ମ୍ୟାନମାର୍ରେ ହୋଇଥିବା ଭୟଙ୍କର ଭୂକମ୍ପ ପରେ, ଭାରତ ତୁରନ୍ତ ମାନବୀୟ ସହାୟତା ଭାବରେ ୧୫ ଟନ୍ରୁ ଅଧିକ ରିଲିଫ ସାମଗ୍ରୀ ପଠାଇଛି। ଭାରତୀୟ ବାୟୁସେନା (IAF)ର C-୧୩ ଓ ଜେ ବିମାନ ହିଣ୍ଡନ ବାୟୁସେନା ଷ୍ଟେଶନରୁ ଉଡ଼ାଣ ଭରି ରିଲିଫ୍ ସାମଗ୍ରୀ ଧରି ମ୍ୟାନ୍ମାର୍ରେ ପହଞ୍ଚିଥିଲା। ପର୍ଯ୍ୟାପ୍ତ ପରିମାଣରେ ତମ୍ବୁ ସାଙ୍ଗକୁ କମ୍ବଳ, ଖାଦ୍ୟ, ଜଳ ବିଶୋଧକ, ସ୍ୱାସ୍ଥ୍ୟ କିଟ୍, ସୌର ଲ୍ୟାମ୍ପ, ଜେନେରେଟର ସେଟ୍ ଏବଂ ଅତ୍ୟାବଶ୍ୟକ ଔଷଧିୟ ସାମଗ୍ରୀ ପଠାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ମିଆଁମାର ଏବଂ ଥାଇଲ୍ୟାଣ୍ଡରେ ହୋଇଥିବା ବିଶାଳ ଭୂମିକମ୍ପରୁ ସୃଷ୍ଟି ହୋଇଥିବା ପରିସ୍ଥିତି ଉପରେ ଚିନ୍ତା ପ୍ରକଟ କରିଛନ୍ତି । ଏଭଳି ଦୁଃଖଦ ମୁହୂର୍ତ୍ତରେ ଭାରତ ଉଭୟ ଦେଶସହ ଛିଡ଼ାହେବା ସହ ସମସ୍ତ ପ୍ରକାର ସହାୟତା ଯୋଗାଇବାକୁ ପ୍ରସ୍ତୁତ ଥିବା ପ୍ରଧାନମନ୍ତ୍ରୀ କହିଛନ୍ତି । ନ୍ୟାଶନାଲ ସେଣ୍ଟର ଫର୍ ସିସ୍ମୋଲୋଜି (NCS) ଅନୁଯାୟୀ, ଶୁକ୍ରବାର ମ୍ୟାନ୍ମାରରେ ୭.୨ ତୀବ୍ରତାର ଏକ ଭୂକମ୍ପ…
Author: sanitelevision
ସୁଜାତା କାର୍ତ୍ତିକେୟନଙ୍କୁ ନେଇ ବଡ଼ ଖବର। IAS ଚାକିରିରୁ ଅବସର ନେଇଛନ୍ତି ସୁଜାତା କାର୍ତ୍ତିକେୟନ।୧୫ ଦିନ ତଳେ ସେ କେନ୍ଦ୍ର ନିକଟରେ ଭିଆରଏସ୍ ପାଇଁ ଆବେଦନ କରିଥିଲେ । କେନ୍ଦ୍ର ସରକାର ଭିଆରଏସକୁ ମଞ୍ଜୁରି ଦେଇଥିବା ଜଣାପଡ଼ିଛି । ୨୦୦୦ ବ୍ୟାଚ୍ ର ଆଇଏଏସ୍ ଅଫିସର ହେଉଛନ୍ତି ସୁଜାତା କାର୍ତ୍ତିକେୟନ୍ । ବିଜେଡି ନେତା ଭିକେ ପାଣ୍ଡିଆନ୍ଙ୍କ ପତ୍ନୀ ହେଉଛନ୍ତି ସୁଜା କାର୍ତ୍ତିକେୟନ୍ । ପୂର୍ବରୁ ଭିଆର୍ଏସ୍ ନେଇ ଭିକେ ପାଣ୍ଡିଆନ୍ ମଧ୍ୟ ରାଜନୀତିକୁ ଆସିଥିଲେ । ଏବେ ସ୍ବେଚ୍ଛାକୃତ ଅବସର ଗ୍ରହଣ କରିବା ଖବର ପରେ ଏବେ ତାଙ୍କର ଆଗାମୀ ଷ୍ଟେପ ଉପରେ ସମସ୍ତଙ୍କ ନଜର ରହିଛି ।
୧୨ ବର୍ଷୀୟ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ। ଧରାପଡି ଛେଚା ଖାଇଲେ ଫରେଷ୍ଟର। ଶେଷରେ ବନ୍ଧା ହୋଇ ଜେଲ ଗଲେ। ରାୟଗଡ଼ା ଜିଲ୍ଲା ଗୁଣପୁର ପଦ୍ମପୁର ଅଞ୍ଚଳରେ ଘଟିଛି ଏପରି ଅମାନବୀୟ ଘଟଣା । ନରସିଂହ ଶତପଥୀ ଗୁଡ଼ାରି ରେଞ୍ଜ ଅଧିନସ୍ଥ କେନ୍ଦୁଗୁଡ଼ା ସେକ୍ସନର ଫରେଷ୍ଟର ଭାବେ କାର୍ଯ୍ୟରତ ଅଛନ୍ତି । ସୂଚନା ଅନୁସାରେ ଶୁକ୍ରବାର ନରସିଂହଙ୍କ ପଡ଼ିଶା ଘରେ ରହି ପାଠ ପଢୁଥିବା ଜଣେ ୧୨ ବର୍ଷୀୟ ନାବାଳିକାକୁ ପ୍ରଲୋଭନ ଦେଖାଇ ଘର ଭିତରକୁ ଡ଼ାକି ଦୁଷ୍କର୍ମ ପାଇଁ ଉଦ୍ୟମ କରିଥିଲେ । ତେବେ ଏହି ସମୟରେ ନାବାଳିକାଙ୍କ ସହିତ ଥିବା ଅନ୍ୟ ଜଣେ ଝିଅ ପରିବାର ଲୋକଙ୍କୁ ଜଣାଇଥିଲେ । ପରିବାରଲୋକ ଖବର ପାଇ ଫରେଷ୍ଟର ନରସିଂହଙ୍କ ଘରକୁ ଯାଇ ନାବାଳିକାଙ୍କୁ ଉଦ୍ଧାର କରିଥିଲେ । ଏହାପରେ ଗ୍ରାମବାସୀମାନେ ଫରେଷ୍ଟରକୁ କାବୁ କରି ମାଡ଼ ମାରିଥିଲେ। କେନ୍ଦୁଗୁଡା ଫାଣ୍ଡି ପୁଲିସ ସୂଚନା ପାଇ ପଦ୍ମପୁର ଥାନା ଆଇଆଇସି ଧରଣୀଧର ପ୍ରଧାନଙ୍କୁ…
ସୁନା ଦର ଶୁକ୍ରବାର ୧୦ ଗ୍ରାମ୍ ପ୍ରତି ୧,୧୦୦ ଟଙ୍କା ବୃଦ୍ଧି ପାଇ ଜାତୀୟ ରାଜଧାନୀରେ ୯୨,୧୫୦ ଟଙ୍କାରେ ପହଞ୍ଚତ୍ଛି। ବିଦେଶୀ ବଜାରରେ ସୁନା ଦର ବଢ଼ିଥିବାରୁ ଘରୋଇ ବଜାରରେ ମହଙ୍ଗା ହୋଇଥିବା ଅଲ୍ ଇଣ୍ଡିଆ ସରାଫା ଆସୋସିଏଶନ କହିଛି।ରୁପାର କିଲୋପିଛା ଦାମ୍ ୩୦୦୦ ଟଙ୍କା ବୃଦ୍ଧି ପାଇ ୧,୧୪,୦୦୦ ଟଙ୍କା ହୋଇଛି। ଗତ ତିନି ଦିନ ଭିତରେ ରୁପା ୪୦୦୦ ଟଙ୍କା ମହଙ୍ଗା ହୋଇଛି । ଏହା ପୂର୍ବରୁ ଚଳିତ ମାସ ୧୯ରେ ରୁପା ୧,୧୪,୦୦୦ ଟଙ୍କା ସ୍ତରରେ ଥିଲା ।
OWSSB ( ଓଡ଼ିଶା ଜଳ ଯୋଗାଣ ଏବଂ ସ୍ୱେରେଜ୍ ବୋର୍ଡ ) ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ କରାଯାଇଛି । ଏକାକାଳୀନ ୭ଟି ସ୍ଥାନରେ ଚାଲିଛି ଚଢାଉ । ସ୍ବରେଜ ଟ୍ରିଟମେଣ୍ଟ ପ୍ଲାଣ୍ଟରେ ଇନଚାର୍ଜ ଭାବେ କାର୍ଯ୍ୟରତ ଅଛନ୍ତି । ଖୋର୍ଦ୍ଧା, ଭୁବନେଶ୍ବର ଘର ସମେତ କଟକର ସଂପର୍କୀୟଙ୍କ ଘରେ ରେଡ୍ । ଚଢାଉରେ ୭ ଡିଏସପି, ୯ ଇନସ୍ପେକ୍ଟର, ୧୦ ଏଏସଆଇ ସାମିଲ ହୋଇଛନ୍ତି । ତେବେ ବର୍ତ୍ତମାନ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ ।
ଦୀର୍ଘଦିନ ପରେ ପୁଣି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓ ଅବସରପ୍ରାପ୍ତ ଆଇଏଏସ ଭି.କେ ପାଣ୍ଡିଆନ୍ଙ୍କୁ ଏକାଠି ଦେଖିବାକୁ ମିଳିଛି। ୨୦୨୪ ନିର୍ବାଚନ ପରେ ନବୀନଙ୍କ ସହ ପାଣ୍ଡିଆନ୍ଙ୍କୁ ଦେଖିବାକୁ ମିଳୁ ନ ଥିଲା। ଦଳୀୟ ନେତା ନବୀନ ନିବାସରେ ପାଣ୍ଡିଆନ୍ଙ୍କୁ ଭେଟୁଥିଲେ ମଧ୍ୟ ନବୀନଙ୍କ ସହ ଗୋଟିଏ ଫ୍ରେମ୍ରେ ସେ ନଜର ଆସୁନଥିଲେ। ତେବେ ନିକଟରେ ନବୀନ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନ୍ଙ୍କ ଦ୍ୱାରା ଆୟୋଜିତ ବିରୋଧୀ ଦଳଗୁଡ଼ିକର ଏକ ବୈଠକକୁ ସମର୍ଥନ ଦେଇ ଚର୍ଚ୍ଚାରେ ରହିଛନ୍ତି। ଏହି ବୈଠକ ନିର୍ବାଚନ ମଣ୍ଡଳୀ ଡିଲିମିଟେସନ ଆଲୋଚନା ପାଇଁ ଆୟୋଜିତ ହୋଇଥିଲା। ଏହା ପୂର୍ବରୁ ସେ ସମଦୂରତା ନୀତି ଅବଲମ୍ବନ କରୁଥିବା ବେଳେ ଏବେ ତାଙ୍କ ରାଜନୈତିକ ରଣନୀତିରେ ପରିବର୍ତ୍ତନ ଆସୁଛି ବୋଲି ଚର୍ଚ୍ଚା ଜୋର ଧରିଛି। ରାଜନୈତିକ ବିଶ୍ଲେଷକମାନେ ଅନୁମାନ କରୁଛନ୍ତି ଯେ, ବିଜେଡିର ଦୀର୍ଘସ୍ଥାୟୀ ସ୍ଥିତି ପାଇଁ ନବୀନ ବିରୋଧୀ ଦଳଗୁଡ଼ିକ ସହ…
ସମାଜ ଏବଂ ସମ୍ବିଧାନ ପ୍ରତି ତାଙ୍କ ଅବଦାନ ଅତୁଳନୀୟ। ସେଥିପାଇଁ କେନ୍ଦ୍ର ସରକାର ଶୁକ୍ରବାର ଦିନ ୧୪ ଏପ୍ରିଲକୁ ଡକ୍ଟର ଭୀମରାଓ ରାମଜୀ ଆମ୍ବେଦକରଙ୍କ ଜନ୍ମବାର୍ଷିକୀକୁ ସାଧାରଣ ଛୁଟି ଘୋଷଣା କରିଛନ୍ତି।କେନ୍ଦ୍ର ମନ୍ତ୍ରୀ କହିଛନ୍ତି, ସମ୍ବିଧାନର ସ୍ଥପତି, ସମାଜରେ ସମାନତାର ଏକ ନୂତନ ଯୁଗ ପ୍ରତିଷ୍ଠା କରିଥିବା ବ୍ୟକ୍ତି, ଆମର ପୂଜ୍ୟ ବାବା ସାହେବ ଡକ୍ଟର ଭୀମରାଓ ଆମ୍ବେଦକର ଜୀଙ୍କ ଜନ୍ମ ବାର୍ଷିକୀରେ ସରକାରୀ କ୍ଷେତ୍ରରେ ସାଧାରଣ ଛୁଟି ରହିବ। ଏହି ନିଷ୍ପତ୍ତି ନେଇ ବାବା ସାହେବଙ୍କ ଜଣେ ଉତ୍ସର୍ଗୀକୃତ ଅନୁଗାମୀ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶର ଭାବନାକୁ ସମ୍ମାନ ଦେଇଛନ୍ତି ବୋଲି କହିଛନ୍ତି ସଂସ୍କୃତି ମନ୍ତ୍ରୀ।
ଭାରତରେ ଅତ୍ୟାଚାର, ନିର୍ଯାତନା ଆଦି ମାମଲା ବଢ଼ିବାରେ ଲାଗିଛି । ଏଥିରୁ ବାଦ୍ ପଡ଼ିନି ଓଡ଼ିଶା । ଗତ ମାସ ମଧ୍ୟରେ ୨୪୮୩ ଜଣଙ୍କୁ ନିର୍ଯାତନା ମାମଲା ସାମ୍ନାକୁ ଆସିଛି । ଏନେଇ ଆଜି ଗୃହରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।ଗତ ୨୦୨୪ ଜୁନ୍ରୁ ୨୦୨୫ ଫେବ୍ରୁଆରୀ ଶେଷ ସୁଦ୍ଧା ସର୍ବମୋଟ ୨୪୮୩ଟି ଅନୁସୂଚିତ ଜାତି ଓ ଜନଜାତି ନିର୍ଯାତନା ଘଟଣା ରାଜ୍ୟର ବିଭିନ୍ନ ଥାନାରେ ପଞ୍ଜୀକୃତ ହୋଇଛି । ତେବେ ଏହି ମାମଲାଗୁଡ଼ିକର ତଦନ୍ତ ଉପ ଆରକ୍ଷୀ ଅଧିକ୍ଷକ(DSP) ପାହ୍ୟାରେ କରାଯାଉଛି । ସର୍ବାଧିକ ଯାଜପୁରରେ ୨୬୯, କଟକରେ ୧୫୯, ଜଗତସିଂହପୁରରେ ୧୫୭ଟି ନିର୍ଯାତନା ଘଟଣା ଘଟିଛି ।
ସକାଳୁ ଲେମ୍ବୁପାଣି ପିଇଲେ ଅନେକ ଉପକାର ମିଳିଥାଏ । ଲେମ୍ବୁପାଣିରେ ପୋଟାସିୟମ, ଫୋଲେଟ, ଆଣ୍ଟି ଅକ୍ସିଡାଣ୍ଟ, ଭିଟାମିନ ସି ଆଦି ତତ୍ତ୍ୱ ରହିଥାଏ। ଲେମ୍ବୁପାଣିରେ ଥିବା କ୍ୟାଲସିୟମ ଅକ୍ସାଲେଟ କିଡନୀ ଷ୍ଟୋନ ସମସ୍ୟା ଦୂର କରିଥାଏ। ତେଣୁ ସକାଳେ ଏଥିରୁ ଅଧାଗ୍ଲାସ ପିଇଲେ ବହୁ ଫାଇଦା ମିଳେ। ଏଗୁଡିକ ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ ବୋଲି ବିବେଚନା କରାଯାଏ । ଲେମ୍ବୁରେ ଭିଟାମିନ୍ ଏବଂ ମିନେରାଲ୍ସ ପରି ଅନେକ ପୋଷକ ତତ୍ତ୍ୱ ରହିଥାଏ । ଯାହା ରୋଗ ସହିତ ଲଢ଼ିବାରେ ସାହାଯ୍ୟ କରେ । ସର୍ବପ୍ରଥମେ ଏହା ଆମର ଇମ୍ୟୁନିଟି ସିଷ୍ଟମକୁ ମଜବୁତ କରିବାରେ ସାହାଯ୍ୟ କରେ । ଏହା ବ୍ୟତୀତ ଲେମ୍ବୁ ପାଣି ଶରୀରକୁ ହାଇଡ୍ରେଟ୍ ରଖିଥାଏ ଏବଂ ହଜମ ପ୍ରକ୍ରିୟାରେ ମଧ୍ୟ ସାହାଯ୍ୟ କରିଥାଏ । ଯଦି କାହାର ଏସିଡ଼ିଟି ଗ୍ୟାସ ସମସ୍ୟା ଥାଏ ତେବେ ସେ ଲେମ୍ବୁ ପାଣି ପିଇବା ଉଚିତ୍ । ଓଜନ ନିୟନ୍ତ୍ରଣ କରିବାରେ…
‘ଇଣ୍ଡିଆନ ଏକ୍ସପ୍ରେସ୍’ ପ୍ରତି ବର୍ଷ ଦେଶର ୧୦୦ ପାୱାରଫୁଲ ଲୋକଙ୍କ ସୂଚୀ ଜାରି କରେ। ଚଳିତବର୍ଷ ଜାରି ସୂଚୀର ଶୀର୍ଷ ୧୦ ସ୍ଥାନରୁ ଷଷ୍ଠ ସ୍ଥାନରେ ଅଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ। ତେବେ ଏହି ତାଲିକାର ପ୍ରଥମ ସ୍ଥାନରେ ରହିଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାମ। ତାଙ୍କ ପଛକୁ ଦ୍ୱିତୀୟ ସ୍ଥାନରେ ଗୃହମନ୍ତ୍ରୀ ଅମିତ ଶାହ ଥିବା ବେଳେ ଚତୁର୍ଥ ସ୍ଥାନରେ ଅଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭାଗବତ। ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥଙ୍କୁ ଦେଶର ୧୦୦ ଶକ୍ତିଶାଳୀ ଲୋକଙ୍କ ତାଲିକାରେ ରଖିବାର କାରଣ ମଧ୍ୟ ଇଣ୍ଡିଆନ ଏକ୍ସପ୍ରେସ୍ ରିପୋର୍ଟରେ ପୁଷ୍ଟି କରିଛି। ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଢୁଥିବା ଲୋକପ୍ରିୟତାକୁ ନେଇ ରିପୋର୍ଟରେ କୁହାଯାଇଛି ଯେ ଯୋଗୀ ଆଦିତ୍ୟ ନାଥ ଏବେ ‘ବ୍ରାଣ୍ଡ’ ରେ ପରିଣତ ହୋଇଛନ୍ତି। କାର୍ଯ୍ୟବାହକ ଭାବେ ତାଙ୍କ କଠୋର ନୀତିକୁ ନା କେବଳ ବିଜେପି ମୁଖ୍ୟମନ୍ତ୍ରୀମାନେ ନକଲ କରୁଛନ୍ତି ବରଂ ବିପକ୍ଷ ଦଳର…








