Author: sanitelevision

କେନ୍ଦ୍ରାପଡ଼ା ରାଜନଗର ଗହୀରମଥା ସମୁଦ୍ର ଗୁଳିକାଣ୍ଡ ଘଟଣା । ୮ ମତ୍ସ୍ୟଜୀବୀଙ୍କୁ ଗିରଫ କରିଛି ତାଳଚୁଆ ସାମୁଦ୍ରିକ ଥାନା ପୋଲିସ୍ । ଗିରଫ ପରେ ଏମାନଙ୍କୁ କୋର୍ଟ ଚାଲାଣ କରିଛି । ଗତକାଲି ଗିରଫ ହୋଇଥିଲେ ଟ୍ରଲର ମାଲିକ । ଆଜି ଆଉ ୮ ମତ୍ସ୍ୟଜୀବୀଙ୍କୁ ଗିରଫ କରିଛି ପୋଲିସ । ଗତ ରବିବାର ଗହୀରମଥା ବାବୁବାଲି ଠାରେ ବେଆଇନ ଭାବେ ଟ୍ରଲରରେ ମାଛ ମାରୁଥିବା ବେଳେ ଟ୍ରଲର ସହିତ ୯ ଜଣ ମତ୍ସ୍ୟଜୀବୀଙ୍କୁ କାବୁ କରିଥିଲା ବନବିଭାଗ । ପାଟ୍ରୋଲିଂ ଟିମ୍ ଜବତ ଟ୍ରଲରକୁ ଧରି କୂଳକୁ ଫେରୁଥିବା ବେଳେ ୬ଟି ଟ୍ରଲରରେ ମାଛ ମାଫିଆ ଏକଜୁଟ ହୋଇ ବନବିଭାଗ ଟିମକୁ ଆକ୍ରମଣ କରିଥିଲେ । ସମୁଦ୍ରରେ ଗୁଳି ଫୁଟାଇ ୮ ମତ୍ସ୍ୟଜୀବୀଙ୍କୁ ବନ କର୍ମଚାରୀଙ୍କ ଠାରୁ ଛଡ଼ାଇନେଇଥିଲେ ।

Read More

ଜାନୁଆରୀ ୧୫ ତାରିଖରେ ହେବାକୁ ଥିବା ୟୁଜିସି ନେଟ୍ ପରୀକ୍ଷା ସ୍ଥଗିତ ରଖିଲା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ)। ପୋଙ୍ଗଲ, ମକର ସଂକ୍ରାନ୍ତି ଏବଂ ଅନ୍ୟାନ୍ୟ ପର୍ବପର୍ବାଣୀ ଥିବା ଯୋଗୁ ପରୀକ୍ଷାକୁ ସ୍ଥଗିତ କରାଯାଇଛି। ତେବେ ଜାନୁଆରୀ ୧୬ ତାରିଖରେ ହେବାକୁ ଥିବା ପରୀକ୍ଷା ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଅନୁଷ୍ଠିତ ହେବ।ପ୍ରାର୍ଥୀମାନଙ୍କୁ ଅଫିସିଆଲ ୱେବସାଇଟ୍ ଉପରେ ନଜର ରଖିବାକୁ ପରାମର୍ଶ ଦିଆଯାଇଛି ଯାହା ଦ୍ୱାରା ସେମାନେ ପରୀକ୍ଷା ସମ୍ବନ୍ଧୀୟ କୌଣସି ନୂତନ ସୂଚନା ବିଷୟରେ ଅବଗତ ହୋଇପାରିବେ । ଡିସେମ୍ବର ଅଧିବେଶନ ପାଇଁ ୟୁଜିସି ନେଟ୍ ପରୀକ୍ଷା ପାଇଁ ସମସ୍ତ ତାରିଖ ପାଇଁ ଏନଟିଏ ଆଡମିଟ୍ କାର୍ଡ ଜାରି କରିଥିବା ଏନଟିଏ କହିଛି ।ତେବେ ପରୀକ୍ଷାର୍ଥୀମାନେ ନିଜର ପ୍ରସ୍ତୁତି ଜାରି ରଖନ୍ତୁ

Read More

ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ ବା ଇସ୍ରୋର ନୂଆ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି ବିଶିଷ୍ଟ ବୈଜ୍ଞାନିକ ଭି.ନାରାୟଣନ୍‌ । ଗତକାଲି ଅପରାହ୍ନରେ ସେ ଇସ୍ରୋର ନୂଆ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ନେଇଛନ୍ତି । ନାରାୟଣନ୍ ଦୁଇ ବର୍ଷ ପାଇଁ ଏହି ପଦରେ ରହିବେ |ଇସ୍ରୋ ଅଧ୍ୟକ୍ଷ ହେବା ପୂର୍ବରୁ ସେ ଭଲିଆମାଲାରେ ଅବସ୍ଥିତ ଲିକ୍ୱିଡ୍ ପ୍ରପଲ୍ୟୁସନ୍ ସିଷ୍ଟମ୍ ସେଣ୍ଟର (LPSC) ର ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରି ସାରିଛନ୍ତି। ଜିଏସଏଲଭି ଏମ୍ କେ-୩ ପାଇଁ ଆବଶ୍ୟକ ସିଇ-୨୦ କ୍ରାୟୋଜେନିକ୍ ଇଞ୍ଜିନ୍ ତିଆରିରେ ନାରାୟଣନ୍ ପ୍ରମୁଖ ଭୂମିକା ନିର୍ବାହ କରିଥିଲେ। ଦେଶକୁ ଚନ୍ଦ୍ରଯାନ-୩ର ଐତିହାସିକ ସଫଳତା ଦେଇଥିବା ଇସ୍ରୋ ମୁଖ୍ୟ ଏସ୍ .ସୋମନାଥଙ୍କର ଗତକାଲି ଥିଲା ଶେଷ କାର୍ଯ୍ୟଦିବସ । ୧୪ ଜାନୁଆରୀ ୨୦୨୨ରେ କାର୍ଯ୍ୟଭାର ଗ୍ରହଣ କରିଥିଲେ। ତାଙ୍କ କାର୍ଯ୍ୟକାଳ ମଧ୍ୟରେ ISRO ସଫଳତାର ସହିତ ଅନେକ ଗୁରୁତ୍ୱପୂର୍ଣ୍ଣ ମିଶନକୁ କାର୍ଯ୍ୟକାରୀ କରିଛି । ଏବେ ତାଙ୍କ ସ୍ଥାନରେ…

Read More

ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ। ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ଅର୍ଥାତ ୯ ଦିନ ଧରି ବନ୍ଦ ରହିବ ଭିତରକନିକା। କୁମ୍ଭୀର ଗଣନା ପାଇଁ ବନ୍ଦ ରହିବ ଭିତରକନିକା।କୁମ୍ଭୀର ବିଶାରଦ ଡକ୍ଟର ସୁଧାକର କରଙ୍କ ନେତୃତ୍ୱରେ ବନ କର୍ମଚାରୀ କୁମ୍ଭୀର ଗଣନା କରିବେ। ସକାଳ ଓ ସନ୍ଧ୍ୟା ସମୟରେ ହୁଲି ଡ଼ଙ୍ଗା ସାହାଯ୍ୟ ରେ କୁମ୍ଭୀର ଗଣନା କରାଯିବ । ଏହି ସମୟରେ ପର୍ଯ୍ୟଟକ ଭିତରକନିକା ବୁଲି ଆସିଲେ ଗଣନାରେ ସମସ୍ୟା ସୃଷ୍ଟି ହେବାର ସମ୍ଭାବନା ଥିବାରୁ ପର୍ଯ୍ୟଟକ ଆସିବା ଉପରେ ବାରଣ କରାଯାଏ । ତେବେ ଚଳିତ ଥର ପ୍ରଥମ ଥର ପାଇଁ ଭିତରକନିକା ବାହାର ନଦୀ ନାଳରେ ମଧ୍ୟ କୁମ୍ଭୀର ଗଣନା କରାଯିବ । ରାଜନଗର ବନଖଣ୍ଡର କନିକା, ରାଜନଗର, ମହାକାଳପଡ଼ା ଓ ଗହୀରମଥା ୪ଟି ରେଞ୍ଜରେ ସକାଳ ଏବଂ ସଂନ୍ଧ୍ୟା ସମୟରେ ହୁଲି ଡ଼ଙ୍ଗା ସାହାଯ୍ୟରେ କୁମ୍ଭୀର ଗଣନା ଅନୁଷ୍ଠିତ ହେବ।

Read More

ମଧ୍ୟାହ୍ନ ଭୋଜନରେ ଛାତ୍ର ଛାତ୍ରୀଙ୍କୁ ୨୦୦ ML ଭିଟାମିନ A ଓ D ଯୁକ୍ତ କ୍ଷୀର ଦେବାକୁ ଯୋଜନା କରୁଛନ୍ତି ସରକାର। ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସୂଚନା । ରାଷ୍ଟ୍ରୀୟ ପଶୁଧନ ଗୋକୁଳ ଯୋଜନାରେ ଦୁଗ୍ଧ ଉତ୍ପାଦନ ସଶକ୍ତ କରାଯିବ । ଏଥିରେ ପାଖାପାଖି ୩୮ କୋଟି ଟଙ୍କାର ବୟ ଖର୍ଚ୍ଚ କରାଯିବ । ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ୭୦ ପ୍ରତିଶତ ରିହାତିରେ ୨ଟି ଗାଈଲୋକଙ୍କୁ ଦେବାର ବ୍ୟବସ୍ଥା କରାଯାଇଛି । ଅର୍ଥନୈତିକ ବିକାଶ ଅର୍ଥନୈତିକକୁ ସୁଧାର କରିବା ପାଇଁ ସରକାର ପଦକ୍ଷେପ ନେଇଛନ୍ତି । ଏହା ଦ୍ୱାରା ଓଡିଶାରେ ବିକାଶ ହେବ ଗ୍ରାମାଞ୍ଚଳ ର ବିକାଶ ହେବ । ଗିଫ୍ଟ milk ମାଧ୍ୟମରେ ୨୯ଟି ସ୍କୁଲରେ ୧୧୮୪ପିଲାଙ୍କୁ ୨୦୦ ଗ୍ରାମର କ୍ଷୀର ଦେବାର କାଲି ଶୁଭାରମ୍ଭ ହୋଇଛି । ଏହି ଯୋଜନାରେ ପିଲା ମାନଙ୍କ ପୋଷଣରେ ଭିଟାମିନ ରହିବା ପାଇଁ ଏପରି ଅନେକ ବ୍ୟବସ୍ଥା…

Read More

ମହାକୁମ୍ଭ ପାଇଁ ଉତ୍ତରପ୍ରଦେଶର ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ପ୍ରୟାଗରାଜକୁ ସଂଯୋଗ କରୁଥିବା ୭ଟି ରାସ୍ତାରେ ଏବଂ ଆଖପାଖର ୮ଟି ଜିଲ୍ଲାକୁ ଯାତାୟାତ କରୁଥିବା ଯାନବାହାନ ଏବଂ ଲୋକଙ୍କ ଯାଞ୍ଚ ପାଇଁ ୧୦୨ଟି ପୁଲିସ ପୋଷ୍ଟ ସ୍ଥାପନା କରାଯାଇଛି।ପ୍ରୟାଗରାଜର ସୁରକ୍ଷା ବ୍ୟବସ୍ଥା ପାଇଁ ମୋଟ ୧୦୨୬ ଜଣ ପୋଲିସ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ଏଥିରେ ୭୧ ଜଣ ଇନ୍ସପେକ୍ଟର, ୨୩୪ ଜଣ ସବ-ଇନ୍ସପେକ୍ଟର, ୬୪୫ ଜଣ କନଷ୍ଟେବଳ ଏବଂ ହେଡ୍ କନଷ୍ଟେବଳ ଏବଂ ୭୬ ଜଣ ମହିଳା କନଷ୍ଟେବଳ ଅନ୍ତର୍ଭୁକ୍ତ ରହିଛନ୍ତି।ଜଳରେ ଯାତ୍ରା କରୁଥିବା ଏବଂ ସ୍ନାନ କରୁଥିବା ତୀର୍ଥଯାତ୍ରୀମାନଙ୍କୁ ତୁରନ୍ତ ସହାୟତା ଯୋଗାଇବା ଏବଂ ସୁରକ୍ଷା ବୃଦ୍ଧି କରିବା ପାଇଁ ଏହି ଭାସମାନ ପୋଷ୍ଟକୁ ଅସ୍ଥାୟୀ ଭାବରେ ସ୍ଥାପନ କରାଯାଇଛି। ଏହି ପୁଲିସ ଟିମକୁ ମୁଖ୍ୟତଃ ଜରୁରୀକାଳୀନ ପରିସ୍ଥିତିରେ ତୁରନ୍ତ ସକ୍ରିୟ ହୋଇ ଆଇନ ଶୃଙ୍ଖଳା ବଜାୟ ରଖିବାର ଦାୟିତ୍ୱ ଦିଆଯାଇଛି।

Read More

ଅମଳ ପରବର୍ତ୍ତୀ ଫସଲ କ୍ଷତି ଆକଳନ କାର୍ଯ୍ୟ ଶେଷ ହୋଇଛି । ସୋମବାର ସୁଦ୍ଧା ପ୍ରାୟ ୧ ଲକ୍ଷ କ୍ଷତିଗ୍ରସ୍ତ ପ୍ଲଟ ବାବଦକୁ ମୋଟ ୨୧ କୋଟି ୯୬ ଲକ୍ଷ ଟଙ୍କା କ୍ଷତିପୂରଣ ସିଧାସଳଖ ଚାଷୀମାନଙ୍କର ବ୍ୟାଙ୍କ ଖାତାକୁ ପ୍ରଦାନ କରାଯାଇଛି । ବୀମା କମ୍ପାନୀମାନଙ୍କ ପକ୍ଷରୁ ଏହି କ୍ଷତିପୂରଣ ପ୍ରଦାନ ପ୍ରକ୍ରିୟା ସୂଚାରୁ ରୂପେ ଜାରି ରହିଛି ।ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବୀମାଭୁକ୍ତ ହୋଇଥିବା ପଞ୍ଜୀକୃତ ଚାଷୀ ଫସଲବୀମା ପୋର୍ଟାଲରେ ମୋଟ ୨,୦୦,୭୨୯ଟି ପ୍ଲଟରେ କ୍ଷତି ହୋଇଥିବାର ଆବେଦନ କରିଥିଲେ । ତନ୍ମଧ୍ୟରୁ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୪୭,୯୬୯ ସଂଖ୍ୟକ ଆବେଦନ ପତ୍ର ମିଳିଥିବା ବେଳେ ଗଞ୍ଜାମ ସମେତ ଗଜପତି, ପୁରୀ, କେନ୍ଦ୍ରାପଡ଼ା, ନୟାଗଡ, କଟକ,ଖୋର୍ଦ୍ଧା ଏବଂ ଜଗତସିଂହପୁର ଜିଲ୍ଲାରୁ ମୋଟ ୧,୬୨,୯୭୨ ସଂଖ୍ୟକ ଆବେଦନ ପତ୍ର ମିଳିଥିଲା ।ଏହି ସମସ୍ତ ଆବେଦନକୁ ଭିତ୍ତି କରି ତୁରନ୍ତ କ୍ଷେତ୍ରୀୟ ସ୍ତରରେ ଫସଲ କ୍ଷତି ଆକଳନ କାର୍ଯ୍ୟ ତୁରନ୍ତ ଶେଷ…

Read More

ମକର ସଂକ୍ରାନ୍ତି ପୂର୍ବରୁ ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଛି ଗୁଡି ଉଡ଼ା। ଗୁଡି ଉଡ଼ା ସମୟରେ ଘଟୁଥିବା ଦୁର୍ଘଟଣାକୁ ଦୃଷ୍ଟିରେ ରଖି କଟକ କମିଶନରେଟ ପୋଲିସ ପକ୍ଷରୁ ଦୃଢ ପଦକ୍ଷେପ ନିଆଯାଇଛି। ମାଞ୍ଜା ସୂତାରେ ଗୁଡ଼ି ଉଡ଼ାଇଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ । ମାଞ୍ଜା ସୂତା ବିକ୍ରି କିମ୍ବା ସୂତାରେ ଗୁଡ଼ି ଉଡ଼ାଇଲେ ପୋଲିସ ପକ୍ଷରୁ କଡ଼ା ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ଅତିରିକ୍ତ ଡିସିପି ଅମରେନ୍ଦ୍ର ପଣ୍ଡା । ବିପୁଳ ପରିମାଣରେ ବେଆଇନ ସୂତା ଜବତ୍ କରାଯାଇଛି। କିଛି ବ୍ୟକ୍ତିଙ୍କ ବିରୁଦ୍ଧରେ ଆଇନଗତ କାର୍ଯ୍ୟନୁଷ୍ଠାନ ମଧ୍ୟ ଗ୍ରହଣ କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଛି। ଅନ୍ୟପଟେ ଆଜି ମଧ୍ୟ କଟକ ରାଜେନ୍ଦ୍ରନଗର ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ବେକରେ ମାଞ୍ଜା ସୂତା ଲାଗିବାରୁ ସେ ଆହତ ହୋଇଛନ୍ତି । ତାଙ୍କ ବେକ ଓ ହାତରେ ଗୁଡି ସୂତା ଲାଗିଛି।

Read More

ମକର ସଂକ୍ରାନ୍ତି ହେଉଛି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରିଥାନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହି ପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତର ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି । ପୃଥିବୀର ଉତ୍ତର ଗୋଲାର୍ଦ୍ଧ ସୂର୍ୟ୍ୟଙ୍କ ଆଡକୁ ଢଳିଥାଏ । ପରମ୍ପରା ଅନୁସାରେ ଏହି ଦିନ ସୂର୍ୟ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ମକର ସଂକ୍ରାନ୍ତି ପାଇଁ ଆଜି ଘରେ ଘରେ ପ୍ରସ୍ତୁତ ହେଉଛି ମକର ଚାଉଳ। ଲୋକମାନେ ଘରେ ମିଭିନ୍ନଏହି ମକର ଚାଉଳକୁ ଠାକୁରଙ୍କ ପାଖରେ ଭୋଗ ଲଗାଇବା ସହ ମନ୍ଦିର ମାନଙ୍କରେ ମଧ୍ୟ ସ୍ବତନ୍ତ୍ର ଆୟୋଜନ କରାଯାଉଛି । ମକର ସଂକ୍ରାନ୍ତି ସମୟରେ ଓଡ଼ିଶାରେ ଧାନ, ଆଖୁ ଆଦି ନୂଆ ଫସଲ ଅମଳ ହୋଇଥାଏ ।…

Read More

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପାରା ଆଥଲେଟ୍ ପାୟଲ ନାଗଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସ‌ରେ କହିଛନ୍ତି, ନିଜର କଠିନ ପରିଶ୍ରମ ବଳରେ ଷଷ୍ଠ ଜାତୀୟ ତୀରନ୍ଦାଜ ପ୍ରତିଯୋଗିତାରେ ସ୍ଵର୍ଣ୍ଣ ପଦକ ବିଜେତା ଓଡ଼ିଶାର ଗର୍ବ। ସୂଚନାମୁତାବକ ମୁରିବାହାଲ ବ୍ଲକ ବାନ୍ଧୁପଲା ପଞ୍ଚାୟତ ଯମୁନାବହାଲ ଗାଁର ପାୟଲ ନାଗ । ଯାହାଙ୍କ ସାମ୍ନାରେ ହାର ମାନିଛି ଅକ୍ଷମତା । ରାଜସ୍ଥାନର ଜୟପୁରରେ ହେଉଥିବା ଜାତୀୟ ତୀରନ୍ଦାଜର ଖେଳରେ ସେ ପାଇଛନ୍ତି ଗୋଲ୍ଡ ମେଡାଲ । ପାୟଲ ଜଣେ ଗରିବ ଶ୍ରେଣୀର ହୋଇଥିବା ବେଳେ, ନିଜ ପରିବାର ନିଜ ପେଟ ପାଟଣା ପାଇଁ ସେ ଦାଦନ ଖଟିବାକୁ ଯାଉଥିଲେ । ତେବେ ୨୦୧୫ ମସିହା ତାଙ୍କ ଜୀବନର ମୋଡ ବଦଳାଇ ଦେଇଥିଲା । ପାୟଲ ତାଙ୍କ ପରିବାର ସହ ଛତିଶଗଡକୁ ଦାଦନ ଖଟି ଯାଇଥିଲେ । ସେହି ସମୟରେ ସେଠାରେ ଖେଳୁଥିବାବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଗୁରୁତର ହୋଇଥିଲେ ପାୟଲ…

Read More