ରାଜ୍ୟରେ ଦ୍ବିତୀୟ କୋଭିଡ୍ ପଜିଟିଭ ରୋଗୀ ଚିହ୍ନଟ । ଲକ୍ଷଣଯୁକ୍ତ ଜଣେ ବ୍ୟକ୍ତିଙ୍କ ଆଣ୍ଟିଜେନ୍ ପରୀକ୍ଷାରୁ ହୋଇଛି ସ୍ପଷ୍ଟ । ତେବେ ଆଣ୍ଟିଜେନ୍ କିଟ୍ କେତେ କାମ କରୁଛି, ତାହା ପରୀକ୍ଷା କରିବାକୁ ଆଣ୍ଟିଜେନ୍ କିଟ୍କୁ RMRCକୁ ପଠାଯାଇଛି । ଅପରପକ୍ଷରେ ଉକ୍ତ ବ୍ୟକ୍ତିଙ୍କର RTPCR ପରୀକ୍ଷା କରାଯିବ । RTPCR ରିପୋର୍ଟ ଆସିବା ପରେ ତାଙ୍କୁ କୋଭିଡ୍ ହୋଇଛି ନା ନାହିଁ ସ୍ପଷ୍ଟ କରିବ ସ୍ଵାସ୍ଥ୍ୟ ବିଭାଗ ।ସୂଚନାଯୋଗ୍ୟ ଯେ, ଦୀର୍ଘ ୩ ବର୍ଷ ବ୍ୟବଧାନ ପରେ ଓଡ଼ିଶାକୁ ଫେରିଥିଲା କରୋନା । ଗତ ୨୨ ତାରିଖରେ ଓଡ଼ିଶାରେ ଚିହ୍ନଟ ହୋଇଥିଲେ ପ୍ରଥମ କରୋନା ଆକ୍ରାନ୍ତ । ଆକ୍ରାନ୍ତ ଜଣଙ୍କ ରାଜଧାନୀ ଭୁବନେଶ୍ୱରର ବୋଲି ଜଣାପଡିଥିଲା । ସଂକ୍ରମିତ ଜଣଙ୍କ ଦିଲ୍ଲୀରୁ ଫେରିଥିଲେ । ତେବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ରହିଛି । ଦେଶର ସ୍ଥିତିକୁ ଦେଖି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ…
Author: sanitelevision
ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା । ୭ ବର୍ଷ ପରେ ଆସିଲା କୋର୍ଟଙ୍କ ରାୟ । ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ଦୋଷୀ ସାବ୍ୟସ୍ତ କଲେ ପାଟଣାଗଡ଼ ଏଡିଜେ-୨ କୋର୍ଟ । ୨ ହଜାର ପୃଷ୍ଠାର ଚାର୍ଜସିଟ୍ ଓ ୬୦ରୁ ଅଧିକ ସାକ୍ଷ୍ୟଗ୍ରହଣ ସହ ପ୍ରତିପକ୍ଷଙ୍କ ଜୋରଦାର ଯୁକ୍ତିତର୍କ ପରେ ଦୋଷୀ ସାବ୍ୟସ୍ତ ହୋଇଛି ପୁଞ୍ଜିଲାଲ। ମାମଲାର ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ରାୟ ଶୁଣାଇବେ ପାଟଣାଗଡ ଏଡିଜେ କୋର୍ଟ । ପୁଞ୍ଜିଲାଲକୁ ଆଜୀବନ କାରାଦଣ୍ଡ ସହ ୫୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦିଆଯାଇଛି।
ରାଜ୍ୟ କାହାଣୀ (ଭୁବନେଶ୍ୱର )ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା । ୭ ବର୍ଷ ପରେ ଆସିଲା କୋର୍ଟଙ୍କ ରାୟ । ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ଦୋଷୀ ସାବ୍ୟସ୍ତ କଲେ ପାଟଣାଗଡ଼ ଏଡିଜେ-୨ କୋର୍ଟ । ୨ ହଜାର ପୃଷ୍ଠାର ଚାର୍ଜସିଟ୍ ଓ ୬୦ରୁ ଅଧିକ ସାକ୍ଷ୍ୟଗ୍ରହଣ ସହ ପ୍ରତିପକ୍ଷଙ୍କ ଜୋରଦାର ଯୁକ୍ତିତର୍କ ପରେ ଦୋଷୀ ସାବ୍ୟସ୍ତ ହୋଇଛି ପୁଞ୍ଜିଲାଲ। ମାମଲାର ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ରାୟ ଶୁଣାଇବେ ପାଟଣାଗଡ ଏଡିଜେ କୋର୍ଟ । ପୁଞ୍ଜିଲାଲକୁ ଆଜୀବନ କାରାଦଣ୍ଡ ସହ ୫୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦିଆଯାଇଛି।
ବଢ଼ିଲା ମନ୍ତ୍ରୀ, ଅଫିସର୍ଙ୍କ ମାସିକ ଗାଡ଼ି ଖର୍ଚ୍ଚ । ମାସିକ ଗାଡ଼ି ଖର୍ଚ୍ଚ ବୃଦ୍ଧି କଲେ ରାଜ୍ୟ ସରକାର ।ବୃଦ୍ଧି ପରେ ମନ୍ତ୍ରୀଙ୍କ ଗାଡ଼ି ଖର୍ଚ୍ଚ ୫୦,୪୦୦ ଟଙ୍କା ହୋଇଛି। ସେହିପରି ଜିଲାପାଳ, ଏସ୍ପିଙ୍କ ଗାଡ଼ି ଖର୍ଚ୍ଚ ୪୪, ୪୦୦କୁ ବୃଦ୍ଧି ପାଇଛି।ମନ୍ତ୍ରୀ, ଅଫିସର ଓ VVIP ବ୍ୟବହାର କରୁଥିବା ଘରୋଇ ଗାଡ଼ି ଭଡ଼ା ବୃଦ୍ଧି କରାଯାଇଛି । ପୂର୍ବରୁ ନିର୍ଦ୍ଧାରିତ ଖର୍ଚ୍ଚ ସୀମାରେ ସଂଶୋଧନ କରାଯାଇଛି । ପ୍ରାୟ 6 ବର୍ଷ ପରେ ଭଡ଼ା ସଂଶାଧନ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ।
ଭୟଙ୍କର ଦୁର୍ଘଟଣା । ଟ୍ରାକ୍ଟରକୁ ଧକ୍କା ଦେଲା ଟ୍ରକ୍ , ୨ ମୃତ । ତିନି ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବେତନଟୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ୮ ନମ୍ବର ଜାତୀୟ ରାଜପଥ ବେତନଟୀ ଉପକଣ୍ଠ ଆଗ୍ରିଆ ବଡପୋଲ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମୃତକ ହେଉଛନ୍ତି ଉତ୍ତରପ୍ରଦେଶ ମିରଟ ଅଞ୍ଚଳର ବିଜେନ୍ଦ୍ର ଭାରତୀଙ୍କ ପୁଅ ଅତୁଲ ଭାରତୀ ଏବଂ ହରିୟାଣାର କର୍ଣ୍ଣାଲ ଜିଲ୍ଲା ଅଧୀନ ପଡା ଗାଁର ଜଗଦେବ ଦୋଡ଼ଙ୍କ ପୁଅ ସୁନ୍ଦର ଦୋଡ଼ ବୋଲି ଜଣାପଡିଛି । ଆଜି ସକାଳେ ବାରିପଦାରୁ ବାଲେଶ୍ବର ଟ୍ରାକ୍ଟର ଯୋଗେ ଫେରୁଥିବାବେଳେ ଜାତୀୟ ରାଜପଥ ଆଗ୍ରିଆ ବଡପୋଲ ଠାରେ ଏକ ଦ୍ରୁତଗାମୀ ଟ୍ରକ ପଛପଟୁ ଆସି ଟ୍ରାକ୍ଟର ଉପରେ ମାଡି ଯାଇଥିଲା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଟ୍ରାକ୍ଟରଟି ତିନିଖଣ୍ଡ ହୋଇଯାଇଥିଲା । ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲା । ଦୁର୍ଘଟଣା ପରେ ଟ୍ରକ…
ପୁଣି ଫେରିଛି କରୋନା । ଦିନକୁ ଦିନ ବଢିବାରେ ଲାଗିଛି ସଂକ୍ରମଣ ମାମଲା । ଦେଶରେ ମୋଟ ଆକ୍ଟିଭ କେସ୍ ହଜାରେ ଟପିଛି । ଯାହାକୁ ନେଇ ଚିନ୍ତାର କାରଣ ପାଲଟିଛି ।ଦିଲ୍ଲୀ, ମୁମ୍ବାଇ, ବେଙ୍ଗାଲୁରୁ, ତିରୁଅନନ୍ତପୁରମ ଭଳି କରୋନା ମାମଲା ଦେଖିବାକୁ ମିଳିଛି । ଦକ୍ଷିଣ ଭାରତୀୟ ରାଜ୍ୟ କେରଳ, ତାମିଲନାଡୁ, କର୍ଣ୍ଣାଟକ, ମହାରାଷ୍ଟ୍ର, ଦିଲ୍ଲୀରେ କରୋନା ଚିନ୍ତା ବଢାଇ ଦେଇଛି । ସେହିପରି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଅନୁସାରେ ସବୁଠୁ ଅଧିକ ସଂକ୍ରମିତ କେରଳରୁ ଚିହ୍ନଟ ହେଉଛନ୍ତି । ପରେ ମହାରାଷ୍ଟ୍ର ଓ ଦିଲ୍ଲୀ ରହିଛନ୍ତି । ଏଥିସହ ଦକ୍ଷିଣ ଭାରତ ରାଜ୍ୟରେ ମଧ୍ୟ ସଂକ୍ରମଣରେ ଲଗାମ୍ ଲାଗୁନି ।। ବଢୁଥିବା ସଂକ୍ରମଣକୁ ନେଇ ସତର୍କ ରହିଛି ସ୍ୱାସ୍ଥ୍ୟବିଭାଗ । ଆଜି (ବୁଧବାର) ଅପରାହ୍ଣ ୧୨ଟାରେ ସବୁ ରାଜ୍ୟ ସହ କୋଭିଡ୍ ସ୍ଥିତି ନେଇ ବୈଠକ କରିବେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ। ଏନେଇ ଭିଡିଓ କନଫରରେନ୍ସିଂରେ ସବୁ…
ଜ୍ୟେଷ୍ଠ ଶୁକ୍ଳ ପ୍ରତିପଦ ତିଥିରେ ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।ସନ୍ଧ୍ୟା 7ଟାରୁ ରାତି 11ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବା ନେଇ କୁହାଯାଇଛି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।ଦ୍ବିତୀୟ ଭୋଗମଣ୍ଡପ ନୀତି ସରିଲା ପରେ ମହାପ୍ରଭୁଙ୍କର ବନକଲଲାଗି ନୀତି ଅନୁଷ୍ଠିତ ହେବ । ତେବେ ବନକଲାଗି ନୀତି ଶେଷ ହେବା ପରେ ଅର୍ଥାତ୍ ରାତି 11 ଟାପରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ଭକ୍ତ ।ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।
ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ୨୪ ଘଣ୍ଟା ମଧ୍ୟରେ ଉତ୍ତର ଦିଗରେ ଏହା ଗତି କରିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଜାରି କରିଛି।ଆଗାମୀ ଚାରି ଦିନ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଟକା ପବନ ମଧ୍ୟ ବହିବ । ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ନେଇ ୫ ଜିଲ୍ଲା ଜଗତସିଂହପୁର, ପୁରୀ, ଯାଜପୁର ,କଟକ, ରାୟଗଡ଼ା ଓ କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
ଆଜି ଆସିବ ପାର୍ସଲ ବୋମା ରାୟ । ବଲଙ୍ଗୀର ଜିଲ୍ଲା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଆସିବ ରାୟ । । ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେର ଦଣ୍ଡ ପାଇବେ କି ନାହିଁ ? ଦୋଷୀ ସାବ୍ୟସ୍ତ ହେଲେ ତାଙ୍କ ବିରୋଧରେ କି ଦଣ୍ଡାଦେଶ ହେବ, ତା’ଉପରେ ସମସ୍ତଙ୍କର ରହିଛି ନଜର । ସୂଚନାମୁତାବକ ବୃତ୍ତିଗତ ଶତ୍ରୁତାକୁ କେନ୍ଦ୍ର କରି ଅଧ୍ୟାପକ ପୁଞ୍ଜିଲାଲ ଭଇଁଷା କଲେଜ ଅଧ୍ୟକ୍ଷା ସଂଯୁକ୍ତା ସାହୁଙ୍କ ଘରକୁ ପାର୍ସଲ ବୋମା ପଠାଇଥିବା ଅଭିଯୋଗ ହୋଇଥିଲା । ସଂଯୁକ୍ତାଙ୍କ ପୁଅ ସୌମ୍ୟଶେଖର ସାହୁଙ୍କ ବାହାଘର ୨୦୧୮ ମସିହା ଫେବ୍ରୁଆରୀ ୧୮ ତାରିଖରେ ହୋଇଥିଲା । ବିବାହ ଭୋଜିରେ ପୁଞ୍ଜିଲାଲ୍ ଉପହାର ଭାବେ ପାର୍ସଲ ବୋମା ପଠାଇଥିଲେ । ୨୩ ତାରିଖ ଦିନ ପାର୍ସଲ୍ ଗିଫ୍ଟ ଖୋଲିବା ବେଳେ ବିସ୍ଫୋରଣ ହୋଇଥିଲା । ଏଥିରେ ସୌମ୍ୟ ଶେଖର ଓ ତାଙ୍କ ଜେଜେ ମାଙ୍କର ମୃତ୍ୟୁ ଘଟିଥିଲା । ନବବିବାହିତା…
ଦକ୍ଷିଣ-ପଶ୍ଚିମ ମୌସୁମୀ ଆଗେଇବା ପାଇଁ ପାଗ ଅନୁକୂଳ ରହିଛି। ସେହିପରି ଓଡ଼ିଶା ଉପକୂଳ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ବୁଧବାର ଓ ଗୁରୁବାର ଦୁଇ ଦିନ ପାଇଁ ବିଭିନ୍ନ ସ୍ଥାନକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବୁଧବାର(୨୮ ତାରିଖ) ଜଗତ୍ସିଂହପୁର, ପୁରୀ, କଟକ, କୋରାପୁଟ ଓ ରାୟଗଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି । ଏହି ୫ଟି ସ୍ଥାନକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ବର୍ଷା ସହିତ ୫୦ରୁ ୬୦ କିମି ବେଗରେ ପବନ ବହିପାରେ । ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ବି ବହିବ ବୋଲି ଆକଳନ କରାଯାଇଛି । ପଶ୍ଚିମ…








