Author: sanitelevision

ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସ ଓ ଅନ୍ୟ ପିଆରଆଇ ମେମ୍ବରଙ୍କୁ ତୁରନ୍ତ ଛାଡ଼ । ଏନେଇ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଛତିଶଗଡ଼ର ମହାସମୁଦ ଜିଲ୍ଲାର ସରେଇପାଲି ଥାନାରେ କିର୍ମିରା ବ୍ଲକର ସରପଞ୍ଚ ଓ ସମିତି ସଭ୍ୟମାନଙ୍କୁ ଅଟକ ରଖାଯାଇଛି । ସେମାନ ଅଟକ ଥିବା କାରଣରୁ ଅନାସ୍ଥା ଭୋଟ୍ ବାଧାପ୍ରାପ୍ତ ହୋଇଛି । କିର୍ମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଥିଲା ଅନାସ୍ଥା ଭୋଟିଂ ।ସୂଚନାଯୋଗ୍ୟ ଯେ, ଝାରସୁଗୁଡ଼ା ଜିଲ୍ଲା କିର୍ମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ୍ ପୂର୍ବରୁ ଛାତିଶଗଡ଼ ସରେଇପାଲି ଥାନାରେ ଅଟକ ହେଲେ ପିଆରଆଇ ମେମ୍ବର l ଗୁରୁବାର ରାତି ୧୧ଟାରୁ ୧୨ ଜଣ ପିଆରଆଇ ମେମ୍ବର ଅଟକ ଥିବାବେଳେ ସେମାନଙ୍କ ଠାରୁ ସୂଚନା ପାଇ ଝାରସୁଗୁଡା ପୂର୍ବତନ ବିଧାୟିକା ଦୀପାଳି ଦାସଙ୍କ ଭାଇ ବିଶାଳ ଦାସ ପିଆରଆଇ ମେମ୍ବର ମାନଙ୍କୁ…

Read More

ମଣ୍ଡିରେ ଧାନ ସଂଗ୍ରହ ଠିକ ଠାକ୍ ଚାଲିଛି । କିଛି ସ୍ଥାନରେ ଅସୁବିଧା ସାମନାକୁ ଆସିଛି । ଯେକୌଣସି ଧାନ ଆଣିଲେ ୩୧୦୦ ଟଙ୍କା ଦେବେ ବୋଲି ଚାଷୀଙ୍କୁ ବିଭ୍ରାନ୍ତି କରାଯାଉଛି । FAQ ମାନର ଧାନ ଆଣିବାକୁ ପଡିବ ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ବର୍ଷାରେ ଧାନ ରଙ୍ଗ ପରିବର୍ତ୍ତନ ହେଲେ ବି ଆମେ ନେଇଯିବୁ । କିନ୍ତୁ ବେଶୀ ଖରାପ ହୋଇଥିଲେ ନେଇ ହେବନି । କ୍ଷତି ହୋଇଥିବା ଧାନର କ୍ଷତିପୂରଣ ଦିଆଯାଉଛି । ୧୨ ଘଣ୍ଟା ଭିତରେ ଚାଷୀଙ୍କ ପାଖକୁ ଟଙ୍କା ଯାଉଛି । ୨୩ ଲକ୍ଷ ମେଟ୍ରିକ ଟନ୍‌ ଧାନ ପାଇଁ ଟଙ୍କା ଦିଆ ସରିଲାଣି । ସେହିପରି ପଶ୍ଚିମବଙ୍ଗ ଓ ଓଡ଼ିଶା ଭିତରେ କିଛି ଟକରାଟକରି ନାହିଁ। ଆଳୁ ଯୋଗାଣ ନେଇ ସେମାନଙ୍କ ସହ ଫାଇଟ୍ କରିବାକୁ ଚାହୁଁନୁ । ପଶ୍ଚିମବଙ୍ଗ ସରକାର ତାଙ୍କ ପଲିସି ଅନୁସାରେ…

Read More

ଆସନ୍ତା ଫେବୃଆରୀରେ ଦୁଇ ଦିନ ବନଦ ରହିବ ବ୍ୟାଙ୍କ । ଫେବୃଆରୀ ୨୪ ଓ ୨୫ ତାରିଖରେ ଦେଶବ୍ୟାପୀ ବ୍ୟାଙ୍କ ବନ୍ଦ ରହିବ । ସର୍ବ ଭାରତୀୟ ଅଫିସର ମହାସଂଘ (ଏଆଇବିଓସି) ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଛି । ବିଭିନ୍ନ ଦାବି ନେଇ ଏହି ଆନ୍ଦୋଳନ କରାଯିବ ।ନିକଟରେ ଆର୍ଥିକ ସେବା ବିଭାଗ ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶନାମାକୁ ମହାସଂଘ ସମାଲୋଚନା କରିଛି । ଏହି ନିର୍ଦ୍ଦେଶନାମା କର୍ମଚାରୀମାନଙ୍କ ନିଯୁକ୍ତି ସୁରକ୍ଷା ସହ ସାଲିସ କରୁଛି ଏବଂ ସେମାନଙ୍କ ମଧ୍ୟରେ ବିଭାଜନ ସୃଷ୍ଟି କରୁଛି । କାର୍ୟ୍ୟଦକ୍ଷତା ସମୀକ୍ଷା ଏବଂ ପ୍ରଦର୍ଶନ ସଂଯୋଜିତ ପ୍ରୋତ୍ସାହନ (ପିଏଲଆଇ) ସଂକ୍ରାନ୍ତ ମାର୍ଗଦର୍ଶନକୁ ତୁରନ୍ତ ପ୍ରତ୍ୟାହାର ପାଇଁ କୁହାଯାଇଛି ।ଚଳିତମାସରେ ଧର୍ମଘଟ ନୋଟିସ୍ ଦିଆଯିବା ପରେ ଆଗକୁ ଅଧିକ ଆନ୍ଦୋଳନାତ୍ମକ କାର୍ଯ୍ୟକ୍ରମ ଆରମ୍ଭ ହେବ ବୋଲି ମହାସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି ।

Read More

ମହାନଦୀ ବନ୍ୟପ୍ରାଣୀ ବନାଞ୍ଚଳ ବୌଦ୍ଧ ଜିଲ୍ଲା ସାତକୋଶିଆ ଗଣ୍ଡରେ କୁସଙ୍ଗ ରେଞ୍ଜ ପକ୍ଷରୁ ରେଞ୍ଜ ଅଧିକାରୀ ସଂସାର ବର୍ଗିଆଙ୍କ ନେତୃତ୍ୱରେ ଚଳିତ ବର୍ଷର କୁମ୍ଭୀର ଗଣନା କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିବା ବେଳେ କୁମ୍ଭୀର ଗଣନା ସରିଥିବା ରେଞ୍ଜ ଅଧିକାରୀ ସୂଚନା ଦେଇଛନ୍ତି । ତିନି ଦିନ ଧରି ଚାଲିଥିବା କୁମ୍ଭୀର ଗଣନା ଶେଷ ହୋଇଛ । ସମୁଦାୟ ୧୯ଟି କୁମ୍ଭୀର ଗଣନା ହୋଇଥିବା ସୂଚନା ମିଳିଛି । ୧୧ଟି ଘଡିଆଳ ଓ ୮ଟି ମଗର ପ୍ରଜାତିର କୁମ୍ଭୀର ଥିବା ସୂଚନା ମିଳିଛି । ୩ଟି ବଡ଼ ଘଡିଆଳ ଓ ୮ଟି ଛୁଆ ଘଡ଼ିଆଳ ରହିଛନ୍ତି । ୫ ଟି ବଡ ମଗର ଓ ୩ ଟି ଛୁଆ ମଗର ରହିଛନ୍ତି ।ଚଳିତ ବର୍ଷ ରେଞ୍ଜ ଅନ୍ତର୍ଗତ ମାରଡ଼ା ଠାରୁ ଶୀତଲପାଣି, ଶୀତଲପାଣି ଠାରୁ ହରଭଙ୍ଗା ଏବଂ ହରଭଙ୍ଗା ଠାରୁ ଅଏଡା ପର୍ଯ୍ୟନ୍ତ ତିନି ଭାଗରେ ତିନୋଟି ଟିମ୍‌କୁ ଭାଗ କରାଯାଇ ମାଛମରା…

Read More

ପୁରୀ ବେଳାଭୂମିରେ ଗୁରୁବାର ମହୋଦଧି ଆଳତିର ବାର୍ଷିକ ଉତ୍ସବ ପାଳନ କରାଯାଇଛି। ଏହି ଅବସରରେ ପୁରୀ ଜଗତଗୁରୁ ଗୁରୁ ଶଙ୍କରାଚାର୍ଯ୍ୟ ସ୍ଵାମୀ ନିଶ୍ଚଳାନନ୍ଦ ସରସ୍ବତୀ କହିଛନ୍ତି, ଭାରତକୁ ହିନ୍ଦୁ ରାଷ୍ଟ୍ର ରାଷ୍ଟ୍ର ଘୋଷଣା କରାଯାଉ। ଏହାଦ୍ବାରା ଅନ୍ୟ ୨୩ ଦେଶ ହିନ୍ଦୁ ରାଷ୍ଟ୍ର ଘୋଷଣା ହୋଇପାରିବେ ।ଶଙ୍କରାଚାର୍ଯ୍ୟ କହିଛନ୍ତି ଯେ ଆମେ କେବଳ ଖାଇବା ପାଇଁ ନ ବଞ୍ଚି, ୨୪ ଘଣ୍ଟାରେ ଅତିକମ୍‌ରେ ୧୫ରୁ ୨୦ ମିନିଟ୍‌ ପର୍ଯ୍ୟନ୍ତ ପାଞ୍ଚ ଥର ମହାପ୍ରଭୁଙ୍କ ଭଜନ, କୀର୍ତ୍ତନ କରିବା ଜରୁରୀ। ଆମଠାରେ ସଚ୍ଚିଦାନନ୍ଦ ସ୍ବରୂପ ସର୍ବେଶ୍ବରଙ୍କ ବଳ ଥିଲେ, ଆମ ଜୀବନରେ ଅଦ୍ଭୂତ ଶକ୍ତି ଓ ପ୍ରାଣଶକ୍ତିର ଉଦ୍ରେକ ହେବ। ଶଙ୍କରାଚାର୍ଯ୍ୟ କହିଛନ୍ତି, ଭାରତ ବିଶ୍ବର ହୃଦୟ। ରାଜନୀତିର ପରିଭାଷା ବେଦ ଆଦି ଶାସ୍ତ୍ର ଅନୁସାରେ ନିର୍ଦ୍ଧାରିତ ଓ କ୍ରିୟାନ୍ବିତ ହେବା ଜରୁରୀ। ତା’ହେଲେ ଭାରତର ଉପଯୋଗ ଓ ବିନିଯୋଗ ବିଶ୍ବର ହିତରେ ଲାଗି ପାରିବ। ସୁସଂସ୍କୃତି, ସୁଶିକ୍ଷିତ, ସୁରକ୍ଷିତ ସଂପନ୍ନ ସେବା…

Read More

ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ଏସପିଙ୍କ ନିକଟରେ ୧୩ ଜଣ ହାର୍ଡକୋର ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଦୀର୍ଘ ବର୍ଷ ହେବ ମାଓ ସଙ୍ଗଠନର ଅନେକ ହିଂସାକାଣ୍ଡରେ ସାମିଲ ଥିଲେ। ମାଓ ଆଦର୍ଶରୁ ମାଓବାଦୀ ବିଚ୍ୟୁତ ହେବାରୁ ଆତ୍ମସମର୍ପଣ କରିଥିବା କହିଛନ୍ତି। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ୨ ଜଣ ମହିଳା ମଧ୍ୟ ଅଛନ୍ତି।ଟପ ମାଓ ନେତା CCM ଉଦୟର ଅଙ୍ଗରକ୍ଷୀ ମୁନ୍ନା ଏବଂ ସୁଖରାମ ନାଁରେ ୫ ଲକ୍ଷ ଟଙ୍କା ପୁରସ୍କାର ଥିଲା । ଆତ୍ମସମର୍ପଣ ପରେ ସେମାନଙ୍କୁ ମୁଖ୍ୟସ୍ରୋତରେ ସାମିଲ ପାଇଁ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦିଆଯିବ। ପ୍ରୋତ୍ସାହନ ରାଶି ହିସାବରେ ସମସ୍ତଙ୍କୁ ୨୫ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ଦିଆଯାଇଛି । ସେହିପରି ଏସଟିଏଫ୍, ଡିଆରଜି, ବସ୍ତର ଫାଇଟର ଏବଂ ସିଆରପିଏଫ୍ ମିଳିତ ଉଦ୍ୟମ ଯୋଗୁଁ ଏହି ସଫଳତା ମିଳିଥିବା ସୂଚନା ଦେଇଛନ୍ତି ବିଜାପୁର ଏସପି ଜିତେନ୍ଦ୍ର ଯାଦବ।

Read More

ବିବାହ ବିଚ୍ଛେଦ ମାମଲାରେ ହାଇକୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି। କୋର୍ଟ କହିଛନ୍ତି, ମାମଲା ବିଚାରାଧୀନ ଥିବାବେଳେ ଜଣେ ଏକପାଖିଆ ସମ୍ମତି ପ୍ରତ୍ୟାହାର କରିପାରିବେ। ରାୟ ପୂର୍ବରୁ ଦମ୍ପତିଙ୍କ ମଧ୍ୟରୁ ଜଣେ ଏକପାଖିଆ ସମ୍ମତି ପ୍ରତ୍ୟାହାର କରିପାରିବେ।ହିନ୍ଦୁ ବିବାହ ଅଧିନିୟମ, ୧୯୫୫ର ଧାରା ୧୩(ଖ)ରେ ସମ୍ମତିକ୍ରମେ ସ୍ବାମୀ-ସ୍ତ୍ରୀ ବିବାହ ବିଚ୍ଛେଦ ପାଇଁ ଆବେଦନ କରିବାର ବ୍ୟବସ୍ଥା ରହିଛି। ଯଦି ଏଭଳି ମାମଲା ବିଚାରାଧୀନ ଥିବା ବେଳେ ଦୁଇଜଣଙ୍କ ମଧ୍ୟରୁ ଜଣେ ସମ୍ମତି ପ୍ରତ୍ୟାହାର କରନ୍ତି, ତେବେ ବିବାହ ବିଚ୍ଛେଦ ଆଦେଶ ପ୍ରଦାନ କରାଯାଇ ପାରିବ ନାହିଁ। ଧାରା ୧୩(ଖ)ରେ ମଞ୍ଜୁର କରାଯାଉଥିବା ବିବାହ ବିଚ୍ଛେଦ ଆଦେଶର ମୂଳ ତତ୍ତ୍ବ ହେଉଛି ସମ୍ମତି। ତେଣୁ ଦମ୍ପତିଙ୍କ ମଧ୍ୟରୁ ଜଣଙ୍କ ସମ୍ମତି ନ ରହିଲେ ଧାରା ୧୩(ଖ) ଅନୁସାରେ ବିବାହ ବିଚ୍ଛେଦ ଆଦେଶ ଦିଆଯାଇ ପାରିବ ନାହିଁ। ଏପରିକି ମାମଲାରେ ଯୁକ୍ତି ଉପସ୍ଥାପନ ‌ସଂପୂର୍ଣ୍ଣ ପରେ ବି ଦମ୍ପତିଙ୍କ ମଧ୍ୟରୁ ଜଣେ…

Read More

ନକଲି ଜିନିଷର ହବ୍ ପାଲଟିଛି କଟକ। ଏହି ସହର ପାଲଟିଛି ନକଲି ସାମଗ୍ରୀର ଆସର। ନାମୀ ଦାମୀ ଷ୍ଟିକର ଲଗେଇ ବିକୁଛନ୍ତି ନକଲି ଜିନିଷ। ଜଗତପୁର ଇମାନଗର ଖଇରା ପୋଲ ନିକଟରୁ ଠାବ ହେଲା ଅସଲି ବ୍ରାଣ୍ଡ ନାଁରେ ନକଲି ଟାୟାର ଗୋଦାମ। ନାମୀଦାମୀ କମ୍ପାନୀ ନାମରେ ନକଲି ସାଇକେଲ ଓ ବାଇକ୍ ଟାୟାର ଦୀର୍ଘଦିନ ହେବ ବିକ୍ରି ହେଉଥିଲା।ସୂଚନା ଅନୁସାରେ ଏହି ଗୋଦାମରୁ ଟାୟାର ଏବଂ ଟ୍ୟୁବ୍‌ଗୁଡିକୁ ବିଭିନ୍ନ ଜିଲ୍ଲାର ଗ୍ରାମାଞ୍ଚଳକୁ ପଠାଯାଉଥିବା ନେଇ କଟକ ଆଞ୍ଚଳିକ କାର୍ଯ୍ୟାଳୟର ମୁଖ୍ୟ ପରିଚାଳକ ଆଦିତ୍ୟ କୁମାର ଦାସ କଟକ ଡିସିପିଙ୍କ ନିକଟରେ ଅଭିଯୋଗ କରିଥିଲେ। ଡିସିପି ଜଗମୋହନ ମୀନାଙ୍କ ନିର୍ଦ୍ଦେଶକ୍ରମେ ଜଗତପୁର ଥାନା ଅଧିକାରୀ ଅନିରୁଦ୍ଧ ନାୟକ ଏବଂ ତାଙ୍କ ଟିମ୍ ଉକ୍ତ ଗୋଦାମରେ ଗୁରୁବାର ଚଢ଼ଉ କରିଥିଲେ। ଯାଞ୍ଚ ବେଳେ ଏହି ଗୋଦାମ ଦୀର୍ଘ ୬ମାସ ଧରି ଜଗତପୁର ଅଞ୍ଚଳରେ ଚାଲୁଥିବା ଏବଂ ଅସଲି ଟାୟାର, ଟ୍ୟୁବ୍‌ଠାରୁ କମ୍ ଦରରେ…

Read More

କୁହୁଡ଼ି ଚାଦର ତଳେ ସାରା ଓଡ଼ିଶା । ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖାଯାଇଛି । ରାଜଧାନୀ ଭୁବନେଶ୍ବର ଓ କଟକରେ ସକାଳୁ ସକାଳୁ ଘନ କୁହୁଡ଼ି ଦେଖିବାକୁ ମିଳିଛି । କୁହୁଡ଼ି ଯୋଗୁ ଟ୍ବିନ ସିଟିରେ ଦୃଶ୍ୟମାନ ଦୂରତା କମିଯାଇଛି । ଫଳରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି । ପାଣିପାଗ ବିଭାଗ ଆକଳନ କରୁଛି, ଶନିବାର ଯାଏ ରାତି ତାପମାତ୍ରା ଅପରିବର୍ତ୍ତିତ ରହିବ । ରବିବାରଠାରୁ ୨ରୁ ୪ ଡିଗ୍ରୀ ବଢ଼ିବ । ଏହା ପ୍ରଭାବରେ ଶୀତ କମିବ । ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି, ୧୧ ତାରିଖ ଯାଏ ଶୀତ ଜାରି ରହିବ। ୧୨ ତାରିଖରୁ ପଶ୍ଚିମା ବାୟୁର ପ୍ରଭାବ ରହିବ । ଏଥିପାଇଁ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିବ ଓ ଶୀତ କମିଯିବ । ୧୬ ତାରିଖରୁ ପୁଣି ଥଣ୍ଡାର ପ୍ରକୋପ ରହିବ ।…

Read More

ଛତିଶଗଡ଼ରେ ସ୍ବର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଅଟକ ରଖାଯାଇଛି। ଛତିଶଗଡ଼ ମହାସମୁଦ ଜିଲା ସରେଇପାଲି ଥାନାରେ ସେ ଅଟକ ରହିଛନ୍ତି। ବିଶାଲଙ୍କ ସହ କିଛି ସମିତି ସଭ୍ୟ ଓ ସରପଞ୍ଚ ମଧ୍ୟ ଅଛନ୍ତି। ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’ ପୂର୍ବରୁ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ । ପୁଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ ବୋଲି କହିବା ସହ ଏହାର ପ୍ରତିବାଦ କରିଛନ୍ତି ବିଶାଲ ଦାସ । ତେବେ ତାଙ୍କୁ କାହିଁକି ଅଟକ ରଖାଯାଇଛି, ସରେଇପାଲି ଥାନା ପୁଲିସର ପ୍ରତିକ୍ରିୟା ମିଳିନି।ସେପଟେ ଭାଇଙ୍କୁ ଅଟକ ରଖିବା ନେଇ କ୍ଷୋଭ ପ୍ରକାଶ କରିଛନ୍ତି ଭଉଣୀ ଦୀପାଳି ଦାସ । ଏହା ଗଣତନ୍ତ୍ରର ହତ୍ୟା ଏବଂ ରାଜ୍ୟରେ ଡାର୍ଟି ପଲିଟିକ୍ସ ଚାଲିଛି ବୋଲି କହିଛନ୍ତି ଦୀପାଳି।

Read More