ଦେଶର ଗୃହ ମନ୍ତ୍ରଣାଳୟ ବୁଧବାର ଦେଶର ୨୪୪ଟି ଜିଲ୍ଲାରେ ଏକକାଳୀନ ମକ୍ ଡ୍ରିଲ୍ କରିବାକୁ ନିର୍ଦ୍ଦେଶ ଦେଇଛି। ଏହି ଅଭ୍ୟାସ ମଇ ୭ରେ ଅନୁଷ୍ଠିତ ହେବ। ଏଥିରେ ଏୟାର ସାଇରନକୁ ଚେତାବନୀ ଭାବେ ବ୍ୟବହାର କରାଯିବ।। ଆକ୍ରମଣ ହେଲେ ସାଧାରଣ ଲୋକମାନେ କଣ କରିବେ ସେନେଇ ତାଲିମ ଦିଆଯିବ । ଯେକୌଣସି ପରିସ୍ଥିତିରେ ଆକ୍ରମଣ ହେଲେ ସାଧରଣ ଲୋକ ଓ ଛାତ୍ରମାନେ କିଭଳି ସୁରକ୍ଷିତ ସ୍ଥାନକୁ ଯିବେ ତାହାର ଅଭ୍ୟାସ କରିବାକୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି । ଏହି ସମୟରେ ଛାତ୍ର ଏବଂ ନାଗରିକଙ୍କୁ ତାଲିମ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।ଓଡିଶାରେ ୧୨ଟି ସ୍ଥାନରେ ମକ୍ଡ୍ରିଲ ହେବ। ଧାମରା, ଚାନ୍ଦିପୁର, ଭୁବନେଶ୍ୱର, କଟକ, ପୁରୀ, ଭଦ୍ରକ, କେନ୍ଦ୍ରାପଡ଼ା, ଗୋପାଳପୁର, ପାରାଦୀପରେ ମକ୍ଡ୍ରିଲ୍ ହେବା ନେଇ ସୂଚନା ରହିଛି। ଏହାସହ ଅନ୍ୟ ୩ଟି ସ୍ଥାନରେ ବି ହୋଇପାରେ ମକ୍ଡ୍ରିଲ୍ । ଏହାପୂର୍ବରୁ ରବିବାର ଫିରୋଜପୁର କ୍ୟାଣ୍ଟନମେଣ୍ଟ…
Author: sanitelevision
ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନେଇ ମିଳିତ ଜାତିସଂଘ ସୁରକ୍ଷା ପରିଷଦ (UNSC)ର ରୁଦ୍ଧଦ୍ୱାର ବୈଠକ। ପାକିସ୍ତାନର ଅନୁରୋଧ ପରେ ଭାରତ-ପାକିସ୍ତାନ ମଧ୍ୟରେ ଏହି ବୈଠକ ବସିଥିଲା। ଏହି ବୈଠକ କୌଣସି ନିଷ୍କର୍ସ ବାହାରିନଥିଲା। ସୋମବାର UNSCରେ ଦେଢ଼ ଘଣ୍ଟାର ରୁଦ୍ଧଦ୍ୱାର ବୈଠକ ପରେ ପାକିସ୍ତାନ ଲଜ୍ଜାର ସମ୍ମୁଖୀନ ହୋଇଥିଲା। ପହଲଗାମ ଆକ୍ରମଣରେ ଲସ୍ତର-ଇ-ତୋଇବାର ସମ୍ପୃକ୍ତି ନେଇ ପାକିସ୍ତାନକୁ ପ୍ରଶ୍ନ ପଚାରିଲେ ଜାତିସଂଘ ସୁରକ୍ଷା ପରିଷଦ । ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା କରିବା ସହ ପାକିସ୍ତାନକୁ ଭର୍ତ୍ସନା କରାଯାଇଛି । ଜାତିସଂଘ ସୁରକ୍ଷା ପରିଷଦ ବୈଠକ ଜରିଆରେ ଭାରତ ଉପରେ ଅନ୍ତର୍ଜାତୀୟ ଚାପ ପକାଇବାକୁ ଯୋଜନା କରିଥିଲା ପାକିସ୍ତାନ । ହେଲେ ଏହା ଓଲଟା ତାକୁ ହିଁ ଭାରି ପଡିଛି । ପାକିସ୍ତାନ ବାରମ୍ବାର ପରମାଣୁ ଯୁଦ୍ଧର ଧମକ ଦେବା କଥାକୁ ବି ନେଇ ନିନ୍ଦା କରାଯାଇଛି । ଏଭଳି ମନ୍ତବ୍ୟ ରଖି ଉସୁକାଇବା ଭଳି ପରିସ୍ଥିତି ସୃଷ୍ଟି କରୁଥିବାରୁ ପାକିସ୍ତାନକୁ କଡ଼ା…
ସଦ୍ୟ ପ୍ରକାଶିତ ମାଟ୍ରିକ୍ ଫଳର ସାର୍ଟିଫିକେଟ୍ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ୱେବ୍ସାଇଟ୍ରେ ସୋମବାର ସନ୍ଧ୍ୟା ୭ଟାରୁ ଉପଲବ୍ଧ ହୋଇଛି। ୱେବ୍ସାଇଟ୍ରେ ୭ ଦିନ ଯାଏଁ ମାଗଣାରେ ଉପଲବ୍ଧ ରହିବ ମାଟ୍ରିକ ସାର୍ଟିଫିକେଟ୍। ପାସ୍ କରିଥିବା ପରୀକ୍ଷାର୍ଥୀମାନେ ସେମାନଙ୍କ ଡିଜିଟାଲ୍ ସାର୍ଟିଫିକେଟ୍ ଘରେ ବସି ମଧ୍ୟ ପାଇପାରିବେ। ହ୍ବାଟ୍ସଆପରେ ମେସେଜ କଲେ ଆସିଯିବ ସାର୍ଟିଫିକେଟ୍ । ଏନେଇ ବୋର୍ଡ ପକ୍ଷରୁ ଏକ ନମ୍ବର ମଧ୍ୟ ଜାରି କରାଯାଇଛି । 7710085192 ମେସେଜ କରି ଛାତ୍ରଛାତ୍ରୀମାନେ ଆରାମରେ ନିଜର ସାର୍ଟିଫିକେଟ ପାଇପାରିବେ । ତେବେ ଏହା ସମ୍ପୁର୍ଣ୍ଣ ଦେୟମୁକ୍ତ ।ପରୀକ୍ଷାର୍ଥୀମାନେ ୭ ଦିନ ମଧ୍ୟରେ ଏହି ଡିଜିଟାଲ୍ ସାର୍ଟିଫିକେଟ୍ ୱେବ୍ସାଇଟ୍ରୁ ଯେତେଥର ଡାଉନ୍ଲୋଡ୍ କଲେ କୌଣସି ଦେୟ ଦେବାକୁ ପଡ଼ିବ ନାହିଁ। ୭ ଦିନ ପରେ ପ୍ରଥମ ଥର ଡାଉନ୍ଲୋଡ୍ କଲେ କୌଣସି ଦେୟ ଦେବାକୁ ପଡିବ ନାହିଁ। ମାତ୍ର ଏହାପରେ ଡାଉନ୍ଲୋଡ କଲେ ଥରକେ ୫୦୦ ଟଙ୍କା ଅନ୍ଲାଇନ୍ରେ ଦେବାକୁ ପଡିବ…
ଲାଲ୍ କିଲା ଉପରେ ମାଲିକାନା ପାଇଁ ଦାବି କରିଥିବା ଜଣେ ମହିଳାଙ୍କ ଆବେଦନକୁ ସୁପ୍ରିମ୍କୋର୍ଟ ଖାରଜ କରିଛନ୍ତି । ଆବେଦନକାରୀ ହେଉଛନ୍ତି ରଜିୟା ସୁଲତାନା ବେଗମ୍ । ତାଙ୍କର ଦାବି ଯେ ସେ ଶେଷ ମୋଗଲ ବାଦ୍ଶାହ ବାହାଦୁର ଶାହ ଜଫରଙ୍କ ଅଣନାତି ମିର୍ଜା ବେଦାର ବଖ୍ତଙ୍କ ପତ୍ନୀ । ଆଇନଗତ ଉତ୍ତରାଧିକାରୀ ହୋଇଥିବାରୁ ରଜିୟା ନିଜ ଆବେଦନରେ ଲାଲ୍ କିଲାକୁ ତାଙ୍କୁ ଫେରାଇବାକୁ ନଚେତ୍ ୧୮୫୭ ମସିହାରୁ ଆଜି ପର୍ଯ୍ୟନ୍ତ କ୍ଷତିପୂରଣ ଦେବାକୁ କୋର୍ଟରେ ଦାବି କରିଥିଲେ । ସୋମବାର ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠରେ ଏହାର ଶୁଣାଣି କରାଯାଇଛି। ସୁଲତାନା ବେଗମ କେବଳ ଲାଲକିଲ୍ଲା କାହିଁକି ମୋଗଲ ଶାସନକାଳରେ ନିର୍ମିତ ଫତେପୁର ସିକ୍ରି ଦୁର୍ଗର ମାଲିକାନା ସ୍ବତ୍ବ ଦାବି କରିନାହାନ୍ତି ବୋଲି ଶୁଣାଣି ସମୟରେ ଖଣ୍ଡପୀଠ ପ୍ରଶ୍ନ କରିଛନ୍ତି। ଏଥିରୁ ପ୍ରମାଣିତ ହେଉଛି ଯେ ସୁଲତାନାଙ୍କ ଏଭଳି ଦାବି ସମ୍ପୂର୍ଣ୍ଣ ଭିତ୍ତିହୀନ…
ଦୀଘାରେ ଜଗନ୍ନାଥ ମନ୍ଦିର ସମ୍ମୁଖରେ ପୁଣି ବଡ ବଡ ଅକ୍ଷରରେ ଜଗନ୍ନାଥ ଧାମ ପୋଷ୍ଟର ମରାଯାଇଛି । ଦୀଘା ଜଗନ୍ନାଥ ମନ୍ଦିର ଉଦ୍ଘାଟନ ସମୟରେ ଯେଉଁ ଅସ୍ଥାୟୀ କାଗଜ ଓ ଥର୍ମାକୋଲରେ ସେଲ୍ଫି ପଏଣ୍ଟ କରାଯାଇଥିଲା ସେଥିରେ ଦୀଘା ଜଗନ୍ନାଥ ଧାମ ଲେଖାଥିଲା । ୩୦ ତାରିଖ ଉଦ୍ଘାଟନ ପରେ ୧ ତାରିଖ ଦିନ ଟେଣ୍ଡ ମାଲିକ ଖୋଲି ନେଇଥିଲା । କିନ୍ତୁ ପରବର୍ତ୍ତୀ ସମୟରେ ଜଗନ୍ନାଥ ଧାମ ଶବ୍ଦକୁ ହଟାଇବା ପାଇଁ ଜୋରଦାର ପ୍ରତିବାଦ ଓ ବିବାଦ ଦେଖିବାକୁ ମିଳିଥିଲା । ଖାଲି ସେତିକି ନୁହେଁ ୱେବ୍ ସାଇଟ୍ ରେ ମଧ୍ୟ ଜଗନ୍ନାଥ ଧାମ୍ ଦୀଘା ବୋଲି ଲେଖାଯାଇଛି । ଏହାସହ ୱେବସାଇଟ୍ ରେ ଆଉ ଏକ ତ୍ରୁଟି ମଧ୍ୟ ଦେଖିବାକୁ ମିଳିଛି ଯେ ମହାପ୍ରଭୁଙ୍କ ସ୍ଥାନ ଭୂଲ୍ ଚିତ୍ରିତ ହୋଇଛି । ଯାହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି । ସେପଟେ ଦୀଘା ଜଗନ୍ନାଥ ଧାମ…
ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। କମିଛି ତାତି। ଗରମ, ଗୁଳୁଗୁଳିରୁ ମିଳିଛି ଆଶ୍ବସ୍ତି। ଆସନ୍ତା ତିନିଦିନ ଯାଏ ପାଗରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଆଜି ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ନେଇ ୭ ଜିଲ୍ଲା କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ ଓ କେନ୍ଦୁଝରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ମେ ୮ରୁ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଟିଟିଲାଗଡ଼ ସହରର ତାପମାତ୍ରା ୪୦ ଡିଗ୍ରି ଡେଇଁଯିବ। ୯ ତାରିଖ ବେଳକୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଟିଟିଲାଗଡ଼, ଦେବଗଡ଼, ନୟାଗଡ଼, ଅନୁଗୁଳ ସହରର ତାପମାତ୍ରା ୪୧ ଡିଗ୍ରିରେ ପହଞ୍ଚିବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ମାଲଗାନଗିରି ସୀମାନ୍ତ ଛତିଶଗଡ଼ ସୁକମା ଜିଲ୍ଲାରେ ମାଓବାଦୀଙ୍କ ବର୍ବର କାଣ୍ଡ । ନାୟବ ସରପଞ୍ଚଙ୍କୁ ନିର୍ମମ ହତ୍ୟା କରିଛନ୍ତି ମାଓବାଦୀ । ପୋଲିସ୍ ଇନ୍ଫର୍ମର ସନ୍ଦେହରେ ନାୟବ ସରପଞ୍ଚଙ୍କ ଗଳାକାଟି ହତ୍ୟା କରିଛନ୍ତି ।ମୃତକ ହେଲେ ମୁଚାକି ରାମା । ଘଟଣା ପରେ ପୋଲିସ ପକ୍ଷରୁ କମ୍ବିଂ ଅପରେସନ ଜୋରଦାର କରାଯାଇଛି। ତେବେ ନକ୍ସଲଙ୍କୁ ସମ୍ପୂର୍ଣ୍ଣ ସଫା କରିବା ପାଇଁ ସୀମାନ୍ତ ଛତିଶଗଡରେ ଅପରେସନକୁ ଜୋରଦାର କରାଯାଇଛି । ଏହି ଅପରେସନକୁ ମୁଖ୍ୟମନ୍ତ୍ରୀଙ୍କ ସହ ଗୃହମନ୍ତ୍ରୀ ଏବଂ ପୋଲିସର ଉଚ୍ଚ ପଦାଧିକାରୀ ନଜର ରଖିଆସୁଛନ୍ତି । ଏହି କ୍ରମରେ ପୁଣି ସୀମାନ୍ତ ଛତିଶଗଡରେ ମାଓବାଦୀ ମାନେ ତାଙ୍କ ଘୃଣ୍ୟ କାର୍ଯ୍ୟକଳାପ ଆରମ୍ଭ କରିଦେଇଛନ୍ତି ।
ଆତଙ୍କୀଙ୍କ ଉପରେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ । ଏଥିର ନିର୍ଣ୍ଣାୟକ ଲଢ଼େଇ ହେବ ବୋଲି କହିସାରିଛନ୍ତି ପ୍ରଧାନମନ୍ତ୍ରୀ । ଆଉ ଆରପାର ଲଢ଼େଇ ପାଇଁ ଚାଲିଛି ବଡ଼ ପ୍ରସ୍ତୁତି । ମେ’ ୭ ତାରିଖରେ ବାଜିବ ସାଇରନ । ଯୁଦ୍ଧ ସମୟରେ ଯେପରି ସାଇରନ ବାଜିଥାଏ ଠିକ ସେହିପରି ଶବ୍ଦ ଶୁଣିବାକୁ ମିଳିବ । ସମସ୍ତ ରାଜ୍ୟକୁ ମକ ଡ୍ରିଲ କରିବାକୁ ନିର୍ଦ୍ଦେଶ ଦେଇଛି କେନ୍ଦ୍ର । ୧୦ ତାରିଖ ସୁଦ୍ଧା ପୂରା ଦେଶରେ ସରିବ ମକଡ୍ରିଲ୍ । ଏଥିରେ ସାଧାରଣ ଲୋକ ବି ସାମିଲ ହେବେ । ଏହା ପୂର୍ବରୁ ଗୃହ ସଚିବ ଗୋବିନ୍ଦ ମୋହନ ମଙ୍ଗଳବାର ସକାଳ ୧୦ଟା ୪୫ରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି। ଏହି ବୈଠକରେ ରାଷ୍ଟ୍ରୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (NDMA), ରାଷ୍ଟ୍ରୀୟ ବିପର୍ଯ୍ୟୟ ପ୍ରତିକ୍ରିୟା ବଳ (NDRF), ରେଳ ବୋର୍ଡ ଓ ବାୟୁ ସୁରକ୍ଷା ପ୍ରତିନିଧିମାନେ ଉପସ୍ଥିତ ରହିବେ। ଅଧିକାଂଶ ରାଜ୍ୟ ଓ…
ପୁରୀରେ ନୂଆ ବିମାନବନ୍ଦର ନିର୍ମାଣକୁ କେନ୍ଦ୍ର ସରକାରଙ୍କ ମଞ୍ଜୁରୀ ପ୍ରଦାନ କରିଛନ୍ତି । କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ପକ୍ଷରୁ ମଞ୍ଜୁରୀ ଦିଆଯାଇଛି । ପୁରୀ ବିମାନବନ୍ଦର ପ୍ରକଳ୍ପ ଦୀର୍ଘ ଦିନରୁ ଚର୍ଚ୍ଚାରେ ରହିଆସୁଥିଲା। ପୂର୍ବତନ ବିଜେଡି ସରକାର ଏହି ପ୍ରକଳ୍ପ ପାଇଁ ଆନ୍ତରିକତା ଦେଖାଇ ନ ଥିବା ଅଭିଯୋଗ କରି ପୁରୀ ସାଂସଦ ସମ୍ବିତ ପାତ୍ର ଲୋକସଭାରେ ପ୍ରଶ୍ନ ଉଠାଇଥିଲେ। ଏହାର ଉତ୍ତରରେ ବେସାମରିକ ବିମାନଚଳାଚଳ ମନ୍ତ୍ରୀ କିଞ୍ଜରାପୁ ରାମମୋହନ ନାଇଡୁ ସ୍ପଷ୍ଟ କରିଥିଲେ ଯେ ପ୍ରକଳ୍ପର ଅଗ୍ରଗତି ପାଇଁ ରାଜ୍ୟ ସରକାରଙ୍କ ସହଯୋଗ ଆବଶ୍ୟକ। ଏହି ବିମାନବନ୍ଦର ନିର୍ମାଣ ହେଲେ ପୁରୀରେ ପର୍ଯ୍ୟଟନ ଓ ଅର୍ଥନୀତିକୁ ନୂଆ ଗତି ମିଳିବ ବୋଲି ଆଶା କରାଯାଉଛି।ବିମାନବନ୍ଦର ଦ୍ବାରା ପ୍ରମୁଖ ମହାନଗର ମଧ୍ୟରେ ସିଧାସଳଖ ଯୋଗାଯୋଗ ସମ୍ଭବ ହେବ। ଧାର୍ମିକ ପର୍ଯ୍ୟଟନ, ଆଞ୍ଚଳିକ ବିକାଶକୁ ପ୍ରୋତ୍ସାହନ କରିବ ।ଏହି ନିଷ୍ପତ୍ତି ପୁରୀ ଏବଂ ଓଡ଼ିଶା ପାଇଁ ଏକ ଗୁରୁତ୍ବପୂର୍ଣ୍ଣ ମାଇଲଖୁଣ୍ଟ…
ଦୀଘାରେ ଜଗନ୍ନାଥ ଧାମ ନାଁକୁ ନେଇ ବିବାଦ ପ୍ରସଙ୍ଗ । ଆସିଲା ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ସ୍ପଷ୍ଟୀକରଣ । ପ୍ରେସ୍ ରିଲିଜ୍ ଜରିଆରେ ସ୍ପଷ୍ଟ କଲେ ଗଜପତି ମହାରାଜା । ଦୀଘା ଜଗନ୍ନାଥ ମନ୍ଦିର ‘ଜଗନ୍ନାଥ ଧାମ’ ନୁହେଁ । ଜଗନ୍ନାଥ ଧାମ, ଶ୍ରୀପୁରୁଷତ୍ତୋମ କ୍ଷେତ୍ର, ଶ୍ରୀକ୍ଷେତ୍ର କୁହାଯାଇ ପାରିବନି । ମୁକ୍ତି ମଣ୍ଡପ ମତକୁ ଆଧାର କରି ମତ ରଖିଲେ ଗଜପତି ମହାରାଜା ।ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ମୂଳପୀଠ ପୁରୁଷୋତ୍ତମ କ୍ଷେତ୍ର । ଅନ୍ୟ କୌଣସି ସ୍ଥାନକୁ ଧାମ ନାଁ ଦିଆଯାଇପାରିବନି । ଜଗନ୍ନାଥଧାମ, ଶ୍ରୀପୁରୁଷୋତ୍ତମ କ୍ଷେତ୍ର ନାଁ ଦିଆଯାଇପାରିବନି । ଶ୍ରୀକ୍ଷେତ୍ର କିମ୍ବା ନୀଳାଚଳଧାମ ମଧ୍ୟ ଦିଆଯାଇ ପାରିବନି । ଅନ୍ୟ କୌଣସିଠାରେ ସମର୍ପିତ ନୈବେଦ୍ୟ ‘ଶ୍ରୀମହାପ୍ରସାଦ’ ନୁହେଁ ।









