ଦିନକୁ ଦିନ ବଢିବ ଖରାର ପ୍ରକୋପ।ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଓଡ଼ିଶାର ୧୬ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ ଟପିଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମ ଲହରୀ ଲାଗି ରହିବାର ସମ୍ଭାବନା ଥିବାରୁ ଜନସାଧାରଣ ସତର୍କ ରହିବାକୁ ପାଣିପାଗ ବିଭାଗ ଏବଂ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କତା ଜାରି କରାଯାଇଛି।ଝାରସୁଗୁଡ଼ା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। କଳାହାଣ୍ଡି, ନୂଆପଡା, ଦେବଗଡ ଓ ଅନୁଗୋଳ ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇ ଥିବାବେଳେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର ଏବଂ ଢେଙ୍କାନାଳ ଜିଲ୍ଲାର ଅନେକ ସ୍ଥାନରେ ବାୟୁମଣ୍ଡଳର ଆର୍ଦ୍ରତା ପରିମାଣ ଅଧିକ ରହିବା ହେତୁ ପ୍ରଚଣ୍ଡ ଗୁଳୁଗୁଳି ଅନୁଭୂତ ହୋଇପାରେ। ଏଥିପାଇଁ ଉପରୋକ୍ତ ଜିଲ୍ଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇ ଥିବାବେଳେ…
Author: sanitelevision
ଜମ୍ମୁ କଶ୍ମୀର ପହଲଗାମ୍ ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ୫ ଆତଙ୍କବାଦୀଙ୍କୁ ଚିହ୍ନଟ କରାଯାଇଛି। ତେବେ ଏହି ଆକ୍ରମଣରେ ୩ ଜଣ ପାକିସ୍ତାନୀ ନାଗରିକ ଏବଂ ୨ ଜମ୍ମୁ କଶ୍ମୀର ବାସିନ୍ଦା ଥିବା ଜଣାପଡ଼ିଛି। ତେବେ ଗତ ଦୁଇ ଦଶନ୍ଧି ମଧ୍ୟରେ ଏହି ଅଞ୍ଚଳରେ ହୋଇଥିବା ସବୁଠାରୁ ବଡ଼ ଆତଙ୍କବାଦୀ ଆକ୍ରମଣର ଦୋଷୀଙ୍କୁ ଧରିବା ପାଇଁ କର୍ତ୍ତୃପକ୍ଷ ସେମାନଙ୍କର ପ୍ରୟାସକୁ ଜୋରଦାର କରିଛନ୍ତି। ଏହି ସମୟରେ ଜମ୍ମୁ କାଶ୍ମୀର ପୋଲିସ ଏକ ବଡ଼ ଘୋଷଣା କରିଛି। ଅନନ୍ତନାଗ ପୋଲିସ ବୁଧବାର (୨୩ ଏପ୍ରିଲ, ୨୦୨୫) ଏହି ଆକ୍ରମଣରେ ସମ୍ପୃକ୍ତ ଆତଙ୍କବାଦୀଙ୍କ ବିଷୟରେ ସୂଚନା ପାଇଁ ୨୦ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଛି। ଅନନ୍ତନାଗ ପୋଲିସ ‘ଏକ୍ସ’ରେ ଏକ ପୋଷ୍ଟ କରି ଲେଖିଛି ଯେ, ‘ଏହି କାପୁରୁଷ କାର୍ଯ୍ୟରେ ସାମିଲ ଆତଙ୍କବାଦୀଙ୍କ ସୂଚନା ଦେଲେ ଉକ୍ତ ବ୍ୟକ୍ତିଙ୍କୁ ୨୦ଲକ୍ଷ ଟଙ୍କାର ପୁରସ୍କାର ଦିଆଯିବ।’ ପୋଲିସ ଏହା ମଧ୍ୟ କହିଛି ଯେ ସୂଚନାଦାତାଙ୍କ ପରିଚୟ…
ଟିମ୍ ଇଣ୍ଡିଆର ହେଡ୍ କୋଚ୍ ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ । ISIS କାଶ୍ମୀରରୁ ମିଳିଛି ତାଙ୍କୁ ଏହି ଧମକ । ୨୩ ଏପ୍ରିଲରେ ଦିଲ୍ଲୀ ପୋଲିସରେ ଏହି ମାମଲାରେ ଏଫଆଇଆର ଦାଖଲ କରିଛନ୍ତି ଗମ୍ଭୀର । ସେ ତାଙ୍କ ପରିବାର ପାଇଁ ସୁରକ୍ଷା ମଧ୍ୟ ଦାବି କରିଛନ୍ତି। କୁହାଯାଉଛି ଯେ ଗମ୍ଭୀରଙ୍କୁ ଇମେଲ୍ ମାଧ୍ୟମରେ ଧମକ ଆସିଛି । ପୋଲିସ ଅଧିକାରୀଙ୍କ ସୂଚନା ଅନୁସାରେ, ଇମେଲ ପଠାଇଥିବା ବ୍ୟକ୍ତିକୁ ଚିହ୍ନଟ କରିବାକୁ ପ୍ରୟାସ ଚାଲିଛି । ଏଥିପାଇଁ ସାଇବର ସେଲର ଟିମ୍ ଇମେଲ ଟ୍ରାକ କରିବା ସହ ଟେକ୍ନିକାଲ ବିଶ୍ଳେଷଣ କରୁଛି । ତେବେ ଏଯାଏଁ ଏହି ମେଲ କିଏ ପଠାଇଛି ସେନେଇ କୌଣସି ସ୍ପଷ୍ଟ ତଥ୍ୟ ମିଳିପାରିନାହିଁ ।ଇମେଲ୍ ଲେଖା ଯାଇଛି I Will Kill you ।
ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଓଡ଼ିଶାର ୧୬ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ ଟପିଛି । ଫଳରେ ରାଜ୍ୟରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇପଡିଛି ଜନଜୀବନ । ଆଉ ଏହାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଆଜି ଠାରୁ ସମସ୍ତ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟକୁ ଛୁଟି ଘୋଷଣା କରିଛି ଉଚ୍ଚଶିକ୍ଷା ବିଭାଗ ।ବିଭାଗର ଉପନିର୍ଦ୍ଦେଶକ ରଜତ କୁମାର ମାନସିଂହ ଏନେଇ ସମସ୍ତ ରେଜିଷ୍ଟ୍ରାର, ପିଜି କାଉନସିଲ୍ ଚେୟାରମ୍ୟାନ, ପ୍ରିନ୍ସିପାଲଙ୍କୁ ପତ୍ର ଲେଖି ଅବଗତ କରାଇଛନ୍ତି। ଉକ୍ତ ଚିଠିରେ ସେ ଉଲ୍ଲେଖ କରିଛନ୍ତି ଯେ, ସରକାରଙ୍କ ନିର୍ଦ୍ଦେଶାନୁସାରେ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକ ଛାତ୍ରୀଛାତ୍ରଙ୍କ ଲାଗି ଅନ୍ୟାଦେଶ ପର୍ଯ୍ୟନ୍ତ ବନ୍ଦ ରହିବ। ହେଲେ ଶିକ୍ଷକ ଓ ଅଣଶିକ୍ଷକମାନେ ନିୟମିତ ଭାବେ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟକୁ ଆସିବେ। ସମସ୍ତ ଶିକ୍ଷକ ଓ ଅଣ-ଶିକ୍ଷକ କର୍ମଚାରୀ ସାଧାରଣ ଶିକ୍ଷା କ୍ୟାଲେଣ୍ଡର ଅନୁଯାୟୀ ନିୟମିତ ଭାବରେ କାର୍ଯ୍ୟାଳୟରେ ଯୋଗଦେବେ।ସୂଚନାଯୋଗ୍ୟ, ଗତକାଲି ମଙ୍ଗଳବାର ଅଙ୍ଗନଓ୍ବାଡ଼ି,…
ଆଜି ଜାତୀୟ ପଞ୍ଚାୟତିରାଜ ଦିବସ । ସ୍ବାଧୀନ ଭାରତର ପ୍ରଥମ ରାଜ୍ୟ ଭାବେ ରାଜସ୍ଥାନ ସରକାର ୧୯୫୩ ମସିହାରେ ପଞ୍ଚାୟତ ବ୍ୟବସ୍ଥାକୁ କାର୍ଯ୍ୟକାରୀ କରିଥିଲେ। ତେବେ ୧୯୫୭ରେ ତତ୍କାଳୀନ ସାଂସଦ ବଳବନ୍ତରାଓ ମେହେଟ୍ଟାଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିର ସୁପାରିସ ଆଧାରରେ ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥା ପ୍ରଚଳିତ ହେଲା। ଏହି ତ୍ରିସ୍ତରୀୟ ପଞ୍ଚାୟତ ବ୍ୟବସ୍ଥା ୧୯୫୯ ଅକ୍ଟୋବର ୨ରେ ରାଜସ୍ଥାନର ନାଗୌରଠାରେ ଉଦ୍ଘାଟିତ ହୋଇଥିଲା। ସମୟ ସ୍ରୋତରେ ଅନେକ ସଂଶୋଧନ, ପରିବର୍ତ୍ତନ ଓ ପରୀକ୍ଷା ନିରୀକ୍ଷା ପରେ ୧୯୯୨ ଏପ୍ରିଲ ୨୪ରେ ସମ୍ବିଧାନର ୭୩ତମ ସଂଶୋଧନ ବଳରେ ଏହି ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥା ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ କାର୍ଯ୍ୟକାରୀ ହେଲା। ଏହି ଆଇନ ପଞ୍ଚାୟତିରାଜ ବ୍ୟବସ୍ଥାରେ ଏକ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିଲା। ସେଇଥିପାଇଁ ଏପ୍ରଲ ୨୪ ତାରିଖକୁ ‘ଜାତୀୟ ପଞ୍ଚାୟତିରାଜ ଦିବସ’ ରୂପେ ପାଳନ କରାଯାଇଆସୁଛି। ଏହି ସଂଶୋଧନ ଅନୁସାରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଅଧୀନରେ ଥିବା ୨୯ଟି ବିଷୟ ପଞ୍ଚାୟତିରାଜ…
ପହଲଗାମ ଆକ୍ରମଣକୁ ନେଇ ସାରା ଦେଶ ସ୍ତବ୍ଧ ହୋଇଯାଇଛି। ଏହି ଘଟଣାରେ ଓଡ଼ିଶାର ୨ଜଣ ପୁଅ ମୃତ୍ୟୁବରଣ କରିଛନ୍ତି। ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ହେବ ଶେଷକୃତ୍ୟ। ଆଜି ଭୋରରେ ବାଲେଶ୍ୱର ଇସାଣୀରେ ପହଞ୍ଚିଛି ମରଶରୀର। । ବିମାନବନ୍ଦରରେ ଉପମୁଖ୍ୟମନ୍ତ୍ରୀ ଓ ରାଜସ୍ୱ ମନ୍ତ୍ରୀଙ୍କ ଉପସ୍ଥିତ ଥିଲେ। ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ସାରା ଗାଁ ଶୋକରେ ବୁଡିଛି, ଆଉ ପ୍ରଶାନ୍ତଙ୍କ ଶେଷ ଦର୍ଶନ ପାଇଁ ପହଂଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶେଷ ଦର୍ଶନରେ ମୁଖ୍ୟମନ୍ତ୍ରୀଙ୍କ ସହ ଅଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ଅନ୍ୟ କିଛି ଦଳୀୟ ନେତା । ମୁଖ୍ୟମନ୍ତ୍ରୀ ପ୍ରଶାନ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଶେଷ ଦର୍ଶନ ବେଳେ ମୁଖ୍ୟମନ୍ତ୍ରୀ ନିଜେ ଭାବବିହ୍ୱଳ ହୋଇପଡିଥିଲେ ।। ମୃତ ପ୍ରଶାନ୍ତଙ୍କ ପରିବାର ବର୍ଗଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଶାନ୍ତଙ୍କ ପରିବାରକୁ ୨୦…
ଆଜି ମିଳିବ ସୁଭଦ୍ରା ଟଙ୍କା। ପଞ୍ଚାୟତିରାଜ ଦିବସରେ ପୁରୀଠାରେ ସୁଭଦ୍ରା ଟଙ୍କା ଦେବେ ସରକାର। ସୁଭଦ୍ରା ଯୋଜନାକୁ ନେଇ ପ୍ରଭାତୀ ପରିଡ଼ାଙ୍କ ଏହି ଘୋଷଣା କରିଛନ୍ତି। ୧ ଲକ୍ଷ ୭୦ ହଜାର ମହିଳା ପାଇବେ ସୁଭଦ୍ରା ଟଙ୍କା। ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ।ମାର୍ଚ୍ଚ ୩୧ ସୁଦ୍ଧା ଆବେଦନ କରିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଏପ୍ରିଲ ୨୪ ତାରିଖରେ ମିଳିବ ସୁଭଦ୍ରା ଟଙ୍କା। ତେବେ ଜାତୀୟ ପଞ୍ଚାୟତିରାଜ ଦିବସରେ ପୁରୀରେ ଏକ ସ୍ବତନ୍ତ୍ର ସଭାର ଆୟୋଜନ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାସନ କାର୍ଡ ଓ ସୁଭଦ୍ରା ସହାୟତା ବଣ୍ଟନ କରିବେ। ରାସନକାର୍ଡ ପାଇଁ ଦୀର୍ଘଦିନ ଧରି ଅପେକ୍ଷା କରିଥିବା ଆବେଦନକାରୀଙ୍କ ମଧ୍ୟରୁ ୫ଲକ୍ଷ ୯୦ ହଜାର ଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇଛି। ଆଜି ପଞ୍ଚାୟତିରାଜ ଦିବସରୁ ନୂଆ ରଙ୍ଗୀନ କାର୍ଡ ବଣ୍ଟନ କରାଯିବ। ଏଥିପାଇଁ ବ୍ଳକ ଓ ପୌରାଞ୍ଚଳରେ ସ୍ବତନ୍ତ୍ର ଉତ୍ସବ ଆୟୋଜନ କରାଯିବ।
ମଙ୍ଗଳବାର ଅପରାହ୍ନରେ ଜମ୍ମୁ-କଶ୍ମୀରର ପହଲଗାମ୍ ଜିଲାରେ ହୋଇଥିବା ଆତଙ୍କବାଦୀଙ୍କ ଆକ୍ରମଣରେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍ ଲାଠୋର ଗ୍ରାମର ଦିନେଶ ଅଗ୍ରୱାଲ(୪୫) ପ୍ରାଣ ହରାଇଛନ୍ତି। ଏହି ଖବର ବୁଧବାର ଜଣାପଡିବା ପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି। ଦୀନେଶ ୨୦ତମ ବିବାହ ବାର୍ଷିକୀ ମନାଇବା ପାଇଁ ସ୍ତ୍ରୀ, ପୁଅ ଓ ଝିଅଙ୍କ ସହ କାଶ୍ମୀର ଯାଇଥିଲେ । ଦିନେଶ ଲାଠୋର ଗ୍ରାମର ସ୍ବର୍ଗତ ପ୍ରୟାଗଚାନ୍ଦ ଅଗ୍ରୱାଲଙ୍କ ସାନ ପୁଅ l ସେ ଗ୍ରାମର ଶ୍ରୀ ଦୁର୍ଗେଶ୍ୱରୀ ଉଚ୍ଚ ବିଦ୍ୟାଳୟରେ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ିବା ପରେ ବାପାଙ୍କ ବ୍ୟବସାୟ ସମ୍ଭାଳିଥିଲେ। ପ୍ରାୟ ୧୦ ବର୍ଷ ହେବ ଦିନେଶ ଛତିଶଗଡ଼ ରାୟପୁରକୁ ପରିବାର ସହ ଯାଇ ସେଠାରେ ଷ୍ଟିଲ ବ୍ୟବସାୟ କରୁଥିଲେ। ଜଣେ ଜଣାଶୁଣା ବ୍ୟବସାୟୀ ଭାବେ ସେଠାରେ ପରିଚିତ ଥିଲେ। ସେହିପରି ଜମ୍ମୁ କଶ୍ମୀରର ପହଲଗାମରେ ମଙ୍ଗଳବାର ଅପରାହ୍ଣରେ ଘଟିଥିବା ଆତଙ୍କବାଦୀଙ୍କ ଗୁଳିମାଡ଼ର ଶିକାର ହୋଇଛନ୍ତି ବାଲେଶ୍ବର ଜିଲ୍ଲାର ରେମୁଣା…
କାଶ୍ମୀରର ପହଲଗାମରେ ସାଧାରଣ ଲୋକଙ୍କ ରକ୍ତରେ ହୋଲି ଖେଳିଥିବା ଆତଙ୍କୀ ଓ ତାଙ୍କ ଗୁରୁମାନଙ୍କ ଉପରେ ଖୁବଶୀଘ୍ର ପ୍ରଚଣ୍ଡ ପ୍ରହାର ହେବ । ଏନେଇ ରକ୍ଷାମନ୍ତ୍ରୀ ରାଜନାଥ ସିଂ ବୁଧବାର ଦିନ ଅପରେସନ ପହଲଗାମ ଘୋଷଣା କରିଛନ୍ତି । ସେ କହିଛନ୍ତି କି, ସରକାର ପ୍ରତିଟି ମାମଲାର ପ୍ରତିଶୋଧ ନେବେ ଯାହା ଜରୁରି ଓ ଉପଯୁକ୍ତ ।ଆକ୍ରମଣକାରୀ ଆତଙ୍କବାଦୀ ଏବଂ ଘଟଣା ପଛର ମାଷ୍ଟରମାଇଣ୍ଡ ଖୁବଶୀଘ୍ର ଉଚିତ ଏବଂ ବଡ଼ ଧରଣର ଜବାବ ପାଇବେ ବୋଲି ସେ ଚେତାବନୀ ଦେଇଛନ୍ତି।ରାଜନାଥ ସିଂ ଦେଶବାସୀଙ୍କୁ ନିର୍ଭୟରେ ରହିବାକୁ ପ୍ରତିଶ୍ରୁତି ଦେଇଛନ୍ତି । ସେ କହିଛନ୍ତି ଯେ, ଏବେ କେବଳ ଆତଙ୍କବାଦୀ ନୁହଁନ୍ତି ବରଂ ଆତଙ୍କବାଦୀଙ୍କୁ ପ୍ରୋତ୍ସାହନ ଦେଉଥିବା ସଂଗଠନଗୁଡିକ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ । ଭାରତ ଏତେ ପୁରୁଣା ସଭ୍ୟତା ଓ ଏତେ ପୁରୁଣା ଦେଶ ଏହାକୁ ଆତଙ୍କବାଦୀଙ୍କ ଦ୍ୱାରା ଆକ୍ରମଣ କରି ଭୟଭୀତ କରାଯାଇପାରିବ ନାହିଁ । ଏଥିରେ ସଂପୃକ୍ତ ବ୍ୟକ୍ତିଙ୍କୁ…
ଏଣିକି ଅଙ୍ଗନବାଡ଼ି ସୁପରଭାଇଜର ପାଇଁ ସର୍ବନିମ୍ନ ଯୋଗ୍ୟତା ସ୍ନାତକ ରଖାଯାଇଛି। ପୂର୍ବରୁ ଅଙ୍ଗନବାଡ଼ି ସୁପରଭାଇଜରଙ୍କ ପାଇଁ ଯୋଗ୍ୟତା ମାଟ୍ରିକ ଥିଲା। ମନ୍ତ୍ରୀ ପରିଷଦ ଏବଂ ରାଜ୍ୟ କ୍ୟାବିନେଟ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ହୋଇଛି। ଏହାସହ ଅବକାରୀ ବିଭାଗ ନିୟମ ୨୦୧୭ ସଂଶୋଧନ ହୋଇଛି । ଅନୁସୂଚିତ ଜାତି ଜନଜାତିର କ୍ୟାଡର ପୁନଃଗଠନ କରାଯାଇ ୨୪ଟି ପଦବି ତିଆରି କରାଯିବ । ଅବକାରୀ କନେଷ୍ଟବଳ ଡିଭିଜନ ବଦଳାଯାଇ ଜିଲ୍ଲା କ୍ୟାଡର କରାଯାଇଛି ।୧୦୮ କୋଟି ଟଙ୍କା ବ୍ୟୟ ବରାଦରେ ବୈତରଣୀ ବାମ ଓ ଡାହାଣ କେନାଲ କାର୍ଯ୍ୟ ହେବ। ଏଥିସହିତ ଭଦ୍ରକ, ବାଲେଶ୍ବର, କେନ୍ଦୁଝରର ୬୦ ହଜାର ହେକ୍ଟର ଜମି ଜଳସେଚିତ ହେବ। ଆଗାମୀ ୫ ବର୍ଷ ପାଇଁ ୧୦୮ ସେବା ପାଇଁ ୨୩୯୮ କୋଟି ଟଙ୍କା ମଞ୍ଜୁରୀ କରାଯାଇଥିବା ମନୋଜ ଆହୁଜା ସୂଚନା ଦେଇଛନ୍ତି।









