Author: sanitelevision

ବାଲିଯାତ୍ରାକୁ ନେଇ ଆଜି ପ୍ରଶ୍ନକାଳରେ ଆଲୋଚନା ହୋଇଛି । ବାରବାଟୀ ବିଧାୟିକା ସୋଫିଆ ଫିରଦୋଷଙ୍କ ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ଓ ପର୍ଯ୍ୟଟନ ବିଭାଗ ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ । ବାଲିଯାତ୍ରାରେରେ ମୋଟ ୨ ହଜାର ୪୩୮ ଷ୍ଟଲ ଦିଆଯାଇଥିଲା । ସେଥିମଧ୍ୟରୁ ୧୧୮୬ ଷ୍ଟଲ ନିଲାମ ଓ ୧୨୫୦ ଷ୍ଟଲ୍ ସ୍ଥିରୀକୃତ ଆଧାରରେ ଆବଣ୍ଟନ କରାଯାଇଥିଲା । ଏଥିରୁ ମୋଟ ୬କୋଟି ୩୮ ଲକ୍ଷ ୨୬ ହଜାର ୪୪୬ ଟଙ୍କା ଆଦାୟ ହୋଇଛି । ଏ ସବୁ ଜିଲ୍ଲାପାଳଙ୍କ ଜରିଆରେ କରାଯାଇଛି । ବାଲିଯାତ୍ରାରେ ସାଂସ୍କୃତିକ ପ୍ରଚାର ପ୍ରସାର ଦାୟିତ୍ଵ ସଂସ୍କୃତି ଓ ପର୍ଯ୍ୟଟନ ବିଭାଗର । ନିଲାମ ପ୍ରକ୍ରିୟା ବନ୍ଦ ପାଇଁ ଦାବି କରିଥିଲେ ସୋଫିଆ । ଐତିହ୍ୟ ମାନ୍ୟତା ଦେବାକୁ ସରକାର କହୁଥିବା ବେଳେ ନିଲାମ ପ୍ରକ୍ରିୟା ବନ୍ଦ ହେଲେ ବାଲିଯାତ୍ରାରେ ସୌନ୍ଦର୍ୟ୍ୟ ବଢିବ ବୋଲି କହିଛନ୍ତି ସୋଫିଆ । ସେପଟେ ମନ୍ତ୍ରୀ କହିଛନ୍ତି, ପୂର୍ବ ସମୟରୁ…

Read More

ସୁଭଦ୍ରା ଯୋଜନା ପରେ ମହିଳାମାନଙ୍କୁ ଆଉ ଏକ ଖୁସି ଖବର ଦେଇଛନ୍ତି ସରକାର , ଏବେ ସୁଭଦ୍ରା ଯୋଜନା ପରେ ମହିଳା ମାନଙ୍କ ପାଇଁ ସରକାର ଆଣିଛନ୍ତି ସୁଭଦ୍ରା ଶକ୍ତି ମେଳା , ଏହି ମେଳା ରେ ମିଶନ ଶକ୍ତି ମାଆ ମାନେ ଯୋଗ ଦେବେ , ବର୍ତ୍ତମାନ ସୁଦ୍ଧା ଏହି ମେଳାର ନାମ ସୁଭଦ୍ରା ଶକ୍ତି ମେଳା ରଖାଯାଇଛି |୨୨ ଫେବୃଆରୀରୁ ମାର୍ଚ୍ଚ ୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ମେଳାରେ ରାଜ୍ୟର ବିଭିନ୍ନପ୍ରାନ୍ତରୁ ଆସିଥିବା ସ୍ଵୟଂ ସହାୟକ ଗୋଷ୍ଠୀ (ଏସ୍ଏଚ୍) ଏବଂ ଉତ୍ପାଦକ ଗୋଷ୍ଠୀ ଅଂଶଗ୍ରହଣ କରିବା ସହ ପ୍ରାୟ ୩୦୦ ରୁ ଅଧିକ ଷ୍ଟଲ ମାଧ୍ୟମରେ ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କ ଦ୍ବାରା ପ୍ରସ୍ତୁତ ସାମଗ୍ରୀର ପ୍ରଦର୍ଶନୀ ସହିତ ବିକ୍ରି ହେବ । । ମାର୍ଚ୍ଚ ୨ ଯାଏଁ ନଅ ଦିନ ଧରି ଚାଲିବ ଏହି ପ୍ରଦର୍ଶନୀ। ହସ୍ତଶିଳ୍ପ, ଟେରାକୋଟା, ବାଉଁଶ ଶିଳ୍ପ, ହସ୍ତତନ୍ତ ଏବଂ ଘରୋଇ…

Read More

ଦୁର୍ଘଟଣା ପରେ ସାଇକେଲ ଆରୋହୀଙ୍କ କଟା ହାତ ନେଇ ପଳାଇଲା ପିକ୍‌ଅପ୍‌ ଡ୍ରାଇଭର । ଗୁରୁତର ସାଇକେଲ ଆରୋହୀ ଗୁରୁଦାସପୁର ଅଞ୍ଚଳର ପୂର୍ଣ୍ଣଚନ୍ଦ୍ର ମଲ୍ଲିକଙ୍କୁ ଡାକ୍ତରଖାନା ପଠାଇଲେ ସ୍ଥାନୀୟ ଲୋକେ । ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ରାଇବଣିଆ ଥାନା ଗୁରୁଦାସପୁର ବ୍ରିଜ ନିକଟରେ ।ସୂଚନା ଅନୁସାରେ ଜଳେଶ୍ବର ଥାନା ଗୁରୁଦାସପୁର ଗାଁର ପୂର୍ଣ୍ଣଚନ୍ଦ୍ର ମହାନ୍ତି ବଜାରରୁ କାମ ସାରି ଘରକୁ ଫେରୁଥିବା ବେଳେ ଏକ ପିକଅପ ଭ୍ୟାନ ଦ୍ରୁତ ଗତିରେ ଆସି ପଛପଟୁ ଧକ୍କା ଦେଇଥିଲା । ଫଳରେ ପିକଅପ୍ ଡାଲାରେ କଟା ହାତ ଝୁଲୁଥିବା ଦେଖି ସ୍ଥାନୀୟ ଲୋକେ ଭୟଭୀତ ହୋଇଯାଇଥିଲେ । ପରେ ପୂର୍ଣ୍ଣଚନ୍ଦ୍ରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଜଳେଶ୍ବର ହସପିଟାଲରେ ଭର୍ତ୍ତି କରିଥିଲେ ଲୋକେ । ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବାଲେଶ୍ବର ସ୍ଥାନାନ୍ତର କରାଯାଇଛି । ଡ୍ରାଇଭର ଫେରାର ହୋଇଯାଉଥିବାବେଳେ ସ୍ଥାନୀୟ ଲୋକେ କାବୁ କରି ରାଇବଣିଆ ପୋଲିସକୁ ଖବର ଦେଇଥିଲେ…

Read More

ଏଣିକି ଓଡିଶା ସରକାର କର୍ମଚାରୀମାନେ କୌଣସି ମୂଲ୍ୟବାନ ସମ୍ପତ୍ତି କିଣିବା ପୂର୍ବରୁ ସରକାରଙ୍କୁ ସୂଚନା ଦେବେ। ରାଜ୍ୟ ସରକାର କର୍ମଚାରୀମାନଙ୍କୁ ସେମାନଙ୍କର ଦୁଇ ମାସର ମୂଳ ଦରମା ଠାରୁ ଅଧିକ ମୂଲ୍ୟର ସ୍ଥାବର ସମ୍ପତ୍ତି ସହିତ ଜଡିତ ଯେକୌଣସି କାରବାର ରିପୋର୍ଟ କରିବାକୁ କହିଛନ୍ତି।ଓଡ଼ିଶା ଗଭର୍ଣ୍ଣମେଣ୍ଟ ସରଭ୍ୟାଣ୍ଟ କନଡକ୍ଟ ରୁଲ୍ ୧୯୫୯ର ରୁଲ୍ -୨୧ ଅନୁସାରେ ସରକାରଙ୍କ ଅନୁମତି ନେବା ଜରୁରୀ ବୋଲି ଆଇନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । “ତେଣୁ, ଆପଣଙ୍କୁ ସୁନା ଜିନିଷ କ୍ରୟ କରିବା ପରେ ଉପଯୁକ୍ତ ଭାବରେ ରିପୋର୍ଟ କରିବାକୁ ଅନୁରୋଧ କରାଯାଉଛି,” ବିଭାଗ ଆହୁରି କହିଛି।

Read More

କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ । ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା କାରଣରୁ ଗୁରୁବାର ସଂଧ୍ୟାରେ ତାଙ୍କୁ ସାର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ବାସ୍ଥ୍ୟାବସ୍ଥା ବର୍ତ୍ତମାନ ଠିକ୍‌ ଅଛି। ଡାକ୍ତରଙ୍କ ଏକ ଟିମ୍‌ ତାଙ୍କ ଉପରେ ନଜର ରଖିଛନ୍ତି ଏବଂ ଶୁକ୍ରବାର ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇପାରେ।ଏହା ପୂର୍ବରୁ ୨୦୨୪ ସେପ୍ଟେମ୍ବରରେ ବି ସୋନିଆ ଗାନ୍ଧୀଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ସାର୍ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତାଙ୍କୁ ସାମାନ୍ୟ ଜ୍ୱର ହୋଇଥିଲା । ପୂର୍ବରୁ ୨୦୨୪ ମାର୍ଚ୍ଚରେ ମଧ୍ୟ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ସାର୍ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଅସୁସ୍ଥତା କାରଣରୁ, ସୋନିଆ ଗାନ୍ଧୀ ଗତ ବର୍ଷ ଡିସେମ୍ବରରେ କର୍ଣ୍ଣାଟକର ବେଲଗାମରେ ଅନୁଷ୍ଠିତ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) ବୈଠକରେ ଯୋଗ ଦେଇ ନଥିଲେ। ସାର ଗଙ୍ଗା ରାମ ହସ୍ପିଟାଲର ପରିଚାଳନା ପକ୍ଷରୁ କୁହାଯାଇଛି ଯେ,…

Read More

ଗୁରୁବାର ଦୁର୍ଗାପୁର ଏକ୍ସପ୍ରେସୱେରେ ପୂର୍ବତନ ଭାରତୀୟ କ୍ରିକେଟର ସୌରଭ ଗାଙ୍ଗୁଲିଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌରଭ ଗାଙ୍ଗୁଲି ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ବର୍ଧବାନ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା।ତେବେ ଗାଙ୍ଗୁଲିଙ୍କୁ କୌଣସି ପ୍ରକାରର କ୍ଷତି ହୋଇନାହିଁ । ଦୁର୍ଗାପୁର ଏକ୍ସପ୍ରେସୱେ’ର ଦନ୍ତନପୁର ନିକଟରେ ହଠାତ ଏକ ଟ୍ରକ ତାଙ୍କ ଗାଡ଼ି ଆଗକୁ ଚାଲିଆସିଥିଲା । ଗାଙ୍ଗୁଲିଙ୍କ ଗାଡ଼ିର ଡ୍ରାଇଭର ବ୍ରେକ୍ ମାରିବାରୁ ପଛରେ ଥିବା କାର୍ ପରସ୍ପରକୁ ଧକ୍କା ଦେଇଥିଲା । ଯେଉଁଥିରେ ଗାଙ୍ଗୁଲିଙ୍କ କାର୍ ମଧ୍ୟ ଧକ୍କା ହୋଇଥିଲା । ଗାଙ୍ଗୁଲି କିମ୍ବା ତାଙ୍କ ସହିତ ଯାଉଥିବା କାହାରିକୁ କୌଣସି କ୍ଷତି ହୋଇନାହିଁ । କିନ୍ତୁ ସାମାନ୍ୟ ଦୁର୍ଘଟଣା ପାଇଁ ତାଙ୍କୁ କିଛି ସମୟ ରହିବାକୁ ପଡ଼ିଥିଲା । ଏହାପରେ ବର୍ଦ୍ଧମାନ ବିଶ୍ବବିଦ୍ୟାଳୟର କାର୍ୟ୍ୟକ୍ରମରେ ଯୋଗଦେବାକୁ ଚାଲିଯାଇଥିଲେ । ସୌରଭ ଗାଙ୍ଗୁଲି ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଏବଂ ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)ର ପୂର୍ବତନ…

Read More

ଫେବୃୟାରୀ ୨୧ ଅର୍ଥାତ୍ ଆଜି ହେଉଛି ଅନ୍ତର୍ଜାତୀୟ ମାତୃଭାଷା ଦିବସ । ବିଶ୍ୱରେ ଭାଷା ଏବଂ ସଂସ୍କୃତିର ବିବିଧତାକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ଏହି ଦିବସ ପାଳନ କରାଯାଉଛି । ଗତ ୨୦୦୦ ମସିହାରେ ଜାତିସଂଘ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳନ କରିବାକୁ ଘୋଷଣା କରିଥିଲା । ଭାଷା ଆମ ସଂସ୍କୃତିର ରକ୍ଷକ । ଭାଷା ଦିବସ ପାଳନ କରାଯିବା ଦ୍ୱାରା ଭାଷାଗତ ବିବିଧତା ଓ ବହୁ ଭାଷୀ ଶିକ୍ଷାକୁ ସଶକ୍ତ କରିବା ସହ ଭାଷାଗତ ତଥା ସାଂସ୍କୃତିକ ପରମ୍ପରା ପ୍ରତି ସଚେତନତା ସୃଷ୍ଟି କରାଯାଇପାରୁଛି । ସ୍କୁଲ୍‌ ଗୁଡିକରେ ପିଲାମାନଙ୍କୁ ମାତୃଭାଷାରେ କହିବା ଓ ଲେଖିବାକୁ କୁହାଯାଏ । ‘ବିବିଧତା ମଧ୍ୟରେ ଏକତା’ ସିଦ୍ଧାନ୍ତକୁ ନେଇ ଭାରତ ବିଶ୍ୱରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି । ଏହାର ସମୃଦ୍ଧ ସାଂସ୍କୃତିକ ପରିବେଶ କ୍ଷେତ୍ରରେ ଭାଷାର ଭୂମିକା ରହିଛି । ଏଣୁ ଭାରତରେ ଏହି ଦିବସ ପାଳନ କରାଯିବାର ଢେର…

Read More

ପୁରୀ ତାଳବଣିଆ ପୋଲିସକୁ ବଡ଼ ସଫଳତା । ନିଖୋଜ ନାବାଳିକାକୁ ଖୋଜୁ ଖୋଜୁ ଦେହ ବ୍ୟବସାୟ ଗ୍ୟାଙ୍ଗକୁ ଧରିଲା ପୋଲିସ ।କିଙ୍ଗପିନ ରଞ୍ଜୁଲତା ଦାସଙ୍କ ସମେତ ୧୨ ଜଣଙ୍କୁ ଗିରଫ କଲା ପୋଲିସ।ଜୋରଜବରଦସ୍ତ ସେକ୍ସ ରାକେଟ ଚଳାଉଥିଲା ରଞ୍ଜୁଲତା । ଧରମ ମାଆ ସାଜି ଦୁଇ ନାବାଳିକାଙ୍କ ସହ ତାଙ୍କ ମାଆଙ୍କୁ ମଧ୍ୟ ଦେହ ବ୍ୟବସାୟ କରିବାକୁ ବାଧ୍ୟ କରୁଥିଲା । ନାବାଳିକା ନିଖୋଜ ନେଇ ଜାନୁଆରୀ ୧୮ତାରିଖରେ ଥାନାରେ ଅଭିଯୋଗ କରିଥିଲେ ନାବାଳିକାଙ୍କ ମା । ପୋଲିସ ଏକ ମାମଲା ରୁଜୁ କରିବା ସହ ତଦନ୍ତ କରି ନାବାଳିକାକୁ ଉଦ୍ଧାର କରିଥିଲା । ନାବାଳିକାଠୁ ସମସ୍ତ ତଥ୍ୟ ନେଇ ଚଢାଉ କରି ଏକ ବଡ଼ ସେକ୍ସ ରାକେଟର ପର୍ଦ୍ଦାଫାସ କରିଛି ତାଳବଣିଆ ପୋଲିସ । ସମସ୍ତ ଅଭିଯୁକ୍ତଙ୍କୁ ପକ୍ସୋ ଆକ୍ଟରେ ଗିରଫ କରାଯାଇଛି।

Read More

ଶ୍ରୀମନ୍ଦିରରେ ଗୁରୁବାର ମଧ୍ୟାହ୍ନ ଧୂପରେ ମହାପ୍ରଭୁଙ୍କ ପାଖରେ ଜୈବିକ ଚାଉଳରେ ପ୍ରସ୍ତୁତ ଅମୃତ ଅନ୍ନ ଲାଗି କରାଯାଇଛି। ପାଞ୍ଚ ପ୍ରକାର ଜୈବିକ ଚାଉଳରେ ପ୍ରସ୍ତୁତ ଅମୃତ ଅନ୍ନ ଭୋଗ ଲାଗି ହୋଇଛି। ଏହି ମହାପ୍ରସାଦକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ଓ ପ୍ରଶାସନିକ ଅଧିକାରୀମାନଙ୍କ ସମେତ ସୁଆର ମହାସୁଆର ନିଯୋଗର କର୍ମକର୍ତ୍ତାମାନେ ସେବନ କରିଥିଲେ।ଗୋବିନ୍ଦ ଭୋଗ ଚାଉଳ ଓ ଝିଲି ଚାଉଳକୁ କୋଠ ଭୋଗରେ ବ୍ୟବହୃତ କରିବା ପାଇଁ ମୋହର ମାରିଲା ଶ୍ରୀମନ୍ଦିର ପ୍ରଶାସନ । ବାକି ପ୍ରଜାତି ଜୈବିକ ଚାଉଳ ସାଧାରଣ ଶ୍ରଦ୍ଧାଳୁଙ୍କ ନିମନ୍ତେ ମହାପ୍ରସାଦ ହୋଇ ଆନନ୍ଦ ବଜାରରେ ବିକ୍ରି ହେବ । ଆଗାମୀ ଦିନରେ ଏହି ସବୁ ଚାଉଳକୁ ଅଧିକ ମହଜୁଦ ରଖିବାକୁ ବିଭିନ୍ନ ସଂଗଠନମାନଙ୍କୁ ଶ୍ରୀମନ୍ଦିର ପ୍ରଶାସନ, ରାଜ୍ୟ ସରକାରଙ୍କ କୃଷି ବିଭାଗ ପକ୍ଷରୁ ଆର୍ଥିକ ପ୍ରୋତ୍ସାହନ ଯୋଗାଇବା ପାଇଁ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଆଗକୁ ଡାଲି ଓ…

Read More

ଶୁକ୍ରବାରଠାରୁ ୫.୧୨ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ମାଧ୍ୟମିକ ଶିକ୍ଷା ବୋର୍ଡ (BSE) ଦ୍ୱାରା ପରିଚାଳିତ ମାଟ୍ରିକ୍ ପରୀକ୍ଷା ଦେବେ। ବୋର୍ଡର ସୂତ୍ରରୁ ଜଣାପଡ଼ିଛି ଯେ, ସାରା ରାଜ୍ୟରେ ମୋଟ ୫,୧୨,୪୩୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ।ପରୀକ୍ଷାକୁ ଶୃଙ୍ଖଳିତ କରିବାକୁ ୩୧୪ଟି ନୋଡାଲ ସେଣ୍ଟର କରାଯାଇଛି। ଆସନ୍ତାକାଲି ସକାଳ ୯ଟାରେ ପରୀକ୍ଷା ଆରମ୍ଭ ହେବ ଓ ଛାତ୍ରଛାତ୍ରୀ ୭ଟା ୩୦ ମିନିଟରେ କେନ୍ଦ୍ରକୁ ପ୍ରବେଶ କରିବେ। ଆଜି ଚୂଡ଼ାନ୍ତ ପ୍ରସ୍ତୁତି ପରଖିବା ପାଇଁ ବୋର୍ଡ ପକ୍ଷରୁ ୬୦୦ କେନ୍ଦ୍ରର ଲାଇଭ ଡ୍ରାଏ ରନ୍ କରାଯାଇଛି। ୨୦୨୫ ଦଶମ ଶ୍ରେଣୀ ପରୀକ୍ଷାର ପ୍ରଥମ ଦିନରେ, ଛାତ୍ରଛାତ୍ରୀମାନେ ଓଡ଼ିଆ/ବଙ୍ଗାଳୀ/ହିନ୍ଦୀ/ଉର୍ଦ୍ଦୁ/ତେଲୁଗୁ/ଇଂରାଜୀ ସମେତ ପ୍ରଥମ ଭାଷା ବିଷୟ ପାଇଁ ପରୀକ୍ଷା ଦେବେ।କପି ରୋକିବା ପାଇଁ ଚାରିସ୍ତରୀୟ ସ୍କ୍ୱାଡ୍ ଗଠନ କରାଯାଇଛି। ଲାଇଭ୍ ଷ୍ଟ୍ରିମିଂ ମାଧ୍ୟମରେ ରିଅଲ୍-ଟାଇମ୍ କାର୍ଯ୍ୟାବଳୀ ତଦାରଖ କରିବା ପାଇଁ ବୋର୍ଡ ମୁଖ୍ୟାଳୟରେ ଏକ ନିୟନ୍ତ୍ରଣ କକ୍ଷ ପ୍ରତିଷ୍ଠା କରାଯିବ। ବୋର୍ଡ ଅଧିକାରୀମାନେ ନିୟନ୍ତ୍ରଣ କକ୍ଷରୁ ପରୀକ୍ଷା…

Read More