କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସି ଖବର, ଜିଓ ବର୍ତ୍ତମାନର ଏବଂ ନୂତନ ଗ୍ରାହକଙ୍କ ପାଇଁ ଏକ ସ୍ୱତନ୍ତ୍ର ଅଫର ଆଣିଛି। ୨୯୯ ଟଙ୍କା କିମ୍ବା ତା’ଠାରୁ ଅଧିକ ମୂଲ୍ୟର ପ୍ଲାନ୍ ସହିତ ନୂତନ ଜିଓ ସିମ୍ ସଂଯୋଗ ନେଇ କିମ୍ବା ଅତି କମରେ ୨୯୯ ଟଙ୍କା ମୂଲ୍ୟର ପ୍ଲାନ୍ ରିଚାର୍ଜ କରି ଜିଓ ଗ୍ରାହକମାନେ ଜିଓହଟଷ୍ଟାରରେ ମାଗଣାରେ ଆଇପିଏଲ କ୍ରିକେଟ୍ ସିଜିନ୍ ଉପଭୋଗ କରିପାରିବେ।ଏହି ଅସୀମିତ କ୍ରିକେଟ୍ ଅଫରରେ ଗ୍ରାହକ ଟିଭି କିମ୍ବା ମୋବାଇଲରେ ୯୦ ଦିନର ମାଗଣା ଜିଓ ହଟଷ୍ଟାର ସବ୍ସ୍କ୍ରିପସନ୍ ପାଇବେ। ଏହାର ଅର୍ଥ ହେଉଛି, ଆପଣ ବିନ କୌଣସି ମୂଲ୍ୟରେ IPL ୨୦୨୫ ର ସମ୍ପୂର୍ଣ୍ଣ ସିଜିନ୍ ଉପଭୋଗ କରିପାରିବେ ଏବଂ ତାହା ମଧ୍ୟ 4K କ୍ୱାଲିଟିରେ। ଗ୍ରାହକ ୨୨ ମାର୍ଚ୍ଚରୁ ଆରମ୍ଭ ହେଉଥିବା ଆଇପିଏଲ କ୍ରିକେଟ ସିଜିନ ମାଗଣାରେ ଉପଭୋଗ କରିପାରିବେ। ଜିଓ ହଟଷ୍ଟାର ପ୍ୟାକ୍ ଆସନ୍ତା ୨୨ ମାର୍ଚ୍ଚ ଅର୍ଥାତ୍ ଆଇପିଏଲ କ୍ରିକେଟ ସିଜିନର…
Author: sanitelevision
ଓଡ଼ିଶାରେ ରହିଛି ଭରପୁର ସୁନା ଖଣି । ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା । ମନ୍ତ୍ରୀ କହିଛନ୍ତି, ଦେବଗଡ଼ କେନ୍ଦୁଝର ପରେ ସୁନ୍ଦରଗଡ଼, ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାରେ ବି ସୁନା ଖଣି ଥିବା ସୂଚନା ମିଳିଛି ।ପୂର୍ବରୁ ରାଜ୍ୟରେ ଦେବଗଡ଼ ଜିଲାର ଆଡ଼ାସ-ରାମପାଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସର୍ବେକ୍ଷଣ ସଂସ୍ଥା ଦ୍ୱାରା ତମ୍ବାପଥର ପାଇଁ ଜି-୨ସ୍ତରରେ ଅନ୍ବେଷଣ କଲାବେଳେ ସୁନାର ସନ୍ଧାନ ମିଳିଛି। ତେବେ କେନ୍ଦୁଝର ଜିଲାର ଗୋପୁର-ଗାଜିପୁର ମାଙ୍କଡ଼ଚୁଆଁ, ସଲେଇକଣା, ଡିମିରିମୁଣ୍ଡା ଅଞ୍ଚଳରେ ସୁନାଖଣି ଚିହ୍ନଟ ଲାଗି ଅନୁସନ୍ଧାନ ଜାରି ରହିଥିବା ନେଇ ବିଧାନସଭାରେ ଗୁରୁବାର ଖଣି ମନ୍ତ୍ରୀ ବିଭୂତି ଜେନା ଲିଖିତ ଉତ୍ତର ରଖିଛନ୍ତି।ସେହିପରି ମୟୂରଭଞ୍ଜ ଜିଲ୍ଲାର ଯଶୀପୁର, ସୁରିଆଗୁଡା, ରୁଆଁସି, ଇଡେଲକୁଚା, ମାରେଡ଼ିହି ଓ ସୁଲେଇପାଟ (ଧୂସୁରା ପାହାଡ) ଏବଂ ବାଦାମପାହାଡ ଅଞ୍ଚଳରେ ସୁନା ଖଣି ଅନ୍ଵେଷଣ ନିମନ୍ତେ ପ୍ରାରମ୍ଭିକ…
ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟର ଶୌଚାଳୟ ପରିସରରେ ମୃତ ଛୁଆ ଜନ୍ମ କରିଛନ୍ତି ଯୁକ୍ତ ତିନି ଦ୍ବିତୀୟ ବର୍ଷର ଛାତ୍ରୀ । ଛାତ୍ରୀ ନୟାଗଡ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ନିବାସ(ହଷ୍ଟେଲ)ରେ ରହୁଥିବା ବେଳେ ଘର କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ବୋଲି ଜଣାପଡିଛି ।ଗୁରୁବାର ସକାଳୁ ଛାତ୍ରୀଜଣଙ୍କର ପେଟରେ ଯନ୍ତ୍ରଣା ହେବାରୁ ହଷ୍ଟେଲ କର୍ତ୍ତୃପକ୍ଷ ତାଙ୍କୁ ମେଡିକାଲକୁ ନେଇଥିଲେ । ସେଠାରେ ଡାକ୍ତର ତାଙ୍କର ପ୍ରାଥମିକ ଚିକିତ୍ସା କରିବା ପରେ ଛାତ୍ରୀଜଣକ ପରିସ୍ରା କରିବାକୁ ଯାଇ ଶୌଚାଳୟ ଭିତରେ ଏକ ମୃତ ଛୁଆକୁ ଜନ୍ମ କରିଥିଲେ। ବର୍ତ୍ତମାନ ଛାତ୍ରୀଜଣକ ମେଡିକାଲର ମାତୃଶିଶୁ ବିଭାଗରେ ଚିକିତ୍ସିତ ହେଉଥିବାବେଳେ ତାଙ୍କ ଅବସ୍ଥା ଭଲ ଥିବା ଡାକ୍ତର କହିଛନ୍ତି । ଛାତ୍ରୀଜଣକ ପୂର୍ବରୁ ଗର୍ଭବତୀ ଥିବା ସମ୍ପର୍କରେ କିଛି ଜାଣିନଥିବା ସଫେଇ ଦେଇଛନ୍ତି ହଷ୍ଟେଲ କର୍ତ୍ତୃପକ୍ଷ । ଅନ୍ୟପକ୍ଷେ ହଷ୍ଟେଲ କର୍ତ୍ତୃପକ୍ଷ ଛାତ୍ରୀଙ୍କର ପରିବାର ସଦସ୍ୟଙ୍କୁ ଘଟଣା ସମ୍ପର୍କରେ ଅବଗତ କରାଇଥିବା ଜଣାପଡିଛି।ଏହାକୁ ନେଇ ପ୍ରଶ୍ନବାଚୀ…
ପୁରୀ ନବକଳେବର ରୋଡ୍ରେ ବଡ଼ ଧରଣର ବାଣ ରେଡ୍ କରାଯାଉଛି। ଏକ ପୂଜା ସାମଗ୍ରୀ ଗୋଦାମରେ ଚାଲିଛି ରେଡ୍। ବିପୁଳ ବାଣ ଜବତ ହୋଇଛି। ବାଣ ପ୍ରସ୍ତୁତି ସାମଗ୍ରୀ ମଧ୍ୟ ଜବତ କରିଛି ପୋଲିସ। ଅବସରପ୍ରାପ୍ତ ପୋଲିସ ଡିଏସପି ଚକ୍ରଧର ମହାପାତ୍ରଙ୍କ ପୁଅ ସନ୍ତୋଷ ମହାପାତ୍ର ଏହାକୁ ଭଡା ଦେଇଥିଲେ। ଅଗ୍ନିଶମ ବିଭାଗ ପକ୍ଷରୁ ପାଣି ସ୍ପ୍ରେ କରି ଜବତ ବାଣ ନଷ୍ଟ କରାଯାଇଛି। ପୂଜା ସାମଗ୍ରୀ ନାଁରେ ଭଡା ଘରେ ବାଣ ଗୋଦାମ ଚାଲିଥିଲା।ଏହି ଘଟଣାରେ ରେଡ ହେବା ପରେ ପୋଲିସକୁ ଧନ୍ୟବାଦ ଜଣାଇଛନ୍ତି ସ୍ଥାନୀୟ ଲୋକେ।
ଓଡ଼ିଶାରେ ରହିଛି ଭରପୁର ସୁନା ଖଣି । ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା । ମନ୍ତ୍ରୀ କହିଛନ୍ତି, ଦେବଗଡ଼ କେନ୍ଦୁଝର ପରେ ସୁନ୍ଦରଗଡ଼, ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାରେ ବି ସୁନା ଖଣି ଥିବା ସୂଚନା ମିଳିଛି ।ପୂର୍ବରୁ ରାଜ୍ୟରେ ଦେବଗଡ଼ ଜିଲାର ଆଡ଼ାସ-ରାମପାଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସର୍ବେକ୍ଷଣ ସଂସ୍ଥା ଦ୍ୱାରା ତମ୍ବାପଥର ପାଇଁ ଜି-୨ସ୍ତରରେ ଅନ୍ବେଷଣ କଲାବେଳେ ସୁନାର ସନ୍ଧାନ ମିଳିଛି। ତେବେ କେନ୍ଦୁଝର ଜିଲାର ଗୋପୁର-ଗାଜିପୁର ମାଙ୍କଡ଼ଚୁଆଁ, ସଲେଇକଣା, ଡିମିରିମୁଣ୍ଡା ଅଞ୍ଚଳରେ ସୁନାଖଣି ଚିହ୍ନଟ ଲାଗି ଅନୁସନ୍ଧାନ ଜାରି ରହିଥିବା ନେଇ ବିଧାନସଭାରେ ଗୁରୁବାର ଖଣି ମନ୍ତ୍ରୀ ବିଭୂତି ଜେନା ଲିଖିତ ଉତ୍ତର ରଖିଛନ୍ତି।ସେହିପରି ମୟୂରଭଞ୍ଜ ଜିଲ୍ଲାର ଯଶୀପୁର, ସୁରିଆଗୁଡା, ରୁଆଁସି, ଇଡେଲକୁଚା, ମାରେଡ଼ିହି ଓ ସୁଲେଇପାଟ (ଧୂସୁରା ପାହାଡ) ଏବଂ ବାଦାମପାହାଡ ଅଞ୍ଚଳରେ ସୁନା ଖଣି ଅନ୍ଵେଷଣ ନିମନ୍ତେ ପ୍ରାରମ୍ଭିକ…
କୋଭିଡରେ ପ୍ରାଣ ହରାଇଛନ୍ତି ୫୦ ଜଣ ସାମ୍ବାଦିକ । ଏନେଇ ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉତ୍ତର ରଖିଛନ୍ତି । ସର୍ୱାଧିକ ଗଂଜାମରୁ ୧୦, ଖୋଦ୍ଧା ଓ ଭୁବନେଶ୍ୱରରୁ ୮ ଜଣ । ସୁନ୍ଦରଗଡରେ ୪ ଜଣ ସାମ୍ବାଦିକଙ୍କ ମୃତ୍ୟୁ ହୋଇଛି । ୫୦ରୁ ୪୯ ଜଣଙ୍କୁ ମୃତ୍ୟୁକାଳୀନ ସହାୟତା ରାଶି ମିଳିଛି ।
ଆଜି ବିଧାନସଭାରେ ଦେଖିବାକୁ ମିଳିଛି ରୋଚକ ଦୃଶ୍ୟ। ଦୀର୍ଘଦିନ ଧରି ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ଗୃହ ଚାଲିପାରୁ ନ ଥିଲା। ସେହିପରି ଗୁରୁବାର ମଧ୍ୟ ସମାନ ଦୃଶ୍ୟ ଦେଖିବାକୁ ମିଳିଛି। ବିରୋଧୀଙ୍କ ହଙ୍ଗାମା ଯୋଗୁ ଗୃହକୁ ମୁଲତବୀ ଘୋଷଣା କରିଥିଲେ ବାଚସ୍ପତି।ତେବେ ଆଜି ବିଧାନ ସଭା ଆରମ୍ଭରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶୋକ ପ୍ରସ୍ତାବ ଆଗତ କରିବା ପରେ, ଗୃହରେ ଏହାକୁ ସମର୍ଥନ ଜଣାଇଥିଲେ ବିରୋଧୀ । କିନ୍ତୁ ଏହା ପରେ ପରେ କଂଗ୍ରେସ ବିଧାୟକମାନେ ପ୍ରତିବାଦ ଆରମ୍ଭ କରିଦେଇଥିଲେ । ନାରୀ ସୁରକ୍ଷା ଦାବି କରି ବିଧାୟକମାନେ ହଟ୍ଟଗୋଳ କରିବା ସହ ପୋଡିୟମ ତଳେ ନାରାବାଜି କରିଥିଲେ । ବିଧାନସଭା ଭିତରେ ହୁଇସିଲ୍ ବଜେଇ ପ୍ରତିବାଦ କରିଥିଲେ କଂଗ୍ରେସ ବିଧାୟକ । ବାଚସ୍ପତି ବାରମ୍ବାର ହୁଇସିଲ୍ ବଜାଇବା ବନ୍ଦ କରିବାକୁ ଆଦେଶ ଦେଇଥିଲେ , ହେଲେ କିଛି କି ଖାତିର ନକରି ବିଧାୟକମାନେ ହୁଇସିଲ୍ ବଜାଇବା ଜାରି ରଖିଥିଲେ ।…
କିଛି ଦିନର ବିରତି ପରେ ଏବେ ପୁଣି ଥରେ ପିପିଲିକୁ ଫେରିଲା ବାର୍ଡ ଫ୍ଲୁ! ପିପିଲିରେ ପୁଣି କୁକୁଡ଼ା ମଡ଼କ । ଅଜଣା ରୋଗରେ ଅନେକ ଫାର୍ମରେ ଶହ ଶହ କୁକୁଡ଼ା ମରି ପଡିଥିବା ଜଣାପଡିଛି । ଯାହାକୁ ନେଇ ଚିନ୍ତାରେ ପଡିଛନ୍ତି କୁକୁଡା ଚାଷୀ । ବର୍ତ୍ତମାନ ଯଦି ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନନିଆଯାଏ ଆଗାମୀ ଦିନରେ ଭୟଙ୍କର ପରିସ୍ଥିତି ଦେଖାଦେବାର ଆଶଙ୍କା ରହୁଛି। ମରିଥିବା କୁକୁଡ଼ାଙ୍କୁ ଚାଷୀ ପୋତିବ କେମିତି ତାକୁ ନେଇ ଚିନ୍ତାରେ। ପ୍ରଶାସନ ତରଫରୁ ପରୀକ୍ଷା କରିବାକୁ ଚାଷୀ ଦାବି କରୁଛନ୍ତି। ଗତ ସପ୍ତାହେ ଭିତରେ ପିପିଲି ଅଞ୍ଚଳର ଅନେକ ଫାର୍ମରୁ ୨ ହାଜରରୁ ଅଧିକ କୁକୁଡ଼ା ମରିଥିବା ନେଇ ସୂଚନା ମିଳିଛି ।
ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାର ଗଙ୍ଗଲୁର ଜଙ୍ଗଲରେ ପୋଲିସ-ମାଓବାଦୀ ମଧ୍ୟରେ ଜୋରଦାର ଗୁଳିବିନିମୟ। ପୋଲିସ ଏନ୍କାଉଣ୍ଟରରେ କିଛି ମାଓବାଦୀ ନିହତ ହୋଇଥିବା ସୂଚନା ଦେଇଛନ୍ତି ବିଜାପୁର ଏସ୍ପି। ମାଓବାଦୀଙ୍କ ବଡ଼ ଧରଣର ବେସ୍ କ୍ୟାମ୍ପ ଥିଲା ଏହି ଜଙ୍ଗଲରେ। ତେଣୁ ପୋଲିସ ଏନ୍କାଉଣ୍ଟରରେ ମାଓବାଦୀଙ୍କ ବଡ଼ କ୍ଷତି ହୋଇଥିବା ଜଣାପଡ଼ିଛି। ଏବେବି ଗୁଳିବିନିମୟ ଜାରି ରହିଛି।ସେହିପରି ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲ୍ଲା ଅବୁଝମାଡ଼ ଜଙ୍ଗଲରେ ମାଓବାଦୀଙ୍କ IED ବିସ୍ପୋରଣ ହୋଇଛି । STF ଏବଂ DRG ଯବାନ ମାଓ ଦମନ ପାଇଁ କମ୍ବିଂ ଅପରେସନରେ ଯାଇଥିବା ବେଳେ ମାଓବାଦୀ କରିଥିଲେ IED ବିସ୍ପୋରଣ । ଏହି ଘଟଣା ପରେ ଅବୁଝମାଡ଼ ଜଙ୍ଗଲରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି ।
ଉତ୍ତର ପ୍ରଦେଶ ମିରଟରେ ସୌରଭ ରାଜପୁତ ହତ୍ୟାକାଣ୍ଡ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି । ସ୍ତ୍ରୀ ମୁସ୍କାନ ଯେପରି ଭାବେ ପ୍ରେମିକ ସାହିଲ ସହ ମିଶି ସ୍ୱାମୀ ସୌରଭଙ୍କୁ ହତ୍ୟା କଲେ ତାହା ପୋଲିସକୁ ବି ଆଶ୍ଚର୍ଯ୍ୟ କରିଛି । ମୁସ୍କାନ ଓ ତାଙ୍କ ପ୍ରେମିକ କେବଳ ସୌରଭଙ୍କୁ ଛୁରୀ ଭୁସି ହତ୍ୟା କରିନାହାନ୍ତି ବରଂ ଶବକୁ ଖଣ୍ଡ ଖଣ୍ଡ କରି ପ୍ଲାଷ୍ଟିକ୍ ଡ୍ରମରେ ଭର୍ତ୍ତି କରି ସିମେଣ୍ଟ ପକାଇ ଦେଇଥିଲେ । ସୂଚନାମୁତାବକ ମାର୍ଚ୍ଚ ୪ ରାତିରେ ମୁସ୍କାନ ସୌରଭଙ୍କ ଖାଦ୍ୟରେ ନିଶା ଔଷଧ ମିଶାଇ ଦେଇଥିଲେ। ତାକୁ ଖାଇବା ପରେ ସୌରଭ ସଂଜ୍ଞାହୀନ ହୋଇଯାଇଥିଲେ। ଏହା ପରେ ପ୍ରେମିକ ସାହିଲଙ୍କୁ ମୁସ୍କାନ ନିଜ ଘରକୁ ଡାକିଥିଲେ। ସାହିଲ ସୌରଭଙ୍କ ଛାତିରେ ଛୁରି ଭୁସି ତାଙ୍କ ଗଳା କାଟି ଦେଇଥିଲେ। ଦୁହେଁ ମିଶି ସୌରଭଙ୍କୁ ହତ୍ୟା କରିବା ପରେ ତାଙ୍କ ମୃତଦେହକୁ ଖଣ୍ଡ ଖଣ୍ଡ କରି କାଟିଥିଲେ। ପୂର୍ବ ଯୋଜନା ମୁତାବକ…








