ରାଜୀବ କୁମାରଙ୍କ କାର୍ଯ୍ୟକାଳ ଆସନ୍ତା ୧୮ ତାରିଖରେ ଶେଷ ହେଉଥିବା ବେଳେ ଆଜି ଜ୍ଞାନେଶ କୁମାରଙ୍କୁ ୨୬ତମ ମୁଖ୍ୟ ନିର୍ବାଚନ କମିସନର ଭାବେ ନିଯୁକ୍ତି ଦିଆଯାଇଛି।ଜ୍ଞାନେଶ ଏବେ ନିର୍ବାଚନ ଆୟୁକ୍ତ ଥିବାବେଳେ ତାଙ୍କୁ ସିଇସି ଭାବେ ପଦୋନ୍ନତି ଦିଆଯାଇଛି। ସେହିପରି ୧୯୮୯ ବ୍ୟାଚ୍ ହରିୟାଣା କ୍ୟାଡର ଆଇଏଏସ୍ ବିବେକ ଯୋଶୀଙ୍କୁ ନିର୍ବାଚନ ଆୟୁକ୍ତ ଭାବେ ନିଯୁକ୍ତି ଦିଆଯାଇଛି। କେରଳ କ୍ୟାଡର୍ର ଏହି ପୂର୍ବତନ ଆଇଏଏସ୍ ଅଫିସରଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଗଠିତ ଏକ ପ୍ୟାନେଲ ନିଯୁକ୍ତ କରିଛି ।ସେ ୨୦୨୯ ଜାନୁଆରୀ ୨୬ ତାରିଖ ପର୍ଯ୍ୟନ୍ତ ଏହି ଦାୟିତ୍ଵ ନିର୍ବାହ କରିବେ।
Author: sanitelevision
ରାଜା ସରକାର ମହିଳାମାନଙ୍କୁ ବର୍ଷକୁ ଦୁଇଟି କିସ୍ତିରେ ୧୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନର ପ୍ରତିଶ୍ରୁତିକୁ ପାଳନ କରୁଛନ୍ତି। ତେବେ ବଜେଟରେ ସୁଭଦ୍ରା ଯୋଜନାକୁ ଗୁରୁତ୍ବ ଦେଇଛନ୍ତି ସରକାର । ଏଥି ପାଇଁ ୧୦ହଜାର ୧୪୫କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ସେହିଭଳି ସୁଭଦ୍ରା ସୁରକ୍ଷା ନୂଆ ଯୋଜନା ପାଇଁ ୧୫୩କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ଏଥି ସହ ନୂଆ ଯୋଜନା ହିସାବରେ ଗରିବ ଝିଅଙ୍କ ବିବାହ ପାଇଁ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ୧୨କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ଏଥିରେ ଗରିବ ଝିଅଙ୍କ ସାମୁହିକ ବିବାହ କରିବେ ସରକାର ।ବର୍ତ୍ତମାନ ସୁଦ୍ଧା ପ୍ରଥମ କିସ୍ତିରେ ୯୮ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ୪ ହଜାର ୯ ଶହ କୋଟିରୁ ଅଧିକ ଟଙ୍କା ଦଇଛନ୍ତି। ୫ବର୍ଷରେ ସମସ୍ତ ଯୋଗ୍ୟ ମହିଳାଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରିବେ । କେବଳ ଏତିକି ଆର୍ଥିକ ସହାୟତାରେ ଅଟକିବ…
ଆସନ୍ତା ୨୬ ତାରିଖରେ ମହାପ୍ରଭୁ ଲିଙ୍ଗରାଜଙ୍କ ଜାଗର ଉତ୍ସବ ପାଇଁ ରାତି ୧୦ଟାରେ ଉଠିବ ମହାଦୀପ । ସ୍ୱତନ୍ତ୍ର ପ୍ରଦକ୍ଷଣ ଭବନ ସମିଳନୀ କକ୍ଷରେ ଆୟୋଜିତ ସମନ୍ୱୟ କମିଟି ବୈଠକରେ ସର୍ବସମତି କ୍ରମେ ନିଷ୍ପତି ନିଆଯାଇଛି । ଏହି ଉପଲକ୍ଷେ ଲିଙ୍ଗରାଜ ମନ୍ଦିରରେ ମୁତୟନ ହେବ ୪୦ପ୍ଳାଟୁନ ଫୋର୍ସ ପୋଲିସ।ମନ୍ଦିର ସେବାୟତା ଏବଂ ଭିଆଇପିମାନଙ୍କ ନିମନ୍ତେ ପୃଥକ ଦ୍ୱାର ବ୍ୟବହାର କରାଯିବା । ୨୬ ତାରିଖ ଭୋର ୩ଟା ୩୦ରୁ ପୂର୍ବାହ୍ନ ୧୧ଟା ଏବଂ ସନ୍ଧ୍ୟା ୬ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ମନ୍ଦିର ଖୋଲା ରହିବ ।ସେହିପରି ଅଗ୍ନିଶମ ସେବା, ଲାଇଭ ଟେଲିକାଷ୍ଟ, ଆସ୍ଥାୟୀ ସ୍ୱାସ୍ଥ୍ୟ ସେବା, ଜରୁରୀ ସ୍ୱାସ୍ଥ୍ୟ ସେବା ଆଦି ବିଭିନ୍ନ ଅତ୍ୟାବଶ୍ୟକ ସେବା ଉପରେ ଜିଲ୍ଲାପାଳ ଓ ମନ୍ତ୍ରୀ ଗୁରୁତ୍ୱାରାପ କରିଛନ୍ତି।
IAS ବିଷ୍ଣୁପଦ ସେଠୀଙ୍କ ଘରେ ମଙ୍ଗଳବାର ସକାଳୁ ସକାଳୁ ସିବିଆଇ ରେଡ୍ ହୋଇଥିବା ସୂଚନା ମିଳିଛି । ସିବିଆଇର ୮ ଜଣିଆ ଟିମ ବିଷ୍ଣୁପଦଙ୍କ ଭୁବନେଶ୍ବରରେ ଥିବା ସରକାରୀ କ୍ବାର୍ଟର୍ସରେ ରେଡ୍ କରିଛନ୍ତି। ପୂର୍ବରୁ ବିଷ୍ଣୁପଦ ସେଠୀ ଓ ବ୍ରିଜ ଆଣ୍ଡ ରୁଫ କଂପାନୀ ଲିଙ୍କ ନେଇ ଏକ ତଥ୍ୟ ସାମ୍ନାକୁ ଆସିଥିଲା । କଂପାନୀର ଇଷ୍ଟ କୋଷ୍ଟ ଜିଏମ୍ ବି କେ ସିଂଙ୍କ ଏକ ଚିଠି ପ୍ରଘଟ ହୋଇଥିଲା ।ବିଷ୍ଣୁପଦ ରେଡ୍କୁ ନେଇ ପ୍ରତିକ୍ରିୟାରେ କହିଛନ୍ତି, ମୋ ଘରେ ଜୋରଜବରଦସ୍ତ ରେଡ୍ ଚାଲିଛି । ଏହା ଏକ ଷଡଯନ୍ତ୍ର ଭଳି ଲାଗୁଛି । ବ୍ରିଜ ଆଣ୍ଡ ରୁଫ କମ୍ପାନୀ ସହିତ ମୋର କୌଣସି ସମ୍ପର୍କ ନାହିଁ । ମୁଁ ଚାକିରିରୁ ଇସ୍ତଫା ଦେବାକୁ ପ୍ରସ୍ତୁତ ଅଛି । ମୋର କିଛି ଦୋଷ ନାହିଁ ।ସୂଚନା ଅନୁସାରେ ଗତବର୍ଷ ଡିସେମ୍ବର ୪ରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର…
ବାହାଘର ଭୋଜି ଖାଇ ୩ଶହରୁ ଅଧିକ ଲୋକ ଅସୁସ୍ଥ । ଗାଁରେ ପହଂଚିଛି ମେଡିକାଲ ଟିମ୍ । ଅସୁସ୍ଥ ଲୋକଙ୍କ ଚିକିତ୍ସା ଜାରି ରହିଛି । ସୂଚନା ଅନୁସାରେ ବୈଦେଶ୍ୱର ପାଟଣା ସାହିରେ ରବିବାର ରାତିରେ ପଦ୍ମ ଚରଣ ସାହୁ ନାମକ ବ୍ୟକ୍ତିଙ୍କ ଝିଅ ବାହାଘରରେ ପ୍ରାୟ ଚାରି ଶହରୁ ଊର୍ଦ୍ଧ୍ବ ଲୋକ ଭୋଜି ଖାଇ ଥିଲେ । ମାତ୍ର ସୋମବାର ସକାଳୁ ଝାଡା ବାନ୍ତିରେ ଅନେକ ଆକ୍ରାନ୍ତ ହୋଇ ନିକଟସ୍ଥ ବୈଦେଶ୍ଵର୍ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ । ଜଣକ ପରେ ଜଣେ ସୁସ୍ଥ ହୋଇ ଘରକୁ ଫେରିବା ବେଳେ ସନ୍ଧ୍ୟା ପର୍ଯ୍ୟନ୍ତ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ଶହରେ ପହଞ୍ଚିଥିଲା । ଆଗକୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି । ଏହାକୁ ଦୃଷ୍ଟିରେ ରଖି ବାଙ୍କୀ ମେଡିକାଲରୁ ଅଧିକ ପରିମାଣର ସାଲାଇନ, ଓଆରଏସ ସହିତ ଆବଶ୍ୟକୀୟ ଔଷଧ ଅଣାଯାଇ ଗାଁରେ ମହଜୁଦ ରଖାଯାଇଛି । ବାଙ୍କୀରୁ…
ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି (ଶ୍ରୀମୁଖସିଂହାର) ଅନୁଷ୍ଠିତ ହେବ ବୋଲି ସୂଚନା ରହିଛି । ଏହି ନୀତି ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ। ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ବନକଲାଗି ନୀତି ହେବ ।ବନକଲାଗି ନୀତି ସଂପନ୍ନ ହେବା ପରେ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ। ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।ଦତ୍ତମହାପାତ୍ର ସେବକମାନେ ଦାରୁଦିଅଁଙ୍କ ବନକଲାଗି ସେବା କରିବେ । ଏହାଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ । ବନକଲାଗି ପରେ ମହାସ୍ନାନ ପୂଜା ବଢ଼ି ପୁନଃ ଦର୍ଶନ ଆରମ୍ଭ ହେବ । ଠାକୁରଙ୍କ ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଁଥ ଅଠା, କସ୍ତୁରୀ ଓ କଳା ଆଦି ଆବଶ୍ୟକ ହୋଇଥାଏ ।ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପକ୍ଷରୁ ପରିଚାଳିତ ଯୁକ୍ତ୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମଥର କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ପ୍ରାୟ ଏକା ସମୟରେ ଚାଲିବ। । ମାର୍ଚ୍ଚ ୨୭ ତାରିଖ ଯାଏ ପରୀକ୍ଷା ଚାଲିବ । ପ୍ରଥମ ଦିନରେ ବିଜ୍ଞାନ ବିଭାଗ (ଷ୍ଟ୍ରିମ୍)ର ମାତୃଭାଷା ଓଡ଼ିଆ ପରୀକ୍ଷା ହେବ । ପରୀକ୍ଷା ଦେବେ ୧ଲକ୍ଷ ୧୪ ହଜାର ୯୮୦ ପରୀକ୍ଷା । ସକାଳ ୯ଟା ୩୦ରେ ଅବଜର୍ଭର, ସୁପରିଣ୍ଟେଣ୍ଡେଣ୍ଟ ଏବଂ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟଙ୍କ ଉପସ୍ଥିତିରେ ପ୍ରଶ୍ନପତ୍ର ଖୋଲାଯିବ। ଡେପୁଟି ସୁପରିଣ୍ଟେଣ୍ଡେଣ୍ଟଙ୍କ ଦାୟିତ୍ୱରେ ସିଲ୍ ପ୍ରଶ୍ନପତ୍ରଗୁଡିକ ପରୀକ୍ଷା ରୁମ୍ରେ ପହଞ୍ଚାଯିବ। ଛାତ୍ରୀଛାତ୍ର ସକାଳ ୯ଟା ୩୦ରେ ପରୀକ୍ଷା କକ୍ଷକୁ ପ୍ରବେଶ କରିବେ ଓ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ୧ ପର୍ଯ୍ୟନ୍ତ ଚାଲିବ। ତେବେ ପରୀକ୍ଷାକୁ ସ୍ବଚ୍ଛ, ସୃଙ୍ଖଳିତ ତଥା ସୁରକ୍ଷି କରିବାକୁ ପରିଷଦ ପକ୍ଷରୁ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥିପାଇଁ ସବୁ ପରୀକ୍ଷା…
ତାତି ଆକଳନ କରି ଆଗୁଆ ସତର୍କ କରାଇଲା ଉଚ୍ଚ ଶିକ୍ଷା ବିଭାଗ । ସମସ୍ତ ଡିଗ୍ରୀ କଲେଜ ଓ ବିଶ୍ବବିଦ୍ୟାଳୟମାନଙ୍କୁ ବିଭାଗ ପକ୍ଷରୁ ଚିଠି ଜାରି ହୋଇଛି। ପାଠପଢା ଓ ପରୀକ୍ଷା ଆଦିକୁ ସକାଳୁଆ କରିବାକୁ କୁହାଯାଇଛି । ଗ୍ରୀଷ୍ମପ୍ରବାହରୁ ବର୍ତ୍ତିବା ପାଇଁ ଅପରାହ୍ଣରେ ଆଉଟଡୋର ଆକ୍ଟିଭିଟିକୁ ବାରଣ କରାଯାଇଛି । ସମସ୍ତ ବିଶ୍ବବିଦ୍ୟାଳୟ ଓ ଡିଗ୍ରୀ କଲେଜରେ ପିଇବା ପାଇଁ ସହ ଓଆରଏସ ମହଜୁଦ ରଖାଯିବ । ଶିକ୍ଷାନୁଷ୍ଠାନ ପରିସରରେ ଥିବା ଟ୍ୟୁବୱେଲ ଓ ପାଣିପମ୍ପକୁ କାର୍ଯ୍ୟକ୍ଷମ କିମ୍ବା ଆବଶ୍ୟକ ସ୍ଥଳେ ମରାମତି କରାଯିବ । କଲେଜ ଓ ପରୀକ୍ଷା କେନ୍ଦ୍ରରେ ଫାଷ୍ଟ ଏଡ ରହିଥିବା ସୁନିଶ୍ଚିତ କରାଯିବ ।ଅପରାହ୍ନରେ ଆଉଟଡୋର କାର୍ଯ୍ୟକଳାପ ପାଇଁ ବାରଣ କରାଯାଇଛି।ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶାବଳୀର ପାଳନ ନେଇ ଏକ ସ୍କ୍ବାର୍ଡ ଗଠନ କରାଯିବ ଓ ନିରୀକ୍ଷଣ କରାଯିବ ।
ଆଜି ରାଜ୍ୟ ବଜେଟ ଅଧିବେଶନ । ବଜେଟ ଉପାସ୍ଥାପନା କରିଛନ୍ତି ମୁଖ୍ୟମନ୍ତ୍ରୀ । କହିଛନ୍ତି ମାଳତୀ ଦେବୀ ପାକ ବିଦ୍ୟାଳୟ ପରିଧାନ ଯୋଜନା କରାଯିବ । ଅଙ୍ଗନୱାଡି ପିଲାଙ୍କୁ ୟୁନିଫର୍ମ ପ୍ରଦାନ କରାଯିବ । ବାଲ୍ୟ ବିବାହ ବନ୍ଦ ପାଇଁ ଆଦ୍ୱିକା ନାମରେ ନୂଆ ଯୋଜନା ରହିଛି । ଆମ କୁନିପିଲା ନାଁରେ ଯୋଜନା ରହିବ । ନବମ ଶ୍ରେଣୀ ପିଲାଙ୍କୁ ମିଳିବ ମାଗଣା ସାଇକେଲ । ପୁଣି କହିଛନ୍ତି ଯେ ଓଡିଶା ୨୦୩୬ର ଯୋଜନା ପ୍ରସ୍ତୁତ କରାଯାଉଛି । ଭିତ୍ତିଭୂମିର ବିକାଶ ପାଇଁ ପଯ୍ୟାପ୍ତ ନିବେଶ କରାଯାଉଛି । ରାଜ୍ୟ ରାଜପଥ ଗୁଡିକୁ ୪ –ଲେନ କରାଯିବ । ମୁଖ୍ୟମନ୍ତ୍ରୀ ବସ ଯୋଜନାରେ ବସ ଯୋଗାଯୋଗ ସୁଦୃଢ କରାଯିବ । କେବଳ ମହିଳା କର୍ମଚାରୀଙ୍କୁ ନେଇ ସ୍ୱତନ୍ତ୍ର ମହିଳା ବସ ଚଳାଚଳ କରିବାକୁ ନିଷ୍ପତ୍ତି ନିଆଯାଇଛି । ଏକ ଶହ ୩୩ଟି ବସ ଷ୍ଟାଣ୍ଡ କରାଯିବ । ସୁବଣ୍ଣରେଖା ଓ…
ଆଜି ରାଜ୍ୟ ବଜେଟ ଅଧିବେଶନ ରେ ବଜେଟ ଉପସ୍ଥାପନା କରୁଛନ୍ତି ମୁଖ୍ୟମନ୍ତ୍ରୀ । ୨ ଲକ୍ଷ ୯୦ ହଜାର କୋଟିର ବଜେଟ ଉପାସ୍ଥାପନା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ଆଳୁ ପାଇଁ ଆମେ କାହା ଉପରେ ନିର୍ଭର କରିବାକୁ ଚାହୁଁନାହୁଁ । ସରକାରଙ୍କ ପକ୍ଷରୁ ଚାଷୀଙ୍କୁ ଆଳୁ ବିହନ ଯୋଗାଇ ଦିଆଯାଉଛି । ଆମ ସରକାର ଯୁଗାନ୍ତକାରୀ ଶୀତଳଭଣ୍ଡାର ଯୋଜନା ଆଣିଛନ୍ତି । ରାଜ୍ୟର ସମସ୍ତ ସବଡିଭିଜନରେ ଶୀତଳ ଭଣ୍ଡାର ନିର୍ମାଣ କରାଯିବ । ଏହା ସହ ସବୁ ଅଚଳ ଶୀତଳ ଭଣ୍ଡାରକୁ କାଯ୍ୟକ୍ଷମ କରାଯିବ । ଏଥିପାଇଁ ଏକ ଜଳସେଚନ ମାଷ୍ଟରପ୍ଲାନ ପ୍ରସ୍ତୁତ କରାଯାଉଛି । ବଲାଙ୍ଗୀରର ସୁକତେଲ , ନୟାଗଡର ସୁକୁମି , ବରଗଡର ଘଟକେଶ୍ୱର ଜଳସେଚନ ପ୍ରକଳ୍ପ କାଯ୍ୟକ୍ଷମ କରାଯିବ । ରାଜ୍ୟକୁ ଅଧିକରୁ ଅଧିକ ଚାଷୀଙ୍କ କ୍ଷେତକୁ ଜଳ ପହଞ୍ଚାଇବାକୁ ଲକ୍ଷ୍ୟ ରଖାଯାଇଛି । ଖଇରି ବନ୍ଘନ , ବୃତାଙ୍ଗ , ଭାମକୁଣ୍ଡ ,…









