Author: sanitelevision

କିଟ୍‌ ବିଶ୍ଵବିଦ୍ୟାଳୟରେ ଛାତ୍ରୀ ଆତ୍ମହତ୍ୟା ମାମଲାକୁ ନେଇ ନେପାଳରେ ପ୍ରତିବାଦ କରାଯାଇଛି। କାଠମାଣ୍ଡୁରେ ନେପାଳି କଂଗ୍ରେସ ଛାତ୍ର ସଂଘ ପକ୍ଷରୁ ପ୍ରତିବାଦ କରାଯାଇଛି। ଆତ୍ମହତ୍ୟା କରିଥିବା ଛାତ୍ରୀଙ୍କୁ ନ୍ୟାୟ ଦାବିରେ ଛାତ୍ର ସଂଘ ହୁଙ୍କାର ଭରିଛନ୍ତି। ଯାହାର ଭିଡିଓ ଭାଇରାଲ ହେବାରେ ଲାଗିଛି।ବିଶ୍ଵବିଦ୍ୟାଳୟର ଜଣେ ୩ୟ ବର୍ଷ ଛାତ୍ରର ନିର୍ଯାତନାରୁ ଛାତ୍ରୀଜଣକ ଆତ୍ମହତ୍ୟା କରିଥିବା ଅଭିଯୋଗ କରିଛି ନେପାଳି କଂଗ୍ରେସ ଛାତ୍ର ସଂଘ।ସୂଚନାଯୋଗ୍ୟ, କିଟ୍‌ ବିଶ୍ୱବିଦ୍ୟାଳୟରେ ପୁରୁଷବନ୍ଧୁଙ୍କ ନିର୍ଯାତନା ସହି ନ ପାରି ଜଣେ ନେପାଳୀ ଇଞ୍ଜିନିୟରିଂ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ମୃତା ଛାତ୍ରୀ ହେଲେ ବି.ଟେକ୍‌ ତୃତୀୟ ବର୍ଷ (କମ୍ପ୍ୟୁଟର ସାଇନ୍ସ)ର ପ୍ରକ୍ରିତି ଲାମ୍‌ସଲ୍‌ (୨୦)। ପ୍ରକ୍ରିତି ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ସ୍ଥିତ ହଷ୍ଟେଲ ‘କ୍ୟୁସି୪’ର ରୁମ୍‌ ନଂ.୪ଏ୧୨୫ରେ ରବିବାର ଅପରାହ୍ନରେ ଫ୍ୟାନ୍‌ ଜରିଆରେ ଓଢ଼ଣିରେ ଝୁଲି ଆଖି ବୁଜିଛନ୍ତି। ତେବେ ଏହି ଘଟଣାକୁ କେନ୍ଦ୍ର କରି କ୍ୟାମ୍ପସ୍‌ ଅଶାନ୍ତ ହୋଇଥିବା ଘଟଣାକୁ ନେଇ ଦେଶବ୍ୟାପୀ ଉଦ୍‌ବେଗ ପ୍ରକାଶ ପାଇଛି। ତେବେ ଅନ୍ୟପକ୍ଷରେ…

Read More

ଗତ କିଛି ଦିନ ହେଲା ହୁ ହୁ ହୋଇ ବଢି ଚାଲିଛି ସୁନା ଦର । ଏହାକୁ ନେଇ ଚିନ୍ତାରେ ଗ୍ରାହକ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୬ ହଜାର ୯୫୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୭୯ ହଜାର ୭୦୦ ଟଙ୍କା ଛୁଇଁଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୦, ୫୦୦ ଟଙ୍କା ହୋଇଛି ।ଉପରୋକ୍ତ ସୁନା ରେଟରେ ସୂଚକ ଏବଂ GST, TCS ଏବଂ ଅନ୍ୟାନ୍ୟ ଦେୟ ମିଶି ନାହିଁ । କ୍ୟାରେଟ୍ ଯେତେ ଅଧିକ, ସୁନା ସେତେ ଶୁଦ୍ଧ ହୋଇଥାଏ । ୨୪ କ୍ୟାରେଟ୍ ସୁନା ୯୯.୯% ଶୁଦ୍ଧ ଏବଂ ୨୨ କ୍ୟାରେଟ୍ ସୁନା ପ୍ରାୟ ୯୧ ପ୍ରତିଶତ ଶୁଦ୍ଧ । ଅଧିକାଂଶ ଦୋକାନୀମାନେ ୨୨ କ୍ୟାରେଟ ସୁନା ବିକ୍ରି କରନ୍ତି । ସୁନା ଦର ପ୍ରତ୍ୟେକ ଦିନ…

Read More

ବିଧାନସଭାରେ ଚାଲିଛି ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଅଧିବେଶନ। ଏହିସମୟରେ, ମଙ୍ଗଳବାର ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଏକ ପ୍ରଶ୍ନରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଉତ୍ତର ରଖି ବର୍ଷକରେ ହାରାହାରି ୮୧ ହାତୀ ମୃତ୍ୟୁବରଣ କରିଥିବା ସୂଚନା ଦେଇଛନ୍ତି।ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଆହୁରି କହିଛନ୍ତି ଯେ, ୨୦୨୪ ହାତୀ ଗଣନା ଅନୁଯାୟୀ ରାଜ୍ୟରେ ୨୦୧୩ଟି ହାତୀ ରହିଛନ୍ତି ।ସୂଚନାଯୋଗ୍ୟ, ଅନୁଗୁଳ, ଆଠଗଡ଼, ଢେଙ୍କାନାଳ, ବାରିପଦା, ଚନ୍ଦକା, ଖୋର୍ଦ୍ଧା, ବଣାଇ ଓ କନ୍ଦୁଝରରେ ହାତୀ ସଂଖ୍ୟା ଅପ୍ରତ୍ୟାଶିତ ଭାବେ ବଢିଛି । କନ୍ତୁ ଶିମିଳିପାଳ, ବାଲେଶ୍ୱର, ରାଇରଙ୍ଗପୁର, ବଲାଙ୍ଗୀର ଓ ପାରଳାଖେମୁଣ୍ଡିରେ ପୂର୍ବ ଅପେକ୍ଷା ହାତୀ କମିଛନ୍ତି । ଶୀତଦିନେ ସୀମାବର୍ତ୍ତୀ ଝାଡ଼ଖଣ୍ଡ, ଛତିଶଗଡ଼ ଓ ପଶ୍ଚିମବଙ୍ଗ ଜଙ୍ଗଲକୁ ହାତୀମାନେ ଓଡ଼ିଶାକୁ ଆସୁଛନ୍ତି । ଅନ୍ୟପକ୍ଷେ ଏବେବି ରାଜ୍ୟର ୨ହଜାରରୁ ଅଧିକ ଗାଁକୁ ରାସ୍ତା ନାହିଁ। ମୟୂରଭଞ୍ଜ ଜିଲ୍ଲାରେ ୫୮ ଗାଁକୁ…

Read More

୨୦୨୫-୨୬ ଆର୍ଥିକ ବର୍ଷର ବିଧାନସଭାରେ ଚାଲିଛି ବଜେଟ ଅଧିବେଶନ। ଏହିସମୟରେ ମଙ୍ଗଳବାର ଗୃହରେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ୫ ବର୍ଷରେ ପଞ୍ଚାୟତିରାଜ ବିଭାଗରେ ବଡ଼ଧରଣର ଦୁର୍ନୀତି ହୋଇଛି।ସେ କହିଛନ୍ତି, ଦାରିଦ୍ର୍ୟ ଦୂରୀକରଣ ନାଁରେ ୨୮ କୋଟି ୨୫ ଲକ୍ଷ ୪୩ ହଜାର ହରିଲୁଟ୍ ହୋଇଛି। ୨୦୨୦-୨୧ରେ ୯ କୋଟି ୧୩ ଲକ୍ଷ ୨୮ ହଜାର ଟଙ୍କାର ହୋଇଛି ଦୁର୍ନୀତି ।ସେହିପରି ୨୦୨୧-୨୨ ବର୍ଷରେ ୪ କୋଟି ୨୮ ଲକ୍ଷ ୧୬ ହଜାର ଟଙ୍କାର ଦୁର୍ନୀତି ହୋଇଛି । ୨୦୨୨-୨୩ ବର୍ଷରେ ୯ କୋଟି ୧୭ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଛି । ସେହିପରି ୨୦୨୩-୨୪ ବର୍ଷର ୩ କୋଟି ୮୦ ଲକ୍ଷ ୩୭ ହଜାର ଟଙ୍କାର ବଡ ଦୁର୍ନୀତି ହୋଇଥିବା କଥା କହିଲେ ନୂଆ ସରକାର ।

Read More

ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଉଠିଛି ପ୍ରଶ୍ନ। ସବୁ ସୁରକ୍ଷାକୁ ଭେଦ କରି ଶ୍ରୀମନ୍ଦିର ଭିତରକୁ ଜଣେ ଅଣହିନ୍ଦୁ ପ୍ରବେଶ କରିଥିବା ଦେଖିବାକୁ ମିଳିଛି। ଦକ୍ଷିଣଦ୍ୱାର ପଟେ ଅଣହିନ୍ଦୁ ଜଣକ ଶ୍ରୀମନ୍ଦିର ଭିତରୁ ବାହାରୁଥିବାର ଭିଡ଼ିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି‌। ତେବେ ସେ କେଉଁଠାରୁ ଆସିଥିଲେ ଏବଂ ତାଙ୍କ ପରିଚୟ କଣ ତାହା ସ୍ପଷ୍ଟ ଜଣାପଡିନାହିଁ। ତାଙ୍କୁ ବି ଅଟକାଇ ଯାଞ୍ଚ କରାଯାଇନାହିଁ। ଯାହାକୁ ନେଇ ସେବାୟତ ଓ ଶ୍ରଦ୍ଧାଳୁଙ୍କ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଅନ୍ୟପକ୍ଷରେ ଏସମ୍ପର୍କରେ ଶ୍ରୀମନ୍ଦିର ପ୍ରଶାସନ ନିକଟରେ କୌଣସି ଖବର ନଥିବା କହିଛନ୍ତି ଲୋକସମ୍ପର୍କ ଅଧିକାରୀ। ତେବେ ଅଣହିନ୍ଦୁଙ୍କ ଜଣକ ବିଦେଶୀ ବୋଲି ଶ୍ରୀମନ୍ଦିର ପ୍ରଶାସନ କୁ ଜଣାଇଥିଲେ ସେବାୟତ।‌ ପରବର୍ତ୍ତୀ ସମୟରେ ସମ୍ପୃକ୍ତ ବିଦେଶୀ ଭକ୍ତଙ୍କୁ ପଚରାଉଚରା ବଦଳରେ ଛାଡି ଦେଇଥିବା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ଏକ ସମ୍ବେଦନଶୀଳ ସ୍ଥାନ। ଏହା ଉପରେ ଆତଙ୍କବାଦୀଙ୍କ ଟାଗେର୍ଟ ରହିଥିବା ନେଇ କେନ୍ଦ୍ର ଓ…

Read More

ଶେଷରେ ଇସ୍ତଫା ଦେଲେ ବିଷ୍ଣୁପଦ ସେଠୀ । IAS ପଦରୁ ଇସ୍ତଫା ଦେଇଛନ୍ତି ବିଷ୍ଣୁପଦ । ମୁଖ୍ୟ ଶାସନ ସଚିବଙ୍କୁ ପଠାଇଛନ୍ତି ନିଜର ଇସ୍ତଫା । ପୂର୍ବରୁ ବିଭିନ୍ନ ପ୍ରସଙ୍ଗ ନେଇ ତାଙ୍କ ବିରୋଧରେ ଅଭିଯୋଗ ଥିବାବେଳେ ଏବେ ବ୍ରିଜ୍ ଆଣ୍ଡ୍ କମ୍ପାନୀକୁ ଅନୁକମ୍ପା ଦେଖାଇବା ଅଭିଯୋଗରେ ତନାଘନା ଚାଲିଥିଲା । ପୂର୍ବରୁ ତାଙ୍କୁ ସବିଆଇ ପକ୍ଷରୁ ଡାକରା ଆସିଥିବାବେଳେ ସେ କିନ୍ତୁ ଯାଇ ହାଜର ହୋଇନଥିଲେ । ଆଜି ଖୋଦ୍ ସିବିଆଇ ତାଙ୍କ ଘରେ ରେଡ ପକାଇଥିଲା । କିନ୍ତୁ ସବୁ ଅଭିଯୋଗକୁ ଗଣମାଧ୍ୟମ ଆଗରେ ଖଣ୍ଡନ କରିଥିଲେ ଖୋଦ୍ ବିଷ୍ଣୁପଦ । ଯାଞ୍ଚ ବ୍ୟୁରୋ ରେଡ୍ ତରିକା ଠିକ୍ ନଥିଲା ବୋଲି କହିଛନ୍ତି ବିଷ୍ଣୁପଦ ସେଠୀ । ବିନା FIRରେ କିପରି ମୋ ଘରେ ରେଡ୍ କରାଗଲା ସେ ପ୍ରଶ୍ନ କରିଛନ୍ତି । ସେ ଆହୁରି କହିଛନ୍ତି ଏସବୁ ଉଦ୍ଦେଶ୍ୟ ପ୍ରଣୋଦିତ । ଏସବୁରେ ଅତିଷ୍ଟ ହୋଇ ମୁଁ…

Read More

ରାଜୀବ କୁମାରଙ୍କ କାର୍ଯ୍ୟକାଳ ଆସନ୍ତା ୧୮ ତାରିଖରେ ଶେଷ ହେଉଥିବା ‌ବେଳେ ଆଜି ଜ୍ଞାନେଶ କୁମାରଙ୍କୁ ୨୬ତମ ମୁଖ୍ୟ ନିର୍ବାଚନ କମିସନର ଭାବେ ନିଯୁକ୍ତି ଦିଆଯାଇଛି।ଜ୍ଞାନେଶ ଏବେ ନିର୍ବାଚନ ଆୟୁକ୍ତ ଥିବାବେଳେ ତାଙ୍କୁ ସିଇସି ଭାବେ ପଦୋନ୍ନତି ଦିଆଯାଇଛି। ସେହିପରି ୧୯୮୯ ବ୍ୟାଚ୍ ହରିୟାଣା କ୍ୟାଡର ଆଇଏଏସ୍ ବିବେକ ଯୋଶୀଙ୍କୁ ନିର୍ବାଚନ ଆୟୁକ୍ତ ଭାବେ ନିଯୁକ୍ତି ଦିଆଯାଇଛି। କେରଳ କ୍ୟାଡର୍‌ର ଏହି ପୂର୍ବତନ ଆଇଏଏସ୍‌ ଅଫିସରଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଗଠିତ ଏକ ପ୍ୟାନେଲ ନିଯୁକ୍ତ କରିଛି ।ସେ ୨୦୨୯ ଜାନୁଆରୀ ୨୬ ତାରିଖ ପର୍ଯ୍ୟନ୍ତ ଏହି ଦାୟିତ୍ଵ ନିର୍ବାହ କରିବେ।

Read More

ରାଜା ସରକାର ମହିଳାମାନଙ୍କୁ ବର୍ଷକୁ ଦୁଇଟି କିସ୍ତିରେ ୧୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନର ପ୍ରତିଶ୍ରୁତିକୁ ପାଳନ କରୁଛନ୍ତି। ତେବେ ବଜେଟରେ ସୁଭଦ୍ରା ଯୋଜନାକୁ ଗୁରୁତ୍ବ ଦେଇଛନ୍ତି ସରକାର । ଏଥି ପାଇଁ ୧୦ହଜାର ୧୪୫କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ସେହିଭଳି ସୁଭଦ୍ରା ସୁରକ୍ଷା ନୂଆ ଯୋଜନା ପାଇଁ ୧୫୩କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ଏଥି ସହ ନୂଆ ଯୋଜନା ହିସାବରେ ଗରିବ ଝିଅଙ୍କ ବିବାହ ପାଇଁ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ୧୨କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ଏଥିରେ ଗରିବ ଝିଅଙ୍କ ସାମୁହିକ ବିବାହ କରିବେ ସରକାର ।ବର୍ତ୍ତମାନ ସୁଦ୍ଧା ପ୍ରଥମ କିସ୍ତିରେ ୯୮ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ୪ ହଜାର ୯ ଶହ କୋଟିରୁ ଅଧିକ ଟଙ୍କା ଦଇଛନ୍ତି। ୫ବର୍ଷରେ ସମସ୍ତ ଯୋଗ୍ୟ ମହିଳାଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରିବେ । କେବଳ ଏତିକି ଆର୍ଥିକ ସହାୟତାରେ ଅଟକିବ…

Read More

ଆସନ୍ତା ୨୬ ତାରିଖରେ ମହାପ୍ରଭୁ ଲିଙ୍ଗରାଜଙ୍କ ଜାଗର ଉତ୍ସବ ପାଇଁ ରାତି ୧୦ଟାରେ ଉଠିବ ମହାଦୀପ । ସ୍ୱତନ୍ତ୍ର ପ୍ରଦକ୍ଷଣ ଭବନ ସମିଳନୀ କକ୍ଷରେ ଆୟୋଜିତ ସମନ୍ୱୟ କମିଟି ବୈଠକରେ ସର୍ବସମତି କ୍ରମେ ନିଷ୍ପତି ନିଆଯାଇଛି । ଏହି ଉପଲକ୍ଷେ ଲିଙ୍ଗରାଜ ମନ୍ଦିରରେ ମୁତୟନ ହେବ ୪୦ପ୍ଳାଟୁନ ଫୋର୍ସ ପୋଲିସ।ମନ୍ଦିର ସେବାୟତା ଏବଂ ଭିଆଇପିମାନଙ୍କ ନିମନ୍ତେ ପୃଥକ ଦ୍ୱାର ବ୍ୟବହାର କରାଯିବା । ୨୬ ତାରିଖ ଭୋର ୩ଟା ୩୦ରୁ ପୂର୍ବାହ୍ନ ୧୧ଟା ଏବଂ ସନ୍ଧ୍ୟା ୬ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ମନ୍ଦିର ଖୋଲା ରହିବ ।ସେହିପରି ଅଗ୍ନିଶମ ସେବା, ଲାଇଭ ଟେଲିକାଷ୍ଟ, ଆସ୍ଥାୟୀ ସ୍ୱାସ୍ଥ୍ୟ ସେବା, ଜରୁରୀ ସ୍ୱାସ୍ଥ୍ୟ ସେବା ଆଦି ବିଭିନ୍ନ ଅତ୍ୟାବଶ୍ୟକ ସେବା ଉପରେ ଜିଲ୍ଲାପାଳ ଓ ମନ୍ତ୍ରୀ ଗୁରୁତ୍ୱାରାପ କରିଛନ୍ତି।

Read More

IAS ବିଷ୍ଣୁପଦ ସେଠୀଙ୍କ ଘରେ ମଙ୍ଗଳବାର ସକାଳୁ ସକାଳୁ ସିବିଆଇ ରେଡ୍‌ ହୋଇଥିବା ସୂଚନା ମିଳିଛି । ସିବିଆଇର ୮ ଜଣିଆ ଟିମ ବିଷ୍ଣୁପଦଙ୍କ ଭୁବନେଶ୍ବରରେ ଥିବା ସରକାରୀ କ୍ବାର୍ଟର୍ସରେ ରେଡ୍‌ କରିଛନ୍ତି। ପୂର୍ବରୁ ବିଷ୍ଣୁପଦ ସେଠୀ ଓ ବ୍ରିଜ ଆଣ୍ଡ ରୁଫ କଂପାନୀ ଲିଙ୍କ ନେଇ ଏକ ତଥ୍ୟ ସାମ୍ନାକୁ ଆସିଥିଲା । କଂପାନୀର ଇଷ୍ଟ କୋଷ୍ଟ ଜିଏମ୍ ବି କେ ସିଂଙ୍କ ଏକ ଚିଠି ପ୍ରଘଟ ହୋଇଥିଲା ।ବିଷ୍ଣୁପଦ ରେଡ୍‌କୁ ନେଇ ପ୍ରତିକ୍ରିୟାରେ କହିଛନ୍ତି, ମୋ ଘରେ ଜୋରଜବରଦସ୍ତ ରେଡ୍‌ ଚାଲିଛି । ଏହା ଏକ ଷଡଯନ୍ତ୍ର ଭଳି ଲାଗୁଛି । ବ୍ରିଜ ଆଣ୍ଡ ରୁଫ କମ୍ପାନୀ ସହିତ ମୋର କୌଣସି ସମ୍ପର୍କ ନାହିଁ । ମୁଁ ଚାକିରିରୁ ଇସ୍ତଫା ଦେବାକୁ ପ୍ରସ୍ତୁତ ଅଛି । ମୋର କିଛି ଦୋଷ ନାହିଁ ।ସୂଚନା ଅନୁସାରେ ଗତବର୍ଷ ଡିସେମ୍ବର ୪ରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର…

Read More