ଆଜିଠୁ ଓଡ଼ିଶାରେ ତାପମାତ୍ରା ବଢିବା ସହ ଶୀତର ପ୍ରକୋପ କମିବ । ସାରା ରାଜ୍ୟରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ । ପାରଦର ସ୍ତର ବଢିବା ସହ ଶୀତରୁ ସାମାନ୍ୟ ଅଶ୍ବସ୍ତି ମିଳିବ । ଥଣ୍ଡା କମିବା ସହ ଘନ କୁହୁଡି ରହିବ। ଦୁଇ ଦିନ ରାଜ୍ୟରେ ଘନ କୁହୁଡି ଦେଖାଯିବ ବୋଲି ଆକଳନ କରିଛି ବିଭାଗ। ଏଥିପାଇଁ ୪ ଜିଲ୍ଲାକୁ ଚେତବନୀ ଜାରି କରିଛି ପାଣିପାଗ କେନ୍ଦ୍ର । ଘନ କୁହୁଡି କାରଣରୁ ୫୦ ମିଟର ତଳକୁ ଖସିଆସିବ ଦୃଶ୍ୟମାନ କ୍ଷମତା । ସେପଟେ ଜିରୋ ଭିଜିବିଲିଟି ପରିସ୍ଥିତି ନେଇ ଘାଟି ଅଞ୍ଚଳରେ ଧିମା ଗତିରେ ଗାଡି ଚଳାଇବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ । ଆଗାମୀ ୩ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ । ଏହାପରେ ପରବର୍ତ୍ତୀ ୨ ଦିନ ତାପମାତ୍ରାରେ କୌଣସି ବିଶେଷ ପରିବର୍ତ୍ତନ ହେବାର…
Author: sanitelevision
ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲା ବେଳେ ଡାକ୍ତରଙ୍କୁ ମାଡ଼ିବସିଲା ଭିଜିଲାନ୍ସ। ୫,୫୦୦ ଦାବି କରି ଦ୍ବିତୀୟ କିସ୍ତିରେ ୨ ହଜାର ନେଉଥିଲେ ବଡ଼ମ୍ବା CHC ଡାକ୍ତର ବିଶ୍ବନାଥ ଅଢ଼େକ। ଧରାପଡ଼ିବା ପରେ ଡାକ୍ତରଙ୍କ ଦୁଇଟି ଘରେ ଭିଜିଲାନ୍ସ ଟିମ୍ର ରେଡ୍ ଜାରି ରଖିଛି।ଡାକ୍ତର ବିଶ୍ବନାଥ ଅଢ଼େକ ଜଣେ ସର୍ଜରୀ ସ୍ପେସାଲିଷ୍ଟ। ଡାକ୍ତର ଜଣଙ୍କ ଅଭିଯୋଗକାରୀଙ୍କ ଠାରୁ ତାଙ୍କ ମୃତ ପୁଅର ପୋଷ୍ଟମର୍ଟମ ରିପୋର୍ଟ ପ୍ରଦାନ କରିବା ପାଇଁ ଏବଂ ବିଚାର ସମୟରେ କୋର୍ଟରେ ଅନୁକୂଳ ପ୍ରମାଣ ଦାଖଲ କରିବାର ପ୍ରତିଶ୍ରୁତି ସହିତ ମୋଟ ୫,୦୦୦ ଟଙ୍କା ଦାବି କରିଥିଲେ। ହେଲେ ଦ୍ୱିତୀୟ କିସ୍ତି ଭାବରେ ୨ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି।
ସନ୍ତା ଫେବୃୟାରୀ ମାସରେ ଦିଲ୍ଲୀରେ ନିର୍ବାଚନ । ଏଥିପାଇଁ ୪ ଦିନ ପାଇଁ ଡ୍ରାଏ ଡେ ରହିବ । ଦିଲ୍ଲୀ ସରକାର ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବା ପର୍ଯ୍ୟନ୍ତ ଫେବୃୟାରୀ ୩ ରୁ ୫ ଏବଂ ଫେବୃଆରୀ ୮ ପର୍ଯ୍ୟନ୍ତ ସହରର ମଦ ଦୋକାନଗୁଡ଼ିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ।ନିର୍ବାଚନ ସମୟରେ ଭୋଟରମାନଙ୍କୁ ପ୍ରଭାବିତ ହେବାରୁ ରୋକିବା ଏବଂ ଆଦର୍ଶ ଆଚରଣ ସଂହିତା ଲାଗୁ କରିବା ପାଇଁ ଏହି ପଦକ୍ଷେପ ନିଆଯାଇଛିାଏହା ବ୍ୟତୀତ ନିର୍ବାଚନ ପରିବେଶକୁ ଶାନ୍ତିପୂର୍ଣ୍ଣ ଏବଂ ନିରପେକ୍ଷ ରଖିବା ସରକାରଙ୍କ ପ୍ରାଥମିକତା ଅଟୋଦିଲ୍ଲୀ ସୀମାବର୍ତ୍ତୀ ଅଞ୍ଚଳର କେତେକ ସ୍ଥାନରେ ନିର୍ବାଚନ ପାଇଁ ଡ୍ରାଏ ଡେ ପାଳନ କରାଯିବା କିନ୍ତୁ ନୋଏଡା ଏବଂ ଗୁରୁଗ୍ରାମରେ ମଦ ଦୋକାନ ଖୋଲା ରହିବା ମାଲିକାନା ନଥିବା କ୍ଲବ୍, ତାରକା ହୋଟେଲ, ରେଷ୍ଟୁରାଣ୍ଟ ଏବଂ ଘରୋଇ ହୋଟେଲଗୁଡ଼ିକୁ, ଯଦିଓ ସେମାନଙ୍କୁ ମଦ ସଂରକ୍ଷଣ ଏବଂ ଯୋଗାଣ ପାଇଁ ବିଭିନ୍ନ ବର୍ଗର ଲାଇସେନ୍ସ…
ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା । କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ ଅନୁମୋଦନ ଦିଆଯାଇଛି ।ପ୍ରସ୍ତାନ ଅନୁସାରେ, ପ୍ରତି ଉଚ୍ଚ ବିଦ୍ୟାଳୟ ସ୍ମାର୍ଟ ହେବ ଆଦର୍ଶ ବିଦ୍ୟାଳୟରେ । ପ୍ରତି ପଞ୍ଚାୟତରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ହେବ । ୬ହଜାର ୭୯୪ ପଞ୍ଚାୟତରେ ବିଦ୍ୟାଳୟ ପ୍ରତିଷ୍ଠା ହେବ । ଏନେଇ ୪ରୁ ୫ କୋଟି ଖର୍ଚ୍ଚ ହେବ । ୪ବର୍ଷ ମଧ୍ୟରେ କାମ ସରିବ । ଷୋଡଶ ଅର୍ଥ କମିଶନଙ୍କ ପାଖରେ ୧୨,୫୬,୧୪୮ କୋଟି ଦାବି କରିବା ନେଇ କ୍ୟାବିନେଟ୍ରେ ପ୍ରସ୍ତାବ ପାରିତ ହୋଇଛି । ଏହି ଅର୍ଥ ୨୦୨୬ରୁ ୨୦୩୧ ମଧ୍ୟରେ ଖର୍ଚ୍ଚ କରାଯିବ । ନୂତନ ଶୀତଳ ଭଣ୍ଡାର ପାଇଁ ପ୍ରୋତ୍ସାହନ ଯୋଗାଇ ଦେବେ ସରକାର। ଏଥିରେ ଅନୁସୂଚିତ ଜାତି ଜନଜାତି ବର୍ଗଙ୍କ ପାଇଁ ବିନିଯୋଗ ପୁଞ୍ଜିର ୬୦% ଛାଡ କରାଯିବ। ଏପରିକି…
ଦେଶର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ପତ୍ନୀ ନୀତା ଅମ୍ବାନୀଙ୍କ ଫ୍ୟାସନ୍କୁ ନେଇ ଅଧିକାଂଶ ସମୟରେ ଚର୍ଚ୍ଚା ହୋଇଥାଏ। ନିକଟରେ ନୀତା ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଶପଥ ସମାରୋହରେ ଅଂଶ ଗ୍ରହଣ କରିଥିଲେ। ଟ୍ରମ୍ପ୍ଙ୍କ ସହ ସ୍ୱତନ୍ତ୍ର ରାତ୍ରୀ ଭୋଜନରେ ଯୋଗ ଦେଇଥିବା ବେଳେ ନୀତା ପରିଧାନ କରିଥିବା ଶାଢ଼ି ଏବେ ସଭିଙ୍କ ଦୃଷ୍ଟି ଆକର୍ଷଣ କରିଛି।ଟ୍ରମ୍ପ୍ଙ୍କ ସହ ସ୍ୱତନ୍ତ୍ର ରାତ୍ରୀ ଭୋଜନରେ ଯୋଗ ଦେଇଥିବା ବେଳେ ନୀତା ପରିଧାନ କରିଥିବା ଶାଢ଼ି ଏବେ ସଭିଙ୍କ ଦୃଷ୍ଟି ଆକର୍ଷଣ କରିଛି। ପ୍ରସିଦ୍ଧ ଡିଜାଇନର ତରୁଣ ତାହିଲିଆନିଙ୍କ ଦ୍ୱାରା ଏକ ଉତ୍କୃଷ୍ଟ ଜାମେୱାର (କଶ୍ମୀର କପଡ଼ା) ଶାଢ଼ି ପିନ୍ଧିଥିବା ବେଳେ ତାଙ୍କର ପାରମ୍ପରିକ ଲୁକ୍ ସଭିଙ୍କୁ ବେଶ୍ ପସନ୍ଦ ଆସିଛି।ବ୍ଲାଉଜ୍ରେ ଲାଗିଛି ଏକ ହୀରା ପେଣ୍ଡେଣ୍ଟ୍। ସେ ନିଜର ଲୁକ୍କୁ ହୀରା ଓ ମୋତି ମାଳ ଦେଇ ପୂରା କରିଛନ୍ତି। ୧୯୦୦ ଘଣ୍ଟାରୁ ଅଧିକ ସମୟ ଧରି ତିଆରି ହୋଇଥିବା…
ଅଯୋଗ୍ୟ ରାସନ୍ କାର୍ଡ ହିତାଧିକାରୀଙ୍କୁ ଯୋଗାଣ ମନ୍ତ୍ରୀଙ୍କ ତାଗିଦ୍। ମନ୍ତ୍ରୀ କହିଲେ, ‘ଅଯୋଗ୍ୟ ହିତାଧିକାରୀଙ୍କୁ ଅପିଲ୍ କରୁଛି ସରେଣ୍ଡର କରିଯାଆନ୍ତୁ। ସରେଣ୍ଡର ନକଲେ ନିଆଯିବ କାର୍ଯ୍ୟାନୁଷ୍ଠାନ। କାର୍ଡ ସରେଣ୍ଡର କଲେ କୌଣସି କାର୍ଯ୍ୟାନୁଷ୍ଠାନ ହେବନାହିଁ। e-KYC ସରିବା ର୍ପୂବରୁ ସରେଣ୍ଡର କରନ୍ତୁ, ଡେଡଲାଇନ ନାହିଁ। କଟକରେ ଏଭଳି ୧୦ ହଜାର ୭ଶହ ପରିବାରର ସଦସ୍ୟ ବେଆଇନ ଭାବେ ରାସନ ପାଉଥିବା ବେଳେ ସେମାନେ ଏବେ ତାଲିକାରୁ ବାଦ୍ ପଡ଼ିବାକୁ ଯାଉଛନ୍ତି। ଯେଉଁ ସରକାରୀ କର୍ମଚାରୀ ରାସନ୍ ଉଠାଉଛନ୍ତି, ତାର ତାଲିକା ବ୍ଲକ୍ ଅନୁସାରେ ସବୁ ବିଡିଓ ଓ ବ୍ଲକ୍ ଯୋଗାଣ ଅଧିକାରୀଙ୍କୁ ପଠାଯାଇଛି।ତାଲିକାରେ ରାସନ୍କାର୍ଡଧାରୀଙ୍କ ନାମ, ସେମାନଙ୍କର କିଏ କେଉଁ ବିଭାଗରେ ଓ କେଉଁ ପଦବୀରେ ଚାକିରି କରୁଛନ୍ତି, ରାସନ୍କାର୍ଡଧାରୀଙ୍କ ସହ ସେମାନଙ୍କ ସଂପର୍କ ଅର୍ଥାତ୍ ପୁଅ, ଝିଅ, ସ୍ବାମୀ ନା ନିଜେ କାର୍ଡଧାରୀ ସେସବୁର ତଥ୍ୟ ସରକାରଙ୍କ ପକ୍ଷରୁ ପ୍ରତି ଜିଲ୍ଲା ଯୋଗାଣ ଅଧିକାରୀଙ୍କୁ ଦିଆଯିବା ପରେ ଏହାର ତାଲିକା…
୪ ଦିନ ହେଲା ସୌରଭଙ୍କ ଫୋନ୍ ସୁଇଚ ଅଫ୍ ଥିବାବେଳେ ତାଙ୍କ ସହ ଯୋଗାଯୋଗ ହୋଇପାରୁ ନ ଥିବା ମା’ କହିଛନ୍ତି ।ଭୋର ୩ଟା ୫୦ରେ ଷ୍ଟେଶନ୍ ଛାଡ଼ିଥିଲା ବ୍ରହ୍ମପୁରରୁ ବିଶାଖାପାଟନମ୍ ଯାଉଥିବା ଟ୍ରେନ୍ । ସୌରଭଙ୍କ ଫୋନର ଲାଷ୍ଟ ଲୋକେଶନ୍ ଇଚ୍ଛାପୁରମ୍ ଦେଖାଉଛି ।ବିଶାଖାପାଟଣା ରେଲଓ୍ୱେ ଷ୍ଟେସନ୍ ଏବଂ ଏୟାରପୋର୍ଟରେ ସୌରଭଙ୍କ ବିଷୟରେ ସନ୍ଧାନ କରିଥିଲେ । କିନ୍ତୁ ସେଠାରେ ସେ ଚେକ୍ଇନ୍ କରିନଥିବା ଜଣାପଡିଛି । ଶେଷରେ ପରିବାର ପକ୍ଷରୁ ଟାଉନ୍ ଥାନାରେ ଅଭିଯୋଗ କରାଯାଇଛି । ଏହାସହିତ କୋଚି ଆଇଏନ୍ଏସ୍ ଗରୁଡ଼ାର ଅଧିକାରୀଙ୍କ ସହ କଥା ହୋଇଥିଲେ ପରିବାର ଲୋକ । ସେଠାରୁ ବି ନିରାଶ ହୋଇଥିଲେ ପରିବାର ଲୋକ । ସୌରଭ ସେଠାରେ ଯୋଗ ଦେଇନଥିବା କହିଛନ୍ତି କହିଛନ୍ତି ଅଧିକାରୀ । ତେବେ ସୌରଭଙ୍କୁ ଅପହରଣ କରାଯାଇଛି ନ, ସେ କେଉଁଆଡେ ଚାଲିଯାଇଛନ୍ତି ତାହା ଏବେ ତଦନ୍ତ କରୁଛି ପୁଲିସ।
ଫେବୃଆରୀ ୯ରେ କଟକ ବାରବାଟିରେ ଖେଳାଯିବ ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ୍ ମ୍ୟାଚ୍ । ଏଥିପାଇଁ ପ୍ରଥମ ଟିକେଟ୍ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ପ୍ରଦାନ କରିଛି ଓଡିଶା କ୍ରିକେଟ୍ ଆସୋସିଏସନ୍ । କଟକ ବାରବାଟିରେ ହେବାକୁ ଥିବା ଏହି ମ୍ୟାଚ୍ କିଭଳି ଶୃଙ୍ଖଳିତ ଭାବେ ସୁରୁଖୁରୁରେ ଶେଷ ହେବ । ସେନେଇ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତିଓସିଏ ସଂପାଦକ ସଞ୍ଜୟ ବେହେରା । ଏହାସହ ମୁଖ୍ୟମନ୍ତ୍ରୀ ମୋହନ ମାଝି ଏହି ମ୍ୟାଚର ପ୍ରଥମ ଟିକେଟ କିଣିଛନ୍ତି।ସୂଚନାଯୋଗ୍ୟ ଯେ, ଆସନ୍ତା ଫେବୃଆରୀ ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ-ଇଂଲଣ୍ଡ ମଧ୍ୟରେ ଖେଳାଯିବ ଦିନିକିଆ ମ୍ୟାଚ୍ । ଏଥିପାଇଁ ଓସିଏ ପକ୍ଷରୁ ପ୍ରସ୍ତୁତି ଜୋରଦାର ଚାଲିଛି । ପ୍ରଥମେ ଷ୍ଟାଡିୟମର ଭିତ୍ତିଭୂମି ସଜଡ଼ା ଯାଇଥିବା ବେଳେ ଏବେ ବିଭିନ୍ନ କାମକୁ ନେଇ ତର୍ଜମା କରାଯାଉଛି । ତେବେ ଏଥର ବଦଳିପାରେ ବାରବାଟୀ ଦିନିକିଆ ପାଇଁ ଗ୍ୟାଲେରି ଟିକଟ୍ କାଉଣ୍ଟର ସ୍ଥାନ। ପୂର୍ବ କାଉଣ୍ଟର ସ୍ଥାନ…
ଓଡ଼ିଶା କ୍ୟାଡରର ବରିଷ୍ଠ ଆଇପିଏସ ଅଧିକାରୀ ଅମ୍ରିତ ମୋହନ ପ୍ରସାଦଙ୍କୁ ଛଅ ମାସ ପାଇଁ ବ୍ୟୁରୋ ଅଫ ସିଭିଲ ଆଭିଏସନ ସିକୁରିଟିର ଡ଼ିଜି (ଡିଜି, ବିସିଏଏସ୍)ର ଅତିରିକ୍ତ ଦାୟିତ୍ୱରେ ନିଯୁକ୍ତି ଦିଆଯାଇଛି।କେନ୍ଦ୍ର ସରକାରଙ୍କ କ୍ୟାବିନେଟ ନିଯୁକ୍ତି କମିଟି ୧୯୮୯ ବ୍ୟାଚର ଓଡିଶା କ୍ୟାଡ଼ରର ଏହି ଆଇପିଏସ ଅଫିସରଙ୍କ ଏହି ଅତିରିକ୍ତ ନିଯୁକ୍ତିକୁ ଅନୁମୋଦନ କରିଛନ୍ତି । ଅମୃତ ମୋହନ ପ୍ରସାଦ ସଶସ୍ତ୍ର ସୀମା ବଳର ଡ଼ିଜି ସହିତ ବ୍ୟୁରୋ ଅଫ ସିଭିଲ ଆଭିଏସନ ସିକୁରିଟିର ଡ଼ିଜି ଭାବେ ଏହି ଅତିରିକ୍ତ ଦାୟିତ୍ୱରେ ରହିବେ । ଗତ ନଭେମ୍ବର ୧ ତାରିଖରୁ ଏହି ଦାୟିତ୍ୱରେ ଅମୃତ ମୋହନ ପ୍ରସାଦ ଥିବା ବେଳେ ୬ ମାସ ପାଇଁ ଏହି ଦାୟିତ୍ୱ ଦିଆଯାଇଛି।ବ୍ୟୁରୋ ଅଫ ସିଭିଲ ଆଭିଏସନ ସିକୁରିଟିର ନିୟମିତ ଡ଼ିଜି ନିଯୁକ୍ତି କିମ୍ବା କେନ୍ଦ୍ର ସରକାରଙ୍କ ପରବର୍ତ୍ତୀ ନିର୍ଦ୍ଦେଶ ଆସିବା ପର୍ଯ୍ୟନ୍ତ ଅମୃତ ମୋହନ ପ୍ରସାଦ ବ୍ୟୁରୋ ଅଫ ସିଭିଲ ଆଭିଏସନ ସିକୁରିଟିର ଅତିରିକ୍ତ…
ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଉଦ୍ଧାର ହାତୀ ଛୁଆ ମୃତ । ଚଳିତ ମାସ ୬ ତାରିଖରେ କରଞ୍ଜିଆରୁ ଉଦ୍ଧାର ହୋଇ ଚିକିତ୍ସା ପାଇଁ ନନ୍ଦନକାନନ ଆସିଥିଲା। ଏହାର ବୟସ ପାଖାପାଖି ୬ ବର୍ଷ ହେବ | ଏନେଇ ନନ୍ଦନକାନନ ଉପନିର୍ଦ୍ଦେଶକ ସନଥ କୁମାର ନାରାୟଣ ସୂଚନା ଦେଇଛନ୍ତି । ଛୁଆ ହାତୀର ମୃତ୍ୟୁକୁ ନେଇ ନନ୍ଦନକାନନ କର୍ତ୍ତୃପକ୍ଷ ଦୁଃଖ ପ୍ରକାଶ କରିଛନ୍ତିାଅଳ୍ପ ଦିନ ଭିତରେ ଛୁଆ ହାତୀ ସମସ୍ତଙ୍କ ପ୍ରିୟ ହୋଇଯାଇଥିଲ।ହାତୀ ଶାଳର ଏକ ସ୍ଵତନ୍ତ୍ର କୋଠରୀରେ ନନ୍ଦନକାନନ ଓ ଓୟୁଏଟି ପ୍ରାଣୀ ଚିକିତ୍ସକଙ୍କ ତତ୍ବାବଧାନରେ ହାତୀ ଛୁଆଟିକୁ ରଖାଯାଇଥିଲା । ସେଠାରେ ତାର ଚିକିତ୍ସା କରାଯାଉଥିଲା ।









