ପ୍ରବାସୀ ଭାରତୀୟ ସମ୍ମିଳନୀର ଶେଷ ଦିନ । ଉଦଯାପନୀ ଦିବସର ମୁଖ୍ୟ ଅତିଥି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସମାରୋହରେ ପ୍ରବାସୀଙ୍କ ଅବଦାନ ସଂପର୍କରେ ଅଭିଭାଷଣ ରଖିବା ସହ ୨୭ଜଣ ପ୍ରବାସୀ ଭାରତୀୟଙ୍କୁ ପୁରସ୍କୃତ କରିବେ । ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ଏହି ସମ୍ମାନ ପାଇବାକୁ ଥିବା ବ୍ୟକ୍ତିବିଶେଷଙ୍କ ନାମ ଘୋଷଣା ସରିଛି । ଶୁକ୍ରବାର ୧୨ଟା ୫୫ ରେ ଜନତା ମଇଦାନ ଯିବେ। ସେଠାରେ ପ୍ରବାସୀ ଭାରତୀୟ ଦିବସ ଅବସରରେ ବିଭିନ୍ନ ଷ୍ଟଲରେ ପ୍ରର୍ଦଶିତ ହୋଇଥିବା କଳା, ସଂସ୍କୃତି, ବରପୁତ୍ରଙ୍କ ବୀରଗଥା, ହସ୍ତତନ୍ତ ଓ ହସ୍ତଶିଳ୍ପ ପ୍ରଦର୍ଶନୀକୁ ବୁଲି ଦେଖିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଆୟୋଜିତ ମଧ୍ୟାହ୍ନ ଭୋଜନରେ ଯୋଗ ଦେବେ। ଦିନ ୩ଟାରେ ଉଦଯାପନୀ ଉତ୍ସବରେ ଯୋଗ ଦେବେ। ସେଠାରେ ପ୍ରବାସୀ ଭାରତୀୟଙ୍କୁ ସମ୍ମାନ ପ୍ରଦାନ କରିବେ। ତାପରେ ସାଢ଼େ ୪ଟା ରେ ଜନତା ମଇଦାନରୁ ବାହାରି ସିଧା ବିଜୁ ପଟ୍ଟନାୟକ ବିମାନ ବନ୍ଦରକୁ ଯାତ୍ରା…
Author: sanitelevision
୨୦୨୪ ଲୋକ ସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଭାଜପା ସରକାରଙ୍କୁ କ୍ଷମତାରୁ ହଟାଇବା ଉଦ୍ଦେଶ୍ୟରେ ଗଠିତ ଅଖିଳ ଭାରତୀୟ ମେଣ୍ଟ କ’ଣ ଶେଷ ହୋଇଗଲା? ଏହି ପ୍ରଶ୍ନ ବର୍ତ୍ତମାନ ଲୋକଙ୍କ ମନରେ ଉଙ୍କି ମାରୁଛି। କଂଗ୍ରେସ ନେତା ପଓ୍ବନ ଖେରା ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ଏହି ମେଣ୍ଟ କେବଳ ଲୋକ ସଭା ନିର୍ବାଚନ ପର୍ଯ୍ୟନ୍ତ ଥିଲା। ଏହି ପ୍ରସଙ୍ଗରେ ବିରୋଧୀ ମେଣ୍ଟର ଅନ୍ୟତମ ସହଯୋଗୀ ତଥା ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଅସନ୍ତୋଷ ଝାଡ଼ିଛନ୍ତି। ଅବଦୁଲ୍ଲା କହିଛନ୍ତି ମୋର ଯେତିକି ମନେ ଅଛି, ଇଣ୍ଡିଆ ମେଣ୍ଟର କୌଣସି ନିର୍ଦ୍ଦିଷ୍ଟ ସମୟସୀମା ନଥିଲା। ଅବଦୁଲ୍ଲା କହିଛନ୍ତି ଯେ ଦିଲ୍ଲୀ ନିର୍ବାଚନରେ ଯେହେତୁ ଆମେ ଅଂଶଗ୍ରହଣ କରୁନାହୁଁ, ତେଣୁ ଏ ପ୍ରସଙ୍ଗରେ ମୋର କିଛି କହିବାର ନାହିଁ। ବିଜେପିକୁ କିପରି ହରାଇବାକୁ ହେବ, ସେକଥା ଆମ୍ ଆଦମୀ ପାର୍ଟି, କଂଗ୍ରେସ ଓ ନିର୍ବାଚନ ଲଢ଼ୁଥିବା ଅନ୍ୟ ଦଳ ଗୁଡ଼ିକ…
ସୋଶାଲ ମିଡିଆରେ ଅନ୍ତରଙ୍ଗ ମୁହୂର୍ତ୍ତ ଫଟୋ ଭାଇରାଲ୍ କଲେ ପ୍ରେମିକ। ସମ୍ପର୍କୀୟା ମାଉସୀଙ୍କ ଘରେ ଝୁଲି ପଡ଼ିଲେ ପ୍ରେମିକା। ଏପରି ଅଭିଯୋଗ ଆସିଛି କଟକ ଜିଲ୍ଲାରୁ। ଏନେଇ ଅଭିଯୋଗ ହେବା ପରେ ପୁଲିସ୍ ମାମଲା ରୁଜୁ କରି ଅଭିଯୁକ୍ତ ପ୍ରେମିକଙ୍କୁ ଗିରଫ କରିଛି |ଏହି ଘଟଣାଟି ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଭଦ୍ରେଶ୍ୱର ଥାନା ପୋଡାମରାଇ ଗ୍ରାମର ବିଷ୍ଣୁ ଚରଣ ସେଠୀଙ୍କ ଝିଅ ଇନ୍ଦୁମତୀ ସ୍ଥାନୀୟ ଅଂଚଳରେ ଥିବା ଏକ ମହାବିଦ୍ୟାଳୟରେ ଅଧ୍ୟୟନ କରୁଥିଲେ। ଏହି ସମୟରେ ଇନ୍ଦୁମତୀ ସ୍ଥାନୀୟ ନାହାଙ୍ଗ ପଞ୍ଚାୟତ ଡିହିଗୋପ ଗ୍ରାମର ଅଜୟ ସେଠୀଙ୍କ ପୁତ୍ର ଅନିଲଙ୍କୁ ଭଲ ପାଉଥିଲେ। ଏପରିକି ଦୁଇଜଣ ବହୁବାର ବିଭିନ୍ନ ସ୍ଥାନରେ ସାଥିହୋଇ ମିଳାମିଶା କରିଥିଲେ।ଏହି ସମୟରେ ପ୍ରେମିକାର ସରଳତାର ସୁଯୋଗ ନେଇ ପ୍ରେମିକ ଅନିଲ ତାର ଅନ୍ତରଙ୍ଗ ମୂହୁର୍ତର ଫଟୋକୁ ମୋବାଇଲ ଯୋଗେ ଉତ୍ତୋଳନ କରି ରଖିଥିଲେ। ଏପରିକି ଅନିଲ ବିଭିନ୍ନ ସମୟରେ ପ୍ରେମିକାକୁ ବ୍ଲାକ ମେଲ କରି ଆସୁଥିଲେ।…
ସୁଭଦ୍ରା ଯୋଜନାରୁ ଅପ୍ଟ ଆଉଟ ହୋଇଥିବା ହିତାଧିକାରୀଙ୍କ ପାଇଁ ନୂଆ ବ୍ୟବସ୍ଥା କରାଯାଉଛି। ଯେଉଁ ହିତାଧିକାରୀମାନେ ଭୁଲ୍ରେ ଅପଟ୍ ଆଉଟ ହୋଇଯାଇଥିଲେ ସେମାନେ ଏଥିରେ ସୁବିଧା ପାଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।ସୁଭଦ୍ରା ଯୋଜନାର ପୋର୍ଟାଲରେ ଲଗ୍ ଇନ୍ କରି ବାଦ୍ ପଡ଼ିଥିବା ହିତାଧିକାରୀମାନେ ଅପଟ୍ ଇନ୍ କରିପାରିବେ। ଏହାପରେ ସେମାନେ ହିତାଧିକାରୀ ତାଲିକାରେ ପୁନଃ ଯୋଡ଼ି ହୋଇପାରିବେ।ସୂଚନାଥାଉକି, ପୂର୍ବରୁ ଗତ ଶନିବାର ଉପମୁଖ୍ୟମନ୍ତ୍ରୀ ସୁଭଦ୍ରା ଯୋଜନାର ବଡ଼ ଘୋଷଣା କରିଥିଲେ। ଉପମୁଖ୍ୟମନ୍ତ୍ରୀ କହିଥିଲେ, ଜାନୁଆରୀ ୧୫ ପରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା। ଏମିତିକି ମାର୍ଚ୍ଚ ୩୦ ସୁଦ୍ଧା ଆବେଦନ କରିଥିବା ହିତାଧିକାରୀଙ୍କୁ ଏକାଥରକେ ମିଳିବ ସୁଭଦ୍ରାର ଦୁଇଟି କିସ୍ତି । ଏନେଇ ବ୍ୟାଙ୍କ ଗୁଡ଼ିକ ସହିତ ବୈଠକ ସରିଛି। ମୋବାଇଲ ଅପଡେଟ କାରଣରୁ ହେଉ କିମ୍ବା ଅନ୍ୟ କୌଣସି କାରଣରୁ ଅନେକ ହିତାଧିକାରୀ ‘ସୁଭଦ୍ରା’ରୁ OPT OUT ହୋଇଯାଇଥିଲେ । ଏବଂ ଏହି ସମ୍ପର୍କରେ…
ଭୁବନେଶ୍ବର କେଦାରପଲ୍ଲୀ ବସ୍ତିର ସହଦେବ ନାୟକ ହତ୍ୟାକାଣ୍ଡ ଘଟଣାରେ ଗିରଫ ହେଲେ ଆଉ ୨ ଜଣ ଅଭିଯୁକ୍ତ । ଏହି ୨ ଜଣ ଗିରଫ ହେବା ପରେ ଗିରଫଦାରୀ ସଂଖ୍ୟା ୫କୁ ବୃଦ୍ଧି ପାଇଛି । ଅନ୍ୟ ୨ ଅଭିଯୁକ୍ତଙ୍କୁ ଭୁବନେଶ୍ବରରୁ ଗିରଫ କଲା ସ୍ପେଶାଲ ସ୍କ୍ବାଡ୍ । କେମିତି ସହଦେବଙ୍କୁ ହତ୍ୟା କରାଯାଇଥିଲା, କେମିତି ହତ୍ୟା ଷଡଯନ୍ତ୍ର ରଚାଯାଇଥିଲା । ଓ କେମିତି ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହେଲା ପ୍ରେସମିଟ୍ ଜରିଆରେ ଗୋଟି ଗୋଟି ତଥ୍ୟ ଦେଇଛି ପୋଲିସ । ସକାଳ ୮ଟାରେ ପୋଲିସକୁ ଖବର ମିଳିଥିଲା ରସୁଲଗଡ ନିକଟରେ ଏକ କ୍ଷତବିକ୍ଷତ ମୁଣ୍ଡ ବିହୀନ ଶରୀର ରାସ୍ତା ଉପରେ ପଡିଛି । ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କ ମୃତ ଦେହକୁ ମେଡିକାଲରେ ପହଞ୍ଚାଇଥିଲା ପୋଲିସ । ସେଠାରେ ଯୁବକଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର । ପ୍ରାଥମିକ ତଦନ୍ତରୁ ପୋଲିସକୁ ଜଣାପଡିଥିଲା ଏହା ଏହ ହତ୍ୟା କାଣ୍ଡ…
ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପିକେ ମିଶ୍ରଙ୍କ ଝିଅ ଜ୍ବାଇଁ ବୋଲି ପରିଚୟ ଦେଇ ଠକେଇ କରିଥିବା ହଂସିତା ଅଭିଲିପ୍ସାଙ୍କ ପ୍ରକୃତ ସ୍ଵାମୀ ସରୋଜଙ୍କ ଘରେ ଚଢାଉ ।ସ୍ପେଶାଲ୍ କ୍ରାଇମ୍ ୟୁନିଟ ଓ ଆୟକର ବିଭାଗ ମିଳିତ ଭାବେ ରେଡ୍ କରିଛନ୍ତି । ପଟିଆ ରଘୁନାଥପୁର ଅଞ୍ଚଳର ଏକ ଆପାର୍ଟମେଣ୍ଟରେ ଥିବା ଫ୍ଲାଟରେ ରେଡ୍ ହୋଇଛି । ଉଭୟ ହଂସିତା ଓ ଅନୀଲ ମହାନ୍ତିଙ୍କୁ ଏହି ଫ୍ଲାଟକୁ ଅଣାଯାଇଛି । ଉଭୟଙ୍କୁ ଆଜି ଗୋଟିଏ ଦିନ ପାଇଁ ରିମାଣ୍ଡ ରେ ନେବାକୁ କୋର୍ଟ ଅନୁମତି ଦେଇଥିବା ବେଳେ ଅଧିକରୁ ଅଧିକ ତଥ୍ୟ ବାହାର କରିବାକୁ ଚେଷ୍ଟା କରୁଛି ସ୍ପେଶାଲ୍ କ୍ରାଇମ୍ ୟୁନିଟ । ସାମ୍ୱାଦିକଙ୍କୁ ଦେଖି କାନ୍ଦି ପକାଇଥିଲେ ହଂସିକା ଅଭିଲିପ୍ସା। ଛଳ ଛଳ ଆଖିରେ କହିଥିଲେ, ଆମକୁ ଫସାଇ ଦିଆଯାଇଛି। ମୁଁ ଜଣେ ନାରୀ ହୋଇଥିବା ସତ୍ତ୍ୱେ ମୋ’ ଚରିତ୍ରକୁ ସଂହାର କରାଯାଉଛି ବୋଲି ସେ କହିଥିଲେ। ଠିକ୍ ସେମିତି ଅନୀଲ୍…
ଉତ୍ତରପ୍ରଦେଶର ପ୍ରୟାଗରାଜରେ ହେବାକୁ ଥିବା ମହାକୁମ୍ଭ ମେଳା ପାଇଁ ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାରୁ ଯିବ ୮ଟି ବସ୍। ଏଥିରେ ମହିଳାଙ୍କ ପାଇଁ ୫୦% ରିହାତି ରହିଛି। ଏନେଇ ସୂଚନା ଦେଇଛନ୍ତି OSRTC ଅତିରିକ୍ତ ସଚିବ ଲକ୍ଷ୍ମୀକାନ୍ତ ସେଠୀ।ତେବେ ୧୨ ତାରିଖରେ ପ୍ରଥମ ପର୍ଯ୍ୟାୟରେ ବସ୍ ବାହାରିବ । ୮ଟି ବସ୍ ଅଯୋଧ୍ୟା ଅଭିମୁଖେ ବାହାରିବ । ତେବେ ଯଦି ଆବଶ୍ୟକ ହୁଏ ତାହେଲେ ଅଧିକ ବସ୍ ଚଲେଇବାର ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ଅତିରିକ୍ତ ସଚିବ । ଖାଇବାର ବ୍ୟବସ୍ଥା କରିବ OSRTC। ପୁରୀ, ସମ୍ବଲପୁର, ଭବାନୀପାଟଣା, ବ୍ରହ୍ମପୁରରୁ ବସ୍ ଗୁଡ଼ିକ ଅଯୋଧ୍ୟା ଯିବ ବୋଲି OSRTC ଅତିରିକ୍ତ ସଚିବ କହିଛନ୍ତି।ସେହିପରି ଖାଲି ମହାକୁମ୍ଭ ନୁହେଁ , ଦେଶର ବିଭିନ୍ନ ତୀର୍ଥସ୍ଥାନକୁ ଗଡିବ ବସ୍ । ଓଡିଶାରୁ ବିଭିନ୍ନ ତୀର୍ଥ ସ୍ଥାନକୁ ବସ୍ ଗଡିବା ନେଇ ପରିବହନ ମନ୍ତ୍ରୀ ସୂଚନା ଦେଇଛନ୍ତି । OSRTC ୱେବସାଇଟ୍, ମୋବାଇଲ୍ ଆପ୍ରେ ଟିକେଟ ବୁକିଂ…
ରାତିର ଅନ୍ଧକାରରେ ଏକୁଟିଆ ପାଇ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ କଲେ ଯୁବକ। ମାତ୍ର ନାବାଳିକା ଜଣକ ପ୍ରତିବାଦ କରିବାରୁ ଯୁବକ ପାଲଟିଗଲେ ପିଶାଚ। ରକ୍ତମୁଖା ପାଲଟି ଏକ ଛୁରୀରେ ନାବାଳିକାଙ୍କୁ ଏକାଧିକ ଥର କଲେ ଛୁରା ମାଡ଼ ।କୋରାପୁଟ ଜିଲ୍ଲା ନନ୍ଦପୁର ଥାନା ଅଞ୍ଚଳରେ ଏହିଭଳି ଘଟଣା ଘଟିଛି। ପୀଡ଼ିତାଜଣକ ନବମ ଶ୍ରେଣୀ ଛାତ୍ରୀ ବୋଲି ଜଣାଯାଇଛି।ପୀଡ଼ିତା ଗତକାଲି ସ୍କୁଲରୁ ଫେରିବା ପରେ ରାତିରେ ନିଜ ବାଡ଼ି ପଟ ପଡିଆକୁ ଯାଇଥିଲେ। ଏକ ଦେଖି ନାବାଳିକାଙ୍କୁ ଗ୍ରାମର ଜଣେ ଯୁବକ ଅଟାଇଥିଲେ । ଏହାପରେ ରାତିର ଅନ୍ଧକାର ଭିତରେ ଛାତ୍ରୀଙ୍କୁ ଉଠାଇ ନେଇଯାଇଥିଲେ । ଏହାପରେ ଯୁବକଜଣକ ଦୁଷ୍କର୍ମ ଉଦ୍ୟମ କରିଥିଲେ ।କିନ୍ତୁ ନାବାଳିକାଜଣକ ଏଥିରେ ବାରଣ କରିବା କାରଣରୁ ରକ୍ତମୁଖା ପାଲଟିଥିଲେ ଦୁର୍ବୃତ୍ତ । ଏହାପରେ ବାରମ୍ବାର ଛୁରାମାଡ଼ କରିଥିଲେ । ଏହାପରେ ସେ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲେ।ନାବାଳିକାଜଣକ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଘରକୁ ଫେରି ପରିବାର ଲୋକଙ୍କୁ…
ଭୁବନେଶ୍ବରର ଜନତା ମଇଦାନରେ ଚାଲିଛି ୧୮ତମ ପ୍ରବାସୀ ଭାରତୀୟ ଦିବସ । ପ୍ରବାସୀ ଭାରତୀୟ ସମ୍ମିଳନୀ କୁ ଉଦ୍ଘାଟନ କରିଛନ୍ତି ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆହ୍ୱାନ। ପ୍ରବାସୀ ଭାରତୀୟଙ୍କୁ ମଞ୍ଚ ଉପରେ ଆହ୍ବାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ଓଡ଼ିଶାର ବିକାଶ ଯାତ୍ରାରେ ସାମିଲ ହୁଅନ୍ତୁ। ବ୍ୟବସାୟ ପାଇଁ ଓଡ଼ିଶା ହେଉଛି ଉପଯୁକ୍ତ ସ୍ଥାନ । ରାଜ୍ୟ ସରକାର ସବୁ ପ୍ରକାଳ ସହଯୋଗ କରିବେ । ପ୍ରଧାନମନ୍ତ୍ରୀଙ୍କ ନେତୃତ୍ବରେ ଓଡିଶା ଆଗକୁ ବଢୁଛି । ପ୍ରାକୃତିକ ସୌନ୍ଦର୍ଯ୍ୟର ଭୁରପୁର ଓଡ଼ିଶା । ଯାହା ଆପଣମାନଙ୍କୁ ପୁଞ୍ଜିନିବେଶରେ ପ୍ରଚୁର ସହଯୋଗ କରିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଥିଲେ । ପୁଞ୍ଜିନିବେଶ ପାଇଁ ପ୍ରବାସୀମାନେ ଓଡ଼ିଶାକୁ କାହିଁକି ପସନ୍ଦ କରିବେ, ତାହା ଦର୍ଶାଇବାକୁ ଯାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡ଼ିଶା ଦେଶର ଦ୍ୱିତୀୟ ଖଣିଜ ପଦାର୍ଥ ବହୁଳରାଜ୍ୟ। ଆଇନ ଶୃଙ୍ଖଳା ଦୃଷ୍ଟିରୁ ଓଡ଼ିଶା ଦେଶର…
ରାସନ୍ କାର୍ଡ଼କୁ ନେଇ ଆସିଲା ବଡ଼ ଖବର । EKYC ନକଲେ କଟିଯିବ ରାସନ୍ କାର୍ଡ଼ |୩୧ ଜାନୁଆରୀ ସୁଦ୍ଧା ଯଦି ଇ-କେୱାଇସି ନକରୁଛନ୍ତି ତେବେ ଆପଣଙ୍କ ରାସନ କାର୍ଡ କଟିଯିବ । ଆଉ ମିଳିବନି ରାସନ । ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର । ଯୋଗାଣ ମନ୍ତ୍ରୀଙ୍କ ସୂଚନା ଅନୁସାରେ ବର୍ତ୍ତମାନ ସୁଦ୍ଧା ୪୯ ଲକ୍ଷ ହିତାଧିକାରୀ କରିନାହାଁନ୍ତି ଇ-କେୱାଇସି ।ତୁରନ୍ତ କରନ୍ତୁ E-KYC: ରାସନ କାର୍ଡରେ ପଞ୍ଜୀକୃତ ସମସ୍ତ ସଦସ୍ୟଙ୍କ ପାଇଁ E-KYC ବାଧ୍ୟତାମୂଳକ କରାଯାଇଛି । ଯାହା ଫଳରେ ପ୍ରକୃତ ଯୋଗ୍ୟ ହିତାଧିକାରୀ ସରକାରଙ୍କ ସୁବିଧା ପାଇବାରୁ ବଞ୍ଚିତ ହେବେ ନାହିଁ । ଅଗଷ୍ଟ ମାସରୁ ରାସନ କାର୍ଡ ପାଇଁ ଇ-କେୱାଇସି ପ୍ରକ୍ରିୟା ଆରମ୍ଭ କରିଛନ୍ତି ସରକାର ।









