ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । କନିଷ୍ଠ ଶିକ୍ଷକଙ୍କ ପାରିଶ୍ରମିକ ବୃଦ୍ଧି କଲେ ସରକାର । ମାସିକ ୧୬ ହଜାର ଟଙ୍କାକୁ ବଢ଼ିଲା ପାରିଶ୍ରମିକ । ସମଗ୍ର ଶିକ୍ଷା ଯୋଜନାରେ ବଢ଼ିଲା କନିଷ୍ଠ ଶିକ୍ଷକଙ୍କ ପାରିଶ୍ରମିକ । ଏହାସହିତ ଏହି ବର୍ଗର ଶିକ୍ଷକ ମାନଙ୍କ ଇପିଏଫ ପରିମାଣ ମଧ୍ୟ ବୃଦ୍ଧି ପାଇପାରେ। ସମଗ୍ର ଶିକ୍ଷା କାର୍ଯ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ କନିଷ୍ଠ ଶିକ୍ଷକମାନେ ନିୟୋଜିତ ହୋଇଛନ୍ତି। ସେମାନଙ୍କୁ ମାସିକ ୧୧,୧୦୦ ଟଙ୍କା ପାରିଶ୍ରମିକ ଦିଆଯାଉଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବର୍ଗର ଶିକ୍ଷକ ମାନଙ୍କର ମାସିକ ପାରିଶ୍ରମିକକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।
Author: sanitelevision
ବେଙ୍ଗାଲୁରୁରେ ଓଡ଼ିଆ ରାପର୍ ଅଭିନବ ସିଂହଙ୍କ ମୃତ୍ୟୁ ।ସ୍ତ୍ରୀଙ୍କ ଠାରୁ ନିର୍ୟାତନା ପାଇ ଆତ୍ମହତ୍ୟା କରିଥିବା ପରିବାର ଲୋକ ଅଭିଯୋଗ ଆଣିଛନ୍ତି । ତାଙ୍କ ମୃତ୍ୟୁ ପରେ ବାଙ୍ଗାଲୋରର ଏକ ସ୍ଥାନୀୟ ଥାନାରେ ପରିବାର ଲୋକ ଲିଖିତ ଅଭିଯୋଗ କରିଛନ୍ତି । ମାନସୀକ ଚାପରେ ଥିବା ନେଇ ପରିବାର ଲୋକ ଅଭିଯୋଗ କରିଛନ୍ତି। ତାଙ୍କ ଘର କଟକର କାଳିଗଳି ନିକଟରେ । ତେବେ ସେ ବାଙ୍ଗାଲୋରରେ ରହୁଥିବା ବେଳେ ସେଠାରେ ସେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ନିକଟରେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ ଅଭିନବ । ବିବାହର ଅଳ୍ପଦିନ ପରେ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ କଳିଗୋଳ ଆରମ୍ଭ ହୋଇଥିଲା ।ଅଭିନବ ଓଡ଼ିଶାରେ ବେଶ୍ ଜଣାଶୁଣା ତାଙ୍କ ରାପ୍ ପାଇଁ । ତାଙ୍କ ବିୟୋଗରେ ଅଭିନବଙ୍କ ଫ୍ୟାନ୍ସଙ୍କୁ ବଡ଼ ଝଟକା ଲାଗିଛି ।। ତେବେ ସେ କେଉଁ ପରି ସ୍ଥିତିରେ ସେ ଏପରି ଚରମ ନିଷ୍ପତ୍ତି ନେଲେ ତାହାର କାରଣ ବର୍ତ୍ତମାନ…
ବିଧାନସଭାରେ ଏଣିକି ଆଉ କାଗଜ ନୁହେଁ ଲାଗିଲା ଟ୍ୟାବ। ପେପର ଧରି ନୁହେଁ ଏଥର ଟ୍ୟାବ୍ରେ ପଢ଼ିବେ ବିଧାୟକ୧୪୭ ବିଧାୟକଙ୍କ ଟେବଲ୍ରେ ଏହି ଟ୍ୟାବ୍ ଲାଗିଛି। ବିନା କାଗଜରେ ପ୍ରଶ୍ନୋତ୍ତର କିମ୍ବା ପ୍ରସ୍ତାବ ପଢ଼ିବେ ବିଧାୟକ।ନେଭା ରତଫରୁ ଏହି ବ୍ୟବସ୍ଥା ବିଧାୟକଙ୍କ ପାଇଁ ହୋଇଛି। ଅନ୍ୟପଟେ ବଜେଟ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ବସିଛି। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବୈଠକ ଜାରି। ମୁଖ୍ୟମନ୍ତ୍ରୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ଉପସ୍ଥିତ ଅଛନ୍ତି।ଗୃହକୁ ସୁପରିଚାଳନା ନେଇ ଆଲୋଚନା କରିବେ ବାଚସ୍ପତି। ଏଥର ଦୁଇଟି ପର୍ୟ୍ୟାୟରେ ବଜେଟ ଅଧିବେଶନ ହେବ।ଶାସକ ଦଳ ମୁଖ୍ୟ ସଚେତକ ଏବଂ ବିରୋଧୀଦଳର ମୁଖ୍ୟ ଏଠାରେ ଉପସ୍ଥିତ ଅଛନ୍ତି। ଏଥିରେ କଂଗ୍ରେସ ବିଧାୟକ ଦଳର ନେତା ମଧ୍ୟ ସାମିଲ ଅଛନ୍ତି |ଅନ୍ୟପଟେ ବିଜେଡି ବିଧାୟକ ଦଳ ବୈଠକ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶଙ୍ଖ ଭବନରେ ଆଜି ଅପରାହ୍ଣ ୪ଟାରେ ବସିବ । ଗୃହରେ କେଉଁ ପ୍ରସଙ୍ଗ ଉଠାଯିବ ସେ…
ଓଡ଼ିଶାର ଯାନବାହନ ମାଲିକମାନେ ଖୁବ୍ ଶୀଘ୍ର ୧୫ ବର୍ଷରୁ ଅଧିକ ପୁରୁଣା ଗାଡିଗୁଡିକ ପାଇଁ ପଞ୍ଜିକରଣ ପ୍ରମାଣପତ୍ର (RC) ନବୀକରଣ ପାଇଁ ଫିସ୍ ରେ ଏକ ବଡ଼ ବୃଦ୍ଧିର ସମ୍ମୁଖୀନ ହୋଇପାରନ୍ତି।ସଡ଼କ ପରିବହନ ମନ୍ତ୍ରଣାଳୟର ଯୋଜନା ଅନୁଯାୟୀ, ଯଦି ଆପଣଙ୍କର ୨୦ ବର୍ଷରୁ ଅଧିକ ପୁରୁଣା ଦୁଇଚକିଆ ଗାଡ଼ି ଅଛି, ତେବେ ଆପଣଙ୍କୁ ଏହାର ନୂଆ ପଞ୍ଜିକରଣ ପାଇଁ ୨୦୦୦ ଟଙ୍କା ଏବଂ ୨୦ ବର୍ଷରୁ ପୁରୁଣା କାର ପାଇଁ ୧୦,୦୦୦ ଟଙ୍କା ଖର୍ଚ୍ଚ କରିବାକୁ ପଡିବ। ସେହି ସମୟରେ ତିନି ଚକିଆ ଯାନ ପାଇଁ ୫୦୦୦ ଟଙ୍କା ଦେୟ ଦେବାକୁ ପଡିବ। ମଧ୍ୟମ ଯାତ୍ରୀବାହୀ ବସ୍ ଏବଂ ମାଲବାହୀ ଯାନ ପାଇଁ ନବୀକରଣ ଫି ୨୫,୦୦୦ ଟଙ୍କା ଧାର୍ଯ୍ୟ କରାଯାଇଛି, ଯେତେବେଳେ ଭାରୀ ଯାନ ପାଇଁ ଫି ୩୬,୦୦୦ ଟଙ୍କା ପର୍ଯ୍ୟନ୍ତ ପହଞ୍ଚିପାରେ। ଏହି ଡ୍ରାଫ୍ଟ ଅନୁଯାୟୀ, ୧୫ ବର୍ଷରୁ ପୁରୁଣା ମଧ୍ୟମ ଏବଂ ଭାରୀ ବାଣିଜ୍ୟିକ ଯାନବାହନ ସଂଖ୍ୟା…
ପରୀକ୍ଷା ହବକୁ ଗଲା +୨ ପରୀକ୍ଷା ପ୍ରଶ୍ନପତ୍ର। କଡ଼ାକଡ଼ି ସୁରକ୍ଷାରେ ଏହି ପ୍ରଶ୍ନପତ୍ରକୁ ହବକୁ ପଠାଯାଇଛି। ଦକ୍ଷିଣ ଓ ପଶ୍ଚିମ ଓଡ଼ିଶା ଅଧୀନ ହବକୁ ପ୍ରଶ୍ନପତ୍ର ଯାଇଛି। ତେବେ ଚଳିତ ଥର ୨୦୫ଟି ପରୀକ୍ଷା ହବ କରାଯାଇଛି। ଆସନ୍ତା ୧୮ରୁ ହେବାକୁ ଥିବା ଯୁକ୍ତ ୨ ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ୧୦ଟି ରୁଟ ଦେଇ ଗଲା ପରୀକ୍ଷା ପ୍ରଶ୍ନପତ୍ର। କଡାକଡି ସୁରକ୍ଷା ବ୍ୟବସ୍ତା ଭିତରେ ପରୀକ୍ଷା ହବକୁ ଗଳା ପ୍ରଶ୍ନ ପତ୍ର। ୩ ଲକ୍ଷ ୯୩ ହଜାର ୬୧୮ ପରୀକ୍ଷାର୍ଥୀ ଦେବେ ପରୀକ୍ଷା। ପରୀକ୍ଷା ଦିନ ହବ୍ରୁ ବିଭିନ୍ନ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ପଠାଯିବ। ଅନ୍ୟପକ୍ଷରେ ଚଳିତ ବର୍ଷ ପରିଷଦ କାର୍ଯ୍ୟାଳୟରେ ୫ ଶହ ଶିକ୍ଷାନୁଷ୍ଠାନର ସିଧା ପ୍ରସାରଣ ସିସିଟିଭି ମାଧ୍ୟମରେ ପରିଷଦ କାର୍ଯ୍ୟାଳୟରେ ଯାଞ୍ଚ କରାଯିବ । ଏଥିସହ ପ୍ରଶ୍ନପତ୍ର ଲିକ୍ ଉପରେ ମଧ୍ୟ କଡ଼ା ନଜର ରଖାଯାଇଛି । କପି ରୋକିବା ନେଇ ଗଠନ ହୋଇଛି…
ପଦ୍ମଶ୍ରୀ ପୁରସ୍କାର ବିବାଦ ଭିତରେ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ। ଉଭୟ ଅନ୍ତର୍ୟ୍ୟାମୀ ମିଶ୍ର ସେମାନଙ୍କ ଲିଖିତ ବହି ସହିତ ହାଜର ହେବାକୁ କୋର୍ଟଙ୍କ ନିର୍ଦ୍ଦେଶ। ସମାନ ନାଁ ଥିବାରୁ ପଦ୍ମଶ୍ରୀ ପୁରସ୍କାର ଅନ୍ୟ ଜଣଙ୍କୁ ପ୍ରଦାନ କରାଯାଇଥିବା ଅଭିଯୋଗ ହୋଇଛି। ମାମଲାକୁ ଗୁରୁତ୍ବର ସହ ନେଇ କେନ୍ଦ୍ର ସରକାର ଓ ଢେଙ୍କାନାଳର ଅନ୍ତର୍ୟ୍ୟାମୀ ମିଶ୍ରଙ୍କୁ ନୋଟିସ୍ ଜାରି କରିଛନ୍ତି କୋର୍ଟ ।ଏଥି ସହିତ ଫେବ୍ରୁଆରି ୨୪ ତାରିଖ ଦିନ ୨ଟାରେ ଆବେଦନକାରୀ ଅନ୍ତର୍ୟ୍ୟାମୀ ମିଶ୍ର ଓ ପ୍ରତିପକ୍ଷ ନମ୍ବର-୨ ଢେଙ୍କାନାଳର ଅନ୍ତର୍ୟ୍ୟାମୀ ମିଶ୍ରଙ୍କୁ ବ୍ୟକ୍ତିଗତ ଭାବେ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପଦ୍ମଶ୍ରୀ ପୁରସ୍କାର ଦାବି ନେଇ ପ୍ରମାଣ କରିବା ପାଇଁ ଉଭୟ ଆବେଦନକାରୀ ଓ ପ୍ରତିପକ୍ଷ ନମ୍ବର-୨ ଅନ୍ତର୍ୟ୍ୟାମୀ ମିଶ୍ର ସେମାନଙ୍କ ପ୍ରକାଶିତ ପ୍ରାସଙ୍ଗିକ ବହୁ ଓ ତଥ୍ୟ ପରବର୍ତ୍ତୀ ଶୁଣାଣି ସମୟରେ ଉପସ୍ଥାପନ କରିବେ।ମାମଲାର ବିବରଣୀରୁ ପ୍ରକାଶ ଯେ ଆବେଦନକାରୀ ଜଣେ ପଶୁ ଚିକିତ୍ସକ ଓ ଲେଖକ। ସେ…
ଉତ୍ତର ପ୍ରଦେଶର ଅଯୋଧ୍ୟାରେ ଥିବା ରାମ ମନ୍ଦିରର ମୁଖ୍ୟ ପୂଜକ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସଙ୍କର ବୁଧବାର ଦେହାନ୍ତ ହୋଇଯାଇଛି। ହସ୍ପିଟାଲ ପକ୍ଷରୁ ଏହି ସୂଚନା ଦିଆଯାଇଛି। ମସ୍ତିଷ୍କ ରକ୍ତସ୍ରାବ ପରେ, ସେ ଲକ୍ଷ୍ନୌର ପିଜିଆଇରେ ଚିକିତ୍ସାଧୀନ ଥିଲେ। ତାଙ୍କ ବିୟୋଗରେ ଉତରପ୍ରଦେଶ ସରକାର ଶୋକ ବ୍ୟକ୍ତ କରିଛନ୍ତି। ୧୯୪୫ରେ ସନ୍ତକବୀରନଗର ଜିଲ୍ଲାରେ ସତ୍ୟେନ୍ଦ୍ର ଦାସଙ୍କ ଜନ୍ମ |ବାପା ଅଭିରାମଦାସଙ୍କୁଠୁ ପ୍ରଭାବିତ ହୋଇ ପ୍ରଭୁ ରାମଙ୍କ ଭକ୍ତ ହୋଇଥିଲେ ସତ୍ୟେନ୍ଦ୍ର ପ୍ରଭୁଙ୍କ ସେବା ପାଇଁ ଘରଦ୍ବାରା ଛାଡି ଆଶ୍ରମରେ ସନ୍ନ୍ୟାସ ଜୀବନ ଗ୍ରହଣ କରିଥିଲେ |୧୯୯୨ ମସିହାରରେ ରାମମନ୍ଦିର ପୂଜକ ଭାବେ ଦାୟିତ୍ବ ନେଲେ | ୩ଦଶନ୍ଧି ଧରି ରାମମନ୍ଦିର ପୂଜକ ଥିଲେ |ଅଯୋଧ୍ୟା ରାମମନ୍ଦିର ଆନ୍ଦୋଳନରେ ପ୍ରମୂଖ ଭୂମିକା ତୁଳାଇଥିଲେ | ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସଙ୍କ ନିଧନରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ସେ ସୋସିଆଲ ମିଡିଆ ସାଇଟ ଏକ୍ସରେ ଲେଖିଛନ୍ତି- ଭଗବାନ ରାମଙ୍କ ପରମ ଭକ୍ତ ଏବଂ ଶ୍ରୀ…
ଭୁବନେଶ୍ବର-ସୋନପୁର ଇଣ୍ଟରସିଟିର ଏସି ବଗିରେ ଧୂଆଁ ଦେଖିବାକୁ ମିଳିଛି। ଏସି ବଗି ଚକାରେ ବ୍ରେକ ବାଇଣ୍ଡିଂ ଯୋଗୁ ଧୂଆଁ ବାହାରିଥିବା ସୂଚନା ମିଳିଛି। ପ୍ରବଳ ଧୂଆଁ ବାହାରିବାରୁ ଟ୍ରେନ୍କୁ ଅଟକାଇ ନିଆଁକୁ ଆୟତ୍ତ କରାଯାଇଛି। ଏହି ଆଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ୬ଟା ୪୫ରେ ଧୂଆଁ ବାହାରୁଥିବା ଦେଖି ଅଟକାଇଥିଲେ। ପ୍ରାୟ ୩୦ ମିନିଟ ପରେ ଗନ୍ତବ୍ୟସ୍ଥଳକୁ ଯାଇଥିବା ରେଲୱେ ପକ୍ଷରୁ ସୂଚନା ମିଳିଛି।
ସୁଧୁରୁଛି ଓଲିଉଡ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟବସ୍ଥା । ଅନେକ କଳାକାରଙ୍କ ସମେତ ରାଜନେତା ମାନେ ମଧ୍ୟ ଉତ୍ତମଙ୍କୁ ଭେଟିବାକୁ ହସ୍ପିଟାଲରେ ପହଞ୍ଚିଛନ୍ତି । ତେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ହସ୍ପିଟାଲରେ ପହଞ୍ଚି ଉତ୍ତମଙ୍କ ପୁଅ ତଥା ଅଭିନେତା ବାବୁସାନ ଓ ପରିବାରର ଅନ୍ୟ ସଦସ୍ୟଙ୍କ ସହ ଆଲୋଚନା କରି ଚିକିତ୍ସା ସମ୍ପର୍କରେ ପଚାରି ବୁଝିଛନ୍ତି । ଚିକିତ୍ସା ପାଇଁ ଯାହା ଆବଶ୍ୟକ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦିଆଯିବ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଅଭିନେତା ଉତ୍ତମ ମହାନ୍ତି ଲିଭର ସିରୋସିସ୍ ରୋଗରେ ଆକ୍ରାନ୍ତ ଅଛନ୍ତି । ଉତ୍ତମଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଧିରେ ଧିରେ ସୁଧୁରୁଛି ଉତ୍ତମଙ୍କ ସ୍ବାସ୍ଥ୍ୟାବସ୍ଥା । ତାଙ୍କ ଉପରେ ୨୪ ଘଣ୍ଟା ନଜର ରଖିଛନ୍ତି ନିୟୋଜିତ ସ୍ଵତନ୍ତ୍ର ଡାକ୍ତରୀ ଟିମ୍ । ଉତ୍ତମଙ୍କୁ ଚିକିତ୍ସା ପାଇଁ ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍ ଗଠନ କରାଯାଇଛି ।…
ମହାଶିବରାତ୍ରୀ ନେଇ ଏକ ପ୍ରସ୍ତୁତି ବୈଠକ ଲିଙ୍ଗରାଜ ମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ଦୀପ ଉଠିବ। ଫେବୃଆରୀ ୨୬ରେ ମହାଶିବରାତ୍ରୀ ପଡୁଛି। ବୈଠକରେ କିଭଳି ଶାନ୍ତିପୂର୍ଣ୍ଣ ଭାବେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ସମ୍ପନ୍ନ ହେବା, ଠିକ୍ ସମୟରେ ମହାଦୀପ ଉଠିବା ଉପରେ ଗୁରୁତ୍ବ ଦେବା ସହ ଟ୍ରାଫିକ୍ ସୁପରିଚାଳନା, ପାଣି ଓ ବିଦ୍ୟୁତ୍ ବ୍ୟବସ୍ଥା, ଶୃଙ୍ଖଳିତ ଦର୍ଶନ ଆଦି ବିଷୟ ଉପରେ ବ୍ୟାପକ ଆଲୋଚନା ହୋଇଥିଲା । ପୂର୍ବରୁ ଖୁବ୍ଶୀଘ୍ର ଲିଙ୍ଗରାଜ ମନ୍ଦିର ପାଇଁ ସ୍ୱତନ୍ତ୍ର ଆଇନ ଆସିବ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଥିଲେ । ନୂଆ ଆଇନ ପାଇଁ କେନ୍ଦ୍ର ସରକାର ଯେଉଁ ସ୍ପଷ୍ଟୀକରଣ ମାଗିଥିଲେ, ତାହା ପ୍ରସ୍ତୁତ ହୋଇ ସାରିଛି । ଖୁବ୍ଶୀଘ୍ର ଲିଙ୍ଗରାଜ ମନ୍ଦିର ପାଇଁ ସ୍ୱତନ୍ତ୍ର ଆଇନ ଆସିବ । ୫୦ବର୍ଷ ଧରି ମନ୍ଦିର କାର୍ଯ୍ୟାଳୟରେ ଠାକୁରଙ୍କ ନୀତିକାନ୍ତି ପାଇଁ କୋହିନୂର ପାଞ୍ଜି ଚାଲିଥିବା…








