କୋରାପୁଟ ସହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିପିଟାଲରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିକିତ୍ସିତ ହେଉଥିବା ୬ ରୋଗୀ ରାତିରେ ମୃତ୍ୟୁବରଣ କରିଥିବା ଘଟଣା। ମେଡିକାଲରେ ପହଞ୍ଚିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ। କେଉଁ ପରିସ୍ଥିତିରେ ଏପରି ଘଟଣା ଘଟିଲା ତାର ସମୀକ୍ଷା କରୁଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ । ମେଡିକାଲର ସମସ୍ତ କର୍ମଚାରୀଙ୍କୁ ଘଟଣା ନେଇ ପଚରାଉଚରା କରିଛନ୍ତି । ସେହିପରି SCBର ଆଉ ଦୁଇ ଜଣ ମେଡିକାଲ ଯିବେ। ତଦନ୍ତ ପରେ ଆଜି ଆସିବ DMETଙ୍କ ଯାଞ୍ଚ ଓ ପୋଷ୍ଟମୋର୍ଟମ ରିପୋର୍ଟ । ୫ ଜଣିଆ ସ୍ବତନ୍ତ୍ର କମିଟି ଗଠନ କରିଛନ୍ତି ଡିଏମଇଟି। ଭୁଲ ଇଞ୍ଜେକସନରୁ ରୋଗୀଙ୍କ ମୃତ୍ୟୁ ହୋଇଥିବା ମୃତକଙ୍କ ସଂପର୍କୀୟ ଅଭିଯୋଗ କରିଛନ୍ତି । ICUରେ ୩ ଜଣ ଓ ୱାର୍ଡରେ ୨ ରୋଗୀଙ୍କ ଜୀବନ ଯାଇଛି ।ଇଞ୍ଜେକ୍ସନ୍ ଦେବାର ୧୫ ମିନିଟ ଭିତରେ ଆଇସିୟୁରେ ତିନି ଜଣ ରୋଗୀଙ୍କ ମୃତ୍ୟୁ ହୋଇଥିଲା । ଏପଟେ ମୃତ ରୋଗୀ ମାନେ ଗୁରୁତର…
Author: sanitelevision
ରାଜ୍ୟରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଗତ ୨୪ ଘଣ୍ଟାରେ ୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୪ଜଣ ସୁସ୍ଥ ହୋଇ ହସ୍ପିଟାଲରୁ ଘରକୁ ଫେରିଥିବାବେକରୋନାକୁ ନେଇ ରାଜ୍ୟରେ କୌଣସି ନିର୍ଦ୍ଦେଶାବଳୀ ଜାରି ହୋଇନାହିଁ । ୨୦୨୨ ମସିହାରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶାବଳୀ ଅନୁସାରେ ସବୁକିଛି ଜାରି ରହିଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ବର୍ତ୍ତମାନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୯ ରହିଥିବା ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ ।ଦେଶରେ ଗତ ୨୪ ଘଣ୍ଟାରେ କୋରୋନାରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୮୬୪ ନୂଆ ମାମଲା ଚିହ୍ନଟ ହୋଇଛି । ଦେଶରେ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪ହଜାର ୩୦୨ ହୋଇଛି । ତେବେ ୩ ହଜାର ୨୮୧ ଜଣ କୋରୋନାରେ ସଂକ୍ରମିତ…
ରାୟଗଡ଼ାରେ ମେଧା ପାଟେକର ଅଟକ । ବିଶିଷ୍ଟ ପରିବେଶବିତ୍ ମେଧା ପାଟେକରଙ୍କୁ ରାୟଗଡ଼ା ପୋଲିସ ପକ୍ଷରୁ ଅଟକ ରଖାଯାଇଛି । ନିର୍ଜନ ସ୍ଥାନରେ ରଖି ବୁଝାସୁଝା କରୁଛି ପୋଲିସ।ସୂଚନା ଅନୁଯାୟୀ, ମେଧା ପାଟେକରଙ୍କୁ ରେଲୱେ ଷ୍ଟେସନରୁ ପୋଲିସ ଉଠାଇ ନେଇଥିବା ଜଣାପଡିଛି। ମେଧା ପାଟେକର, ଯିଏ ନର୍ମଦା ବଚାଓ ଆନ୍ଦୋଳନର ନେତୃତ୍ୱ ନେଇ ଜାତୀୟ ସ୍ତରରେ ପରିଚିତ, ସେ ପରିବେଶ ସୁରକ୍ଷା ଏବଂ ସ୍ଥାନୀୟ ଜନଜାତିଙ୍କ ଅଧିକାର ପାଇଁ ନିରନ୍ତର ସଂଘର୍ଷ କରିଆସୁଛନ୍ତି। ତାଙ୍କର ଏହି ଅଟକ ଘଟଣା ସାମାଜିକ କାର୍ଯ୍ୟକର୍ତ୍ତା ଏବଂ ପରିବେଶବିତ୍ମାନଙ୍କ ମଧ୍ୟରେ ଆଲୋଡନ ସୃଷ୍ଟି କରିଛି। ତେବେ ରାୟଗଡ଼ା କାଶୀପୁର ବ୍ଲକ ସୁଙ୍ଗେର ହାଟପଦାରେ ପାଳନ ହେବାକୁ ଥିଲା ବିଶ୍ୱ ପରିବେଶ ଦିବସ । ସିଜିମାଳି ଖଣି ଖନନକୁ ବିରୋଧ କରି ଆୟୋଜନ ହେବାକୁ ଥିଲା ସମାବେଶ । ଏଥିରେ ଯୋଗ ଦେଇଥାନ୍ତେ ବିଶିଷ୍ଟ ପରିବେଶବିତ୍ ମେଧା ପାଟେକର ।ହେଲେ ଏହାପୂର୍ବରୁ ପରିବେଶବିତ୍ ମେଧା ପାଟେକରଙ୍କୁ ଅଟକ…
ଗଛରେ ଝୁଲନ୍ତା ଅବସ୍ଥାରେ ନବ ଦମ୍ପତିଙ୍କ ମୃତଦେହ ଠାବ ହୋଇଛି ।ରାୟଗଡ଼ା ଜିଲା ଅଣ୍ଡିରାକଞ୍ଚ ଥାନା ଅନ୍ତର୍ଗତ ପାଇକକୁପାଖାଲ ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମୃତ୍ୟୁର କାରଣ ଏଯାଏ ସ୍ପଷ୍ଟ ହୋଇନଥିବା ବେଳେ ଅଣ୍ଡିରାକଞ୍ଚ ଥାନା ପୋଲିସ ଦୁଇ ମୃତଦେହକୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। କେଉଁ କାରଣରୁ ଦମ୍ପତି ପ୍ରାଣ ହାରିଛନ୍ତି, ତାହା ଅସ୍ପଷ୍ଟ ଅଛି ।ଦେଢ଼ ମାସ ତଳେ ଉଭୟେ ପ୍ରେମ ବିବାହ କରିଥିଲେ। ମୃତକ ହେଲେ ଅଭି ଝୋଡ଼ିଆ ଓ ସ୍ତ୍ରୀ ଅମିତା ଝୋଡ଼ିଆ। ତେବେ ମୃତ୍ୟୁ ପଛରେ କେହି ଦାୟୀ ନୁହନ୍ତି ବୋଲି ଉଭୟଙ୍କ ପରିବାର ପୋଲିସକୁ ଲିଖିତ ଆକାରରେ ଅବଗତ କରାଇଛନ୍ତି। ତେବେ ପୂର୍ବରୁ ହିଁ ଉଭୟଙ୍କ ମଧ୍ୟରେ ମନୋମାଳିନ୍ୟ ଥିବ। ତେଣୁ ସେମାନେ ଆତ୍ମହତ୍ୟା କରିଥିବା ନେଇ ପୋଲିସ ଆଶଙ୍କା କରୁଛି।
ଦେଶରେ ଖୁବଶୀଘ୍ର ଆରମ୍ଭ ହେବ ଜନଗଣନା । ୨୦୨୭ ମାର୍ଚ୍ଚ ୧ ତାରିଖରୁ ଦେଶରେ ଜାତିଭିତ୍ତିକ ଜନଗଣନା ଆରମ୍ଭ ହେବ ।ଏହି ଜନଗଣନା ୨୦୨୭ ମସିହାରୁ ଆରମ୍ଭ ହୋଇ ୨୦୨୮ ପର୍ଯ୍ୟନ୍ତ ଚାଲିପାରେ। ଏହା ପୂର୍ବରୁ ୨୦୨୧ରେ ଜନଗଣନା ହେବାର କାର୍ଯ୍ୟକ୍ରମ ଥିଲା, କିନ୍ତୁ କୋଭିଡ୍-୧୯ ମହାମାରୀ ଯୋଗୁଁ ଏହା ସ୍ଥଗିତ ରହିଥିଲା।୨୦୨୬ ଅକ୍ଟୋବରରୁ କେନ୍ଦ୍ର ଶାସିତ ଅଞ୍ଚଳରେ ହେବ ଜନଗଣନା । ଦୀର୍ଘ ୧୭ ବର୍ଷ ପରେ ଦେଶରେ ଆରମ୍ଭ ହେବ ଜାତି ଭିତ୍ତିକ ଜନଗଣନା । ଦୁଇଟି ପର୍ଯ୍ୟାୟରେ ହେବ ଜନଗଣନା । ୨୦୧୧ରେ ଶେଷଥର ପାଇଁ ଦେଶରେ ଜନଗଣନା ହୋଇଥିଲା ।ଏହି ଜନଗଣନାରେ ଜାତିଗତ ତଥ୍ୟ ସଂଗ୍ରହ କରାଯିବା ନେଇ ମଧ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ୧୯୪୧ ପରେ ଏହା ହେଉଛି ପ୍ରଥମ ଜାତିଗତ ଜନଗଣନା, ଯାହାର ତଥ୍ୟ ୨୦୨୮ ଶେଷ ସୁଦ୍ଧା ପ୍ରକାଶ ପାଇପାରେ। ଏହି ପ୍ରକ୍ରିୟାକୁ ସ୍ୱଚ୍ଛ ଓ ନିରପେକ୍ଷ ଭାବେ ପରିଚାଳନା କରିବା…
ଲଘୁ ଖଣିଜ ଚୋରା ଚାଲାଣ ରାଜ୍ୟରେ ଖୁବ ଜୋରରେ ବଢିଚାଲିଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।ଏଣିକି ଖଣି ବିଭାଗ ପାଖରେ ରହିବ ଲଘୁ ଖଣିଜ। ଆଉ ଏହାର ଦାୟିତ୍ୱ ତୁଲାଇବ ରାଜସ୍ୱ ବିଭାଗ। ଭୁବନେଶ୍ବରରେ ଆୟୋଜିତ ତହସିଲଦାର ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି।ଇ-ଟ୍ରାନ୍ଜିଟ୍ ପାସ୍ ବିନା କୌଣସି ଲଘୁ ଖଣିଜ ଦ୍ରବ୍ୟ ପରିବହନକୁ ଅନୁମତି ନ ଦେବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ। ରାଜ୍ୟରେ ଟିପି ବା ଟ୍ରାନ୍ଜିଟ୍ ପାସ୍ ବିନା କୌଣସି ଲଘୁ ଖଣିଜ ଦ୍ରବ୍ୟ ପରିବହନ ହୋଇପାରିବ ନାହିଁ। ବିନା ଟିପିରେ ପରିବହନ ହେଉଥିବା ଖଣିଜ ଦ୍ରବ୍ୟ ବେଆଇନ ବୋଲି ବିଚାର କରାଯିବ।ଏପରିକି ବିନା ଟିପିରେ କିଣାଯାଇ ବିଭିନ୍ନ ସରକାରୀ ପ୍ରକଳ୍ପରେ ବ୍ୟବହାର ହେଉଥିବା ଖଣିଜ ଦ୍ରବ୍ୟକୁ ମଧ୍ୟ ଚୋରି ଦ୍ରବ୍ୟ ଭାବେ ବିଚାର କରାଯିବ। ଟିପି ପାସ ଜମା କରିନଥିଲେ ସଂପୃକ୍ତ ଠିକାଦାର ବା ଏଜେନ୍ସିଙ୍କ ବିଲ୍ ପାସ୍ ହେବନାହିଁ।ରାଜସ୍ୱ ବିଭାଗକୁ…
ପୁରୀ ଜଗନ୍ନାଥ ଧାମରୁ ଦେଶର ପ୍ରମୁଖ ଧାର୍ମିକ ସ୍ଥଳକୁ ଜଗନ୍ନାଥ ଏକ୍ସପ୍ରେସ ଗଡିଛି । ପୁରୀରୁ ୫ ଧାର୍ମିକ ଓ ପର୍ଯ୍ୟଟନ ସ୍ଥଳ ପାଇଁ ସୁପର ପ୍ରିମିୟମ ବସ ସେବା ଆଜି ଆରମ୍ଭ ହୋଇଛି । ତିରୁପତି, ଅଯୋଧ୍ୟା, ଉଜ୍ଜୟିନୀ, ହାଇଦ୍ରାବାଦ ଓ ଭିଲାଇକୁ ଗଡ଼ିଲା ବସ୍ । କିଲୋମିଟର ପିଛା ପୁରୁଷଙ୍କ ପାଇଁ ୨ ଟଙ୍କା ଓ ମହିଳାଙ୍କ ପାଇଁ ୧ ଟଙ୍କା ଲାଗୁ କରାଯାଇଛି । ଗତକାଲି ଏହି ଯୋଜନାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁଭାରମ୍ଭ କରିଥିବା ବେଳେ ଆଜି ପୁରୀ ବସଷ୍ଟାଣ୍ଡରୁ ବାହାରିଛି ବସ୍ । OSRTC ଅଧିକାରୀମାନେ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ।ରାଜ୍ୟରେ ମୋହନ ସରକାରଙ୍କ ବର୍ଷପୂର୍ତ୍ତି ଉପଲକ୍ଷେ ଏହି ଯୋଜନା ଆରମ୍ଭ କରାଯାଇଥିବା ସୂଚନା ରହିଛି । ରାଜ୍ୟ ଓଡିଶା ସଡକ ପରିବହନ ନିଗମ ତରଫରୁ ସମସ୍ତ ପ୍ରସ୍ତୁତି କରାଯାଇଥିଲା ।ରାଜ୍ୟରେ ମୋହନ ସରକାରଙ୍କ ବର୍ଷପୂର୍ତ୍ତି ଉପଲକ୍ଷେ ଏହି ଯୋଜନା ଆରମ୍ଭ କରାଯାଇଥିବା…
ଏକ୍ ପେଡ୍ ମାଆ କେ ନାମ୍ ୨.୦” ଅଭିଯାନର ଶୁଭାରମ୍ଭ । ଜୁନ ୫ ବିଶ୍ୱ ପରିବେଶ ଦିବସରୁ ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ୧୦ କୋଟି ଗଛ ଲଗାଯିବ। ଦେଶବାସୀ ବିଶେଷ ଭାବେ ଛାତ୍ରଛାତ୍ରୀଙ୍କୁ ଭିଡିଓ ବାର୍ତ୍ତା ଜରିଆରେ ଆହ୍ୱାନ ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭାରତ ସରକାର ଏକ ବ୍ୟାପକ ବୃକ୍ଷରୋପଣ ଅଭିଯାନ କରିବା ପାଇଁ ଏହାକୁ ଆରମ୍ଭ କରିଥିଲେ । ବୃକ୍ଷରୋପଣ ମାଧ୍ୟମରେ ପରିବେଶ ସୁରକ୍ଷା କରିବା ଏବଂ ସାଧାରଣ ଜନତାଙ୍କ ମଧ୍ୟରେ ଗଛ ଲଗାଇବା ପାଇଁ ସଚେତନତା ସୃଷ୍ଟି କରିବା ଏହି ଅଭିଯାନର ମୂଳ ଉଦ୍ଦେଶ୍ୟ । ନିଜ ମାଆଙ୍କ ନାଁରେ ଗୋଟିଏ ଲେଖାଏଁ ଗଛ ଲଗାଇବା ପାଇଁ ଦେଶବାସୀଙ୍କୁ ଅନୁରୋଧ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।
ଆସନ୍ତା ୬ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୮୨୬ ପିଜିଟି ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ। ଏନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ଖାଲି ପଡ଼ିଥିବା ଶିକ୍ଷକ ପଦବୀ ପୂରଣ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ । ନୂଆ ସରକାର ଆସୁ ଆସୁ ପ୍ରାୟ ୧୬ ହଜାର କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଥିଲା । ଏହାପରେ ଆହୁରି ୨ ହଜାର ନିଯୁକ୍ତି ପତ୍ର ଦିଆଯାଇଛି । ସେହିପରି ୮୧ ଜଣ ପଲିଟେକନିକ୍ ଶିକ୍ଷକଙ୍କୁ ଚାକିରି ଦିଆଯିବ । ମୋଟ ୧୨୪୦ ଜଣଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ପତ୍ର ବାଣ୍ଟିବା ନେଇ ସୂଚନା ରହିଛି । ସ୍ବାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୧୬୯ , ବାଣିଜ୍ୟ ପରିବହନ ବିଭାଗରେ ୬୩ , ଅବକାରୀ ବିଭାଗରେ ୩୨ , ପଞ୍ଚାୟତରାଜ ବିଭାଗରେ ୪୯ , ଶ୍ରମ ଓ କର୍ମଚାରୀ ରାଜ୍ୟ ବିମା ବିଭାଗରେ ୧୯…
ଅପେକ୍ଷା ଥିଲା ଆଇଟମ ଡ୍ୟାନ୍ସର ନିଶା ମହାରଣାଙ୍କୁ। ଦର୍ଶକ କରିଥିଲେ ଅପେକ୍ଷା। ନିଶା ଆସିବେ କହି ଭିଡ ମଧ୍ୟ ହୋଇଥିଲା। ହେଲେ ଆସି ପହଞ୍ଚିଲେନି ନିଶା। ଅପେକ୍ଷା କରି କରି ଶେଷରେ ରାଗିଗଲେ ଦର୍ଶକ। ଆଉ ମଞ୍ଚ ଉପରକୁ ଫୋପାଡ଼ିଥିଲେ ଗୋଟିଏ ପରେ ଗୋଟିଏ ଚେୟାର।ଏଭଳି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ବ୍ରହ୍ମପୁର ନିକଟ ଆଙ୍କୁଶପୁରରେ । ମା’ ଦକ୍ଷିଣକାଳୀ ଯାତ୍ରା କମିଟି ପକ୍ଷରୁ ଏକ ଅପେରା ଆୟୋଜିତ କରାଯାଇଥିଲା । ମଉଡମଣୀ ଗୌରୀ ଗଣନାଟ୍ୟରେ ନିଶା ଆସିବା ନେଇ ସାମାଜିକ ଗଣମାଧ୍ୟମରେ ଭିଜୁଆଲ ଭାଇରାଲ୍ ହେବା ପରେ ସୋମବାର ରାତିରେ ଦର୍ଶକମାନେ ଅଧିକ ଉତ୍ସାହିତ ହୋଇ ଗଣନାଟ୍ୟକୁ ଯାଇଥିଲେ । କିନ୍ତୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଦର୍ଶକ ଅପେକ୍ଷା କରିଥିଲେ ମଧ୍ୟ ନିଶା ମହାରଣା ନଆସିବାରୁ ଦର୍ଶକ ମାନେ ତାଣ୍ଡବ ଆରମ୍ଭ କରିଥିଲେ । ଷ୍ଟେଜ ଉପରକୁ ଚେୟାର ଫୋପାଡ଼ିଥିଲେ । ହୋହଲ୍ଲା ମଧ୍ୟ କରିଥିଲେ । ଏମିତିକି…









