Author: sanitelevision

“ଯଦି ମହିଳା ସିନ୍ଦୁର ଓ ମଙ୍ଗଳସୂତ୍ର ନ ପିନ୍ଧିବେ ତେବେ ସ୍ବାମୀମାନେ କାହିଁକି ସ୍ତ୍ରୀଙ୍କ ପ୍ରତି ଆଗ୍ରହ ଦେଖାଇବେ”, ଏପରି ଏକ ବୟାନ ଦେଇ ଏବେ ଚର୍ଚ୍ଚାରେ ମହାରାଷ୍ଟ୍ର ପୁନେ ଜିଲ୍ଲା କୋର୍ଟ । ବାସ୍ତବରେ ଏକ ଛାଡପତ୍ର ମାମଲାର ଶୁଣାଣିବେଳେ ଏପରି ଏକ ଅଜବ ବୟାନ ଦେଇଛନ୍ତି କୋର୍ଟ । ଯାହାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିବାରେ ଲାଗିଛି।ପୁଣେର ଓକିଲ ଅଙ୍କୁର ଆର ଜାହାଗିରଦାରଙ୍କ ଦ୍ୱାରା ଶେୟାର କରାଯାଇଥିବା ଏକ ଲିଙ୍କଡଇନ ପୋଷ୍ଟରେ କୁହାଯାଇଛି ଯେ ଏହି ଦମ୍ପତି ଏକ ଘରୋଇ ହିଂସା ମାମଲାରେ ମଧ୍ୟସ୍ଥତା ପାଇଁ ବିଚାରପତିଙ୍କ ସମ୍ମୁଖରେ ହାଜର ହୋଇଥିଲେ। ବିଚାରପତି ସେମାନଙ୍କୁ ବିବାଦର ସମାଧାନ ସୌହାର୍ଦ୍ଦ୍ୟପୂର୍ଣ୍ଣ ଭାବରେ କରିବାକୁ ଉତ୍ସାହିତ କରୁଥିଲେ। ବିଚାରପତି ମହିଳାଙ୍କୁ ପଚାରିଲେ, “ମୁଁ ଦେଖିପାରୁଛି ଯେ ତୁମେ Mangalsutra, Bindi ପିନ୍ଧି ନାହଁ। ଯଦି ତୁମେ ଜଣେ ବିବାହିତ ମହିଳାଙ୍କ ପରି ବ୍ୟବହାର କରୁନାହଁ, ତେବେ ତୁମ ସୱାମୀ ତୁମ…

Read More

ଆଉ ୮-୯ ଘଣ୍ଟା ନୁହେଁ, ୩୬ ମିନିଟରେ ହେବ କେଦାରନାଥ ଯାତ୍ରା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍ ବୈଠକରେ କେଦାରନାଥ ରୋପ୍ ୱେ ଏବଂ ହେମକୁଣ୍ଡ ସାହିବ ରୋପ୍ ୱେ ପ୍ରୋଜେକ୍ଟକୁ ମଞ୍ଜୁରୀ ମିଳିଛି । ହେମକୁଣ୍ଡ ସାହିବ ରୋପ ୱେ ନିର୍ମାଣ ପାଇଁ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି। ଗୋବିନ୍ଦଘାଟରୁ ହେମକୁଣ୍ଡ ସାହିବ ଯାଏ ୧୨.୪ କିମି ରୋପୱେ ନିର୍ମାଣ କରାଯିବ।ଏଥିପାଇଁ ୨୭୩୦କୋଟି ଟଙ୍କା ଖର୍ଚ୍ଚ ହେବ।ବାବା କେଦାରନାଥଙ୍କ କଠିନ ଯାତ୍ରା ପାଇଁ ଅନେକ ଶ୍ରଦ୍ଧାଳୁ ବାବାଙ୍କ ଦର୍ଶନ ପାଇଁ ଇଚ୍ଛା ଥିଲେ ବି ମନ ବଳାଉ ନାହାନ୍ତି । ୨୩ କିଲୋମିଟର ପାହାଡ଼ି ରାସ୍ତା ପାର୍‌ କଲେ ମିଳେ ବାବାଙ୍କ ଦର୍ଶନ । ଏଥିପାଇଁ ଲାଗିଯାଏ ପ୍ରାୟ ୮ରୁ ୯ ଘଣ୍ଟା । ଗତ ୨୦୨୨ ଅକ୍ଟୋବର ୨୧ରେ କେଦାରନାଥ ମନ୍ଦିର ଗସ୍ତରେ ଯାଇ କେଦାରନାଥ ରୋପ୍ ୱେ ପାଇଁ ଶିଳାନ୍ୟାସ କରିଥିଲେ ପ୍ରଧାନମନ୍ତ୍ରୀ ମୋଦୀ…

Read More

ବାନ୍ଧବୀ ଜାଗୃତିଙ୍କ ସହ ଦିତୀୟ ଇନିଂସ ଆରମ୍ଭ କରିବେ ସୁପରଷ୍ଟାର ! ପୁଣି ବିବାହ ବନ୍ଧନରେ ବାନ୍ଧିହେବେ ଅନୁଭବ ମହାନ୍ତି । ‘ଆଇ ଲଭ ୟୁ’ ଷ୍ଟାର ଅନୁଭବଙ୍କୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି । ଆଉ ଚର୍ଚ୍ଚାର କାରଣ ସାଜିଛନ୍ତି ତାଙ୍କର ବାନ୍ଧବୀ ଜାଗୃତି ଶୁକ୍ଲା । ଆଜି ଭୁବନେଶ୍ବରର ଏକ ତାରକା ହୋଟେଲରେ ଉଭୟଙ୍କ ନିର୍ବନ୍ଧ ହେବ ବୋଲି ମଧ୍ୟ କୁହାଯାଉଛି । ୧୧ ତାରିଖରେ ବିବାହ ବନ୍ଧନରେ ବାନ୍ଧି ହେବେ ଦୁଇ ଲଭ୍ ବାର୍ଡ । ଏ ସମ୍ପର୍କରେ ଅନୁଭବ କିମ୍ବା ଜାଗୃତି ସୋସିଆଲ ମିଡିଆରେ କୌଣସି ପ୍ରତିକ୍ରିୟା ଦେଇନାହାଁନ୍ତି । ଦୀର୍ଘ ଦିନ ହେଲା ଯାହା ଚର୍ଚ୍ଚା ହେଉଥିଲା ତାହା ଏବେ ସତ ହେବାକୁ ଯାଉଥିବା କୁହାଯାଉଛି।ତେବେ ଗଣମାଧ୍ୟମକୁ ଦେଇ ଥିବା ଏକ ସାକ୍ଷାତକାରକୁ ନେଇ ଚର୍ଚ୍ଚା ବଢିବାରେ ଲାଗିଛି । ସାକ୍ଷାତକାରରେ ବିବାହ କଥାକୁ ଅସ୍ୱୀକାର କରି ନାହାନ୍ତି ଜାଗୃତି ଶୁକ୍ଲା ।…

Read More

ନୂଆ ସରକାରୀ ବାସଭବନରେ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ । ଏଜିରୁ ରାଜଭବନ ରାସ୍ତାରେ ଥିବା ବାସଭବନକୁ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂଜା ଅର୍ଚ୍ଚନା ପରେ ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧୦ ବ୍ରାହ୍ମଣଙ୍କ ଦ୍ବାରା ପୂଜା ପାଠ, ହୋମ ଯଜ୍ଞ ପରେ ପ୍ରଥମେ ଘରେ ପ୍ରବେଶ କରିଥିଲେ ଗୋମାତା ନନ୍ଦା, ନନ୍ଦିନୀ । ଏହାପରେ ମୋହନ ମାଝୀ ନିଜ ଘରେ ପ୍ରବେଶ କରିଛନ୍ତି । ପୂର୍ବରୁ ଗାନ୍ଧୀ ମାର୍ଗ କ୍ବାର୍ଟରରେ ରହୁଥିଲେ ମୁଖ୍ୟମନ୍ତ୍ରୀ ।୨ ମହଲା ବିଶିଷ୍ଟ ମୁଖ୍ୟମନ୍ତ୍ରୀଙ୍କ କ୍ୱାଟର୍ସରେ ଏକାଧିକ ସମ୍ମିଳନୀ କକ୍ଷ ସାଙ୍ଗକୁ ୱାଚ ଟାୱାର ରହିଛି । ଘର ଆଗରେ ବଡ଼ ବଗିଚା ରହିଛି । ଦୀର୍ଘ ୨୬ ବର୍ଷ ହେବ କ୍ୱାଟର୍ସରେ ଅବ୍ୟବହୃତ ହୋଇ ପଡ଼ି ରହିଥିଲା । କିନ୍ତୁ ରାଜ୍ୟରେ ନୂତନ ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସାଧାରଣ ପ୍ରଶାସନକୁ କହିଥିଲେ ଯେ ସେ ଏହି…

Read More

Anganwadi କର୍ମୀଙ୍କ ପାଇଁ ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସୁଭଦ୍ରା ଯୋଜନାକୁ ଘରେ ଘରେ ପହଞ୍ଚାଇଥିବାରୁ ମିଳିବ ବଡ଼ ପୁରସ୍କାର ରାଶି। ଗୁରୁବାର ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି। ଏଥିସହ ଆଜି ସୁଦ୍ଧା ସୁଭଦ୍ରା ହିତାଧିକାରୀଙ୍କ ସଂଖ୍ୟା କୋଟିଏ ପାର କରିଛି । ସୁଭଦ୍ରା ସଫଳତାକୁ ନେଇ ଅଙ୍ଗନବାଡି କର୍ମୀଙ୍କୁ ୧୫ଶହ ଟଙ୍କା ଏବଂ ସହାୟିକା ମାନଙ୍କୁ ୫ଶହ ଟଙ୍କା ଦିଆଯିବ ବୋଲି ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେପଟେ ଆସନ୍ତା ୮ ତାରିଖରେ ସୁଭଦ୍ରାର ଦ୍ବିତୀୟ କିସ୍ତି ସହାୟତା ରାଶି ଦିଆଯିବ । ଏହାପୂର୍ବରୁ ୭ ତାରିଖ ସଂଧ୍ୟାରେ ସବୁ ମହିଳା ହିତାଧିକାରୀଙ୍କୁ ଗୋଟିଏ ଲେଖାଏ ଦୀପ ଜାଳିବାକୁ ଅପିଲ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

Read More

ପରୀକ୍ଷା କେନ୍ଦ୍ରରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ଶେଷ ପରୀକ୍ଷା ଦେଇଛନ୍ତି, ଲକ୍ଷ ଲକ୍ଷ ଛାତ୍ରଛାତ୍ରୀ । ଆଜି ପରୀକ୍ଷା ସରିବା ପରେ ଛାତ୍ର ଛାତ୍ରୀଙ୍କ ମୁଣ୍ଡରେ ବଡ ଚିନ୍ତା, କେବେ ବାହାରିବ ଫଳାଫଳ । ତେବେ ଏନେଇ ପରୀକ୍ଷା ସରୁ ସରୁ ବୋର୍ଡ ପକ୍ଷରୁ ସୂଚନା ଜାରି କରାଯାଇଛି ।ଆସନ୍ତା ମେ’ପ୍ରଥମ ସପ୍ତାହରେ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି। ଚଳିତବର୍ଷ ଓ୍ବାଟର ମାର୍କ ଓ କ୍ୟୁାଆର୍‌ କୋଡ୍‌ ସଫଳ ହୋଇଛି। ନୂଆ ଜ୍ଞାନ କୌଶଳ ପ୍ରୟୋଗ କାମ ଦେଇଛି ବୋଲି କହିଛନ୍ତି ବୋର୍ଡ ସଭାପତି। ପ୍ରଶ୍ନପତ୍ରରେ ଓ୍ବାଟର ମାର୍କ ଓ କ୍ୟୁଆର କୋଡରୁ ସୁଫଳ ମିଳିଛି। ଏଥର ପ୍ରଶ୍ନପତ୍ର ଭାଇରାଲ ହୋଇନି, ସମସ୍ତେ ସହଯୋଗ କରିଛନ୍ତି।

Read More

ଭାରତରେ ଖୁବ ଶୀଘ୍ର ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ହ୍ରାସ ପାଇପାରେ। ଏହାର ଏକ କାରଣ ହେଉଛି ଉପସାଗରୀୟ ଦେଶ ଏବଂ ଆମେରିକାରୁ ଭଲ ଖବର ଆସିଛି। ଉପସାଗରୀୟ ଦେଶଗୁଡ଼ିକରେ ଅଶୋଧିତ ତୈଳର ମୂଲ୍ୟ ଲଗାତାର ତୃତୀୟ ଦିନ ପାଇଁ ବ୍ୟାରେଲ ପିଛା $70 ରହିଛି। ଅନ୍ୟପକ୍ଷରେ, ଆମେରିକୀୟ ଅଶୋଧିତ ତୈଳ ମୂଲ୍ୟ ଦୁଇ ଦିନ ପାଇଁ ବ୍ୟାରେଲ ପିଛା $66 ରେ କାରବାର ହେଉଥିବା ଦେଖାଯାଉଛି।ଆମେରିକାର ଶୁଳ୍କ ଏବଂ ଟ୍ରମ୍ପଙ୍କ ଡ୍ରିଲ କାର୍ଯ୍ୟକ୍ରମ ପରେ, ବଜାରରେ ଅଶୋଧିତ ତେଲର ଯୋଗାଣ ବୃଦ୍ଧି ପାଇବାକୁ ଯାଉଛି। ଅନ୍ୟପକ୍ଷରେ, ଶୁଳ୍କ ବୃଦ୍ଧିର ଭୟରେ ଉପସାଗରୀୟ ଦେଶମାନଙ୍କର ଏକ ଗୋଷ୍ଠୀ, OPEC Plus, ଅଶୋଧିତ ତୈଳ ଯୋଗାଣ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି। ଯାହା ଯୋଗୁଁ ଅଶୋଧିତ ତେଲର ମୂଲ୍ୟ ହ୍ରାସ ପାଇଛି। ଆମେରିକା ଏପ୍ରିଲରୁ କାନାଡା, ମେକ୍ସିକୋ ଏବଂ ଚାଇନା ଉପରେ ଶୁଳ୍କ ବୃଦ୍ଧି କରିବାକୁ ଘୋଷଣା କରିଛି। ଏପ୍ରିଲରେ ଅଶୋଧିତ ତୈଳ…

Read More

ଦଶମ ପରୀକ୍ଷା ଦେବାକୁ ଯିବାବେଳେ ସଡ଼କ ଦୁର୍ଘଟଣାରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଆଜି ସେ ଏମ୍‌ଭି-୧୦୧ ଗାଁରୁ ସ୍କୁଟିରେ ପାଣ୍ଟ୍ରିପାଣି ପରୀକ୍ଷା କେନ୍ଦ୍ରକୁ ଆସୁଥିବାବେଳେ ରାସ୍ତାରେ ଜୀବନ ହିଁ ଶେଷ ହୋଇଯାଇଛି।ଦୁର୍ଘଟଣାରେ ଜଣେ ଛାତ୍ରଙ୍କ ମୃତ୍ୟୁ ଓ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତ ଛାତ୍ରଙ୍କ ନାଁ ବିକ୍ରମ ସରଦାର ଓ ଗୁରୁତର ଛାତ୍ର ହେଲେ ତାପସ ସରଦାର । ସେପଟେ ଆଜି ମାଟ୍ରିକର ଶେଷ ପରୀକ୍ଷା ଥିଲା । ସୂଚନାନୁଯାୟୀ, ପଦ୍ମଗିରି ବିଦ୍ୟାଳୟ ଛାତ୍ର ସେରପାଲି ପରୀକ୍ଷା କେନ୍ଦ୍ରକୁ ପରୀକ୍ଷା ଦେବାକୁ ଯିବା ବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଚନ୍ଦନଗୁଡ଼ା ନିକଟରେ ପିକଅପ ଭ୍ୟାନ ସହ ବାଇକ ଧକ୍କା ହୋଇଥିଲା । ଘଟଣାସ୍ଥଳରେ ସଙ୍ଗେ ସଙ୍ଗେ ଛାତ୍ରଙ୍କର ମୃତ୍ୟୁ ଘଟିଛି । ଏଥିସହ ଅନ୍ୟଜଣେ ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

Read More

ଭିଜିଲାନ୍ସ ପଞ୍ଝାରେ ଡେପୁଟି ଟ୍ରାନ୍ସପୋର୍ଟ କମିଶନର। ଡେପୁଟି ଟ୍ରାନ୍ସପୋର୍ଟ କମିଶନର ପ୍ରଦୀପ ମହାନ୍ତିଙ୍କ ଘରେ ସିବିଆଇ ଚଢାଉ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ୍‌ କରାଯାଇଛି । କଟକ ଅଫିସ ସହ ଭୁବନେଶ୍ବର,ନୟାଗଡ,ଖୋର୍ଦ୍ଧା, ପୁରୀ ଏକକାଳୀନ ୯ଟି ସ୍ଥାନରେ ଭିଜିଲାନ୍ସ ରେଡ୍‌ କରିଛି । ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ଚଢ଼ାଉ କରାଯାଇଛି। ୨ଜଣ ଆଡସିନାଲ ଏସପି, ୧୩ ଜଣ ଡିଏସପି, ୧୨ ଇନ୍ସପେକ୍ଟର, ୨୫ ଜଣ ଏସ୍‌ଆଇଆଇ ସମେତ ଅନ୍ୟ ଭିଜିଲାନ୍ସ ଅଧିକାରୀ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି। ଚଢ଼ାଉ ବେଳେ ପ୍ରଦୀପଙ୍କ ଭିଜିଲାନ୍ସ କ’ଣ ସବୁ ଜବତ କରିଛନ୍ତି ସୂଚନା ମିଳିନାହିଁ।

Read More

ସୁଭଦ୍ରା’ ଯୋଜନାରେ ଗୁରୁବାର ମିଳିବ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା। ପ୍ରାୟ ୨ ଲକ୍ଷ ୩୦ ହଜାରରୁ ଅଧିକ ନୂଆ ହିତାଧିକାରୀଙ୍କୁ ଡିବିଟିରେ ଏହି ଟଙ୍କା ପ୍ରଦାନ କରାଯିବ । ଦିନ ସାଢେ ୧୨ଟାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମହିଳା ଓ ଶିଶୁ ବିକାଶ ସମ୍ମିଳନୀ କକ୍ଷରୁ ଆବାସୀ ମାଧ୍ୟମରେ ଶୁଭାବମ୍ଭ କରିବେ । ହିତାଧିକାରୀଙ୍କ ବ୍ୟାଙ୍କ୍ ଖାତାକୁ ସିଧାସଳଖ ୫ ହଜାର ଟଙ୍କା ପଠାଯିବା । ଉପମୁଖ୍ୟମନ୍ତ୍ରୀ ପରିଡ଼ା କହିଛନ୍ତି, ସୁଭଦ୍ରା ଯୋଜନାରୁ ଯେପରି କୌଣସି ଯୋଗ୍ୟ ହିତାଧିକାରୀ ବଞ୍ଚତ୍ତ ନ ହୁଅନ୍ତି, ସେଥିପାଇଁ ଘର ଘର ବୁଲି ହିତାଧିକାରୀଙ୍କୁ ଚିହ୍ନଟ କରାଯିବ। ମାର୍ଚ୍ଚ ୩୧ ତାରିଖରେ ଆବେଦନ ପ୍ରକ୍ରିୟାକୁ ବନ୍ଦ ରଖି ସର୍ଭେ କରିବା ପାଇଁ ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଅଧିକାରୀମାନେ ଦ୍ୱାରକୁ ଦ୍ୱାର ଯାଇ ୱାନ ଟୁ ୱାନ ସର୍ଭେ କରିବେ।ସୁଭଦ୍ରାରେ ହିତାଧିକାରୀଙ୍କୁ ବର୍ଷକୁ ଦୁଇଟି କିସ୍ତିରେ ୫ ହଜାର ଲେଖାଏ ୧୦…

Read More