Author: sanitelevision

ରାଜ୍ୟରେ ଫେବୃଆରୀ ତାତି ବଢ଼ିବାରେ ଲାଗିଛି। ଦିନର ତାପମାତ୍ରା ସ୍ୱାଭାବିକ ଠାରୁ ୫ରୁ ୬ ଡିଗ୍ରୀ ବଢିଥିବା ବେଳେ ରାତିର ତାପମାତ୍ରା ସ୍ୱାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏହିଭଳି ପାଣିପାଗ ରହିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷ କରି ଉପକୂଳ ଓଡ଼ିଶା ସମେତ ପଶ୍ଚିମ ଓଡିଶାର ଜିଲ୍ଲା ଗୁଡିକରେ ତାପମାତ୍ରା ବୃଦ୍ଧି ପାଇବ। ସମ୍ବଲପୁର, ଝାରସୁଗୁଡା, ବଲାଙ୍ଗୀର, ବରଗଡ଼, ସୋନପୁର, କଳାହାଣ୍ଡି, ଗଜପତି, ନୂଆପଡା, ଅନୁଗୋଳ, ଢେଙ୍କାନାଳ ସମେତ ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ବି ଅହେତୁକ ଭାବରେ ବୃଦ୍ଧି ପାଇବ। ବର୍ତ୍ତମାନ ରାଜ୍ୟରେ ମେଘମୁକ୍ତ ଆକାଶ ସହ ସୂର୍ଯ୍ୟଙ୍କ ଟାଣ କିରଣ ପାଇଁ ପାରଦ ଉପର ମୁହାଁ ହୋଇଛି ବୋଲି ପାଣିପାଗ କେନ୍ଦ୍ର କହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ” ବର୍ତ୍ତମାନ ପୁରା ଓଡ଼ିଶାରେ ଦିନ ତାପମାତ୍ରା…

Read More

ମାଲକାନଗିରି ପିଏ ଦେବନାରାୟଣ ପଣ୍ଡାଙ୍କ ମୃତ୍ୟୁ ମାମଲା । ଆଇଏଏସ୍ ମନୀଷ ଅଗ୍ରୱାଲଙ୍କ ବଢିଲା ଅଡୁଆ । ମନୀଷଙ୍କ ନାଁରେ ଏନଡବ୍ଲୁ ଜାରି କରିବା ପାଇଁ ନିର୍ଦ୍ଦେଶ ରହିଛି । ମନିଷ ଅଗ୍ରୱାଲଙ୍କ ସହ ଅନ୍ୟ ୩ ଜଣଙ୍କ ନାଁରେ ବି ଏନଡବ୍ଲୁ ଲାଗି ନିର୍ଦ୍ଦେଶ ଦିଆଯାଇଛି । ବାରମ୍ବାର ନୋଟିସ ସତ୍ତ୍ୱେ ହଜାର ହୋଇ ନଥିବାରୁ ନିର୍ଦ୍ଦେଶ ଦେଇଛନ୍ତି ମାଲକାନଗିରି ଏସଡିଜେଏମ୍ । ତେବେ ବର୍ତ୍ତମାନ ଯୋଜନା ଓ ସମନ୍ବୟ ବିଭାଗର ଅତିରିକ୍ତ ସଚିବ ଅଛନ୍ତି ମନୀଷ ।ସୂଚନା ଅନୁସାରେ ମାଲକାନଗିରି ଜିଲ୍ଲାର ପୂର୍ବତନ ଜିଲ୍ଲାପାଳଙ୍କ ସହଯୋଗୀ ଦେବନାରାୟଣ ପଣ୍ଡା ମୃତ୍ୟୁ ମାମଲାରେ ଏହି ଏନବିଡବ୍ଲ୍ୟୁ ଜାରି କରାଯାଇଛି। ୨୦୧୯ ଡିସେମ୍ବରରେ ଦେବ ନାରାୟଣଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିଲା। ଦେବ ନାରାୟଣଙ୍କ ପରିବାର ହତ୍ୟା ଅଭିଯୋଗ ଆଣିଥିଲେ।

Read More

ରେଲୱେ ବଜେଟ୍‌ରେ ଓଡ଼ିଶାକୁ ମିଳିଥିବା ଭାଗ ଉପରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୋମବାର ସାମ୍ୱାଦିକ ସମିଳନୀ କରି ସୂଚନା ଦେଇଛନ୍ତି । ଫେବ୍ରୁଆରୀ ୧ରେ ଘୋଷିତ ବଜେଟ୍‌ରେ ରେଲୱେକୁ ୨.୫୨ ଲକ୍ଷ କୋଟି ଟଙ୍କା ଆବଣ୍ଟିତ ହୋଇଛି । ଏଥିରୁ ଓଡ଼ିଶା ପାଇଁ ୧୦ ହଜାର ୫୯୯ କୋଟି ଟଙ୍କା ରହିଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି । ସେ କହିଛନ୍ତି, ଓଡ଼ିଶାରେ ୧୦ ବର୍ଷରେ ୨୦୪୬ କିମି ନୂଆ ଟ୍ରାକ ନିର୍ମାଣ ହୋଇଛି। ଓଡ଼ିଶାରେ ନବନିର୍ମିତ ଟ୍ରାକ ମାଲେସିଆରେ ଥିବା ଟ୍ରାକଠୁ ଅଧିକ। ଓଡ଼ିଶାରେ ୬ଟି ବନ୍ଦେ ଭାରତ ବର୍ତ୍ତମାନ ଚାଲୁଛି। ଏହା ଛଡ଼ା ୭୮ ହଜାର କୋଟିର ପ୍ରକଳ୍ପ ନିର୍ମାଣ ଚାଲିଛି। ଓଡ଼ିଶାରେ ୧୮୯୮ କିମି ଟ୍ରାକ୍‌ରେ କବଚ ଲାଗିବା କାମ ମଧ୍ୟ ସରିଛି।

Read More

ସେୟାର ମାର୍କେଟରେ ଲାଗିଛି ନିଆଁ । ମାତ୍ର କିଛି ସମୟ ମଧ୍ୟରେ ନିବେଶକଙ୍କ ୫ ଲକ୍ଷ କୋଟି ଟଙ୍କା ବୁଡ଼ି ଯାଇଛି । ସୂଚନା ଅନୁସାରେ ଆଜି ସେୟାର ବଜାରରେ ବଡ଼ ଧରଣ ହ୍ରାସ ଘଟିଛି । ଉଭୟ ନିଫ୍ଟି ଏବଂ ସେନ୍ସେକ୍ସରେ ହ୍ରାସ ଘଟିଛି ।ଆଜି ଡଲାର ତୁଳନାରେ ଭାରତୀୟ ଟଙ୍କା ହ୍ରାସ ପାଇଛି। ପ୍ରଥମ ଥର ପାଇଁ, ଡଲାର ତୁଳନାରେ ଟଙ୍କା ୮୭ ଅତିକ୍ରମ କରିଛି। ମୁଦ୍ରା ବଜାର ଖୋଲିବା ମାତ୍ରେ ଟଙ୍କା ୪୨ ପଇସା ହ୍ରାସ ପାଇ ୮୭.୦୬ରେ ଖୋଲିଛି। ଯେତେବେଳେ ବ୍ୟବସାୟ ଆରମ୍ଭ ହେବାର ୧୦ ମିନିଟ୍‌ ମଧ୍ୟରେ ଏହା ୫୫ ପଇସା ହ୍ରାସ ପାଇଥିଲା ଏବଂ ଭାରତୀୟ ଟଙ୍କା ୧ ଡଲାର ତୁଳନାରେ ୮୭.୧୨ଟଙ୍କା ପ୍ରତି ଡଲାର ହୋଇଯାଇଛି। ଚୀନ, କାନାଡ଼ା ଏବଂ ମେକ୍ସିକୋ ଉପରେ ଆମେରିକାର ଟ୍ୟାକ୍ସ ବୃଦ୍ଧି ପରେ ସେୟାର ମାର୍କେଟରେ ବଡ଼ ଧରଣର ହଇଚଇ ସୃଷ୍ଟି ହୋଇଛି । ସେନ୍ସେକ୍ସ…

Read More

ସାଙ୍ଗଠନିକ ନିର୍ବାଚନ ପୂର୍ବରୁ ବିଜେଡି ସଙ୍ଗଠନର ବୈଠକ । ଶଙ୍ଖ ଭବନରେ ବସିଲା ବିଜେଡି ସମନ୍ୱୟ କମିଟି ବୈଠକ। ବିଜେଡି ସଭାପତିଙ୍କ ନିର୍ଦ୍ଦେଶରେ ସମନ୍ୱୟ କମିଟି ଅଧ୍ୟକ୍ଷ ଦେବୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି।ଏଥିରେ କମିଟିର ସମସ୍ତ ସଦସ୍ୟଙ୍କ ସହ ବିଭିନ୍ନ ପରାମର୍ଶଦାତା କମିଟିର ସଦସ୍ୟ ଉପସ୍ଥିତ ଥିଲେ | ଫେବୃଆରୀ ପ୍ରଥମ ସପ୍ତାହରେ DRO ନିଯୁକ୍ତି ହେବେ। ତା ପରେ ARO ନିଯୁକ୍ତି ପାଇଵେ। ନିର୍ବାଚନ ପ୍ରକ୍ରିୟା ଓଡ଼ିଆ ନବ ବର୍ଷ ପୂର୍ବରୁ ସରିବ । ଏ ନେଇ ଜିଲ୍ଲା ଓ ନିର୍ବାଚନମଣ୍ଡଳୀ ସ୍ତରୀୟ ନେତାଙ୍କ ସହ ଆଲୋଚନା ହେବ ବୋଲି ପ୍ରଦୀପ ଅମାତ ସୂଚନା ଦେଇଛନ୍ତି।

Read More

ଆସନ୍ତା ୧୮ ତାରିଖରୁ +୨ ପରୀକ୍ଷା । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଏକା ସମୟରେ ହେବ। ଆସନ୍ତା ୧୨ରୁ ୧୫ ତାରିଖ ମଧ୍ୟରେ ହବ୍‌ଗୁଡ଼ିକୁ ପ୍ରଶ୍ନପତ୍ର ପଠାଯିବ। ସେହିପରି ପରୀକ୍ଷା ସରିବା ମାତ୍ରେ ଖାତାଦେଖା ଆରମ୍ଭ ହେବ। ଅନ୍‌ଲାଇନ୍‌ ମୂଲ୍ୟାୟନକୁ ଏଥର ଗୁରୁତ୍ୱ ଦେଉଛି ପରିଷଦ। ବିଶେଷକରି କଳା ବିଭାଗର ଓଡ଼ିଆ ଓ ଇଂରାଜୀ ବିଷୟର ଖାତାଦେଖା ବହୁ ବିଳମ୍ବ ହୋଇଥାଏ। ତେଣୁ ପ୍ରଥମଥର ଏହାକୁ ଅନ୍‌ଲାଇନ୍‌ ମୂଲ୍ୟାଙ୍କନ କରିବା ପାଇଁ ପରିଷଦ ପ୍ରସ୍ତୁତି କରିଛି।ଜିଲ୍ଲାଗୁଡ଼ିକରେ ଥିବା ହବ୍‌କୁ ପ୍ରଥମେ ପ୍ରଶ୍ନପତ୍ର ପଠାଯିବ। ସ୍ୱତନ୍ତ୍ର ଗାଡ଼ି, ସୁରକ୍ଷା କର୍ମୀ ଓ ପରିଷଦ କର୍ମଚାରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରଶ୍ନପତ୍ର ପଠାଯିବ। ପରୀକ୍ଷା କେନ୍ଦ୍ରରେ କେତେ ସଂଖ୍ୟକ ପ୍ରଶ୍ନପତ୍ର ଆବଶ୍ୟକ ରହିଛି, ସେ ସମ୍ପର୍କରେ ଜଣାଇବାକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷମାନଙ୍କୁ…

Read More

ଆସନ୍ତା ରଥଯାତ୍ରା ପାଇଁ ରଥକାଠର ଅନୁକୂଳ ପବିତ୍ର ଶ୍ରୀପଞ୍ଚମୀ ଅବସରରରେ ହୋଇଛି। ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ଥିବା ରଥଖଳାରେ ୩ ଟି ଧଉରା କାଠ ରଖାଯାଇ ପୂଜାର୍ଚ୍ଚନା କରାଯାଇଛି। ତିନିରଥ ପାଇଁ ତିନିଖଣ୍ତ ଧଉରା କାଠ ଗଜପତି ମହାରାଜାଙ୍କ ରାଜଗୁରୁ ଓ ପୁରୋହିତଙ୍କ ଦ୍ୱାରା ପୂଜାର୍ଚ୍ଚନା କରିଥଲେ । ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ଚୁନପାଣି ପଡ଼ି ପବିତ୍ର କରାଯିବା ପରେ ତିନୋଟି ଧଉରା କାଠର ମାଜଣା କରାଯାଇଥିଲା । ଏହା ପରେ ରାଜଗୁରୁ ଓ ପୁରୋହିତଙ୍କ ଦ୍ୱାରା କାଠ ତ୍ରୟର ପୂଜାର୍ଚ୍ଚନା ହୋଇଥଲା । ସେହିପରି ଆସନ୍ତା ରାମ ନବମୀ ତିଥିରେ ରଥ କାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବାର ବିଧି ରହିଛି । ଆସନ୍ତା ଅକ୍ଷୟ ତୃତୀୟା ତିଥିରେ ରଥ ଖଳାରେ ରଥ ନିର୍ମାଣ ଅନୁକୂଳ ପରେ ତିନି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ । ଚଳିତବର୍ଷ ୨୦୨୫ ରଥଯାତ୍ରା ପାଇଁ ପୁରୀରେ…

Read More

ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ବନ୍ଦ୍‌ । ଏନେଇ ବିଏମ୍‌ସି କମିଶନର ଦେଇଛନ୍ତି ନିର୍ଦ୍ଦେଶ । ସେ କହିଛନ୍ତି ଐତିହାସିକ ପରମ୍ପରା ମର୍ଯ୍ୟାଦା ଭିତରେ ଯାତ୍ରା ପରିବେଶ ପାଇଁ ନିର୍ଦେଶ ଦିଆଯାଇଛି । ସବୁ ଯାତ୍ରା କମିଟି ଅବଗତ ରହିଛନ୍ତି । ନିୟମ ଉଲ୍ଲଘଂନ କଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ । ସୂଚନା ଥାଉକି ମଙ୍ଗଳବାରଠୁ ଆରମ୍ଭ ହେବ ଖଣ୍ଡଗିରି କୁମ୍ଭମେଳା । ଏହି ଅବସରରେ ସକାଳୁ ଖଣ୍ଡଗିରି ଉଦୟଗିରି ମେଳା ପ୍ରସ୍ତୁତି ବୁଲି ଦେଖିଛନ୍ତି ବିଏମସି କମିଶନର । ସେ କହିଛନ୍ତି ଖଣ୍ଡଗିରିରେ ବଳବତ୍ତର ରହିବ ପରିମଳ ବ୍ୟବସ୍ଥା । ସ୍ଥାୟୀ ଆଲୋକିକରଣ, ପାନୀୟ ଜଳକୁ ଅଧିକ ଗୁରୁତ୍ୱ ଦିଆଯିବ । ପାଞ୍ଚକୁଣ୍ଡର ଖୁବ ଶୀଘ୍ର ହେବ ପୁନର ଉଦ୍ଧାର । କିଛିଦିନ ପୂର୍ବରୁ ଭଦ୍ରକରେ ଏଭଳି ଏକ ଘଟଣା ଘଟିଥିଲା । ଯାତ୍ରାରେ ଅଶ୍ଲୀଳ ନାଚକୁ ବିରୋଧ ହୋଇଥିଲା । ଯାତ୍ରାରେ ମେଲୋଡି ମଝିରେ ଜୋତା ଫିଙ୍ଗିଥିଲେ ମହିଳା…

Read More

ଅଭିଯୋଗର ସତ୍ୟତା ଜାଣିବା ପାଇଁ ଚାଷୀ ବେଶରେ ମଣ୍ଡିରେ ପହଞ୍ଚିଥିଲେ ଜିଲ୍ଲାପାଳ । ଘଟଣାର ସତ୍ୟତା ଜାଣିବା ପରେ ସୋସାଇଟି ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଏଆରସିଏସ୍‌ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ତେବେ ଜିଲ୍ଲାପାଳ ନିଜେ ଦୋକାନୀ ଓ ଚାଷୀଙ୍କୁ ଧାନ ବିଷୟରେ ପଚାରିଥିଲେ । ଶେଷରେ ମଣ୍ଡିରେ ପହଞ୍ଚି ଅନ୍ୟ ଜଣେ ଚାଷୀଙ୍କ ନାମରେ ଟୋକନ ଧରି ଧାନ ବିକ୍ରି ପାଇଁ କହିଥିଲେ । ହେଲେ ସମବାୟ ଦାୟିତ୍ଵରେ ଥିବା ଅଧିକାରୀ ଚିହ୍ନିପାରି ନଥିଲେ । ୮ କିଲୋ ପର୍ଯ୍ୟନ୍ତ କଟନୀ ଛଟନୀ ହେବ ବୋଲି ସିଧା ସିଧା କହି ଦେଇଥିଲେ। ବାସ୍ ଫୈସଲା ଅନ୍ ସ୍ପଟ୍। ସଂସଦର ବଜେଟ ଅଧିବେଶନ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗତ ଶୁକ୍ରବାର ଉଭୟ ଗୃହକୁ ସମ୍ବୋଧିତ କରିଥିଲେ। ତେବେ ଅଭିଭାଷଣ ପରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ବିହାରର ମୁଜାଫରପୁର ବାସିନ୍ଦା…

Read More

ବହୁ ଚର୍ଚ୍ଚିତ ଯୋଡି ହଂସିତା ଅଭିଲିପ୍ସା-ଅନିଲ ମହାନ୍ତିଙ୍କ ପାଇଁ ବଢିଲା ଅଡୁଆ। ଆଜି ଝାରପଡା ଜେଲ ଯାଇ ଉଭୟଙ୍କୁ ଜେରା କରୁଛି ଆୟକର ବିଭାଗ। ଯେଉଁ ରାକେଟ ଚଳାଇଥିଲେ ତା’ର ଗୁମର ଖୋଲୁଛି ପୁଲିସ। ପ୍ରଥମେ ଅଲଗା ଅଲଗା, ପରେ ସେମାନଙ୍କୁ ମୁହାଁମୁହିଁ ଜେରା କରାଯିବ ବୋଲି ସୂଚନା ମିଳିଛି । କଳାଧନ, ବେନାମୀ ସମ୍ପତ୍ତି, ସିଏସ୍‌ଆର୍ ଫଣ୍ଡ କେଳେଙ୍କାରୀ ଓ ହାଇପ୍ରୋଫାଇଲ ରାଜନେତାଙ୍କ ଲିଙ୍କ୍ ବାବଦରେ ଆୟକର ଅଧିକାରୀ ମାନେ ପଉରାଉଚରା କରିବେ । ଏଥି ନିମନ୍ତେ ଆୟକର ବିଭାଗ ପକ୍ଷରୁ ୧୦ରୁ ୧୨ଜଣିଆ ଟିମ୍ ପ୍ରସ୍ତୁତ କରାଯାଇଛି । ବିଦେଶୀ ଯୁବତୀଙ୍କୁ ଆଣି କେଉଁମାନଙ୍କୁ ଜନ୍ମଦିନରେ ଉପହାର ଦେଉଥିଲେ , ତା’ର ପ୍ରମାଣ ଖୋଜିବ । ଏଭଳି ଉପହାର ଦେବା ପଛରେ ଅନିଲ ହଂସିତାଙ୍କ ଉଦ୍ଦେଶ୍ୟ କ’ଣ ଥିଲା ତାହା ଜାଣିବାକୁ ଚାହୁଁଛି ପୁଲିସ। ପୂର୍ବରୁ ୧୬ ସ୍ଥାନରେ ଚଢାଉ କରି ଆଇଟି ଟିମ୍ ଅନେକ ତଥ୍ୟ ପାଇଛି।…

Read More