ବୁଧବାର ପ୍ରୟାଗରାଜରେ ଦଳାଚକଟା ଘଟି ୩୦ ଜଣ ଲୋକେ ମୃତ୍ୟୁ ବରଣ କରିବା ପରେ ଏହି ନିଷ୍ପତ୍ତି ନିଆଯାଇଛି ଏବଂ ଫେବୃଆରୀ ୪, ୨୦୨୫ ପର୍ଯ୍ୟନ୍ତ ଏହି ସେବା ବାତିଲ ରହିବ। ଟଙ୍କା ଫେରସ୍ତ ପାଇଁ ୯୯୩୭୫୪୭୭୭୩କୁ ଯୋଗାଯୋଗ କରିବା ପାଇଁ ସୂଚନା ଦିଆଯାଇଛି। ଯେଉଁମାନେ ଆଗୁଆ ଟିକେଟ୍ କରିଥିଲେ, ସେମାନେ ଯୋଗାଯୋଗ କରି ପାରିବେ।OSRTC ବାତିଲ ବିଷୟରେ ଯାତ୍ରୀମାନଙ୍କୁ ସୂଚନା ଦେଇ ଏକ ସାର୍ବଜନୀନ ନୋଟିସ୍ ଜାରି କରିଛି ଏବଂ ଏହାର ସରକାରୀ ସୋସିଆଲ ମିଡିଆ ହ୍ୟାଣ୍ଡେଲ ଏବଂ ୱେବସାଇଟ୍ ମାଧ୍ୟମରେ ପରବର୍ତ୍ତୀ ଅପଡେଟ୍ ସେୟାର୍ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛି। ସୂଚନାନୁଯାୟୀ ମୌନୀ ଅମାବାସ୍ୟାରେ ଅମୃତ ସ୍ନାନ ପୂର୍ବରୁ ପ୍ରବଳ ଜନ ସମାଗମ ହେତୁ ମହାକୁମ୍ଭ ମେଳାରେ ବଡ ଅଘଟଣ ଘଟିଥିଲା। ପ୍ରୟାଗରାଜ ସଙ୍ଗମ ସ୍ଥଳ ନିକଟରେ ଦଳାଚକଟା ଘଟଣାରେ ଏପର୍ଯ୍ୟନ୍ତ ୩୦ ଜଣଙ୍କ ମୃତ୍ୟୁ ହୋଇଥିବା ଉତ୍ତରପ୍ରଦେଶ ସରକାର ସ୍ପଷ୍ଟ କରିଥିବା ବେଳେ ମୃତ୍ୟୁ ସଂଖ୍ୟା ବୃଦ୍ଧି…
Author: sanitelevision
ଏଣିକି ଶ୍ରୀମନ୍ଦିର ଉପରେ ଡ୍ରୋନ ଉଡାଇଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ। ଶ୍ରୀମନ୍ଦିରର ୧୦୦ ମିଟର ପରିଧି ଅଞ୍ଚଳ ନିଷିଦ୍ଧାଞ୍ଚଳଭାବେ ଡିଜିସିଏ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏହି ଅଞ୍ଚଳରେ ଡ୍ରୋନ ଆଦି ଉଡ଼ାଇବା ସମ୍ପୂର୍ଣ୍ଣ ବେଆଇନ। ଯଦି ଏପରି ଦେଖାଯାଏ ତେବେ ଡ୍ରୋନ ଉଡ଼ାଣକାରୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ। ତେବେ ଶ୍ରୀମନ୍ଦିର ଉପରେ ଡ୍ରୋନ ଉଡ଼ିବା ଘଟଣାକୁ ନେଇ ପୁଲିସ ପକ୍ଷରୁ ସିଂହଦ୍ବାର ଥାନାରେ ଲିଖିତ ଅଭିଯୋଗ ପରେ ମାମଲା ରୁଜୁ କରାଯାଇଛି। ସାମାଜିକ ଗଣମାଧ୍ୟମରେ ପ୍ରଚାର ପ୍ରସାର ଉଦ୍ଦେଶ୍ୟରେ ଯୁବବର୍ଗ ଡ୍ରୋନ୍ ଉଡ଼ାଇ ଶ୍ରୀମନ୍ଦିରର ଭିତର ପାର୍ଶ୍ବ ଭିଡିଓ ଓ ଚିତ୍ର ଉତ୍ତୋଳନ କରୁଛନ୍ତି। ଏହା ସମ୍ପୂର୍ଣ୍ଣ ବେଆଇନ। କିଛି ସୋସିଆଲ ମିଡିଆ ଆକାଉଣ୍ଟକୁ ଚିହ୍ନଟ କରାଯାଇଛି। ସେମାନଙ୍କ ବିରୋଧରେ ଆଗାମୀ ଦିନରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ
ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର e-KYCକୁ ନେଇ ଗୁରୁବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି e-KYC ଅପ୍ଡେଟ୍ ପୂର୍ବରୁ ଜାନୁଆରୀ ୩୧ ଶେଷ ତାରିଖ ଥିଲା ଏବେ ଫେବୃଆରୀ ୧୫କୁ ବୃଦ୍ଧି କରାଯାଇଛି। କିଛି ଲୋକେ ଇ-କେୱାଇସି କରି ନଥିବାରୁ ତାରିଖ ବୃଦ୍ଧି ପାଇଁ ଦାବି କରିଥିଲେ।ଏହାକୁ ବିଚାର କରି ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି। ଯୋଗ୍ୟତା ନଥିବା ବ୍ୟକ୍ତିଙ୍କୁ ଯୋଗାଣ ମନ୍ତ୍ରୀ ତାଗିଦ କରିଥିଲେ। ଯଦି ଏହିମାନେ କାର୍ଡ ନ ଫେରାନ୍ତି, ତେବେ ଏମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଥିଲା। ସୂଚନାଯୋଗ୍ୟ, ଏବେ ରାଶନ କାର୍ଡ ହିତାଧିକାରୀଙ୍କ E-KYC ଅପଡେଟ୍ କରାଯାଉଛି। ନାଁ ଏବଂ ଆଧାର କାର୍ଡ ଯାଞ୍ଚ ପରେ ହିତାଧିକାରୀଙ୍କ ଦସ୍ତଖତ ଓ ଟିପଚିହ୍ନ ନିଆଯାଉଛି। କିଛି ସ୍ଥାନରେ ଆଇ ସ୍କାନ୍ ମଧ୍ୟ କରାଯାଉଛି। ପରିବାରର ଯେଉଁ ସଦସ୍ୟଙ୍କ ନାମରେ ରାଶନ ସାମଗ୍ରୀ ମିଳୁଛି, ସେମାନଙ୍କର ଯାଞ୍ଚ କରାଯାଉଛି।…
ଜାନୁଆରୀ ୩୦ ଆଜିର ଦିନକୁ ସାରା ଦେଶରେ ସହିଦ ଦିବସ ଭାବେ ପାଳନ କରାଯାଉଛି । ଆଜି ବାପୁଙ୍କ ୭୪ ତମ ପୂଣ୍ୟ ତିଥି ଅବସରରେ ବିଭିନ୍ନ ସ୍ଥାନରେ ସ୍ମୃତିସଭା ଅନୁଷ୍ଠିତ ହେଉଛି । ତେବେ ୧୯୪୮ ମସିହା ଜାନୁଆରୀ ୩୦ ତାରିଖ , ଶୁକ୍ରବାର ସନ୍ଧ୍ୟା ସମୟ ୫:୧୭ ମିନିଟ୍ । ପ୍ରାର୍ଥନା ସଭାରେ “ନାଥୁରାମ ବିନାୟକ ଗଡସେ” ନାମକ ଜଣେ ମରହଟ୍ଟା ଯୁବକ ବାପୁଜୀଙ୍କ ସମ୍ମୁଖ ଭାଗରୁ ଗୁଳି କରି ତାଙ୍କୁ ହତ୍ୟା କଲେ । ବାପୁଙ୍କ ନିକଟରେ ସେତେବେଳେ ଥିଲେ ତାଙ୍କ ପ୍ରିୟ ନାତୁଣୀ “ମନୁ ଗାନ୍ଧୀ” । ପାଦ ଛୁଇଁବା ଆଳରେ “ନାଥୁରାମ” ଅତି ନିକଟରୁ ବାପୁଜୀଙ୍କୁ ଗୁଳି କରିଥିଲେ । ପ୍ରଥମ ଗୁଳିଟି ତାଙ୍କ ପେଟରେ ବାଜିଥିଲା । ସେ ସେହିମୁହୁର୍ତ୍ତରେ ଚିତ୍କାର କରି “ହେ’ ରାମ” ଉଚ୍ଚାରଣ କରିବା କାଳରେ ଆଉ ଦୁଇଟି ଗୁଳି ତାଙ୍କ ଛାତିରେ ବିଦ୍ଧ ହୋଇଥିଲା । ଘଟଣାଟି…
କାଲିଠୁ ପାର୍ଲ୍ୟାମେଣ୍ଟ ବଜେଟ ଅଧିବେଶନ । ରାଷ୍ଟ୍ରପତିଙ୍କ ସମ୍ବୋଧନରୁ ଆରମ୍ଭ ହେବ ବଜେଟ ଅଧିବେଶନ । କାଲି ଉଭୟ ଗୃହକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨୦୨୫-୨୬ ଆର୍ଥିକ୍ ବର୍ଷ ପାଇଁ ଆସିବ ବ୍ୟୟବରାଦ । ଫେବ୍ରୁଆରୀ ପହିଲାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ୍ ଆଗତ କରିବେ । ଲଗାତାର ଭାବେ ଏହା ତାଙ୍କର ଅଷ୍ଟମ ବଜେଟ୍ ଅପସ୍ଥାପନ ହେବ । ସଂସଦର ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ ଜାନୁଆରୀ ୩୧ରୁ ଆରମ୍ଭ ହୋଇ ଫେବ୍ରୁଆରୀ ୧୩ ତାରିଖ ଯାଏ ଚାଲିବ । ସେହିପରି ଦ୍ବିତୀୟ ପର୍ଯ୍ୟାୟ, ମାର୍ଚ୍ଚ ୧୦ରୁ ଆରମ୍ଭ ହୋଇ ଏପ୍ରିଲ୍ ୪ ତାରିଖ ପର୍ଯ୍ୟନ୍ତ ବସିବ । ମଧ୍ୟବିତ୍ତଙ୍କ ନଜର ଆୟକର ଟକିସ ଉପରେ । ଦରଦାମ ବୃଦ୍ଧି ସମୟରେ ଆଶ୍ବସ୍ତି ଚାହୁଁଛନ୍ତି ମଧ୍ୟବିତ୍ତ । ନୂଆ ଓ ପୁରୁଣା ଟିକସ ବ୍ୟବସ୍ଥାରେ କଣ ପରିବର୍ତ୍ତନ ହେବ । ନୂଆ ଟିକସ ବ୍ୟବସ୍ଥାରେ…
ଭାଲୁ ପଞ୍ଝାରୁ ବାପାଙ୍କ ଜୀବନ ବଞ୍ଚାଇଲା ୧୦ ବର୍ଷର ପୁଅ । ଏମିତି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି-ଛତିଶଗଡ ସୀମାନ୍ତ ଦନ୍ତେୱାଡ଼ା ଜିଲ୍ଲାରେ । ପୁଅର ସାହସକୁ ଦେଖି ସ୍ଥାନୀୟ ଅଞ୍ଚଳର ଲୋକେ ପ୍ରଶଂସା ନ କରି ରହିପାରି ନାହାଁନ୍ତି । ତେବେ ଆହତ ହୋଇ ଉଭୟ ବାପା-ପୁଅ ଏବେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଦନ୍ତେୱାଡା ଜିଲ୍ଲାର ନକ୍ସଲ ଅଧ୍ୟୁଷିତ ଆବୁଝମାଡର ହାନ୍ଦାୱାଡା ଜଙ୍ଗଲକୁ ବାଞ୍ଜାରାମ ନେତାମ ଏବଂ ତାଙ୍କର ୫ମ ଶ୍ରେଣୀରେ ପାଠ ପଢୁଥିବା ଦଶ ବର୍ଷର ପୁଅ ଦୀପେନ୍ଦ୍ର ବାଉଁଶ କାଟିବାକୁ ଯାଇଥିଲେ । ବାଉଁଶ କାଟୁଥିବା ବେଳେ ଉଭୟ ବାପା-ପୁଅଙ୍କ ସାମ୍ନାକୁ ଗୋଟିଏ ଭାଲୁ ଚାଲି ଆସିଥିଲା । ଭାଲୁଟି ବାଞ୍ଜାରାମଙ୍କୁ ଆକ୍ରମଣ କରିଥିଲା । ଏହି ସମୟରେ ପୁଅ ଉପସ୍ଥିତ ବୁଦ୍ଧି ଲଗାଇ ବାପାଙ୍କୁ ବଞ୍ଚାଇ ଥିଲା। ଛୋଟ ଶିଶୁଟି ବାପାଙ୍କୁ ବଞ୍ଚାଇବା ପାଇଁ ତୁରନ୍ତ ନିଜର ଉପସ୍ଥିତ ବୁଦ୍ଧି ଖର୍ଚ୍ଚ…
ଆଜିଠାରୁ ଆରମ୍ଭ ହେଉଛି ରଣଜୀ ଟ୍ରଫି ୨୦୨୪-୨୫ । ଦିଲ୍ଲୀ ସ୍ଥିତ ଅରୁଣ ଜେଟଲୀ ଷ୍ଟାଡିୟମରେ ଦିଲ୍ଲୀ ଟିମ୍ ଏବଂ ରେଳବାଇ ଟିମ୍ ମଧ୍ୟରେ ମୁକାବିଲା ହେବ ।ଦିଲ୍ଲୀ କ୍ରିକେଟ ଟିମରେ କେହଲିଙ୍କ ଉପସ୍ଥିତିି ଉତ୍ସାହର ମାହୋଲ ସୃଷ୍ଟି କରିଛି । ବିଶେଷ କରି ଯୁବ ଖେଳାଳିମାନେ ତାଙ୍କ ସହ ଖେଳି ପ୍ରେରିତ ହେବେ ବୋଲି ଆଶା ରହିଛିାନୂଆଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମ ବାହାରେ ବିରାଟଙ୍କୁ ଦେଖିବା ପାଇଁ ପ୍ରବଳ ଭିଡ଼ ସହ ବିଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରଶଂସକମାନେ ସେମାନଙ୍କର ପ୍ରିୟ ତାରକାଙ୍କୁ ଦେଖିବା ପାଇଁ ଉତ୍ସାହିତ ଥିଲେ ଏବଂ ବହୁ ସଂଖ୍ୟାରେ ସେ ସ୍ଥାନକୁ ଆସିଥିଲେ। କିନ୍ତୁ ପ୍ରବଳ ଲୋକ ଭିଡ଼ ହେତୁ ପ୍ରଶଂସକମାନେ ଆହତ ହେବା ସହିତ ସ୍ଥାନ ବାହାରେ ପରିସ୍ଥିତି ବିଶୃଙ୍ଖଳିତ ହୋଇଯାଇଛି। ଗେଟ୍ ୧୬ ବାହାରେ ଏଭଳି ପରିସ୍ଥିତି ଉପୁଜିଥିବା ସୂଚନା ରହିଛି। ଫାଟକ ପାଖରେ କିଛି ପ୍ରଶଂସକ ଆହତ ହୋଇ ତଳ ପଡ଼ି…
ଛତିଶଗଡ଼ରେ ମାଓ ନିପାତ ଅଭିଯାନକୁ ଆହୁରି କରାଯାଇଛି ଜୋର୍ଦାର୍। ସୁରକ୍ଷାବାହିନୀର ଗୁଳିରେ ଗତ ଦୁଇ ସପ୍ତାହ ମଧ୍ୟରେ ବରିଷ୍ଠ ନେତାଙ୍କ ସମେତ ୫୦ରୁ ଅଧିକ ମାଓବାଦୀ ନିହତ ହୋଇ ସାରିଛନ୍ତି।ଫଳରେ ଲାଲ୍ବାହିନୀ ଶିବିର ଛିନ୍ଛତ୍ର ହୋଇଯାଇଛି। ଏବେ ପୁଣି ଥରେ ସଂଗଠନକୁ ବଳ ଦେବାକୁ ଉଦ୍ୟମ ଆରମ୍ଭ କରୁଥିବା ବେଳେ ସେମାନେ ସୁରକ୍ଷିତ କରିଡର୍ ବୌଦ୍ଧ-କନ୍ଧମାଳ ସୀମାନ୍ତ ଘଞ୍ଚ ଜଙ୍ଗଲରେ ଠୁଳ ହେବା ସହ ଓଡ଼ିଶାମୁହାଁ ହୋଇଛନ୍ତି। ଅନ୍ୟପଟେ ପୋଲିସ ଏନକାଉଣ୍ଟରରେ ଦୁଇ ହାର୍ଡ କୋର ମାଓବାଦୀ ନିହତ । ଝାଡ଼ଖଣ୍ଡ ପଶ୍ଚିମ ସିଂହଭୂମି ଜିଲ୍ଲା ସରଣ୍ଡା ଜଙ୍ଗଲରେ ସୁରକ୍ଷା କର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ଏଥିରେ ଜଣେ ମହିଳା ମାଓବାଦୀଙ୍କ ସମେତ ଦୁଇ ମାଓବାଦୀ ନିହତ ହୋଇଛନ୍ତି । ମୃତ ମାଓବାଦୀ ହେଲେ ମାଓ ସଙ୍ଗଠନର ଜୋନାଲ୍ କମିଟି ସଦସ୍ୟ ବିନୟ ଗଞ୍ଜୁ ଏବଂ ଏରିଆ କମିଟି ସଦସ୍ଯ ହେମନ୍ତି ମଝିୟାନ । ଏହା ସହ…
‘ବିକଶିତ ଗାଁ ବିକଶିତ ଓଡ଼ିଶା’ ପାଇଁ ସରକାର ମାର୍ଗଦର୍ଶିତା ଜାରି କରିଛନ୍ତି । ପଞ୍ଚାୟତିରାଜ ଓ ପାନୀୟ ଜଳ ବିବାଗ ପକ୍ଷରୁ ଜାରି ହେଲା ମାର୍ଗଦର୍ଶିକା । ବ୍ଲକସ୍ତରରେ ବାର୍ଷିକ ଉନ୍ନତିମୂଳକ କାର୍ଯ୍ୟ ପାଇଁ ଯୋଜନା କରାଯିବ ।ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇଛି । ଫେବ୍ରୁଆରୀ ୧୫ ତାରିଖ ସୁଦ୍ଧା ୫ ବର୍ଷିଆ ଯୋଜନା ତାଲିକା ପ୍ରସ୍ତୁତ କରି ପଠାଇବାକୁ କୁହାଯାଇଛି । ୨୦୨୪-୨୫ରେ ବିକଶିତ ଗାଁ, ବିକଶିତ ଓଡ଼ିଶା ପାଇଁ ସରକାର ବଜେଟ୍ରେ ୧୦୦୦ କୋଟି ଟଙ୍କାର ବ୍ୟୟବରାଦ ରଖିଛନ୍ତି ।ନୂଆ ମାର୍ଗଦର୍ଶିକା ମୁତାବକ, ଏହି ଟଙ୍କାକୁ ପ୍ରତି ପଞ୍ଚାୟତକୁ ଆବଣ୍ଟନ କରାଯିବ । ନୂଆ ବ୍ୟବସ୍ଥା ଅନୁସାରେ, ପଛୁଆ ବା ଆଦିବାସୀ ବହୁଳ ଅଞ୍ଚଳକୁ ଏହି ଯୋଜନାରେ ସର୍ବାଧିକ ପ୍ରାଥମିକତା ଦିଆଯିବ । ଏଥିପାଇଁ ମୋଟ ପାଣ୍ଠିର ୪୦ ପ୍ରତିଶତ ବା ୪୦୦ କୋଟି କେବଳ ଆଇଟିଡିଏ ବା ଇଣ୍ଟିଗ୍ରେଟେଡ୍ ଟ୍ରାଇବାଲ ଡେଭଲପମେଣ୍ଟ ଏଜେନ୍ସି ଅଧିନରେ…
ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ମେଳାରେ ଘଟିଥିବା ଦଳାଚକଟାରେ ୩୦ରୁ ଊର୍ଦ୍ଧ୍ୱ ପ୍ରାଣ ହରାଇଥିବାବେଳେ ୬୦ରୁ ଅଧିକ ଆହତ ହୋଇଛନ୍ତି। ଏହି ଘଟଣା ପରେ କଠୋର ନିୟମ ଆପଣେଇଛି ପ୍ରଶାସନ। ଏବେ ଭିଭିଆଇପି ପାସଗୁଡ଼ିକୁ ବାତିଲ କରାଯାଇଛି ଏବଂ ମେଳାକୁ ଯାଉଥିବା ରାସ୍ତାଗୁଡ଼ିକୁ ଭକ୍ତମାନଙ୍କ ସୁଗମ ଗତି ପାଇଁ ଏକମୁଖୀ କରାଯାଇଛି।ସେହିପରି ମେଳା ପରିସରକୁ ନୋ-ଭେହିକିଲ ଜୋନ ଘୋଷଣା କରାଯାଇଛି । କୌଣସି ପ୍ରକାର ଗାଡି ମେଳା କ୍ଷେତ୍ର ମଧ୍ୟକୁ ପ୍ରବେଶ କରିପାରିବ ନାହିଁ । ସେହିପରି ପ୍ରୟାଗରାଜର ଆଖପାଖ ଜିଲ୍ଲାକୁ ଆସୁଥିବା ଗାଡି ଗୁଡିକୁ ସେହି ଜିଲ୍ଲାର ସୀମାରେ ହି ଅଟକା ଯିବ । ଅନ୍ୟପଟେ ୪ ଫେବ୍ରୁଆରୀ ପର୍ଯ୍ୟନ୍ତ ସହରରେ ୪ ଚକିଆ ଯାନର ଏଣ୍ଟ୍ରି ସମ୍ପୂର୍ଣ୍ଣ ନିଷେଧ । ଭବିଷ୍ୟତରେ ଦଳାଚକଟା ପରିସ୍ଥିତିକୁ ଏଡାଇବା ସହ ମେଳାରେ ସୁରକ୍ଷା ବ୍ୟବସ୍ଥା ବଜାୟ ରଖିବା ପାଇଁ ଏପରି ପଦକ୍ଷେପ ନିଆଯାଇଛି ।ଅନ୍ୟପଟେ ଏହି ଘଟଣାକୁ ମୁଖ୍ୟମନ୍ତ୍ରୀ ଯୋଗୀ…









