Author: sanitelevision

ବଜେଟରେ ଆମାଜନ୍, ଫ୍ଲିପକାର୍ଟ, ଜୋମାଟୋ ଆଉ ସ୍ୱିଗି ଭଳି ଡେଲିଭରୀ କରୁଥିବା ଲୋକଙ୍କ ପାଇଁ ଖୁସି ଖବର । ମୋଦୀ ସରକାର ଖୁବଶୀଘ୍ର ଏହି ୧ କୋଟି କର୍ମଚାରୀଙ୍କୁ ପରିଚୟ ପ୍ରଦାନ କରିବେ ଏବଂ ସେମାନଙ୍କୁ ଇ-ଶ୍ରମ ପୋର୍ଟାଲରେ ପଞ୍ଜିକରଣ କରିବେ। କେନ୍ଦ୍ରୀୟ ବଜେଟ ୨୦୨୫-୨୬ ଉପସ୍ଥାପନ କରି ସୀତାରାମନ କହିଛନ୍ତି ଯେ ସହରାଞ୍ଚଳ ଶ୍ରମିକଙ୍କ ସାମାଜିକ-ଆର୍ଥିକ ଉନ୍ନତି ଲକ୍ଷ୍ୟରେ ଏହି ଯୋଜନା କାର୍ଯ୍ୟକାରୀ କରାଯିବ। ଯାହାର ଫାଇଦା ଫ୍ଲିପକାର୍ଟ, ଆମାଜନ୍, ଜୋମାଟୋ ଆଉ ସ୍ୱିଗି ଭଳି କମ୍ପାନୀରେ ଡେଲିଭରୀ କରୁଥିବା କୋଟି କୋଟି କର୍ମଚାରୀଙ୍କୁ ମିଳିବ ।ମିଳିଥିବା ସୂଚନା ମୁତାବକ, ଶ୍ରମ ମନ୍ତ୍ରାଳୟ ଆଗାମୀ ଦିନରେ ୧୦ କୋଟି ରେଜିଷ୍ଟ୍ରେସନ୍ କରିବାକୁ ଯାଉଛି । ଖାସ୍ କରି ଓଲା, ଉବେର, ଆମାଜନ୍, ଫ୍ଲିପକାର୍ଟ ଭଳି କମ୍ପାନୀରେ ପାର୍ଟ ଟାଇମ୍ ଜବ୍ କରୁଥିବା କର୍ମଚାରୀଙ୍କୁ ଏହାର ଫାଇଦା ମିଳିବ । ସୂଚନାଯୋଗ୍ୟ, ଗତ କିଛି ବର୍ଷ ମଧ୍ୟରେ ଦେଶରେ ଏଭଳି କର୍ମୀଙ୍କ…

Read More

ଫେବ୍ରୁଆରି ୧୮ରୁ ଯୁକ୍ତ୨ ଥିଓରି ପରୀକ୍ଷା। ହାତରେ ଆଉ କମ୍‌ ସମୟ ରହିଥିବାରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଇଛି। ୧୨୭୬ କେନ୍ଦ୍ରରେ ଏଥର ଥିଓରି ପରୀକ୍ଷା ଅନୁଷ୍ଠିତ ହେବ। ଗୋଟିଏ ସମୟରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗର ପରୀକ୍ଷା ଆରମ୍ଭ ହେଉଥିବାରୁ ପ୍ରଶ୍ନପତ୍ର ସୁରକ୍ଷା ଉପରେ ପ୍ରାଥମିକତା ଦିଆଯାଇଛି। ତାରିଖ ଘୋଷଣା ସହ ପରୀକ୍ଷା କେନ୍ଦ୍ର ଚିହ୍ନଟ ପ୍ରକ୍ରିୟା ସରିଛି। ପ୍ରତିବର୍ଷ ପରି ଏଥର ମଧ୍ୟ ଦୁଇଟି ପର୍ଯ୍ୟାୟରେ ପରୀକ୍ଷା ପରିଚାଳନା ହବ୍‌(ଇଏମ୍‌ଏଚ୍‌)କୁ ପ୍ରଶ୍ନପତ୍ର ପଠାଯିବ। ପ୍ରଥମ ପର୍ଯ୍ୟାୟରେ ଫେବ୍ରୁଆରି ୧୨ରୁ ୧୫ ତାରିଖ ମଧ୍ୟରେ ବିଭିନ୍ନ ବିଷୟର ପ୍ରଶ୍ନପତ୍ରଗୁଡ଼ିକ ଯିବ। ଉପାନ୍ତ ତଥା ଦୂର ଜିଲ୍ଲାରେ ଥିବା ହବ୍‌ଗୁଡ଼ିକୁ ପ୍ରଥମେ ପ୍ରଶ୍ନପତ୍ର ପଠାଯିବ। ସ୍ବତନ୍ତ୍ର ଗାଡ଼ି, ସୁରକ୍ଷା କର୍ମୀ ଓ ସିଏଚ୍‌ଏସ୍‌ଇ କର୍ମଚାରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ବା‌ବଧାନରେ ପ୍ରଶ୍ନପତ୍ର ପଠାଯିବା କାର୍ଯ୍ୟ ଅନୁଷ୍ଠିତ ହେବ।

Read More

ସାଧାରଣ ବଜେଟ ଉପରେ ସମସ୍ତଙ୍କ ନଜର। ବିଶେଷ କରି ଏଥିରେ କେଉଁ ଜିନିଷ ଶସ୍ତା ହେବ ତାହା ଜାଣିବାକୁ ସମସ୍ତେ ଆଗ୍ରହୀ। ଅର୍ଥମନ୍ତ୍ରୀ କହିଛନ୍ତି ଯେ ବୁଣାକାରମାନଙ୍କ ଦ୍ୱାରା ବୁଣାଯାଇଥିବା ପୋଷାକ ଶସ୍ତା ହେବ। ଏହା ସହିତ, ଚମଡ଼ା ସାମଗ୍ରୀ ଶସ୍ତା ହେବ। ସାମୁଦ୍ରିକ ଉତ୍ପାଦ ଉପରେ କଷ୍ଟମ ଡ୍ୟୁଟି ୩୦ରୁ ୫ ପ୍ରତିଶତକୁ ହ୍ରାସ କରାଯିବ। ଏହା ସହିତ, ଫ୍ରୋଜେନ ମାଛ ପେଷ୍ଟ ଉପରେ କଷ୍ଟମ ଡ୍ୟୁଟି ୧୫ ପ୍ରତିଶତରୁ ୫ ପ୍ରତିଶତକୁ ହ୍ରାସ କରାଯିବ।ଜୀବନ ରକ୍ଷକ ଔଷଧ ଏବଂ କ୍ୟାନ୍ସରର ଔଷଧ ହୋଇଯିବ ଶସ୍ତା। ଏଥିସହ ଏଲଇଡି-ଏଲସିଡି ଟିଭିର ଦର ହ୍ରାସ ପାଇବ। ଏଥିରେ ଲାଗୁଥିବା କଷ୍ଟମ ଡ୍ୟୁଟି ହ୍ରାସ କରାଯିବ। ଲିଥିୟମ ଆୟନ ବ୍ୟାଟେରୀ ଶସ୍ତା ହେବ। ଇଭି ଏବଂ ମୋବାଇଲର ବ୍ୟାଟେରୀ ଶସ୍ତା ହେବ।ମେଡିକାଲ କଲେଜ ଉପକରଣ ଦାମ୍ ବି କମିବ |ମେଡିକାଲ କଲେଜ ଉପକରଣ ଦାମ୍ ବି କମିବ| ଅର୍ଥମନ୍ତ୍ରୀ କହିଛନ୍ତି ଯେ ସରକାର…

Read More

ବଜେଟ୍‌ରେ ଚାଷୀଙ୍କ ପାଇଁ ବଡ ଘୋଷଣା । ବଢିଲା କିଷାନ କ୍ରେଡିଟ କାର୍ଡ ଲିମିଟ୍‌ । ଶୀଘ୍ର ଆରମ୍ଭ ହେବ ପ୍ରଧାନମନ୍ତ୍ରୀ ଧନଧାନ୍ୟ ଯୋଜନା । ପ୍ରଥମ ପର୍ଯ୍ୟାୟରେ ଶହେଟି ବିକାଶଶୀଳ ଜିଲ୍ଲା ସାମିଲ । ଯୁବ ଚାଷୀ,ଗ୍ରାମୀଣ ମହିଳା ଓ ଛୋଟ ଛୋଟ ଚାଷୀଙ୍କୁ ଫୋକସ୍‌ ।। ପୂର୍ବରୁ ଏହା ୩ ଲକ୍ଷ ଟଙ୍କା ରହିଥିବାବେଳେ, ଏବେ ଏହାକୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ଅର୍ଥମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଏହି ବଜେଟ୍ ବିକାଶକୁ ନୂଆ ଦିଗ ଦେବ । ସମସ୍ତଙ୍କ ବିକାଶ, ମଧ୍ୟବିତ୍ତଙ୍କ କ୍ଷମତା ବୃଦ୍ଧି କରିବାକୁ ଏହି ବଜେଟ୍ ସମର୍ପିତ । ଯୁବ ଚାଷୀ, ଗ୍ରାମୀଣ ମହିଳା ଏବଂ ଛୋଟ ଛୋଟ ଚାଷୀଙ୍କ ଉପରେ ଏହି ବଜେଟରେ ଫୋକସ୍ କରାଯାଇଛି ।

Read More

ଶନିବାର ସଂସଦରେ ବଜେଟ ଉପସ୍ଥାପନ କରିବା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଥିଲେ ଯେ ମଧ୍ୟବିତ୍ତ ବର୍ଗଙ୍କୁ ଆଶ୍ୱସ୍ତି ଦେଇ ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟକୁ ଟିକସମୁକ୍ତ କରାଯାଉଛି। ଏହାସହ ୧୨ରୁ ୧୬ ଲକ୍ଷ ଆୟ ପର୍ୟ୍ୟନ୍ତ ୧୫ ପ୍ରତିଶତ ଟ୍ୟାକ୍ସ, ୨୦ରୁ ୨୪ ଲକ୍ଷ ଆୟ ପର୍ୟ୍ୟନ୍ତ ୨୫ ପ୍ରତିଶତ ଟ୍ୟାକ୍ସ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ । ଯେତେବେଳେ ୨୪ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟରେ ୩୦% ଟିକସ ଘୋଷଣା କରାଯାଇଛି।ଏହା ସହିତ, ବରିଷ୍ଠ ନାଗରିକଙ୍କ ପାଇଁ ଟିଡିଏସ ସୀମା ୫୦ ହଜାର ଟଙ୍କାରୁ ୧ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ଅର୍ଥମନ୍ତ୍ରୀ ଆୟକର ଦାଖଲର ସୀମା ୨ ବର୍ଷରୁ ୪ ବର୍ଷକୁ ବୃଦ୍ଧି କରିଛନ୍ତି। ଅର୍ଥମନ୍ତ୍ରୀ ଷ୍ଟାର୍ଟଅପ ପାଇଁ ଋଣକୁ ୧୦ କୋଟି ଟଙ୍କାରୁ ୨୦ କୋଟି ଟଙ୍କାକୁ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି।

Read More

ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି କି? ଯଦି ହଁ ତେବେ ଜାଣନ୍ତୁ କେବେ ଆସିବ ଟଙ୍କା । କଣ ରହିିଛି ଆପଣଙ୍କ ଷ୍ଟାଟସ…ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି..କିନ୍ତୁ ଟଙ୍କା ଆସିନି କିମ୍ୱା ପରବର୍ତ୍ତୀ କିସ୍ତିରେ ଟଙ୍କା ଆସିବ କି ନାହିଁ । ଏହି ପ୍ରଶ୍ନ ଅନେକ ହିତାଧିକାରୀଙ୍କ ମନରେ ଏବେ ବି ଦ୍ୱନ୍ଦ୍ୱ ସୃଷ୍ଟି କରୁଛି। ଯଦି ଆପଣ ବି ଜାଣିବାକୁ ଚାହୁଁଛନ୍ତି ତେବେ ଆସନ୍ତୁ ଜାଣିବା ।ତେବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା କରିଛନ୍ତି । ନ୍ୟାସନାଲ ପେମେଣ୍ଟସ କର୍ପୋରେଶନ ଅଫ ଇଣ୍ଡିଆ ବା ଭାରତୀୟ ଜାତୀୟ ଦେୟ ନିଗମ ବା NPCI କ୍ଲିୟର ହୋଇନଥିବ ସେମାନଙ୍କ ଆକାଉଣ୍ଟକୁ ଯିବନି ସୁଭଦ୍ରା ଟଙ୍କା । ତେଣୁ ଏହା କରାଇବା ଜରୁରୀ । ସେପ୍ଟେମୱର ୧୭ ପୂର୍ବରୁ ଅଧିକାଂଶ ମହିଳା ସୁଭଦ୍ରା ଯୋଜନାରେ ଆବେଦନ କରିଥିଲେ ବି ଏବେ ପର୍ଯ୍ୟନ୍ତ ସେମାନଙ୍କ ଖାତାକୁ ଟଙ୍କା ଆସିନାହିଁ…

Read More

ଲୋକପ୍ରିୟ ଟିଭି ସୋ KBC(କୋନ୍‌ ବନେଗା କରୋଡପତି)ରେ ଓଡ଼ିଆ ଝିଅ କରିସ୍ମାଙ୍କ କମାଲ୍‌ । କେବିସିରେ ସଠିକ ଉତ୍ତର ଦେଇ ୧୨ ଲକ୍ଷ ୫୦ ହଜାର ଟଙ୍କା ଜିତିଛନ୍ତି କରିସ୍ମା । ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ମ୍ୟୁନିସିପାଲିଟି ୱାର୍ଡ ନଂ ୬ ର ଏକ ବ୍ୟବସାୟିକ ପରିବାରରେ କରିଶ୍ମାଙ୍କ ଜନ୍ମ । ଅମିତାଭ ବଚ୍ଚନଙ୍କ ଲୋକପ୍ରିୟ କାର୍ଯ୍ୟକ୍ରମ ‘କୌନ ବନେଗା କରୋଡ଼ପତି’ ରେ ଭାଗ ନେଇ ଅଞ୍ଚଳ ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ । ଯୌଥ ପରିବାରରେ ଜନ୍ମିତ କରିଶ୍ମା ଶର୍ମା ନିଜ ପରିଶ୍ରମ ବଳରେ ସମାଜ ପାଇଁ ପାଲଟିଛନ୍ତି ପ୍ରେରଣା । ବାପା ବିଜୟ କୁମାର ଶର୍ମା ରାଇରଙ୍ଗପୁର ଅଞ୍ଚଳରେ ବ୍ୟବସାୟ କରି ପରିବାର ଚଳାନ୍ତି । ଦୀର୍ଘ ଦିନରୁ ନିଜ ଝିଅକୁ କେବିସି ହଟ୍ ସିଟରେ ବସାଇବାର ସ୍ବପ୍ନ ଦେଖିଥିଲେ କରିଶ୍ମାଙ୍କ ବାପା । ବାପାଙ୍କର ଏହି ସ୍ୱପ୍ନକୁ ପୂରଣ କରିବା ପାଇଁ ୩ ବର୍ଷ ହେଲା…

Read More

ଫେବୃଆରୀ ପହିଲାରୁ ତାଉ ଦେଖାଇଲାଣି। ମାଘମାସରେ ଶୀତ କି ଜାଡ଼ ନାହିଁ। ବଢିଲା ଦିନ ସହ ରାତିର ତାପମାତ୍ରା। ରାଜ୍ୟରେ ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ୟ୍ୟନ୍ତ ବୃଦ୍ଧି ପାଇଛି ତାପମାତ୍ରା। କଲମ୍ବିଆ ବିଶ୍ୱବିଦ୍ୟାଳୟ ଅଧୀନସ୍ଥ କ୍ଲାଇମେଟ ସ୍କୁଲ୍‌ର ଆକଳନ ଅନୁସାରେ ଚଳିତବର୍ଷ ଫେବ୍ରୁଆରୀ, ମାର୍ଚ୍ଚ, ଏପ୍ରିଲ ମାସରେ ଭାରତରେ ଭୀଷଣ ଗରମ ଅନୁଭୂତ ହେବ । ସମ୍ଭାବ୍ୟ ଚିତ୍ର ଦେଖାଉଛି, ଉତ୍ତର ଭାରତର କିଛି ଅଂଶ, ପଶ୍ଚିମ ଓ କେନ୍ଦ୍ରୀୟ ଭାରତର କିଛି ରାଜ୍ୟ ସହ ଓଡ଼ିଶାର ଉପକୂଳ ଅଞ୍ଚଳରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରକୋପ ରହିବ । ଗତ ବର୍ଷ ତୁଳନାରେ ଏବର୍ଷ ଓଡ଼ିଶା ସମେତ ଦେଶରେ ଅଧିକ ଗରମ ଅନୁଭୂତ ହୋଇପାରେ । ଆଇଏମ୍‌ଡିର ଫେବ୍ରୁଆରୀ ମାସ ପାଇଁ ପୂର୍ବାନୁମାନ ଅନୁଯାୟୀ ଫେବ୍ରୁଆରୀରେ ଶୀତ ପ୍ରକୋପ ସମ୍ଭାବନା କମ୍‌ । ସାରା ଦେଶରେ ଉଭୟ ଦିନ ଓ ରାତି ତାପମାତ୍ରା ସ୍ୱାଭାବିକଠାରୁ ବେଶ୍‌ ଅଧିକ ରହିପାରେ।…

Read More

ଆପଣ ଯେଉଁ ଗାଡି ଚଲାଉଛନ୍ତି ଆଉ ଯଦି ସେହି ଗାଡିର ବୀମା ନାହିଁ ତେବେ ହୋଇଯାଆନ୍ତୁ ସାବଧାନ । ଏଣିକି ଗାଡିର ବୀମା ନଥିଲେ ଧରିବ ଟୋଲ୍ ଗେଟ୍। ରାଜ୍ୟର ବିଭିନ୍ନ ଜାତୀୟ ରାଜପଥରେ ଥିବା ୨୨ଟି ଟୋଲ ଗେଟରେ ଏହା କାର୍ଯ୍ୟକାରୀ ହେବ । ଏନେଇ ରାଜ୍ୟ ପରିବହନ ପ୍ରାଧିକରର ପକ୍ଷରୁ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି । ମୋଟର ଯାନ ଆଇନଧାରା ୧୪୬ ଅନୁଯାୟୀ, ପ୍ରତ୍ୟେକ ମୋଟର ଯାନ ବୈଧ ବୀମାଭୁକ୍ତ ହେବା ବାଧ୍ୟତାମୂଳକ । ଗାଡି ମାଲିକଙ୍କ ପାଖକୁ ଯିବ ଇ-ଚାଲାଣ। ଇ-ଡିଟେକସନ୍ ପ୍ରକ୍ରିୟାରେ ଏହି କାର୍ଯ୍ୟ ହେବ । ଟୋଲ୍ ଗେଟ୍ ଦେଇ ଯାଉଥିବା ମୋଟର ଯାନଗୁଡ଼ିକର ବୈଧ ବୀମା, ପ୍ରଦୂଷଣ ଓ ଫିଟନେସ୍ ସାର୍ଟିଫିକେଟ୍ ଅଛି କି ନାହିଁ ତାହା ଯାଞ୍ଚ କରିବା ପାଇଁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ୨୦୨୨ରୁ ଇ-ଡିଟେକ୍ସନ ଆପ୍ଲିକେସନ୍ ପ୍ରସ୍ତୁତ କରିଛନ୍ତି। ଜାତୀୟ ରାଜପଥ ପ୍ରାଧିକରଣ ପକ୍ଷରୁ ଟୋଲ୍ ଗେଟ୍…

Read More

୨୦୨୫ ବଜେଟ୍ ଉପସ୍ଥାପନ ହେବାର କିଛି ଘଣ୍ଟା ପୂର୍ବରୁ ଦେଶର କୋଟି କୋଟି ଲୋକଙ୍କୁ ମିଳିଛି ଆଶ୍ୱସ୍ତି ମିଳିଛି । ସାଧାରଣ ଲୋକଙ୍କୁ ଗ୍ୟାସ ସିଲିଣ୍ଡର ମୂଲ୍ୟରେ ଦିଆଯାଇଛି ଆଶ୍ୱସ୍ତି । ଆଇଓସିଏଲ ତଥ୍ୟ ଅନୁଯାୟୀ, ଲଗାତାର ଦ୍ୱିତୀୟ ମାସ ପାଇଁ ଗ୍ୟାସ ସିଲିଣ୍ଡର ମୂଲ୍ୟ ହ୍ରାସ କରାଯାଇଛି । ୧୯ କେଜି ବାଣିଜ୍ୟିକ ଏଲ୍‌ପିଜି ସିଲିଣ୍ଡର ଦର ୭ ଟଙ୍କା କମିଛି। ଫଳରେ ଦିଲ୍ଲୀରେ ୧୯ କେଜି ଗ୍ୟାସ ସିଲିଣ୍ଡର ଦର ୧୭୯୭ ଟଙ୍କାରେ ପହଞ୍ଚିଛି। ପୂର୍ବରୁ ଏହା ୧୮୦୪ ଟଙ୍କାରେ ଉପଲବ୍ଧ ଥିଲା। ସେହିପରି ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ।ଗତ ମାସରେ ହିଁ ଇଣ୍ଡିଆନ ଅଏଲ କର୍ପୋରେସନ ୧୯ କିଲୋଗ୍ରାମ ସିଲିଣ୍ଡରର ମୂଲ୍ୟ ୧୪.୫ ଟଙ୍କା ହ୍ରାସ କରିଥିଲା।

Read More