Author: sanitelevision

ସାରା ଦେଶରେ ଜନତା କର୍ଫ୍ୟୁ ଲାଗୁ ହୋଇଥିଲା, ତା’ପରେ ଦେଶରେ ୬୮ ଦିନର ଲକଡାଉନ୍ ହୋଇଥିଲା । ପ୍ରଧାନମନ୍ତ୍ରୀ ମୋଦୀଙ୍କ ଆହ୍ୱାନରେ ୨୦୨୦, ୨୨ ମାର୍ଚ୍ଚର ସକାଳ ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ସାରା ଦେଶରେ ଜନତା କର୍ଫ୍ୟୁ ଜାରି କରାଯାଇଥିଲା । କରୋନା ମହାମାରୀକୁ ମାତ୍ ଦେବା ପାଇଁ ଲୋକମାନେ ସ୍ୱେଚ୍ଛାକୃତ ଭାବରେ ଘରୁ ବାହାରକୁ ନଯିବାକୁ ନିଷ୍ପତ୍ତି ନେଇଥିଲେ । ଲକଡାଉନ ପରେ, ଏମିତି ଲାଗୁଥିଲା ଯେପରି ଜୀବନର ଗତି ହୋଇଯାଇଛି ଠପ୍ । ନିର୍ଜନ ରାସ୍ତା, ଦୋକାନ ବଜାରରେ ତାଲା, ସବୁଠି ନୀରବତା । କରୋନା ସମୟରେ ଲାଗୁ ହୋଇଥିବା ଏହି ଲକଡାଉନ୍ କିଛି ମାସ ଧରି ରହିଥିଲା ବଲବତ୍ତର । ୨୨ ମାର୍ଚ୍ଚ ୨୦୨୦ରେ, ‘ଜନତା କର୍ଫ୍ୟୁ’କୁ ଦେଶବ୍ୟାପୀ ଲୋକଙ୍କଠାରୁ ବିପୁଳ ସମର୍ଥନ ମିଳିଥିଲା। ରାସ୍ତାଗୁଡ଼ିକ ଖାଲି ଥିଲା, ଦୋକାନ, କାର୍ଯ୍ୟାଳୟ ଏବଂ ସାଧାରଣ ପରିବହନ ସବୁ ବନ୍ଦ ଥିଲା। ଲୋକମାନେ ସ୍ୱେଚ୍ଛାକୃତ ଭାବରେ ଘରେ…

Read More

ନବ ଦାସଙ୍କ ରୋଷେୟା ମୃତ୍ୟୁ ମାମଲାର ସାକ୍ଷୀ ଦୁର୍ଘଟଣାରେ ଗୁରୁତର । ସାକ୍ଷୀ ମନୁ ପ୍ରସାଦ ଦୁର୍ଘଟଣାରେ ଗୁରୁତର । ଗୁରୁତର ଅବସ୍ଥାରେ ମନୁକୁ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଦୁର୍ଘଟଣା ନା ହତ୍ୟା ଷଡଯନ୍ତ୍ର ସେ ନେଇ ଚର୍ଚ୍ଚା ବଢିଛି ।ସୂଚନାଯୋଗ୍ୟ ଯେ, ଝାରସୁଗୁଡା ଜିଲ୍ଲା ବେଲପାହାଡ଼ ଥାନା ଅନ୍ତର୍ଗତ ବେଲପାହାଡ଼ ମ୍ୟୁନିସିପାଲଟି ନିକଟରେ ମନୁ ବାଇକରେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ପିକ୍‌ଅପ୍ ଭ୍ୟାନ୍ ସହ ଧକ୍କା ହୋଇଥିଲା । ଦୁର୍ଘଟଣା ଫଳରେ ମନୁ ଗୁରୁତର ହୋଇଛନ୍ତି । ସ୍ଥାନୀୟଲୋକ ତାଙ୍କୁ ଉଦ୍ଧାର କରି ପ୍ରଥମେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ବୁର୍ଲା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଅନ୍ୟପଟେ ନବ ଦାସ ହତ୍ୟା ମାମଲାରେ ଏବେ ତନାଘନା କରୁଛି ସିବିଆଇ । ନବ…

Read More

ରାଜ୍ୟରେ ବଦଳିବ ସ୍କୁଲ ପିଲାଙ୍କ ସିଲାବସ୍‌ । ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ବଦଳିବ ସିଲାବସ୍‌ । ୨୦୨୬-୨୭ ଶିକ୍ଷା ବର୍ଷରେ ଲାଗୁ ହେବ ନୂଆ ପାଠ୍ୟକ୍ରମ । ଶନିବାର ଏ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ପ୍ରଥମେ ଏନଇପି ଲାଗୁ ପରେ ସିଲାବସ୍‌ ପରିବର୍ତ୍ତନ ପାଇଁ କମିଟି ହୋଇଛି । ନୂଆ ସିଲାବସ୍ ପରିବର୍ତ୍ତନରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କର ପାଠ୍ୟ ଖସଡା ବଦଳିବ । ଭାଷା, ସଂସ୍କୃତି, ଐତିହ୍ୟକୁ ଆଧାର କରି ଏହି ନୂଆ ସିଲାବସ୍‌ ଆସିବ । ଏନେଇ କମିଟି ତର୍ଜମା କରୁଛି, ରାଜ୍ୟ ପାଇଁ ଯାହା ଠିକ୍‌ ହେବ ତାହା ତାହା ସ୍ଥାନ ପାଇବ ବୋଲି ମନ୍ତ୍ରୀ କହିଛନ୍ତି ।ସେହିପରି ସ୍କୁଲ ପିଲାଙ୍କ ଆଡମିଶନକୁ ନେଇ ଥିବା ଦ୍ବନ୍ଦ୍ବ ଦୂର କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ମାର୍ଚ୍ଚ ୩୧ ନୁହେଁ ସେପ୍ଟେମ୍ବର ପହିଲା…

Read More

୨୦୨୫ ମାର୍ଚ୍ଚ ୨୨ ଶନିବାର ବିଶ୍ୱ ଆର୍ଥ ଆଓ୍ବାର ପାଳନ କରାଯିବ। ବିଶ୍ୱର ବିଭିନ୍ନ ଭାଗରେ ଜନସାଧାରଣ ଓ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ ରାତି ୮ଟା ୩୦ରୁ ୯ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ୧ ଘଣ୍ଟା ପାଇଁ ବିଦ୍ୟୁତ୍‌ ଲାଇଟ୍‌ଗୁଡ଼ିକୁ ବନ୍ଦ କରିବେ। ପ୍ରତିବର୍ଷ ୱାର୍ଲଡ୍‌ ୱାଇଡ୍‌ ଫଣ୍ଡ ଫର୍‌ ନେଚର ପକ୍ଷରୁ ବିଶ୍ୱବ୍ୟାପୀ ଏହାକୁ ପାଳନ କରାଯାଇ ଆସୁଛି । ଏହି କ୍ରମରେ ଚଳିତ ବର୍ଷର ଥିମ୍‌ ରହିଛି “The Power of Nature”।ବର୍ତ୍ତମାନ ବିଶ୍ୱର ୧୯୦ରୁ ଅଧିକ ଦେଶ ଏହି ‘ସୁଇଚ୍‌ ଅଫ୍‌’ ଇଭେଣ୍ଟରେ ଭାଗ ନେଉଛନ୍ତି।

Read More

ଗୋଲ୍ଡ କିଣିବା ପୂର୍ବରୁ ୧୦୦ ଥର ଚିନ୍ତା କରିବାକୁ ପଡୁଛି । ଆଜି ପୁଣି ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ୧୦ ଗ୍ରାମ ପିଛା ୮୯ ହଜାର ୭୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୨ ହଜାର ୩୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୯ ହଜାର ୭୮୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୨, ୩୦୦ ଟଙ୍କା ଛୁଇଁଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୮୨,୪୦୦ ଟଙ୍କା ଓ ୮୯,୭୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୮୨, ୪୫୦ ଟଙ୍କା ଓ ୮୯, ୯୮୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ…

Read More

ବ୍ୟବସାୟରେ ଲାଞ୍ଚ ଟଙ୍କା ଲଗାଉଥିଲେ ସରକାରୀ ବାବୁ । ଯାଜପୁର ଜାରକା ଆର୍‌ଡି ଡିଭିଜନର କନିଷ୍ଠ ଯନ୍ତ୍ରୀ ଭୀମସେନ ମହାରଣାଙ୍କ ଘରେ ଚଢ଼ାଉ ବେଳେ ଏସବୁ କାରନାମା ପଦାକୁ ଆସିଛି । ଭୁବନେଶ୍ୱର ସଦର ବାଲିଅନ୍ତା ଥାନା ବେଣ୍ଟପୁର ଗାଁରେ ଭୀମସେନଙ୍କ ଘର । ତାଙ୍କର ଆଲିସାନ ଘର ସାଙ୍ଗକୁ ସିଲିଂ ଦେଖି ଭିଜିଲାନ୍ସ ଟେରା ।ଗତକାଲି ସନ୍ଧ୍ୟାରେ କଟକ ଟାଙ୍ଗୀ ସ୍ଥିତ ଟୋଲ ପ୍ଲାଜା ନିକଟରୁ ଭିଜିଲାନ୍ସ ହାତରେ ରଙ୍ଗେହାତ ଧରାପଡିଥିଲେ ଭୀମସେନ । ଜଣେ ଠିକାଦାରଙ୍କ ଠାରୁ ୨ଲକ୍ଷ ୩ ହଜାର ୯୪୦ଟଙ୍କା ଲାଞ୍ଚ ନେଉଥିଲେ । ଗ୍ରାମ୍ୟ ଉନ୍ନୟନ ଡିଭିଜନ ଅଧୀନ କୁଆଖିଆ ସେକ୍ସନର ଆର.ଡି. ଜେ.ଇ. ଭୀମସେନ ମହାରଣାଙ୍କୁ ଭିଜିଲାନ୍ସ ଟିମ୍ ଗିରଫ କରିବା ପରେ ତାଙ୍କୁ ଜେରା କରାଯାଇଥିଲା । ଗତକାଲି ରାତିରେ କୁଆଖିଆ ସେକ୍ସନ ଅଫିସ ଉପରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଥିଲା। ଏହି ସମୟରେ ବିଭିନ୍ନ ବିଲ, କାର୍ଯ୍ୟାଦେଶ ଓ ଟେଣ୍ଡର…

Read More

ରାଜ୍ୟ ସରକାର ଆଜି (୨୧ ମାର୍ଚ୍ଚ) ବରିଷ୍ଠ ଆଇଏଫଏସ ଅଧିକାରୀମାନଙ୍କର ଏକ ବଡ଼ ଧରଣର ବଦଳି କରିଛନ୍ତି। ଏହି ସମ୍ପର୍କରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଏକ ବିଜ୍ଞପ୍ତି ପ୍ରକାଶ କରିଛି।ବିଜ୍ଞପ୍ତି ଅନୁଯାୟୀ, ୧୯୯୩ ବ୍ୟାଚ୍‌ର ଆଇଏଫ୍‌ଏସ୍‌ ଅଫିସର ଉମା ନନ୍ଦୁରୀଙ୍କୁ ପିସିସିଏଫ୍‌(କେଏଲ୍‌) ଭାବେ ନିଯୁକ୍ତ କରାଯାଇଥିବା ବେଳେ ଉକ୍ତ ବ୍ୟାଚ୍‌ର ଆଇଏଫ୍‌ଏସ୍‌ ଅଫିସର ପ୍ରେମକୁମାର ଝା’ଙ୍କୁ ପିସିସିଏଫ୍‌(ବନ୍ୟପ୍ରାଣୀ) ଏବଂ ସିଡବ୍ଲ୍ୟୁଏଲ୍‌ଡବ୍ଲ୍ୟୁ ସହିତ ଓଡ଼ିଶା ବନନିଗମ ପରିଚାଳନା ନିର୍ଦ୍ଦେଶକ, ଡ. କେ. ମୃଗସେନ୍‌ଙ୍କୁ ପିସିସିଏଫ୍‌-ହପ୍‌ର ପିସିସିଏଫ୍‌, ଏଫ୍‌ଡି ଓ ଆଞ୍ଚଳିକ ନିର୍ଦ୍ଦେଶକ, ମନୋଜ ଭି. ନାୟାରଙ୍କୁ ନନ୍ଦନକାନନ ନିର୍ଦ୍ଦେଶକ ସହ କାମ୍ପାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ, ଜି. ରାଜେଶଙ୍କୁ ପରିବେଶ ନିର୍ଦ୍ଦେଶକ ସହିତ ଜଙ୍ଗଲ ଓ ପରିବେଶ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତ କରାଯାଇଛି।

Read More

ପ୍ରବଳ ବର୍ଷା ଓ କାଳ ବୈଶାଖୀର ଆଶଙ୍କା ଥିବାରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ୨ ଦିନ ବନ୍ଦ ରହିବ। ଆଜି ୨୨ ଓ ଆସନ୍ତାକାଲି ୨୩ ତାରିଖ ଶିମିଳିପାଳ ଜାତୀୟ ଉଦ୍ୟାନ ୨ ଦିନ ବନ୍ଦ ରହିବ ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ଏହି ସୂଚନା ଦେଇଛନ୍ତି। ଏମିତିରେ ଦୁଇ ତିନି ଦିନ ହେବ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ବର୍ଷା ହେଉଛି। କିଛି କିଛି ସ୍ଥାନରେ ତାଣ୍ଡବ ରଚିଛି କାଳବୈଶାଖୀ। ଏମିତିରେ ୩ ଦିନ ହେବ ମୟୁରଭଞ୍ଜରେ ଲାଗି ରହିଛି ବର୍ଷା। ତେଣୁ ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ଅଭୟାରଣ୍ୟକୁ ୨ ଦିନ ବନ୍ଦ ରଖିବା ନେଇ ନିଷ୍ପତ୍ତି ହୋଇଛି।

Read More

ଆଗକୁ ଆସୁଛି ଇଦ୍, ରାମ ନବମୀ, ହନୁମାନ ଜୟନ୍ତୀ। ତେଣୁ ଶାନ୍ତି ଶୃଙ୍ଖଳା ସହ ସବୁ ପର୍ବ ପାଳନ ପାଇଁ କମିଶନରେଟ ପୋଲିସର ସ୍ଵତନ୍ତ୍ର ଆକ୍ସନ ପ୍ଲାନ୍ ପ୍ରସ୍ତୁତ। ଦାଗୀ କ୍ରିମିନାଲଙ୍କୁ ତଡ଼ିପାର କରାଯିବ। ଆସନ୍ତା ୩୧ ତାରିଖରେ ଇଦ-ଉଲ-ଫିତର, ଏପ୍ରିଲ ୬ରେ ଶ୍ରୀରାମ ନବମୀ, ୧୪ ତାରିଖରେ ହନୁମାନ ଜୟନ୍ତୀ ଓ ମହା ବିଷୁବ ସଂକ୍ରାନ୍ତି ପାଳିତ ହେବାକୁ ଯାଉଛି ।ଏହି ଅବସରରେ ରାଜ୍ୟବାସୀଙ୍କ ନିରାପତ୍ତା ତଥା ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ୱାଇ ବି ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ଭର୍ଚୁଆଲ ମାଧ୍ୟମରେ ଅନୁଷ୍ଠିତ ବୈଠକରେ ଡିଜିପି ଖୁରାନିଆ ପର୍ବପର୍ବାଣୀ ଗୁଡିକୁ ଶୃଙ୍ଖଳିତ ଭାବେ ପାଳନ କରାଯିବା ଉପରେ ବରିଷ୍ଠ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Read More

ରାଜ୍ୟରେ ବେଶ୍‌ କିଛିଦିନ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେବା ପରେ ଏବେ ପାଗ ବଦଳୁଛି। ରାଜ୍ୟରେ ତାପମାତ୍ରା ହ୍ରାସ ପାଉଥିବାବେଳେ କାଳବୈଶାଖୀ ତାଣ୍ଡବ ରଚୁଛି।ଉତ୍ତର ପଶ୍ଚିମ ଓଡ଼ିଶାର ୯ ଜିଲାରେ ଘଡ଼ଘଡ଼ି ବିଜୁଳି ସହ କୁଆପଥର ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ରହିପାରେ।ଏଥିପାଇଁ କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, ନୂଆପଡ଼ା ଓ ନବରଙ୍ଗପୁର ସମେତ ୧୮ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି।

Read More