ ଦୁଇ ଘଣ୍ଟା ଓପିଡି ବନ୍ଦ ରହିବ । ସେହିପରି NHM କାର୍ଯ୍ୟକ୍ରମକୁ ସଂପୂର୍ଣ୍ଣ ବୟକଟ କରାଯିବ । ଏମର୍ଜେନ୍ସି ସେବା ଜାରି ରହିବ…

Read More

ନିଆଁରେ ପୋଡ଼ିହୋଇ ୪ ଛାତ୍ର ଗୁରୁତର ହେବା ଘଟଣା । ରାୟଗଡ଼ା ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ । ଏହା ପରେ ସେ ଶିକ୍ଷକଙ୍କ ଦରମା ବନ୍ଦ କରିବା ସହ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି । ଏସ୍‌ଡିପିଓଙ୍କ ସହିତ ଏକ ପୋଲିସ ଟିମ ପକ୍ଷରୁ ଶିକ୍ଷକ ଓ ଛାତ୍ରଙ୍କୁ ପଚରାଉଚରା ଚାଲିଛି । ସୂଚନାଯୋଗ୍ୟ, ଗତକାଲି ୪ ଛାତ୍ରଙ୍କ ଉପରେ ଥିନର୍ ଢାଳି ନିଆଁ ଲଗାଇ ଦେଇଥିଲେ ଆଉ ଜଣେ ଛାତ୍ର । ପୋଡିହୋଇ ୪ ଛାତ୍ର ଗୁରୁତର ଆହତ ହୋଇଥିଲେ । ନିଆଁ ଲାଗିବା ପରେ ତୁରନ୍ତ ଗୁରୁତର ଛାତ୍ରମାନଙ୍କୁ ବିଷମକଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଛାତ୍ରଙ୍କ ଚିକିତ୍ସା ଚାଲିଛି । ଗୁରୁତରଙ୍କ ମଧ୍ୟରେ ୩ ଜଣ ସପ୍ତମ ଓ ଜଣେ ପଞ୍ଚମ ଶ୍ରେଣୀର ଛାତ୍ର ବୋଲି ଜଣାପଡିଛି । ଥିନର ଢାଳି…

Read More

ଗାଡ଼ିର ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ତେଲ ମନା । ଏ ସଂକ୍ରାନ୍ତରେ ରାଜ୍ୟ ପରିବହନ କମିଶନରଙ୍କ ସ୍ପଷ୍ଟୀକରଣ ଲୋଡିଲେ ହାଇକୋର୍ଟ । ସେହିପରି ପୁରୁଣା ଜରିମାନା ଭରଣା ନକଲେ ପଲ୍ୟୁସନ ସାର୍ଟିଫିକେଟ୍ ମିଳିବ ନାହିଁ ବୋଲି ଯେଉଁ ନିର୍ଦ୍ଦେଶନାମା ଜାରି ହୋଇଛି ତା ଉପରୁ ଦ୍ୱନ୍ଦ୍ୱ ହଟୁ ବୋଲି କହିଛନ୍ତି ହାଇକୋର୍ଟ । । ଏ ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି ନୋଟିସ ଦେବାକୁ କୁହାଯାଇଛି । ପରିବହନ କମିଶନରଙ୍କୁ ୨ ସପ୍ତାହ ଭିତରେ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଦୂଷଣ ସାର୍ଟିଫିକେଟ୍ ନଥିଲେ ଗାଡିର ଇନ୍ଧନ ମିଳିବ ନାହିଁ ଏବଂ ସାର୍ଟିଫିକେଟ୍ ହାସଲ କରିବାକୁ ହେଲେ ସମସ୍ତ ପୁରୁଣା ଜରିମାନା ଦେବାକୁ ହେବ ବୋଲି ପରିବହନ ବିଭାଗ ଏକ ବିଜ୍ଞପ୍ତି ପ୍ରକାଶ କରିଛି । ଯାହାକୁ ଚ୍ୟାଲେଞ୍ଜ କରି ଭୁବନେଶ୍ୱର ବାସିନ୍ଦା ସ୍ନିଗ୍ଧା ପାତ୍ର ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର କରିଛନ୍ତି । ଦାୟର ପିଟିସନରେ ସେ…

Read More

ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନାର ୨୨ତମ କିସ୍ତି ଟଙ୍କା ଫେବୃଆରୀ ୨୮ ସୁଦ୍ଧା ଜାରି ହେବାର ଆଶା କରାଯାଉଛି। ଏହି କିସ୍ତିରୁ ପ୍ରାୟ ଦଶ କୋଟି ଚାଷୀ ଉପକୃତ ହେବାର ସମ୍ଭାବନା ରହିଛି। ଚାଷୀମାନେ ପୂର୍ବରୁ ୨୧ଟି କିସ୍ତି ପାଇସାରିଛନ୍ତି କିନ୍ତୁ ସମସ୍ତେ ଏବେ ପରବର୍ତ୍ତୀ ଟଙ୍କା ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି।ବର୍ତ୍ତମାନ, ପରବର୍ତ୍ତୀ ଇନଷ୍ଟଲମେଣ୍ଟର ରିଲିଜ୍ ସମ୍ପର୍କରେ କୌଣସି ସରକାରୀ ଘୋଷଣା ହୋଇନାହିଁ, ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ଏହା ଫେବୃଆରୀ ଶେଷ ସପ୍ତାହ ସୁଦ୍ଧା ରିଲିଜ୍ କରାଯିବ ବୋଲି କୁହାଯାଉଛି।

Read More

ଉତ୍ତରପ୍ରଦେଶର ଭୋଟର ତାଲିକା ପାଇଁ ଏସଆଇଆର ପ୍ରକ୍ରିୟା ରେ ରାଜ୍ୟର ଡ୍ରାଫ୍ଟ ଭୋଟର ତାଲିକା ଆଜି ପ୍ରକାଶ ପାଇଛି । ରାଜ୍ୟର ମୁଖ୍ୟ ନିର୍ବାଚନ କମିଶନ ଡ୍ରାଫ୍ଟ ତାଲିକା ପ୍ରକାଶ କରିଛନ୍ତି। ଏହି ପ୍ରକ୍ରିୟାରେ ଉତ୍ତରପ୍ରଦେଶର ୨୮.୯ ନିୟୁତ ଭୋଟରଙ୍କ ନାମ ବାଦ ଦିଆଯାଇଛି । କମିସନଙ୍କ ଅନୁଯାୟୀ, ଏହି ତାଲିକା ୧୨ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଚାଲିଥିବା SIR ପ୍ରକ୍ରିୟାର ଏକ ଅଂଶ ଭାବରେ ପ୍ରସ୍ତୁତ କରାଯାଇଥିଲା, ଯାହାକି ଅକ୍ଟୋବର ୨୭ ତାରିଖରୁ ଆରମ୍ଭ ହୋଇଥିଲା।ତେବେ ଜାଣିରଖିବା ଉଚିତ ଯେ, ଉତ୍ତର ପ୍ରଦେଶରେ ଭୋଟର ଲିଷ୍ଟର ଏହି ଡ୍ରାଫ୍ଟ ତାଲିକା ତିନି ଥର ସ୍ଥଗିତ ରହିବା ପରେ ଆଜି ପ୍ରକାଶ ପାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନବଦୀପ ରିନୱା ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ ଡ୍ରାଫ୍ଟ ଭୋଟର ତାଲିକାର କପି ସମସ୍ତ ରାଜନୈତିକ ଦଳକୁ ବଣ୍ଟନ କରାଯାଇଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ପ୍ରାୟ…

Read More

ଚଳିତବର୍ଷ ପକ୍ଷୀଙ୍କ ଗୋଡରେ ଲାଗିବ ସାଟେଲାଇଟ ଟ୍ରାନ୍ସମିଟର । ୨୦ ପ୍ରଜାତିର ପକ୍ଷୀଙ୍କ ଗୋଡରେ ଟ୍ରାନ୍ସମିଟର ଲଗାଇବ ବନ ବିଭାଗ । ଏନେଇ ସୂଚନା ଦେଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ | ଏପରିକି ଚଳିତ ବର୍ଷ ଶୀତ ପରେ ଗ୍ରେଟର ଫ୍ଲେମିଙ୍ଗୋ ପକ୍ଷୀ କୁଆଡ଼େ ଯାଉଛନ୍ତି ତାହା ମଧ୍ୟ ଜଣାପଡ଼ିବ। ୨୦୨୫ରେ ଏହି ପ୍ରଜାତିର ୨ଟି ପକ୍ଷୀଙ୍କ ଗୋଡ଼ରେ ଟ୍ରାନ୍ସମିଟର ଲଗାଯାଇଥିଲ। ଶୀତ ପରେ ଏହି ୨ ପ୍ରଜାତିର ପକ୍ଷୀ ଚିଲିକାରୁ ଆନ୍ଧ୍ରପ୍ରଦେଶର କୋଲେରୁ ହ୍ରଦକୁ ଯାଇଥିବା ସୂଚନା ମିଳିଛି।

Read More

ଅନେକ ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିରରେ ଘିଅ ବ୍ୟବହାର ନେଇ ବିବାଦ ଉପୁଜିଛି । ଶ୍ରୀମନ୍ଦିର ପରିସରରେ ଓମଫେଡ ଘିଅ ବଦଳରେ ବାହାରୁ ଅନ୍ୟ ଖୋଲା ଘିଅ ମିଳିଥିବାବେଳେ ଏହାକୁ ଜବତ କରିଛି ଶ୍ରୀମନ୍ଦିର ପ୍ରଶାସନ । ଏ ସମ୍ପର୍କରେ ସୁଆର ମହାସୁଆର ନିଯୋଗକୁ ସୂଚିତ କରିଛି ଶ୍ରୀମନ୍ଦିର ପ୍ରଶାସନ । ସୂଚନାମୁତାବକ ଶ୍ରୀମନ୍ଦିର ମଧ୍ୟକୁ ଓମଫେଡ ଘିଅ ବ୍ୟତୀତ ଯେପରି ଅନ୍ୟ କୌଣସି ଘିଅ ପ୍ରବେଶ ନକରେ ସେଥିପ୍ରତି ପଦକ୍ଷେପ ନେବାକୁ ପୂର୍ବରୁ ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେବା ସହ ତଦନୁସାରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୁଆର ମହାସୁଆର ନିଯୋଗାକୁ ଅବଗତ କରାଯାଇଥିଲା । ଏହାସହ ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜର ଏବଂ ଶ୍ରୀମନ୍ଦିର କମାଣ୍ଡରଙ୍କୁ ଏଥିପ୍ରତି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ଏଥିରେ କୌଣସି ବ୍ୟତିକ୍ରମ ବରଦାସ୍ତ କରାଯିବ ନାହିଁ, ବାହାର ଖୋଲା ଘିଅ ବା ଛାପା ଘିଅ ଶ୍ରୀମନ୍ଦିର ପରିସରକୁ ନେବାକୁ ଉଦ୍ୟମ କଲେ ଦୃଢ଼…

Read More

ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ଜାଲରେ ପଡିଗଲେ ଫରେଷ୍ଟର ବାବୁ। ଲାଞ୍ଚୁଆ ଫରେଷ୍ଟରଙ୍କୁ ଧରିଲା ଭିଜିଲାନ୍ସ ଟିମ୍। ୧୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଫରେଷ୍ଟର ଅଶୋକ କୁମାର ନାୟକଙ୍କୁ ମାଡ଼ିବସିଲା ଭିଜିଲାନ୍ସ।ମଙ୍ଗଳବାର ସମ୍ବଲପୁର, ବରଗଡ଼, ସୋନପୁର ଓ ବଲାଙ୍ଗୀର ଭିଜିଲାନ୍ସ ଟିମ୍‌ ଚଢାଉ କରି ତାଙ୍କୁ ଧରିଛନ୍ତି । ଫରେଷ୍ଟରଙ୍କ ଅଫିସ ଓ ଆଦର୍ଶ ପଡା ନେହେରୁ ନଗରରେ ଥିବା ବାସଭବନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ ଜାରି ରହିଥିବା ଭିଜିଲାନ୍ସ ଡିଏସପି ପୂଲସ୍ତି ଛତ୍ରିଆ ସୂଚନା ଦେଇଛନ୍ତି। ସୂଚନା ମୁତାବକ କୌଶିକ କୁମାର ଭୋଇ ନାମକ ଜଣେ ବ୍ୟକ୍ତିଠାରୁ ରେଙ୍ଗାଲ ଗଛ କାଟିବା ପାଇଁ ଅନୁମତି ଦେବାକୁ ଲାଞ୍ଚ ଦାବି କରିଥିଲେ ବଲାଙ୍ଗୀର ମୁରିବାହାଲ ରେଞ୍ଜ ଗୁଲମୀ ଫରେଷ୍ଟର ଅଶୋକ କୁମାର ନାଏକ।

Read More

କୋରାପୁଟ ଜିଲ୍ଲା ଜୟପୁରରୁ ଆସିଛି ଏକ ହୃଦୟବିଦାରକ ଖବର । ମାଆର ମୃତ୍ୟୁ ସହି ପାରିଲେନି ପୁଅ। ହୃଦ୍‌ଘାତରେ ଚାଲିଗଲା ୪୫ ବର୍ଷୀୟ ପୁଅର ଜୀବନ। ଗୋଟିଏ ଘରୁ ଉଠିଲା ଦୁଇଟି କୋକେଇ। ଜୟପୁର ପରିଚ୍ଛା ସାହିରେ ରହୁଥିଲେ ମାଆ ଏବଂ ପୁଅ ।ସକାଳୁ ପୁଅ ନିଜ କାମ ସାରିବା ପାଇଁ ଜମିକୁ ଯାଇଥିଲା । କାମ ସାରି ଘରକୁ ଫେରିବା ପରେ ସେ ସବୁଦିନ ପରି ନିଜ ମାଆଙ୍କୁ ଖୋଜି ବହୁତ ଡାକ ପକାଇଲା । କିନ୍ତୁ ମାଆଙ୍କ ପାଖରୁ କୌଣସି ଉତ୍ତର ମିଳିଲାନି । ସନ୍ଦେହ ହେବାରୁ ପୁଅ ମାଆ ଶୋଇଥିବା ଖଟ ପାଖକୁ ଗଲା । ମାଆଙ୍କୁ ବାରମ୍ବାର ଉଠାଇବାକୁ ଚେଷ୍ଟା କଲା, ହେଲେ ମାଆ ନିଶ୍ଚଳ ହୋଇ ପଡ଼ିରହିଥିଲେ । ଭୟଭୀତ ହୋଇ ସେ ସାହି ପଡ଼ୋଶୀଙ୍କୁ ଡାକିଲା । ଗାଁ ଲୋକେ ଆସି ଯେତେବେଳେ ଦେଖିଲେ କହିଲେ ଯେ ମାଆ ଆଉ ଏ ଦୁନିଆରେ…

Read More

ବର୍ତ୍ତମାନ ରାଜ୍ୟର ଅନେକ ସ୍ଥାନରେ ପ୍ରଦୂଷଣ ମାତ୍ରା ବୃଦ୍ଧି ପାଉଥିବା ବେଳେ ଏହା ଏକ ପ୍ରକାର ଚିନ୍ତାର କାରଣ ସାଜିଛି ।ଗତକାଲି ବାଲେଶ୍ୱର ପୌରପାଳିକା ଓ ଅନ୍ୟ ଏଏନଏସି ମ୍ୟୁନିସିପାଲଟି ପାଇଁ ପ୍ରଦୂଷଣ କଟକଣା ଲଗାଇଛନ୍ତି ଜିଲ୍ଲାପାଳ । ଲଗାତର ଏକ୍ୟୁଆଇ ବୃଦ୍ଧିକୁ ନେଇ ଜିଲ୍ଲାପାଳ ଗାଇଡ୍‌ଲାଇନ ଜାରି କରିଛନ୍ତି । ସନ୍ଧ୍ୟା ୬ଟାରୁ ସକାଳ ୧୦ଟା ଯାଏଁ ନିର୍ମାଣ କାର୍ଯ୍ୟ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ତେବେ ଆଜି ଟ୍ୱିନ୍‌ ସିଟିରେ ଲାଗିଲା କଟକଣା । ସନ୍ଧ୍ୟା ୬ଟାରୁ ସକାଳ ୧୦ଟା ପର୍ଯ୍ୟନ୍ତ ସମସ୍ତ ନିର୍ମାଣ ବନ୍ଦ ରଖାଯିବା ନେଇ ନିର୍ଦ୍ଦେଶ ଦିଆଯାଇଛି । ଏହାସହିତ ବାହାରେ ଆଵର୍ଜନା କିମ୍ବା ଢ଼ାବାରେ କୋଇଲା ଜାଳିବା ମନା କରାଯାଇଛି । ତେବେ ଏହି କଟକଣା କେତେ ଦିନ ପର୍ଯ୍ୟନ୍ତ ବଳବତ୍ତର ରହିବ ସେନେଇ କୌଣସି ସୂଚନା ମିଳିପାରି ନାହିଁ ।

Read More