ରାଗିଂ ଅଭିଯୋଗ ମାମଲାରେ ଛାତ୍ରଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡ । ଅନାଥାଶ୍ରମରେ ସପ୍ତାହେ ଯାଏଁ ସ୍ବେଚ୍ଛାସେବୀ ଭାବେ ପାଠ ପଢାଇବାକୁ ନିର୍ଦ୍ଦେଶ । ଏଭଳି ଐତିହାସିକ ରାୟ ଶୁଣାଇଛନ୍ତି ଓଡ଼ିଶା ହାଇକୋର୍ଟ ।ସୂଚନାମୁତାବକ ଭୁବନେଶ୍ୱରର ଏକ ଘରୋଇ ଆଇନ ଶିକ୍ଷାନୁଷ୍ଠାନରେ ସିନିୟରମାନେ ଜୁନିୟରଙ୍କୁ ରାଗିଂ କରିଥିବା ନେଇ ଗତ ବର୍ଷ ମାର୍ଚ୍ଚ ୧୫ ତାରିଖରେ ଅଭିଯୋଗ ହୋଇଥିଲା । ଏନେଇ ଭରତପୁର ଥାନାରେ ମାମଲା ରୁଜୁ ହୋଇଥିଲା । ଭୁବନେଶ୍ୱର ଜେଏମଏଫସି କୋର୍ଟରେ ମାମଲା ବିଚାରାଧୀନ ଥିବା ସମୟରେ ଶୁଭେଚ୍ଛୁ ଓ ଅଭିଭାବକଙ୍କ ହସ୍ତକ୍ଷେପ ପରେ ଉଭୟ ପକ୍ଷଙ୍କ ମଧ୍ୟରେ ବିବାଦ ସମାଧାନ ହୋଇଛି ବୋଲି ଦର୍ଶାଇ ମାମଲା ଖାରଜ କରିବାକୁ ସମ୍ପୃକ୍ତ ଛାତ୍ରମାନେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Author: sanitelevision
ବିଶ୍ଵରେ ମହାପ୍ରଭୁଙ୍କ କୋଟି କୋଟି ଭକ୍ତ ରହିଛନ୍ତି। ଶ୍ରୀମନ୍ଦିରକୁ ପ୍ରତ୍ୟେକ ଦିନ ବିଭିନ୍ନ ମାଧ୍ୟମରେ ଲକ୍ଷାଧିକ ଟଙ୍କା ଦାନ ଆକାରରେ ଆସୁଛି ହେଲେ ଶ୍ରୀକ୍ଷେତ୍ରରୁ ଦୂରରେ ବିଭିନ୍ନ ଜିଲାରେ ରହୁଥିବା ଶ୍ରଦ୍ଧାଳୁଙ୍କ ପାଇଁ ସହଜ ଏବଂ ସରଳରେ ଦାନ ଦେବାର କୌଣସି ବ୍ୟବସ୍ଥା ନାହିଁ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କେବଳ ସଞ୍ଚାର ମାଧ୍ୟମରେ ଦାନ ଦେବାର ବ୍ୟବସ୍ଥା ରହିଛି। ଏହି ପଦ୍ଧତି ଜଟିଳ ହେବା ସହ ଏହା ମାଧ୍ୟମରେ ବର୍ତ୍ତମାନ ସାଇବର ଅପରାଧ ବଢ଼ିବାରେ ଲାଗିଛି। ଅପରପକ୍ଷରେ ପୂର୍ବରୁ ଷ୍ଟେଟ୍ବ୍ୟାଙ୍କ ଏଟିଏମ୍ ମାଧ୍ୟମରେ ଶ୍ରୀମନ୍ଦିରକୁ ଦାନ ଦେବା ପାଇଁ ବ୍ୟବସ୍ଥା ରହିଥିଲା। ୨୦୧୫ରେ ଏହି ବ୍ୟବସ୍ଥାକୁ ବନ୍ଦ କରିଦିଆଯିବା ପରେ ସାଧାରଣ ଲୋକେ ମହାପ୍ରଭୁଙ୍କୁ ଦାନ ଦେବା ପାଇଁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି।ଶ୍ରୀମନ୍ଦିରରେ ଦାନ ଦେବା ପାଇଁ ହୁଣ୍ଡି, ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଏବଂ ସଞ୍ଚାର ମାଧ୍ଯମରେ ବ୍ୟବସ୍ଥା ରହିଛି।୨୦୧୫ରେ ଷ୍ଟେଟବ୍ୟାଙ୍କ ଏଟିଏମ ମାଧ୍ୟମରେ ଟଙ୍କା ପଠାଇବା ବ୍ୟବସ୍ଥା ହଠାତ୍ ବନ୍ଦ…
ଅଯୋଧ୍ୟା ରାମ ମନ୍ଦିରକୁ ପୁରିଲା ବର୍ଷେ । ଅଯୋଧ୍ୟା ସହ ସାରା ଭାରତରେ ଆଜି ରାମଲାଲା ପ୍ରାଣ ପ୍ରତିଷ୍ଠା ବାର୍ଷିକ ଉତ୍ସବ ପାଳନ କରାଯାଉଛି । ଗତ ବର୍ଷ ଜାନୁଆରୀ ୨୨ ତାରିଖରେ ଭବ୍ୟ ଆୟୋଜନରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଥିଲା। ତେବେ ତିଥି ଅନୁଯାୟୀ ପ୍ରାଣ ପ୍ରତିଷ୍ଠାକୁ ଆଜି ଗୋଟିଏ ବର୍ଷ ପୂରଣ ହେଉଛି। ଏହି ଅବସରରେ ମନ୍ଦିର ପ୍ରଶାସନ ପକ୍ଷରୁ ରାମଲାଲାଙ୍କ ସ୍ବତନ୍ତ୍ର ପୂଜାବିଧି ପାଇଁ ଭବ୍ୟ ଆୟୋଜନ କରାଯାଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ । ସେପଟେ ସୁରକ୍ଷା ବ୍ୟବସ୍ତା ମଧ୍ୟ କଡାକଡି କରାଯାଇଛି । ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି । ଅପରାହ୍ନ ୨ଟାରେ ରାମକଥା ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି । ଏହାପରେ ରାମଚରିତମାନସ ଏବଂ ପ୍ରବଚନ ମଧ୍ୟ କରାଯିବ ।
ମକରସଂକ୍ରାନ୍ତି ସହ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଆସନ୍ତା ୧୨ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ୪ଦିନ ଧରି ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି । ଆସନ୍ତା ୧୬ ତାରିଖାରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ ।ଏନେଇ ଶୁକ୍ରବାର ସୂଚନା ଦେଇଛି ଶ୍ରୀମନ୍ଦିର କାର୍ଯ୍ୟାଳୟ । ଏଏସ୍ଆଇର ଜଣେ ଅଧିକାରୀଙ୍କ ସୂଚନା ମୁତାବକ, ଭିତର ଓ ବାହାର ରତ୍ନଭଣ୍ଡାର (ଉଭୟର ଭିତର ପାଶ୍ୱର୍) ପୂର୍ବ, ପଶ୍ଚିମ, ଉତ୍ତର, ଦକ୍ଷିଣ ଓ ଉପର ଆଡୁ ଚୁନ ଛଡ଼ା କାମ ସରିଛି । ଏବେ ଭିତର ରତ୍ନଭଣ୍ଡାର ଭିତର ପାଶ୍ୱର୍ରେ ଖରାପ ହୋଇଯାଇଥିବା ପଥରଗୁଡ଼ିକ କାଢ଼ି ନୂଆ ପଥର ଲଗାଯାଉଛି । ପଥର-ପଥର ଭିତରେ ଥିବା ଜଏଣ୍ଟ ସିଲିଂ (ଯୋଡ଼େଇ ପ୍ଲାଷ୍ଟର)କୁ ପରିଷ୍କାର କରାଯାଇ ନୂଆ ଜଏଣ୍ଟ ସିଲିଂ କରାଯାଉଛି । ଏହି ଦୁଇ କାମ ସରିବା…
ଭୁବନେଶ୍ବର ଘାଟିକିଆ ମୌଜା ଅନ୍ତର୍ଗତ ଖଣ୍ଡଗିରିବାରିସ୍ଥିତ ବୈକୁଣ୍ଠଧାମ ଆଶ୍ରମ ପାଇଁ ବଢିଛି ଅଡ଼ୁଆ । ସରକାରୀ ଅନୁମତି ପତ୍ର ନକଲି ଥିବା ଦର୍ଶାଇ ରାଜ୍ୟସରକାରଙ୍କ ପକ୍ଷରୁ କୋର୍ଟରେ ସତ୍ୟପାଠ ଦାଖଲ କରାଯାଇଛି। ଏହା ଉପରେ ଫେବୃୟାରୀ ୩ ତାରିଖରେ କୋର୍ଟରେ ଜବାବ୍ ଦାଖଲ କରିବେ ଆଶ୍ରମ କର୍ତ୍ତୃପକ୍ଷ। ମାମଲାର ପରବର୍ତ୍ତି ଶୁଣାଣି ଆସନ୍ତା ଫେବୃୟାରୀ ୩ ତାରିଖକୁ ଧାର୍ୟ୍ୟ କରିଛନ୍ତି ଉଚ୍ଚ ଅଦାଲତ।
ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମକର ସଂକ୍ରାନ୍ତି ଅବସରରେ ଆଠଗଡ ସ୍ଥିତ ପ୍ରଭୁ ସିଂହନାଥ ପୀଠରେ ମକର ମେଳା ଚାଲିବ । ଆସନ୍ତା ଜାନୁଆରୀ ୧୪ ତାରିଖରୁ ୧୬ ପର୍ଯ୍ୟନ୍ତ ମକର ଉତ୍ସବର ଭବ୍ୟ ଆୟୋଜନ କରାଯାଉଛି । ଏହି ମେଳାରେ କଟକ ସମେତ ଏହାର ଆଖପାଖ ଜିଲ୍ଲାମାନଙ୍କରୁ ପୂଜା ଅର୍ଚ୍ଚନା ନିମନ୍ତେ ଦୁଇ ଲକ୍ଷରୁ ଊର୍ଦ୍ଧ୍ଵ ଶ୍ରଦ୍ଧାଳୁ ଓ ଭକ୍ତମାନଙ୍କର ଜନସମାଗମ ହେବାର ଅଛି ।ଏହାକୁ ଦୃଷ୍ଟିରେ ରଖି ସିଂହନାଥ ପୀଠକୁ ସଂଯୋଗ କରୁଥିବା ବୈଦେଶ୍ଵର-ବଡ଼ମ୍ବା, ଟି-ସେତୁ ଉପରେ ସେମାନଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦେବା ସହ ଯେପରି କୈଣସି ଅଘଟଣ ନ ଘଟେ ସେଥିପ୍ରତି ଜିଲା ଓ ପୁଲିସ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଉଅଛି।ନୟାଗଡ ପଟୁ ବଡମ୍ବା ଆସୁଥିବା ସମସ୍ତ ଯାନବାହନ ଗୁଡିକୁ ସିଦ୍ଧମୂଳା ସେତୁ ଦେଇ ବଡମ୍ବା ଅଭିମୁଖେ ଗତି କରିବ ।
ଖୋଲୁଛି ଠକେଇ ରାଣୀ ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତିଙ୍କ ମୁଖା। ପ୍ରତିଦିନ ମିଳୁଛି ପୂଳା ପୂଳା ଫ୍ଲାଟ୍। ଯେଉଁ ଇମ୍ପୋର୍ଟେଡ୍ କମ୍ପାନୀ ଖୋଜିବ, ସେ ବ୍ରାଣ୍ଡର ଦାମୀ କାର ମିଳୁଛି। ତା’ସଙ୍ଗକୁ ହାଇପ୍ରୋଫାଇଲ ଲାଇଫ୍ ଷ୍ଟାଇଲ୍। ୫୦ ଲକ୍ଷ ଉଡ଼ାଇ ବାର୍ଥ ଡେ’ ସେଲିବ୍ରେସନ କରିଥିବାର ଭିଡିଓ ଏବେ ଭାଇରାଲ ହେଉଛି। ବର୍ତ୍ତମାନ ସୁଦ୍ଧା ଉଭୟଙ୍କ ସମ୍ପତ୍ତି ୧୦୦ କୋଟି ଅତିକ୍ରମ କଲାଣି। ଯେଉଁଥିରେ ରହିଛି ଦାମୀ ପ୍ଲଟ୍, ନାମୀଦାମୀ କାର୍।ହାଇପ୍ରୋଫାଇଲ୍ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ଉପରେ ଆୟକର ବିଭାଗ ଚଢ଼ାଉ କରିବା ସହ ପାଇଛି ୫୮ କୋଟି ଟଙ୍କାର ବେନାମୀ ସମ୍ପତ୍ତି, ଯେଉଁଥିରେ ୧୭ କୋଟି ଟଙ୍କାର ବେନାମୀ ସମ୍ପତ୍ତି ବିଲଡରଙ୍କ ପାଖରେ ରହିଛି। ଯାହାଙ୍କୁ ଆୟକର ବିଭାଗ ନୋଟିସ କରିସାରିଛି। ଏଣେ ଠକ୍ ଯୋଡି ସହ ଜଡ଼ିତ ନେତାଙ୍କୁ ଖୁବଶୀଘ୍ର ନୋଟିସ କରିବ ଆୟକର ବିଭାଗ।ସୂଚନାଯୋଗ୍ୟ, ଗୁରୁବାର ସକାଳେ ଦିନିକିଆ ରିମାଣ୍ଡ୍ରେ ହାଇପ୍ରୋଫାଇଲ୍ ଠକ…
ପ୍ରବାସୀ ଭାରତୀୟ ଦିବସରେ ସାମିଲ ହେଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଗ୍ୟାଲେରୀରେ ଥିବା ବିଭିନ୍ନ ଷ୍ଟଲ୍ ବୁଲି ଦେଖିଛନ୍ତି ରାଷ୍ଟ୍ରପତି । ପ୍ରଥମଥର ପାଇଁ ଓଡ଼ିଶାରେ ଏଭଳି ଭବ୍ୟ ଆୟୋଜନ ଦେଖି ବେଶ ଖୁସି ହୋଇଛନ୍ତି ।ପ୍ରଦର୍ଶନୀ କକ୍ଷରେ ପ୍ରାଚୀନ ଓଡ଼ିଶା ଇତିହାସ ଠାରୁ ଆରମ୍ଭ କରି ଆଧୁନିକ ଓଡ଼ିଶା ଇତିହାସ, ପାଇକ ବିଦ୍ରୋହ ଠାରୁ ନେଇ ଓଡ଼ିଶାକୁ ସ୍ୱତନ୍ତ୍ର ପ୍ରଦେଶର ମାନ୍ୟତା ମିଳିବାର ଗୌରବମୟ ଯାତ୍ରାକୁ ଖୁବ୍ ସୁନ୍ଦର ଭାବେ ପ୍ରଦର୍ଶିତ କରାଯାଇଛି । ଓଡ଼ିଶାର କଳା, ଭାସ୍କର୍ଯ୍ୟ, ସାହିତ୍ୟ ଓ ସଂସ୍କୃତିର ଝଲକ ପ୍ରଦର୍ଶନୀ କକ୍ଷରେ ଦେଖିବାକୁ ମିଳୁଛି ।ଷ୍ଟଲ ବୁଲିବା ପରେ ଜନତା ମଇଦାନରେ ମଧ୍ୟାହ୍ନ ଭୋଜନ କରିଛନ୍ତି । ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୨୭ ବିଶିଷ୍ଟ ବ୍ୟକ୍ତିଙ୍କୁ ମିଳିଛି ପ୍ରବାସୀ ଭାରତୀୟ ସମ୍ମାନ। ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆମେରିକାର ୩, ରୁଷର ୨ ସମେତ ଅଷ୍ଟ୍ରେଲିଆ, ଜାପାନ,…
ଭିଜିଲାନ୍ସ ଜାଲରେ ଏଆରଆଇ । ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଖୋର୍ଦ୍ଧା ଜିଲ୍ଲା ସୋରଣ ରାଜସ୍ୱ ସର୍କଲର ଏଆରଆଇ କୈଳାସ ଚନ୍ଦ୍ର ବେହେରାଙ୍କୁ ଧରିଲା ଭିଜିଲାନ୍ସ। ଭୂମିହୀନ ଗରିବ ଲୋକଙ୍କୁ ଜାଗା ପ୍ରଦାନ ପାଇଁ ଲାଞ୍ଚ ନେଉଥିଲେ କୈଳାସ ।ତାଙ୍କ ନିକଟରୁ ୨୦ ହଜାର ଲାଞ୍ଚ ଟଙ୍କା ଜବତ କରାଯାଇଛି । ଲାଞ୍ଚ ଧରାପଡ଼ିବା ପରେ ତାଙ୍କର ଦୁଇଟି ସ୍ଥାନରେ ରେଡ୍ ଚାଲିଛି । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ରେଡ୍ ହେଉଛି । ତାଙ୍କ ନାଁରେ ମାମଲା ରୁଜୁ କରିଛି ଭିଜିଲାନ୍ସ ।ପୂର୍ବରୁ ୨୦୧୬ରେ ଗିରଫ ହୋଇଥିଲେ କୈଳାସ ଚନ୍ଦ୍ର ବେହେରା । ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଗିରଫ ହୋଇଥିଲେ ।
ସାଧାରଣ ଲୋକ ଆସି ବୁଲିପାରିବେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ । ବିଭିନ୍ନ ଗ୍ୟାଲେରୀର ଷ୍ଟଲ ବୁଲି ଦେଖି ପାରିବେ ସାଧାରଣ ଲୋକ । ଶୁକ୍ରବାର ସନ୍ଧ୍ୟା ଠାରୁ ୧୨ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ବୁଲି ଦେଖିପାରିବେ ସାଧାରଣ ଲୋକ । ଏ ନେଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ।ତାଙ୍କ ଘୋଷଣା ମୁତାବକ ଆଜି ସନ୍ଧ୍ୟାରୁ ସାଧାରଣ ଲୋକେ ଜନତା ମଇଦାନରେ ଚାଲିଥିବା ପ୍ରବାସୀ ଭାରତୀୟ ପ୍ରଦର୍ଶନୀ ବୁଲିବା ସହ ବିଭିନ୍ନ ଗ୍ୟାଲେରୀର ଷ୍ଟଲ ଦେଖିପାରିବେ । ୧୨ ତାରିଖ ପର୍ଯ୍ୟନ୍ତ ଜନତା ମଇଦାନ ଆସି ଏଭଳି କାର୍ଯ୍ୟକ୍ରମ ଦେଖିପାରିବେ ବୋଲି ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି । ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମ ପ୍ରଦର୍ଶନୀକୁ ୨ ରୁ ୩ ଦିନ ଯାଏଁ ବଢାଇବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଥିଲେ। ସାଧାରଣ ଲୋକ ବିଶେଷ କରି ଯୁବ ବର୍ଗଙ୍କୁ ଦୃଷ୍ଟିରେ ରଖି କେନ୍ଦ୍ରମନ୍ତ୍ରୀ ଏହି…









