ଭାରତରେ ଅତ୍ୟାଚାର, ନିର୍ଯାତନା ଆଦି ମାମଲା ବଢ଼ିବାରେ ଲାଗିଛି । ଏଥିରୁ ବାଦ୍ ପଡ଼ିନି ଓଡ଼ିଶା । ଗତ ମାସ ମଧ୍ୟରେ ୨୪୮୩ ଜଣଙ୍କୁ ନିର୍ଯାତନା ମାମଲା ସାମ୍ନାକୁ ଆସିଛି । ଏନେଇ ଆଜି ଗୃହରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।ଗତ ୨୦୨୪ ଜୁନ୍ରୁ ୨୦୨୫ ଫେବ୍ରୁଆରୀ ଶେଷ ସୁଦ୍ଧା ସର୍ବମୋଟ ୨୪୮୩ଟି ଅନୁସୂଚିତ ଜାତି ଓ ଜନଜାତି ନିର୍ଯାତନା ଘଟଣା ରାଜ୍ୟର ବିଭିନ୍ନ ଥାନାରେ ପଞ୍ଜୀକୃତ ହୋଇଛି । ତେବେ ଏହି ମାମଲାଗୁଡ଼ିକର ତଦନ୍ତ ଉପ ଆରକ୍ଷୀ ଅଧିକ୍ଷକ(DSP) ପାହ୍ୟାରେ କରାଯାଉଛି । ସର୍ବାଧିକ ଯାଜପୁରରେ ୨୬୯, କଟକରେ ୧୫୯, ଜଗତସିଂହପୁରରେ ୧୫୭ଟି ନିର୍ଯାତନା ଘଟଣା ଘଟିଛି ।
Author: sanitelevision
ସକାଳୁ ଲେମ୍ବୁପାଣି ପିଇଲେ ଅନେକ ଉପକାର ମିଳିଥାଏ । ଲେମ୍ବୁପାଣିରେ ପୋଟାସିୟମ, ଫୋଲେଟ, ଆଣ୍ଟି ଅକ୍ସିଡାଣ୍ଟ, ଭିଟାମିନ ସି ଆଦି ତତ୍ତ୍ୱ ରହିଥାଏ। ଲେମ୍ବୁପାଣିରେ ଥିବା କ୍ୟାଲସିୟମ ଅକ୍ସାଲେଟ କିଡନୀ ଷ୍ଟୋନ ସମସ୍ୟା ଦୂର କରିଥାଏ। ତେଣୁ ସକାଳେ ଏଥିରୁ ଅଧାଗ୍ଲାସ ପିଇଲେ ବହୁ ଫାଇଦା ମିଳେ। ଏଗୁଡିକ ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ ବୋଲି ବିବେଚନା କରାଯାଏ । ଲେମ୍ବୁରେ ଭିଟାମିନ୍ ଏବଂ ମିନେରାଲ୍ସ ପରି ଅନେକ ପୋଷକ ତତ୍ତ୍ୱ ରହିଥାଏ । ଯାହା ରୋଗ ସହିତ ଲଢ଼ିବାରେ ସାହାଯ୍ୟ କରେ । ସର୍ବପ୍ରଥମେ ଏହା ଆମର ଇମ୍ୟୁନିଟି ସିଷ୍ଟମକୁ ମଜବୁତ କରିବାରେ ସାହାଯ୍ୟ କରେ । ଏହା ବ୍ୟତୀତ ଲେମ୍ବୁ ପାଣି ଶରୀରକୁ ହାଇଡ୍ରେଟ୍ ରଖିଥାଏ ଏବଂ ହଜମ ପ୍ରକ୍ରିୟାରେ ମଧ୍ୟ ସାହାଯ୍ୟ କରିଥାଏ । ଯଦି କାହାର ଏସିଡ଼ିଟି ଗ୍ୟାସ ସମସ୍ୟା ଥାଏ ତେବେ ସେ ଲେମ୍ବୁ ପାଣି ପିଇବା ଉଚିତ୍ । ଓଜନ ନିୟନ୍ତ୍ରଣ କରିବାରେ…
‘ଇଣ୍ଡିଆନ ଏକ୍ସପ୍ରେସ୍’ ପ୍ରତି ବର୍ଷ ଦେଶର ୧୦୦ ପାୱାରଫୁଲ ଲୋକଙ୍କ ସୂଚୀ ଜାରି କରେ। ଚଳିତବର୍ଷ ଜାରି ସୂଚୀର ଶୀର୍ଷ ୧୦ ସ୍ଥାନରୁ ଷଷ୍ଠ ସ୍ଥାନରେ ଅଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ। ତେବେ ଏହି ତାଲିକାର ପ୍ରଥମ ସ୍ଥାନରେ ରହିଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାମ। ତାଙ୍କ ପଛକୁ ଦ୍ୱିତୀୟ ସ୍ଥାନରେ ଗୃହମନ୍ତ୍ରୀ ଅମିତ ଶାହ ଥିବା ବେଳେ ଚତୁର୍ଥ ସ୍ଥାନରେ ଅଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭାଗବତ। ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥଙ୍କୁ ଦେଶର ୧୦୦ ଶକ୍ତିଶାଳୀ ଲୋକଙ୍କ ତାଲିକାରେ ରଖିବାର କାରଣ ମଧ୍ୟ ଇଣ୍ଡିଆନ ଏକ୍ସପ୍ରେସ୍ ରିପୋର୍ଟରେ ପୁଷ୍ଟି କରିଛି। ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଢୁଥିବା ଲୋକପ୍ରିୟତାକୁ ନେଇ ରିପୋର୍ଟରେ କୁହାଯାଇଛି ଯେ ଯୋଗୀ ଆଦିତ୍ୟ ନାଥ ଏବେ ‘ବ୍ରାଣ୍ଡ’ ରେ ପରିଣତ ହୋଇଛନ୍ତି। କାର୍ଯ୍ୟବାହକ ଭାବେ ତାଙ୍କ କଠୋର ନୀତିକୁ ନା କେବଳ ବିଜେପି ମୁଖ୍ୟମନ୍ତ୍ରୀମାନେ ନକଲ କରୁଛନ୍ତି ବରଂ ବିପକ୍ଷ ଦଳର…
OERC ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ପ୍ରଦୀପଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର । ଏହି ପଦବୀ ବରିଷ୍ଠ ଆଇଏଏସ ସୁରେଶ ମହାପାତ୍ରଙ୍କ ଅବସର ପରେ ଖାଲି ଥିଲା ପଡ଼ିଥିଲା।ପୂର୍ବତନ ମୁଖ୍ୟ ଶାସନ ସଚିବ ହେଉଛନ୍ତି ପ୍ରଦୀପ ଜେନା ।
ସରିଲା ଯୁକ୍ତ ଦୁଇ ପରୀକ୍ଷା । ଆସନ୍ତା ୨ ତାରିଖରୁ ଆରମ୍ଭ ହେବ ମୂଲ୍ୟାୟନ । ଖାତା ଦେଖିବା ପାଇଁ ରହିଥିବା ଶିକ୍ଷକଙ୍କ ଉପରେ ରହିବ କଡ଼ା ନଜର ।ଏପ୍ରିଲ ୨ରୁ ୧୪ ଯାଏଁ ପ୍ରଥମ ପର୍ଯ୍ୟାୟ ଖାତାଦେଖା ହେବାବେଳେ ଏପ୍ରିଲ ୧୬ରୁ ୨୮ ଯାଏଁ ଦ୍ବିତୀୟ ପର୍ଯ୍ୟାୟ ଖାତାଦେଖା ଚାଲିବ। ଏହାପରେ ମେ ୧୫ରେ ରେଜଲ୍ଟ ପ୍ରକାଶ ପାଇବ। ତେବେ ଅତ୍ୟଧିକ ଖରା ଯୋଗୁଁ ବହୁ ଶିକ୍ଷକ ଶିକ୍ଷୟିତ୍ରୀ ଖାତା ଦେଖିବାକୁ ଆସୁନଥିବାରୁ ଖାତାଦେଖା କେନ୍ଦ୍ର ବଢ଼ାଯାଇଛି । ପ୍ରାଥମିକ ପର୍ଯ୍ୟାୟରେ ୮ ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଖାତାଦେଖା ପାଇଁ ନିଯୁକ୍ତ ହୋଇଛନ୍ତି । ଏକ୍ଜାମିନରଙ୍କ ସୁବିଧା ଦୃଷ୍ଟିରୁ ସେମାନଙ୍କୁ ନିଜ ଜିଲ୍ଲାରେ ହୋଇଥିବା ମୁଲ୍ୟାଙ୍କନ କେନ୍ଦ୍ରରେ ଖାତା ଦେଖିବା ପାଇଁ ନିୟୋଜିତ କରାଯାଇଛି । ୩୫, ୪୦ ଓ ୫୦ ମାର୍କ ଥିବା ବିଷୟଗୁଡିକ ପାଇଁ ୩୦ଟି ଖାତା ୫ ଘଣ୍ଟାରେ ଦେଖିବେ ଶିକ୍ଷକ । ସେହିପରି ୭୦…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ମିଆଁମାର ଏବଂ ଥାଇଲ୍ୟାଣ୍ଡରେ ହୋଇଥିବା ଭୟଙ୍କର ଭୂମିକମ୍ପ ଉପରେ ଚିନ୍ତା ପ୍ରକାଶ କରିଛନ୍ତି ଏବଂ କହିଛନ୍ତି ଯେ ଭାରତ ଦୁଇ ଦେଶକୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରିବାକୁ ପ୍ରସ୍ତୁତ ଅଛି। ଦୁଇ ଦେଶର ସରକାର ସହ ଯୋଗାଯୋଗରେ ରହିବାକୁ ବୈଦେଶିକ ମନ୍ତ୍ରଣାଳୟକୁ କହିଛି ବୋଲି ପ୍ରଧାନମନ୍ତ୍ରୀ ସୂଚନା ଦେଇଛନ୍ତି। ସୂଚନାମୁତାବକ ମିଆଁମାରରେ ଶକ୍ତିଶାଳୀ ଭୂକମ୍ପରେ ବଡ଼ ବଡ଼ କୋଠା ଭୁଶୁଡି ପଡିଛି । ଏପର୍ଯ୍ୟନ୍ତ ୨୦ ଜଣଙ୍କର ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି । ଆଗକୁ ଆହୁରି ଅଧିକ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି । ୪୩ ଜଣ ନିଖୋଜ ରହିଛନ୍ତି । ଭୂକମ୍ପ ଯୋଗୁଁ ଥାଇଲାଣ୍ଡରେ ଏମରଜେନ୍ସୀ ଘୋଷଣା କରାଯାଇଛି । ଏମରଜେନ୍ସୀ ଘୋଷଣା କଲେ ଥାଇଲାଣ୍ଡ ପ୍ରଧାନମନ୍ତ୍ରୀ । ବ୍ୟାଂକକର ଇଣ୍ଟରନ୍ୟାସନାଲ ଏୟାରପୋର୍ଟକୁ ୨ ଘଣ୍ଟା ପାଇଁ ବନ୍ଦ କରିଦିଆଯାଇଛି । ବ୍ୟାଂକକର ମେଟ୍ରୋ ସେବା ବାତିଲ ହୋଇଛି ।…
କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ଶୁକ୍ରବାର ମହଙ୍ଗା ଭତ୍ତା(ଡିଏ) ବୃଦ୍ଧି କରିଛନ୍ତି ସରକାର। ମହଙ୍ଗା ଭତ୍ତା ୨% ବୃଦ୍ଧି କରାଯାଇଛି। କେନ୍ଦ୍ର କ୍ୟାବିନେଟ ବୈଠକରେ ସରକାର ଏହି ବଡ ନିଷ୍ପତ୍ତି ନେଇଛନ୍ତି। ଏହି ବୃଦ୍ଧି ସହ କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନ ଭୋଗୀଙ୍କ ଡିଏ ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି।କେନ୍ଦ୍ର ସରକାରୀ କର୍ମଚାରୀମାନଙ୍କୁ ପ୍ରଚଳିତ ମୁଦ୍ରାସ୍ଫୀତି ହାର ଏବଂ ସେମାନଙ୍କର ମୂଳ ଦରମା ଆଧାରରେ ମହଙ୍ଗା ଭତ୍ତା ପ୍ରଦାନ କରାଯାଏ, ଯେତେବେଳେ ପେନସନଭୋଗୀମାନଙ୍କୁ ମହଙ୍ଗା ସହାୟତା ମିଳିଥାଏ। ସେମାନଙ୍କର ଲକ୍ଷ୍ୟ ହେଉଛି କର୍ମଚାରୀ ଏବଂ ପେନସନଭୋଗୀଙ୍କ ଉପରେ ମୁଦ୍ରାସ୍ଫୀତିର ବୋଝ ହ୍ରାସ କରିବା। ମୁଦ୍ରାସ୍ଫୀତି ହାର ଆଧାରରେ ସରକାର ବର୍ଷକୁ ଦୁଇଥର ଏହାକୁ ପରିବର୍ତ୍ତନ କରନ୍ତି।
ଭିଜିଲାନ୍ସ ଜାଲରେ ଆଠମଲ୍ଲିକ ତହସିଲର ବରିଷ୍ଠ କିରାଣୀ ସତ୍ୟପ୍ରିୟ ନାୟକ । ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ ଟିମ୍ । ପୈତୃକ ସମ୍ପତ୍ତିର ଭାଇ ଭାଗ ପଟ୍ଟା କରାଇ ଦେବା ପାଇଁ ମାଗିଥିଲେ ଲାଞ୍ଚ । ଘଟଣାରୁ ଜଣାପଡିଛି ଯେ, କେନ୍ଦୁପାଟି ଗ୍ରାମର ଚରଣ ନାୟକଙ୍କ ଜମି ଭାଗ କରାଇଦେବା ପାଇଁ ସେ ଆଠମଲ୍ଲିକ ତହସିଲ କାର୍ଯ୍ୟାଳୟ ଠାରେ ଆବଦେନ କରିଥିଲେ। ହେଲେ ଏହି ଭାଗ ବଣ୍ଟା ପାଇଁ ତାଙ୍କୁ ସତ୍ୟପ୍ରିୟ ନାୟକ ବହୁତ ହଇରାଣ କରିବା ସହ ୨୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଫଳରେ ସେ ଗୁରୁବାର ଅନୁଗୋଳ ଭିଜିଲାନ୍ସ କାର୍ଯାଳୟ ଠାରେ ଅଭିଯୋଗ କରିଥିଲେ। ଭିଜିଲାନ୍ସ ଟିମ୍ ଚରଣଙ୍କୁ ୨୦ ହଜାର ଟଙ୍କା କେମିକାଲ ଲଗାଇ ଦେଇଥିଲେ। ଏହି ଟଙ୍କା ନେଇ ଚରଣ ଶୁକ୍ରବାର ପୂର୍ବାହ୍ନରେ ତାଙ୍କ ଅଫିସ ରୁମ୍ରେ ଦେଇଥିଲେ। ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା ଭିଜିଲାନ୍ସ ଟିମ୍ ଚଢ଼ାଉ…
ଆସନ୍ତା ୨୯ ତାରିଖରେ ବର୍ଷର ପ୍ରଥମ ଆଂଶିକ ସୂର୍ଯ୍ୟୋପରାଗ ସଂଗଠିତ ହେବ। ଉତ୍ତର ଆମେରିକା, ଗ୍ରୀନ୍ଲ୍ୟାଣ୍ଡ, ଆଇସ୍ଲ୍ୟାଣ୍ଡ, ଉତ୍ତର ଆଟ୍ଲାଣ୍ଟିକ ମହାସାଗର, ୟୁରୋପ ଏବଂ ଉତ୍ତର-ପଶ୍ଚିମ ରୁଷରେ ଏହା ଦୃଶ୍ୟମାନ ହେବ। ତେବେ ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ ଭାରତ କିମ୍ବା ଓଡିଶାରେ ଦୃଶ୍ୟମାନ ହେବ ନାହିଁ। କେତେକ ସ୍ଥାନରେ ଏଥର ସର୍ବାଧିକ ସୂର୍ଯ୍ୟୋପରାଗ ୯୦ ପ୍ରତିଶତ ହେବ । ଏହା ଭାରତୀୟ ସମୟ ଦିନ ୨ଟା ୨୦ ମିନିଟ୍ରୁ ଆରମ୍ଭ ହୋଇ ୪ଟା ୧୭ ମିନିଟ୍ରେ ସର୍ବାଧିକ (୯୦ ପ୍ରତିଶତ) ହେବ । ପରାଗ ଶେଷ ହେବ ଭାରତୀୟ ସମୟ ଦିନ ୪ ଟା ୧୪ ମିନିଟ୍ରେ । ପରବର୍ତ୍ତୀ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଆସନ୍ତା ସେପ୍ଟେମ୍ବର ୭ କିମ୍ବା ୮ ତାରିଖରେ ସମଗ୍ର ଭାରତ ସହ ଏସିଆ, ୟୁରୋପ, ଆଣ୍ଟାର୍କଟିକା, ପଶ୍ଚିମ ପ୍ରଶାନ୍ତ ମହାସାଗର, ଅଷ୍ଟ୍ରେଲିଆ ଏବଂ ଭାରତ ମହାସାଗରର କିଛି ଅଞ୍ଚଳରେ ଦୃଶ୍ୟମାନ ହେବ । ଏ ବର୍ଷର ଅନ୍ତିମ…
ବିଧାୟକ ଓ ପୂର୍ବତନ ବିଧାୟକ ମାନଙ୍କ ପେନସନ୍ ବୃଦ୍ଧି ନେଇ ଶୁନ୍ୟକାଳରେ ଦାବି ଉଠାଇଲା ବିଜେଡି । ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏହି ପ୍ରସଙ୍ଗ ଉଠାଇ କହିଛନ୍ତି, “ବର୍ତ୍ତମାନ ବଜାର ଦର ବଢ଼ିଛି । ଅନେକ ପୂର୍ବତନ ବିଧାୟକ ପେନସନ ବଢ଼ାଇବା ପାଇଁ ଲବିକୁ ଆସିଛନ୍ତି । ତେବେ । ମେଡ଼ିସିନ ଖର୍ଚ୍ଚ ହେଉ କି ବଜାର ଦର ଯାହା ଅଛି ତାହା ପେନସନକୁ ଦେଖିଲେ ପର୍ଯ୍ୟାପ୍ତ ହେଉ ନାହିଁ ବୋଲି ପ୍ରମିଳା କହିଥିଲେ। ଏହି ଅବସରରେ ବିଧାୟକ ଭାସ୍କର ମଢେଇଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ ହୋଇଥିଲା। କମିଟିର ବୈଠକରେ ନିଷ୍ପତ୍ତି ନିଆଯାଇ ରିପୋର୍ଟ ଦିଆଯାଇଛି। ରିପୋର୍ଟକୁ କାର୍ଯ୍ୟକାରୀ କରିବାକୁ ସରକାର ନିର୍ଦ୍ଦେଶ ଦିଅନ୍ତୁ ବୋଲି ଦାବି କରାଯାଇଛି। ବିଧାୟକଙ୍କ ଦରମା ବଢିବା ଆବଶ୍ୟକ ରହିଛି। ୨୦୧୭ରେ ଶେଷ ଥର ପାଇଁ ଦରମା ବଢି ଥିଲା। ୨୦୨୫ ହେଲାଣି ଦରମା ବଢିବା ଦରକାର ବୋଲି ପ୍ରମିଳା…







