Author: sanitelevision

ନୂଆ ବର୍ଷରେ ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ବଡ଼ ଉପହାର । ବର୍ଷର ପ୍ରଥମ କ୍ୟାବିନେଟରେ ମିଳିଲା ଖୁସି ଖବର । ପ୍ରେସମିଟ କରି ଏହି ସୂଚନା ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ଏଥିରେ ଡିଏପି ସାର ଉତ୍ପାଦନ କରୁଥିବା କମ୍ପାନୀଗୁଡିକ ପାଇଁ ସରକାର ଏକ ସ୍ବତନ୍ତ୍ର ପ୍ୟାକେଜ ଅନୁମୋଦନ କରିଛନ୍ତି। ଏହା ସହିତ ଚାଷୀଙ୍କୁ ଡିଏପିସ୍‌ ପାଇଁ ଅଧିକ ଅର୍ଥ ଦେବାକୁ ପଡିବ ନାହିଁ ଏବଂ ସେମାନେ ସାର ଉପରେ ଅଧିକ ସବସିଡି ପାଇପାରିବେ। ଡିଏପି ଉତ୍ପାଦନ କରୁଥିବା କମ୍ପାନୀଗୁଡିକୁ ଦିଆଯାଇଥିବା ସବସିଡି ବ୍ୟତୀତ ସରକାର ଆର୍ଥିକ ସହାୟତା ମଧ୍ୟ ପ୍ରଦାନ କରିବେ। ଏଥିସହ ଡିଏପି ସାର ଉପରେ ଅତିରିକ୍ତ ୩ହଜାର ୮୫୦କୋଟି ଟଙ୍କାର ସବସିଡ଼ିକୁ ମଂଜୁରୀ । ୫୦କେଜି ଡିଏପି ସାର ବ୍ୟାଗର ମୂଲ୍ୟ ୧୩୫୦ ଟଙ୍କା ରହିବ । ଚାଷୀ ପଞ୍ଜିକରଣ ଠାରୁ ଆରମ୍ଭ କରି ସେମାନଙ୍କୁ କ୍ଷତିପୂରଣ ଓ ବିଭିନ୍ନ ଯୋଜନାରେ ସହାୟତା ଯୋଜନା…

Read More

ରାଜଧାନୀ ଲକ୍ଷ୍ନୌର ନାକାସ୍ଥିତ ହୋଟେଲ ଶରଣଜିତରେ ଗୋଟିଏ ପରିବାରର ପାଞ୍ଚଜଣ ମହିଳାଙ୍କ ହତ୍ୟା ଚର୍ଚ୍ଚାର ବିଷୟ ପାଲଟିଛି।ଜଣେ ଯୁବକ ନିଜର ୪ ଭଉଣୀ ଏବଂ ମା’ର ଜୀବନ ନେଇଯାଇଛି । ଘଟଣା ପରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଯୁବକକୁ ଗିରଫ କରିଛି ପୋଲିସ । ପୋଲିସର ସୂଚନାନୁସାରେ, ଅର୍ଶଦ ନାମକ ଜଣେ ଯୁବକ ତାଙ୍କ ମା’ ଏବଂ ଚାରି ଭଉଣୀଙ୍କୁ ବ୍ଲେଡରେ କାଟି ହତ୍ୟା କରିଛନ୍ତି। ପାରିବାରିକ କଳହ ହେତୁ ଅର୍ଶଦ ତାଙ୍କ ମା ଏବଂ ଭଉଣୀମାନଙ୍କୁ ହତ୍ୟା କରିଛନ୍ତି। ପୋଲିସ ଏବଂ ଫୋରେନସିକ ଟିମ ଘଟଣାସ୍ଥଳରେ ପହଞ୍ଚି ପ୍ରମାଣ ସଂଗ୍ରହ କରିଛନ୍ତି। ଅର୍ଶଦ ନିଜ ଅପରାଧ ସ୍ବୀକାର ମଧ୍ୟ କରିଛନ୍ତି | ତେବେ ହୋଟେଲ ରୁମରେ ଅର୍ଶଦଙ୍କ ଛଡା ତାଙ୍କ ବାପା ମଧ୍ୟ ଥିଲେ । ବାପା ଏବେ ଫେରାର ରହିଛନ୍ତି । ପୋଲିସ ଅର୍ଶଦଙ୍କ ବାପା ଉପରେ ମଧ୍ୟ ସନ୍ଦେହ…

Read More

ଦୁଇ ଦିନ ତଳେ ବିଭିନ୍ନ ସ୍ତରରେ କାର୍ଯ୍ୟ କରୁଥିବା ୮ ଜଣ ଆଇପିଏସ୍ ଅଫିସରଙ୍କୁ ପଦୋନ୍ନତି ମିଳିଥିବା ବେଳେ ଆଜି ଇଂରାଜୀ ନୂଆ ବର୍ଷରେ ୩ ଜଣ ବରିଷ୍ଠ ଆଇପିଏସ୍ ଅଫିସରଙ୍କୁ ସରକାର ପଦୋନ୍ନତି ଦେଇଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ୧୯୯୩ ବ୍ୟାଚ୍‌ର ୩ ଜଣ ଆଇପିଏସ୍‌ ଅଫିସରଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି ରାଜ୍ୟ ସରକାର । ଆଇପିଏସ୍ ବିନୟତୋଷ ମିଶ୍ର, ଆଇପିଏସ୍‌ ଆର.ପି. କୋଚେ ଡିଜି ପାହ୍ୟାକୁ ପଦୋନ୍ନତି ପାଇଥିବା ବେଳେ କେନ୍ଦ୍ରୀୟ ଡେପୁଟେସନରେ ଥିବା ସୁଶାନ୍ତ ନାଥଙ୍କୁ ମଧ୍ୟ ଡିଜି ପାହ୍ୟାକୁ ପଦୋନ୍ନତି ଦିଆଯାଇଛି ।

Read More

ପତ୍ନୀଙ୍କ ନିର୍ଯାତନା ସହିତ ନପାରି ଦିଲ୍ଲୀର ଜଣେ ୩୯ ବର୍ଷୀୟ ଯୁବକ ମଙ୍ଗଳବାର ସନ୍ଧ୍ୟାରେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ତାଙ୍କ ଘରୁ ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହକୁ ଉଦ୍ଧାର କରାଯାଇଛି। ଦିଲ୍ଲୀର ମଡେଲ ଟାଉନ୍‌ର କଲ୍ୟାଣ ବିହାର ଅଞ୍ଚଳରେ ଏହି ଘଟଣା ଘଟିଛି।ମୃତ୍ୟୁ ପୂର୍ବରୁ ୫୪ ମିନିଟର ଭିଡ଼ିଓ କରି ସୁଇସାଇଡ୍ କରିଛନ୍ତି ପୀଡିତ ପୁରୁଷ । ପୁନିତ୍ ଖୁରାନା ନାମକ ଉକ୍ତ ବ୍ୟକ୍ତି ପତ୍ନୀ ମାଣିକ ଜଗଦୀଶ ପହୱାଙ୍କୁ ନେଇ ସବୁବେଳେ ଟେନସନରେ ରହୁଥିବା କଥା ପରିବାର ପୁଲିସକୁ କହିଛନ୍ତି । ପୂର୍ବରୁ ଛାଡ଼ପତ୍ର ଫାଇଲ୍ ହୋଇଥିଲେ ହେଁ ପତ୍ନୀଙ୍କ ଅତ୍ୟାଚାରକୁ ସହି ପାରୁନଥିଲେ ପୁନିତ୍ । ଏହାଛଡ଼ା ୨ ପରିବାର ଭିତରେ ସମ୍ପତ୍ତିକୁ ନେଇ ବିବାଦ ଚାଲିଥିଲା । ପୁନିତ୍ ଙ୍କ କିଛି ମେଡିକାଲ୍ ରିପୋର୍ଟ ମଧ୍ୟ ପୁଲିସ୍ ହାତରେ ଲାଗିଛି । ପୁନୀତଙ୍କ ଭଉଣୀ ଲୀନା କହିଛନ୍ତି, ମୋ ଭାଇଙ୍କୁ ମାଣିକ ବହୁତ ନିର୍ଯାତନା ଦେଇଛନ୍ତି।…

Read More

ଟୁରିଜିମ୍ ହବ୍ ହେବ ଓଡ଼ିଶା । ପର୍ଯ୍ୟଟନ କ୍ଷେତ୍ରରେ ଦେଶରେ ୩ ନମ୍ବର ରାଜ୍ୟ ହେବ ଓଡ଼ିଶା । ଏବେ ଓଡ଼ିଶା ୧୭ ନମ୍ବର ସ୍ଥାନରେ ଅଛି ।୨୦୨୫ ସରୁ ସରୁ ୧୭ରୁ ୭ ନମ୍ବର ହେବ, ୨୦୨୯ ବେଳକୁ ୩ରୁ ୧ ନମ୍ବର ହେବ ଓଡ଼ିଶା । ଏହା ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି । କୋରାପୁଟ, କଳାହାଣ୍ଡି ଭଳି ଅଞ୍ଚଳର ଭରି ରହିଥିବା ପ୍ରାଚ୍ୟୁର୍ଯ୍ୟକୁ ବିଶ୍ଵ ଦରବାରରେ ଦେଖାଇବା ପାଇଁ ଆମେ ସଫଳ ହେବୁ । ୭ ହଜାରରୁ ୮ ହାଜର ପ୍ରବାସୀ ଭାରତୀୟ ଓଡ଼ିଶା ଆସିବେ । ଅତିଥି ଦେବ ଭବୋ ସଂସ୍କୃତିରେ ସମସ୍ତଙ୍କୁ ସ୍ବାଗତ କରିବା ପାଇଁ ଆମେ ପ୍ରସ୍ତୁତ ଅଛୁ ।

Read More

ଗୁରୁବାର ଓଡ଼ିଶା ଆସିବେ ନୂଆ ରାଜ୍ୟପାଳ ହରି ବାବୁ କମ୍ଭମ୍‌ପତି। ଓଡ଼ିଶାରେ ପହଞ୍ଚିବା ପରେ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ। ୩ ତାରିଖରେ ରାଜଭବନରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ରହିଛି।ମିଜୋରାମର ପୂର୍ବତନ ରାଜ୍ୟପାଳ ଡଃ କମ୍ଭାମପତିଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି। ଡ. କମ୍ଭାମପତି ୨୦୨୧ ଜୁଲାଇ ୧୯ତାରିଖରେ ମିଜୋରାମର ରାଜ୍ୟପାଳ ଭାବେ ଶପଥ ନେଇଥିଲେ। ଛାତ୍ର ରାଜନୀତିରୁ ନିଜର କ୍ୟାରିୟର ଆରମ୍ଭ କରିଥିବା ଡଃ କମ୍ଭାମପତି ୧୯୭୪-୭୫ ମସିହାରେ ଜୟପ୍ରକାଶ ନାରାୟଣ ଆନ୍ଦୋଳନବେଳେ ଗିରଫ ହୋଇ ୬ମାସ ଜେଲ୍ ଯାଇଥିଲେ। ସେ ୧୯୯୯ ମସିହାରେ ବିଶାଖାପାଟଣାର ବିଧାୟକ ଭାବେ ଆନ୍ଧ୍ରପ୍ରଦେଶ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ୨୦୧୪ ମସିହାରେ ବିଶାଖାପାଟଣା ଲୋକସଭା ଆସନରୁ ସଂସଦକୁ ନିର୍ବାଚିିତ ହୋଇଥିଲେ।ସୂଚନାଯୋଗ୍ୟ, ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ ଅପ୍ରତ୍ୟାଶିତ ଭାବେ ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି । ତାଙ୍କୁ ଅନ୍ୟ କୌଣସି ରାଜ୍ୟରେ ମଧ୍ୟ ନିଯୁକ୍ତି ମିଳିନାହିଁ ।

Read More

ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଇ-କଓ୍ବୋଇସିକୁ ନେଇ ନୂଆବର୍ଷରେ ବଡ଼ ସୂଚନା ଦେଇଛନ୍ତି। ଜାନୁଆରୀ ୧୫ତାରିଖ ସୁଦ୍ଧା ସରିବ ଇ-କେୱାଇସି । ବୟସାଧିକ କାରଣରୁ ଯେଉଁମାନେ ଇ-କେୱାଇସି କରିନାହାନ୍ତି ସେମାନଙ୍କ ପାଖକୁ ବିଭାଗୀୟ ଅଧିକାରୀ ଯାଇ ଇ-କେୱାଇସି କରାଉଛନ୍ତି । ଅନ୍ୟପଟେ ଯେଉଁମାନେ ବାହାର ରାଜ୍ୟରେ ରହୁଛନ୍ତି ସେମାନଙ୍କ ଇ-କେୱାଇସି ପାଇଁ ବାହାର ରାଜ୍ୟକୁ ସରକାରୀ ଅଧିକାରୀ ଯିବେ ବୋଲି ମଧ୍ୟ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା । ନିକଟରେ ଗୋଆରେ ଥିବା କିଛି ଲୋକଙ୍କ ଇ-କେୱାଇସି କରାଯାଇଥିବା ସୂଚନା ଦିଆଯାଇଛି । ବର୍ତ୍ତମାନ ସୁଦ୍ଧା ୮୫% ଇ-କଓ୍ବୋଇସି ସରିଲାଣି ଯେଉଁମାନଙ୍କର ବାକି ରହିଛି ସମସ୍ତଙ୍କର ସରିବ। ଏଯାବତ ୫୦ ଲକ୍ଷ ଲୋକ ଇ-କଓ୍ବୋଇସି କରି ନାହାନ୍ତି ବୋଲି ମନ୍ତ୍ରୀ କହିଛନ୍ତି।

Read More

ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ ଖେଳୁଥିବା ଟିମ ଇଣ୍ଡିଆକୁ ମେଲବୋର୍ନରେ ଖେଳାଯାଇଥିବା ଚତୁର୍ଥ ଟେଷ୍ଟରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଏହି ପରାଜୟ ପରେ ଅଧିନାୟକ ରୋହିତ ଶର୍ମାଙ୍କ ଉପରେ ପ୍ରଶ୍ନ ଉଠିଥିଲା। ରୋହିତଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ କ୍ରମାଗତ ଭାବେ ଟେଷ୍ଟରେ ବିଫଳତା ଦେଖୁଛି। କ୍ୟାପ୍ଟେନ୍ସିରେ ତାଙ୍କର ଆଉ ସେହି ପୁରୁଣା ଚମକ ନାହିଁ। ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଘରୋଇ ସିରିଜରେ ଫ୍ଲପ୍ ହେବା ପରେ ରୋହିତ ଶର୍ମା ବର୍ଡର-ଗାଭାସ୍କର ଟ୍ରଫିରେ ବି ଫେଲ୍ । ଫଳରେ ତାଙ୍କର ଅବସର ନେଇ ସବୁଠି ଚର୍ଚ୍ଚା । ଏମିତିକି ପୂର୍ବତନ କ୍ରିକେଟର ବି ରିଟାୟରମେଣ୍ଟ ସପକ୍ଷରେ । ଏବେ ଅପେକ୍ଷା କେବଳ ଘୋଷଣାକୁ ।ବର୍ତ୍ତମାନ ମେଲବୋର୍ନରେ ପରାଜୟ ପରେ ରୋହିତ ଶର୍ମା ସୋସିଆଲ ମିଡିଆ ମାଧ୍ୟମରେ ଏକ ପୋଷ୍ଟ ଶେୟାର କରିଛନ୍ତି, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ସେ ତାଙ୍କ ପୋଷ୍ଟରେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି।ଭାରତୀୟ ଅଧିନାୟକ ୨୦୨୪କୁ ଧନ୍ୟବାଦ ଦେଇଥିଲେ। ରୋହିତ…

Read More

୨୦୨୨ ଫେବ୍ରୁଆରିରୁ ଆରମ୍ଭ ହୋଇଥିବା ୟୁକ୍ରେନ-ରୁ‌ଷ୍‌ ଯୁଦ୍ଧ ଥମିବାର ନାମ ନେଉନଥିବା ବେଳେ ନୂଆ ବର୍ଷରୁ ଏକ ଖୁସି ଖବର ମିଳିଛି । ପ୍ରଥମ ଥର ନିମନ୍ତେ ଉଭୟ ଦେଶ ୩ ଶହ ଯୁଦ୍ଧବନ୍ଦୀଙ୍କୁ ପରସ୍ପରକୁ ଫେରାଇଛନ୍ତି । ୟୁଏଇ ମଧ୍ୟସ୍ଥତାରେ ଉଭୟ ଦେଶ ମଧ୍ୟରେ ଯୁଦ୍ଧବନ୍ଦୀ ହସ୍ତାନ୍ତର ପାଇଁ ବୁଝାମଣା ହୋଇଥିଲା ଏବଂ ସର୍ତ୍ତ ମୁତାବକ ଉଭୟ ଦେଶ ଯୁଦ୍ଧବନ୍ଦୀଙ୍କୁ ମୁକ୍ତ କରିଛନ୍ତି। ରୁଷ୍‌ ପ୍ରତିରକ୍ଷା ମନ୍ତ୍ରୀ କହିଛନ୍ତି, ବୁଝାମଣା ବ୍ୟବସ୍ଥା ଅନୁସାରେ ୟୁକ୍ରେନ ନିୟନ୍ତ୍ରିତ ଅଞ୍ଚଳରୁ ୧୫୦ ରୁଷୀୟ କର୍ମଚାରୀ ଫେରିଛନ୍ତି। ପ୍ରତିବଦଳରେ ରୁଷ୍‌ ୧୫୦ ୟୁକ୍ରେନ୍‌ ଯୁଦ୍ଧବନ୍ଦୀ ଓ ସୈନିକଙ୍କୁ ଫେରାଇଛି।

Read More

ନୂତନ ବର୍ଷ ୨୦୨୫ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ କରି କହିଛନ୍ତି, ଏହି ବର୍ଷ ସମସ୍ତଙ୍କ ପାଇଁ ନୂତନ ସୁଯୋଗ, ସଫଳତା ଏବଂ ଅସୀମ ସୁଖ ଆଣିଦେଉ। ସମସ୍ତଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଏବଂ ସମୃଦ୍ଧିର ଆଶୀର୍ବାଦ ମିଳୁ। ସେହିପରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏକ ପୋଷ୍ଟରେ କହିଛନ୍ତି । ସମସ୍ତଙ୍କୁ ନୂତନ ବର୍ଷର ଶୁଭେଚ୍ଛା । ୨୦୨୫ ବର୍ଷ ସମସ୍ତଙ୍କ ପାଇଁ ସୁଖ, ସୌହାର୍ଦ୍ଦ୍ୟ ଏବଂ ସମୃଦ୍ଧତା ଆଣ । ଏହି ଅବସରରେ, ଆସନ୍ତୁ ଭାରତ ଏବଂ ବିଶ୍ୱ ପାଇଁ ଏକ ଉଜ୍ଜ୍ୱଳ, ଅଧିକ ଅନ୍ତର୍ଭୂକ୍ତ ଏବଂ ସ୍ଥାୟୀ ଭବିଷ୍ୟତ ଗଠନ ପାଇଁ ମିଳିତ ଭାବରେ କାର୍ଯ୍ୟ କରିବାକୁ ଆମର ପ୍ରତିବଦ୍ଧତାକୁ ନବୀକରଣ କରିବା ।

Read More