Author: sanitelevision

ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର କାମ। ଶ୍ରୀପଞ୍ଚମୀ ଓ ବନକଲାଗି ନୀତି ପାଇଁ ଥିଲା ସ୍ଥଗିତ। ଆଜି ଦ୍ବିତୀୟ ଭୋଗ ମଣ୍ଡପ ପରେ ମରାମତି କରାଯିବ। ଶ୍ରୀ ମନ୍ଦିରରେ ବିଭିନ୍ନ ପର୍ବପର୍ବାଣି ଓ ନୀତିକାନ୍ତି ହେତୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ମଝିରେ ମଝିରେ ସ୍ଥଗିତ ରଖାଯାଉଛି । ପୂର୍ବରୁ ରତ୍ନଭଣ୍ଡାରର କାନ୍ଥ ପ୍ଲାଷ୍ଟରିଙ୍ଗ କାର୍ଯ୍ୟ କରାଯାଇଥିବା ବେଳେ ବର୍ତ୍ତମାନ ଚଟାଣରେ ମରାମତି କାର୍ଯ୍ୟ କରାଯିବା ସହ ଆବଶ୍ୟକସ୍ଥଳରେ ପଥର ପରିବର୍ତ୍ତନର କାର୍ଯ୍ୟ କରାଯାଉଛି ।

Read More

ଶେଷରେ ଗିରଫ ହେଲେ କୋଟିପତି ସରକାରୀ ବାବୁ ଶାନ୍ତନୁ ମହାପାତ୍ର । ଶାନ୍ତନୁ ମହାପାତ୍ରଙ୍କ ସମେତ ଜଣଙ୍କୁ ଗିରଫ କଲା ଭିଜିଲାନ୍ସ ଟିମ୍ । ତାଙ୍କୁ ଲାଞ୍ଚ କାରବାରରେ ସହଯୋଗ କରୁଥିବା ଅନ୍ୟ ୪ଜଣଙ୍କୁ ଗିରଫ କଲା ପୋଲିସ୍ ।। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରିଥିଲା ଭିଜିଲାନ୍ସ । ରେଡ୍ ବେଳେ ୨.୦୬ କୋଟି ଟଙ୍କା ଜବତ କରିଥିଲା ଭିଜିଲାନ୍ସ । ମାଲକାନଗିରି ଅଫିସ, ଘର ସମେତ କଟକ, ଭୁବନେଶ୍ବର, ଜୟପୁର ଆଦି ୮ଟି ସ୍ଥାନରେ ଏକକାଳୀନ ରେଡ ହୋଇଥିଲା । ଶାନ୍ତନୁଙ୍କର ଜୟପୁର ସହରରେ ୬ହଜାର ବର୍ଗଫୁଟ ଜମିରେ ରହିଛି ୩ ମହଲା କୋଠା ।ଜଳଛାୟା ପ୍ରକଳ୍ପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ଦୁର୍ନୀତିର ଚେର ଏତେ ଲମ୍ବିଛି ଯେ, ଯେତେ ଖୋଳିଲେ ସେତେ ବାହାରୁଛି । ତଦନ୍ତ ବେଳେ ଜଣାପଡିଛି ସଂପୃକ୍ତ ଅଧିକାରୀ କର୍ମଚାରୀଙ୍କ ସହ ମିଶି ଆତ୍ମସାତ କରୁଥିଲେ ଟଙ୍କା । ତଦନ୍ତ ବେଳେ…

Read More

ଆୟ କର କୋହଳ ପରେ ମଧ୍ୟବିତ୍ତଙ୍କୁ ଆଉ ଏକ ବଡ ଉପହାର ମିଳିଛି। ୫ ବର୍ଷ ପରେ ରେପୋ ରେଟ୍‌ ହ୍ରାସ ପାଇଛି। ପୂର୍ବରୁ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ମେ ‘ ୨୦୨୦ରେ ରେପୋ ହାର ହ୍ରାସ କରିଥିଲା । କିନ୍ତୁ ଏହାପରେ ଏହାକୁ ଧୀରେଧୀରେ ୬.୫ ପ୍ରତିଶତକୁ ବୃଦ୍ଧି କରାଯାଇଥିଲା । ଶେଷ ଥର ପାଇଁ ଫେବୃଆରୀ ୨୦୨୩ରେ ରେପୋ ହାର ବୃଦ୍ଧି କରାଯାଇଥିଲା। ଏମପିସି(ମନିଟାରୀ ପଲିସି କମିଟି) ବୈଠକ ପରେ ଭାରତୀୟ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଘୋଷଣା କରିଛନ୍ତି ଯେ, ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ହ୍ରାସ କରାଯାଇଛି। ଏବେ ରେପୋ ହାର ୬.୫୦ରୁ ୬.୨୫କୁ ହ୍ରାସ କରାଯାଇଛି । । ରେପୋ ହାର ହ୍ରାସ ପରେ, ଋଣଗ୍ରହିତାଙ୍କ ଋଗଓ ଏବେ ହ୍ରାସ ପାଇବ । ଜଈଓ ଗଭର୍ଣ୍ଣର କହିଥିଲେ ଯେ ବିଶ୍ୱ ଅର୍ଥନୀତି ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି । ସେହି ସମୟରେ, ବିଶ୍ୱ ସ୍ତରରେ…

Read More

ଐତିହାସିକ କଟକ ବାଲିଯାତ୍ରାକୁ କେନ୍ଦ୍ର ସରକାର ‘ଜାତୀୟ ଉତ୍ସବ ମାନ୍ୟତା ପ୍ରଦାନ କରିବା ପ୍ରସଙ୍ଗ ନେଇ ବଢିଲା ଦ୍ବନ୍ଦ୍ବ । କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ଏନେଇ ରାଜ୍ୟସଭାରେ ଲିଖିତ ଉତ୍ତର ରଖିଛନ୍ତି ବୋଲି ବିଭିନ୍ନ ଫୋରମରେ ଚଚ୍ଚା ଆସିବା ପରେ ବଭିନ୍ନ ବ୍ୟକ୍ତିବିଶେଷ ସ୍ବାଗତ କରିବା ସହ କେନ୍ଦ୍ର ସରକାର, ପ୍ରଧାନମନ୍ତ୍ରୀ, ସଂସ୍କୃତି ମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇବା ଆରମ୍ଭ କରିଛନ୍ତି ।କିନ୍ତୁ ରାଜ୍ୟସଭାରେ କେନ୍ଦ୍ରମନ୍ତ୍ରୀ ଶେଖାୱତ ଯେଉଁ ଲିଖିତ ଉତ୍ତର ରଖିଛନ୍ତି, ସେଥିରେ କଟକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ମିଳିବା ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା ବା ଘୋଷଣା କରାଯାଇ ନାହିଁ ।

Read More

ପୁଣି ମୋ ବସ୍ ଧକ୍କା । ପରିବା ବ୍ୟବସାୟୀଙ୍କୁ ଧକ୍କା ଦେଲା ମୋ ବସ୍‌ । କଟକ ଖାନନଗର ମଲାଚଣ୍ଡିଆ ଟ୍ରାଫିକ୍‌ ଛକରେ ଘଟିଛି ଦୁର୍ଘଟଣା । ଦୁର୍ଘଟଣାରେ ପରିବା ବ୍ୟବସାୟୀ ଆହତ ହୋଇଥିବା ବେଳେ ତାଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।ତିନି ଦିନ ତଳେ ଭୁବନେଶ୍ବର ନନ୍ଦନ କାନନ ରାସ୍ତାରେ ମୋ ବସ୍ ଧକ୍କାରେ ୧୨ ବର୍ଷର ନାବାଳିକାର ହୋଇଥିବା ମୃତ୍ୟୁ । ଆଉ ଏବେ ପୁଣି ଆଉ ଏକ ଦୁର୍ଘଟଣା ଘଟାଇଛି ମୋ ବସ । ପ୍ରଶ୍ନ ଉଠୁଛି, ବାରାମ୍ବାର ଏଭଳି ଦୁର୍ଘଟଣା ପରେ ବି କାହିଁକି ସତର୍କତା ଅବଲମ୍ବନ କରୁ ନାହାଁନ୍ତି ମୋ ବସ୍ ଚାଳକ। କାହିଁକି ଚୁପ୍‌ ବସିଛି କ୍ରୁଟ୍ କର୍ତ୍ତୃପକ୍ଷ।

Read More

ବାରବାଟୀ ଦିନିକିଆକୁ ଆଉ ମାତ୍ର ଗୋଟିଏ ଦିନ। ସୁପର ସଣ୍ଡେରେ ହେବ ସୁପର ଲଢ଼େଇ । ଆଜି ଭୁବନେଶ୍ବରରେ ପହଞ୍ଚିବେ ରୋହିତ ଓ ବଟଲର ବାହିନୀ । ଭୁବନେଶ୍ବର ବିମାନ ବନ୍ଦରରୁ କଡ଼ା ସୁରକ୍ଷା ବଳୟରେ ଆସିବେ ହୋଟେଲ ମେ ଫେୟାର । ଦୁଇ ଟିମକୁ ଭବ୍ୟ ସ୍ୱାଗତ କରାଯିବ। ମେ ଫାୟାର ଆଗରେ ଲାଗିଛି ବଡ଼ ସ୍ବାଗତ ହୋର୍ଡିଂ । ହୋଟେଲ ବାହାରେ ସଜା ହୋଇଛି ଫୁଲ କୁଣ୍ଡ । ପାରମ୍ପରିକ ନୃତ୍ୟରେ ଖେଳାଳିଙ୍କୁ ସ୍ବାଗତ କରାଯିବ। ରହିବା ପାଇଁ ମେ ଫେୟାରରେ ୯୬ଟି ରୁମ୍ ବୁକ୍ ହୋଇଛି ।ଆଜି ବିଶ୍ରାମ ପରେ ଶନିବାର କଟକ ବାରବାଟୀ ଷ୍ଟାଡିୟମ ଯାଇ ଅଭ୍ୟାସ କରିବେ ଉଭୟ ଦଳର ଖେଳାଳି। ଇଂଲଣ୍ଡ ଖେଳାଳି ମାନେ ଅପରାହ୍ନ ୧ଟାରୁ ୪ଟା ଯାଏଁ ଏବଂ ଭାରତୀୟ ଖେଳାଳି ୪ଟାରୁ ୮ଟା ପର୍ୟ୍ୟନ୍ତ ଅଭ୍ୟାସ କରିବେ। ପୁଣି କଡ଼ା ସୁରକ୍ଷା ଭିତରେ ବାରବାଟୀରୁ ହୋଟେଲକୁ ଫେରିବେ ଖେଳାଳି।…

Read More

ବଲାଙ୍ଗିର ଗନ୍ଧମାର୍ଦ୍ଦନ ପାହାଡ଼ରେ ପୋଲିସ ମାଓ ମୁହାଁ ମୁହିଁ । ଉଭୟ ପକ୍ଷରୁ ଗୁଳି ବିନିମୟ ଚାଲିଥିବା ସୂଚନା । ଖପ୍ରାଖୋଲ ବ୍ଲକ ଭାନପୁର ଗାଁ ନିକଟରେ ହୋଇଛି ଏଭଳି ଘଟଣା।ପୋଲିସର ସର୍ଚ୍ଚ ଅପରେସନ୍ ଜାରି ରହିଥିବା ବଲାଙ୍ଗୀର ଏସପି ସୂଚନା ଦେଇଛନ୍ତି । ଜଙ୍ଗଲରେ ମାଓବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା କମ୍ବିଂ ଅପରେସନ୍ ।ସୂଚନା ଅନୁସାରେ ମଙ୍ଗଳବାର ଦିନ ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ କାଙ୍କେର ଏବଂ ନାରାୟଣପୁର ଜିଲ୍ଲା ସୀମାନ୍ତରେ ଗୁଳିବିନିମୟରେ ଜଣେ ହାର୍ଡକୋର ମାଓବାଦୀ ନିହତ ହୋଇଥିଲା । ଘଟଣାସ୍ଥଳରୁ ଗୋଟିଏ SLR ବନ୍ଧୁକ ସହ ବିପୁଳ ପରିମାଣର ମାଓ ବିସ୍ପୋରକ ସାମଗ୍ରୀ ଜବତ କରିଥିଲେ ସୁରକ୍ଷାକର୍ମୀ । ଏନକାଉଣ୍ଟରରେ ଜଣେ ହାର୍ଡ କୋର ମାଓବାଦୀ ନିହତ |

Read More

ବୌଦ୍ଧ ଜିଲ୍ଲାରେ ଦେଖିବାକୁ ମିଳିଛି ସ୍ୱାସ୍ଥ୍ୟ ସେବାର ଏପରି ବିକଳ ଚିତ୍ର। ଯାହାକୁ ନେଇ ବୁଦ୍ଧିଜୀବୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।। ଗର୍ଭବତୀ ମହିଳା ଜଣକ ହେଲେ ଡିଗିସିରା ଗାଁ ର ରବୀନ୍ଦ୍ର ଜାନୀଙ୍କ ପତ୍ନୀ ରଞ୍ଜିତା ଜାନି । ତାଙ୍କୁ ଗୁରୁତର ଅବସ୍ଥାରେ ପୁରୁଣା କଟକ ଗୋଷ୍ଠୀ ଚିକିତ୍ସାକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ବୌଦ୍ଧ ଜିଲ୍ଲାର ଡିଗିସିରା ଗାଁର ରବୀନ୍ଦ୍ର ଜାନୀଙ୍କ ପତ୍ନୀ ରଞ୍ଜିତା ଜାନିଙ୍କୁ ସକାଳୁ ପ୍ରସବ ଯନ୍ତ୍ରଣା ଆରମ୍ଭ ହୋଇଥିଲା । ଏହା ଦେଖି ପରିବାର ଲୋକେ ଆମ୍ବୁଲାନ୍ସକୁ ଖବର ଦେଇଥିଲେ । ଖବର ପାଇ ଆମ୍ବୁଲାନ୍ସ ଆସି ଥିଲେ ସୁଦ୍ଧା ଗାଁ କୁ ଯାଇ ପାରିନଥିଲା । ଗାଁ କୁ ଆମ୍ବୁଲାନ୍ସ ଯିବା ପାଇଁ ବାଟ ଅଟକାଇ ଥିଲା ଲକ୍ଷ୍ମୀ ନାଳ । ଆଉ ଗାଁ କୁ ଯାଇ ପାରିନଥିଲା ଆମ୍ବୁଲାନ୍ସ । ଏକ କିଲୋମିଟର ଦୂର ରେ ଅଟକି ରହିଥିଲା । ପରେ ଆମ୍ବୁଲାନ୍ସ…

Read More

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ବର୍ଷା ସମ୍ଭାବନା । ୬ ଜିଲ୍ଲାରେ ହାଲୁକା ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା । କେନ୍ଦୁଝର, ଗଞ୍ଜାମଳ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କେରାପୁଟର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ତେବେ ଜଗତସିଂହପୁର, ନୟାଗଡ଼, କଟକ, ଖୋର୍ଦ୍ଧାରେ ଘନ କୁହୁଡି ଆଶଙ୍କା । ୮ ତାରିଖ ଯାଏଁ ୪ ଜିଲ୍ଲାକୁ ଘନ କୁହୁଡି ନେଇ ଚେତାବନୀ ।

Read More

ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଆଦେଶ ପରେ ଆମେରିକାରେ ଅବୈଧ ଅନୁପ୍ରବେଶକାରୀଙ୍କୁ ହଟାଇବା ପ୍ରକ୍ରିୟା ଜାରି ରହିଛି । ଏହିକ୍ରମରେ ବୁଧବାର ପଞ୍ଜାବ ଅମୃତସରରେ ୧୦୦ରୁ ଅଧିକ ଲୋକ ଆମେରିକାର ଏକ ବିମାନ ଯୋଗେ ଫେରିଥିଲେ । ଏଥିରେ ଲୋକଙ୍କ ହାତକୁ ହାତକଡ଼ି ଓ ଗୋଡକୁ ଚେନ୍‌ରେ ବନ୍ଧାଯାଇଥିଲା ବୋଲି ଖବର ସୋସିଆଲ୍ ମିଡିଆରେ ଭାଇରାଲ ହୋଇଥିଲା ।ଆମେରିକାରୁ ଫେରିଥିବା ପଞ୍ଜାବର ହରବିନ୍ଦର ସିଂ କହିଛନ୍ତି, ୪୦ ଘଣ୍ଟା ପର୍ଯ୍ୟନ୍ତ ସେମାନଙ୍କ ହାତରେ ହାତକଡ଼ି ଓ ପାଦରେ ବେଡି ପଡ଼ିଥିଲା । ସିଟରୁ ହଲିବାକୁ ମଧ୍ୟ ବାରଣ କରାଯାଇଥିଲା । ଟଇଲେଟ୍ ବ୍ୟବହାରର ଅନୁମତି ମଧ୍ୟ ଦିଆଯାଇ ନ ଥିଲା ।କିନ୍ତୁ ବାରମ୍ବାର ଅନୁରୋଧ କରିବା ପରେ ସେମାନଙ୍କୁ ଘୋଷାଡ଼ି ଘୋଷାଡ଼ି ବାଥରୁମ୍ ନିଆଯାଉଥିଲା । ୪୦ ଘଣ୍ଟାର ଯାତ୍ରା ନରକ ଯନ୍ତ୍ରଣାଠାରୁ ମଧ୍ୟ ଅଧିକ ଥିଲା । ଉଭୟ ମାନସିକ ଏବଂ ଶାରୀରିକ ସ୍ତରରେ କଷ୍ଟ ଦିଆଯାଇଥିଲା । ତେବେ ପିଆଇବି…

Read More